ନୂଆପଡ଼ା ଉପନିର୍ବାଚନ: ଆଜି ଯାଞ୍ଚ; ୨୪ରେ ପ୍ରତ୍ୟାହାର

ଭୁବନେଶ୍ୱର/ ନୂଆପଡ଼ା, ୨୨।୧୦ (ରବିନାରାୟଣ ଜେନା/ ମକାରୁ ବେମାଲ): ନୂଆପଡ଼ା ବିଧାନସଭା ଉପନିର୍ବାଚନ ଯେତିକି ପାଖେଇ ଆସୁଛି ତାହାକୁ ନେଇ ସେତିକି ରାଜନୈତିକ ଉଷ୍ମତା ବଢୁଛି। ୨୦ ତାରିଖ ସୁଦ୍ଧା ୧୯ ଜଣ ନାମାଙ୍କନପତ୍ର ଦାଖଲ କରିଛନ୍ତି। ସେମାନଙ୍କ ପ୍ରାର୍ଥତ୍ପତ୍ର ବୁଧବାର ଯାଞ୍ଚ କରାଯିବ। କେତେଜଣଙ୍କ ପ୍ରାର୍ଥିପତ୍ର ନାକଚ ହେବ ତାହା ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ (ସିଇଓ)ଙ୍କ ପକ୍ଷରୁ ଅବଗତ କରାଯିବ। ୨୪ତାରିଖକୁ ପ୍ରାର୍ଥିପତ୍ର ପ୍ରତ୍ୟାହାରର ଶେଷଦିନ ରଖାଯାଇଥିବାରୁ କେତେଜଣ ମଇଦାନକୁ ଓହ୍ଲାଉଛନ୍ତି ତାହା ୨୪ରେ ସ୍ପଷ୍ଟ ହେବ।
ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ତଥ୍ୟ ଅନୁଯାୟୀ, ନାମାଙ୍କନପତ୍ର ଦାଖଲ କରିଥିବା ପ୍ରାର୍ଥୀଙ୍କ ମଧ୍ୟରେ ବିଜେଡିର ସ୍ନେହାଙ୍ଗିନୀ ଛୁରିଆ, ଭାଜପାର ଜୟ ଢୋଲ୍‌କିଆ ଓ କଂଗ୍ରେସର ଘାସିରାମ ମାଝୀ ରହିଥିବାବେଳେ ଏସ୍‌ପିର ରମାକାନ୍ତ ହାତୀ, ବହୁଜନ ମୁକ୍ତି ପାର୍ଟିର ହେମନ୍ତ ତାଣ୍ଡି, ବିଏସ୍‌ପିର ରାଜାରାମ ସାହୁ, ଓଡ଼ିଶା ଜନତା ଦଳର ଶୁକଧର ଦଣ୍ଡସେନା, ରାଷ୍ଟ୍ରୀୟ ପରିବର୍ତ୍ତନ ଦଳର ସୀତାରାମ ବେହେରା ରହିଛନ୍ତି। ଏହାସହିତ ୧୧ ସ୍ବାଧୀନ ପ୍ରାର୍ଥୀ ନାମାଙ୍କନପତ୍ର ଦାଖଲ କରିଛନ୍ତି। ସେମାନଙ୍କ ମଧ୍ୟରେ ଆଶ୍ରୟ ମହାନନ୍ଦ, ଇଂ. ଚକ୍ରାନ୍ତ ଜେନା, ପୁରୁଷୋତ୍ତମ ବେହେରା, କମଲ କୁମାର ଛତ୍ରିଆ, ଭୁବନଲାଲ୍‌ ସାହୁ, ଲୋଚନ ମାଝୀ, ଭୁଜବଳ ଆଡ଼ବଙ୍ଗ, କିଶୋର କୁମାର ବାଗ୍‌, ଭକ୍ତବନ୍ଧୁ ଧରୁଆ, ନୀତା ବାଗ୍‌ ଏବଂ ଲକ୍ଷ୍ମୀକାନ୍ତ ତାଣ୍ଡି ନାମାଙ୍କନପତ୍ର ଦାଖଲ କରିଛନ୍ତି।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଏହି କ୍ରିକେଟରଙ୍କ ନାମରେ ଯୌନ ନିର୍ଯାତନା ମାମଲା, ଜାଣନ୍ତୁ…

ଢାକା,୧୧ା୧୨: ବାଂଲାଦେଶର ପେସ ବୋଲିଂ ଅଲରାଉଣ୍ଡର ତୋଫେଲ ଅହମଦ ରେହାନ ବିବାହ ପ୍ରଲୋଭନ ଦେଖାଇ ଜଣେ ମହିଳାଙ୍କୁ ଯୌନ ନିର୍ଯାତନା ଦେଇଥିବା ଅଭିଯୋଗ ହୋଇଛି। ଏହି...

ମ୍ୟାଚ ପୂର୍ବରୁ ଗୁରୁଜ୍ଞାନ ଦେଲେ ଯୁବରାଜ, ହାରିଗଲା ଟିମ୍ ଇଣ୍ଡିଆ

ମୁଲାନପୁର,୧୧ା୧୨: ମହାରାଜା ଯାଦବୀନ୍ଦ୍ର ସିଂହ ଅନ୍ତର୍ଜାତୀୟ କ୍ରିକେଟ୍ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ଦ୍ୱିତୀୟ T20 ଅନ୍ତର୍ଜାତୀୟ ମ୍ୟାଚରେ ଭାରତୀୟ ଦଳ ଦକ୍ଷିଣ ଆଫ୍ରିକାଠାରୁ ୫୧ ରନ୍‌ରେ ପରାସ୍ତ...

ଗଡ଼ିଲା ହାଇଡ୍ରୋଜେନ୍‌ ଚାଳିତ ଜାହାଜ

ବାରାଣସୀ,୧୧ା୧୨: ଭାରତରେ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ପ୍ରଥମ ହାଇଡ୍ରୋଜେନ୍‌ ଇନ୍ଧନ-ସେଲ୍‌ ଜାହାଜର ଚଳାଚଳକୁ କେନ୍ଦ୍ର ବନ୍ଦର, ଜାହାଜ ଚଳାଚଳ ଓ ଜଳମାର୍ଗ ମନ୍ତ୍ରୀ ସର୍ବାନନ୍ଦ ସୋନୋଓ୍ବାଲ...

ମାଲକାନଗିରିରେ ଉତ୍ତଜନା: ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ

ମାଲକାନଗିରି,୧୧।୧୨ (ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲାରେ ଉତ୍ତେଜନାମୂଳକ ପରିସ୍ଥିତି ଲାଗି ରହିଥିବା ବେଳେ ଜିଲାସ୍ତରୀୟ ଲୋକ ମହୋତ୍ସବ ମାଲ୍ୟବନ୍ତ- ୨୦୨୫କୁ ଜିଲା ପ୍ରଶାସନ ପକ୍ଷରୁ ସ୍ଥଗିତ...

ପାକିସ୍ତାନ ଖେଳାଳିଙ୍କ ସହ ହାତ ମିଳାଇବେ ବୈଭବ ସୂର୍ଯ୍ୟବଂଶୀ! ଏସିଆ କପ ପୂର୍ବରୁ ICC ରଖିଲା ଏମିତି ଦାବି

ନୂଆଦିଲ୍ଲୀ,୧୧।୧୨: ୧୯ ବର୍ଷରୁ କମ ଏସିଆ କପ ୨୦୨୫ ଡିସେମ୍ବର ୧୨ ତାରିଖରେ ଆରମ୍ଭ ହେବ। ଭାରତର ୧୯ ବର୍ଷରୁ କମ ଦଳର ନେତୃତ୍ୱ ଆୟୁଷ...

ଅର୍ଶଦୀପଙ୍କ ପାଇଁ ଭୟଙ୍କର ଦିନ: ଗୋଟିଏ ଓଭରରେ ପକାଇଲେ ୭ ୱାଇଡ୍

ମୁଲାନପୁର,୧୧ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଗୁରୁବାର ମୁଲାନପୁରରେ ଖେଳାଯାଉଥିବା ଦ୍ୱିତୀୟ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ୍‌ରେ ଭାରତୀୟ ପେସ୍ ବୋଲର ଅର୍ଶଦୀପ ସିଂହ ଏକ...

‘ମୁଣ୍ଡରେ କଫନ୍ ବାନ୍ଧି କଂଗ୍ରେସର ସଂସ୍କାର ପାଇଁ ବାହାରିଛି’: ମହମ୍ମଦ ମୋକିମ୍

କଟକ,୧୧ା୧୨: ଓଡ଼ିଶା କଂଗ୍ରେସର ବରିଷ୍ଠ ନେତା ତଥା ପୂର୍ବତନ ବିଧାୟକ ମହମ୍ମଦ ମୋକିମ୍‌ ଦଳର ସଂସ୍କାର ଆଣିବା ଉଦ୍ଦେଶ୍ୟରେ ବାହାରିଥିବା କହିଛନ୍ତି। ପୂର୍ବରୁ ପିସିସି ସଭାପତି...

Bahraich Violence: ବହରାଇଚ ହିଂସା ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ, ଅନ୍ୟ ନଅ ଜଣଙ୍କୁ ଆଜୀବନ କାରାଦଣ୍ଡ

ନୂଆଦିଲ୍ଲୀ,୧୧।୧୨: ବହରାଇଚ ହିଂସାର ମୁଖ୍ୟ ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ ଦିଆଯାଇଛି। ଅନ୍ୟ ନଅ ଜଣ ଅଭିଯୁକ୍ତଙ୍କୁ ମଧ୍ୟ ଆଜୀବନ କାରାଦଣ୍ଡ ଦିଆଯାଇଛି। ଗୁରୁବାର କୋର୍ଟ ରାମଗୋପାଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri