‘ବୈଷୟିକ ଜ୍ଞାନକୌଶଳ ଗଣମାଧ୍ୟମକୁ ବହୁ ଆଗକୁ ନେଇଛି’

ଭଞ୍ଜନଗର,୨୨ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ସାମ୍ବାଦିକତା ଓ ଗଣ ଯୋଗାଯୋଗ ବିଭାଗ ଷ୍ଟୁଡିଓ ବୁଧବାର ଉଦଘାଟିତ ହୋଇଯାଇଛି। ଏଥିରେ କନ୍ଧମାଳ ଏମ୍‌ପି ସୁକାନ୍ତ କୁମାର ପାଣିଗ୍ରାହୀ ଉଦ୍‌ଘାଟକ ଏବଂ ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଷ୍ଟୁଡିଓକୁ ଉଦଘାଟନ କରିଥିଲେ। ଏହି ଅବସରରେ ଏମ୍‌ପି ପାଣିଗ୍ରାହୀ କହିଥିଲେ ମାତୃଭାଷା ଏବଂ ମାତୃଭୂମିର ବିକାଶ ହେଲେ ହିଁ ଯାଇ ରାଜ୍ୟର ବିକାଶ ସମ୍ଭବ । ତେଣୁ ସରକାର ଏନେଇ ପଦକ୍ଷେପ ନେଇଛନ୍ତି।
ଓଡ଼ିଆ ଗଣମାଧ୍ୟମ ଉପରେ ମଧ୍ୟ ଛାତ୍ରୀଛାତ୍ର ଅଧିକ ଜ୍ଞାନ ଆହରଣ କରନ୍ତୁ। ବୈଷୟିକ ଜ୍ଞାନ କୌଶଳ ଗଣମାଧ୍ୟମକୁ ବହୁ ଆଗକୁ ନେଇଛ। ସାମ୍ବାଦିକମାନେ ମଧ୍ୟ ନିର୍ଭୀକ ଏବଂ ନିରପେକ୍ଷ ହେବାକୁ ଆହ୍ବାନ କରିଥିଲେ। ଏଥିସହ ସେ କହିଥିଲେ ଅତୀତକୁ ସ୍ମରଣ କରି ଭବିଷ୍ୟତକୁ ବଢ଼ିବାକୁ ପଡ଼ିବ। ଅତୀତକୁ କେବେ ଭୁଲିବାକୁ ହେବନାହିଁ। ଶିକ୍ଷା କ୍ଷେତ୍ରରେ ବ୍ୟାପକ ଉନ୍ନତି ପାଇଁ ନୂଆ ଶିକ୍ଷା ନୀତି ୨୦୨୦ ଲାଗୁ ହୋଇଛି। ଶିକ୍ଷା କ୍ଷେତ୍ରରେ ଉନ୍ନତି ପାଇଁ ସରକାର ବହୁ ପଦକ୍ଷେପ ନେଇଛନ୍ତି। ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଦୁଇଟି ନୂଆ ଛାତ୍ରାବାସ ନିର୍ମାଣ ହେବ। ଶିକ୍ଷା କ୍ଷେତ୍ରରେ ଆମେ ଯେତେ ବିକାଶ କରିବା ଦେଶ ସେତେ ଆଗକୁ ବଢ଼ିବ। ଶିକ୍ଷା କ୍ଷେତ୍ରରେ ବିଭିନ୍ନ ପ୍ରକାର ଶିକ୍ଷକ ବ୍ୟବସ୍ଥା ଅଛି। ଏଥିରେ ପରିବର୍ତ୍ତନ ଆଣିବାକୁ ପଡ଼ିବ। ଗଣମାଧ୍ୟମ କ୍ଷେତ୍ରରେ ଆମେ ବହୁତ ଆଗକୁ ଯାଇଛେ। ଭଲ ପରିବେଶରେ ଆମେ ପାଠ ପଢ଼ିବା ପାଇଁ ସରକାର ବ୍ୟବସ୍ଥା କରିଛନ୍ତି ବୋଲି ଏମ୍‌ପି କହିଥିଲେ। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଭଞ୍ଜନଗର କଲେଜର ବିକାଶ ପାଇଁ ଅନେକ ପଦକ୍ଷେପ ନିଆଯାଇଛି ବୋଲି କହିଥିଲେ। ଏଥିସହ ସାମ୍ବାଦିକତା ଓ ଗଣ ଯୋଗାଯୋଗ ବିଭାଗ ଛାତ୍ରୀଛାତ୍ରଙ୍କ ଉଜ୍ଜ୍ବଳ ଭବିଷ୍ୟତ କାମନା କରିଥିଲେ।

ଅନ୍ୟମାନଙ୍କ ମଧ୍ୟରେ ଭଞ୍ଜନଗର ଏସ୍‌ଡିପିଓ ଡ ଦୀପକ ମିଶ୍ର, ପ୍ରାଧ୍ୟାପକ କୁମୁନ୍ଦ ଚନ୍ଦ୍ର ମହାପାତ୍ର, ପ୍ରଶାନ୍ତ କୁମାର ରଥ, ବିଭାଗୀୟ ମୁଖ୍ୟ ଅଧ୍ୟାପକ ବି.କେ ପ୍ରଧାନ ଆଲୋଚନାରେ ଭାଗ ନେଇଥିଲେ। ଅଧକ୍ଷ ରାଜେନ୍ଦ୍ର କୁମାର ଦାସ ସଭାରେ ଅଧ୍ୟକ୍ଷତା କରିଥିଲେ। ପ୍ରାଧ୍ୟାପକ ହର ପ୍ରସାଦ ଶତପଥୀ ସଭାକୁ ସଂଯୋଜନା କରିଥିଲେ। ବିଭାଗୀୟ ଅଧ୍ୟାପିକା ମାମାଲି ନାୟକ ଏବଂ ଛାତ୍ରୀମାନେ ପ୍ରାରମ୍ଭିକ ସଙ୍ଗୀତ ଗାନ କରିଥିଲେ। ପ୍ରାଧ୍ୟାପକ କୁମୁନ୍ଦ ଚନ୍ଦ୍ର ମହାପାତ୍ର ଧନ୍ୟବାଦ ପ୍ରଦାନ କରିଥିଲେ। ଏହା ପୂର୍ବରୁ ଏମ୍‌ପି, ବିଧାୟକ ଏକ ପେଡ୍‌ ମା’କେ ନାମ୍‌ରେ ଗଣ ଯୋଗାଯୋଗ ବିଭାଗ କ୍ୟାମ୍ପସରେ ଚାରାରୋପଣ କରିଥିଲେ। ଶେଷରେ ଛାତ୍ରୀଛାତ୍ର ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଏହି ମୋଗଲ ଶାସକ ପ୍ରତିଦିନ ପିଉଥିଲେ ଗଙ୍ଗାଜଳ, କାରଣ ଜାଣିଲେ…

ଗଙ୍ଗାକୁ ବିଶ୍ୱର ସବୁଠାରୁ ପବିତ୍ର ନଦୀ ବୋଲି ବିବେଚନା କରାଯାଏ। ଭାରତରେ ଗଙ୍ଗାକୁ ମାତା ବୋଲି କୁହାଯାଏ। ଧାର୍ମିକ ବିଶ୍ୱାସ ଅନୁଯାୟୀ, ଗଙ୍ଗାରେ ସ୍ନାନ କରିବା...

ଗୁଣପୁର ରେଳ ଷ୍ଟେଶନରେ ଯୁବକଙ୍କୁ ଧକ୍କା ଦେଲା ଟ୍ରେନ, ମୃତଦେହ ଉପରେ ପୁଣି ମାଡ଼ିଗଲା ଇଞ୍ଜିନ

ଗୁଣପୁର,୨୧ା୧(ସଂକେତ ପାତ୍ର): ଗୁଣପୁର ରେଳ ଷ୍ଟେଶନରେ ଦୁର୍ଘଟଣା । ଟ୍ରନ ଧକ୍କାରେ ଯୁବକଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି । ତେବେ ଯୁବକଙ୍କ ଅସାବଧାନତା ପାଇଁ ଦୁର୍ଘଟଣା...

ଆଜି ଭାରତ-ନ୍ୟୁଜିଲାଣ୍ଡ ପ୍ରଥମ ଟି୨୦: ସୂର୍ଯ୍ୟକୁମାରଙ୍କ ଉପରେ ସମସ୍ତଙ୍କ ନଜର

ନାଗପୁର,୨୧ା୧: ସ୍ଥାନୀୟ ବିଦର୍ଭ କ୍ରିକେଟ ଆସୋସିଏଶନ ଷ୍ଟାଡିୟମରେ ବୁଧବାର ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ୫ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ।...

ଗଛରେ ଚଢ଼ି କାଠ କାଟୁଥିଲେ ଶ୍ରମିକ, ହଠାତ୍‌ ଘଟିଲା ଏମିତି…

କେନ୍ଦ୍ରାପଡ଼ା,୨୧ା୧(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ନିକିରାଇ ଥାନା ଅନ୍ତର୍ଗତ ପାଳକଣା ଗାଁରେ ଏକ ଦୁଃଖଦ ଘଟଣା ଘଟିଛି। ଜଣେ ଶ୍ରମିକ ଚାକୁଣ୍ଡା ଗଛରେ ଚଢ଼ି କାଠ...

ଲକ୍ଷ୍ମୀସାଗର ବୁଦ୍ଧନଗର ଅଞ୍ଚଳରେ ଯୁବତୀଙ୍କୁ ବଳାତ୍କାର, ଭଡ଼ାଘରେ ରହି…

ଭୁବନେଶ୍ୱର,୨୧ା୧ : ରାଜଧାନୀ ଭୁବନେଶ୍ବରରେ ଯୁବତୀଙ୍କୁ ବଳାତ୍କାର ହୋଇଥିବା ଅଭିଯୋଗ ସାମ୍ନାକୁ ଆସିଛି । ପୀଡ଼ିତାଙ୍କ ଅଭିଯୋଗ ଆଧାରରେ ପୋଲିସ ତଦନ୍ତ କରି ଜଣେ ଯୁବକଙ୍କୁ...

ଅଧିକାରୀଙ୍କୁ ଚିଠି ଲେଖିଲେ ମୁଖ୍ୟ ଶାସନ ସଚିବ, ସମୟସୀମା ମଧ୍ୟରେ…

ଭୁବନେଶ୍ୱର,୨୧ା୧: ସମସ୍ତ ବରିଷ୍ଠ ଅଧିକାରୀଙ୍କୁ ଚିଠି ଲେଖିଛନ୍ତି ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ। କେନ୍ଦ୍ର ସରକାରଙ୍କ ଚିଠିକୁ ଗୁରୁତ୍ୱ ଦେବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି।...

ଜେଡି ଭାନ୍ସ ଆମେରିକାକୁ ଏମିତି ଖବର ଦେଲେ ଯେ ଖୁସି ହୋଇଗଲା ହ୍ବାଇଟ ହାଉସ, ଜାଣନ୍ତୁ କ’ଣ…

ଓ୍ବାଶିଂଟନ,୨୧।୧: ଆମେରିକାର ଉପରାଷ୍ଟ୍ରପତି ଜେ.ଡି. ଭାନ୍ସ ଏବଂ ତାଙ୍କ ପତ୍ନୀ ଉଷା ଭାନ୍ସ ଜୁଲାଇ ଶେଷ ଭାଗରେ ସେମାନଙ୍କର ଚତୁର୍ଥ ସନ୍ତାନ ଆଶା କରୁଛନ୍ତି। ଭାନ୍ସ...

କାର୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ପିକ୍‌ଅପ୍‌: ୩ ଗୁରୁତର

ବାରିପଦା,୨୧ା୧: ଏନ୍‌ଏଚ୍‌ ୧୬ ଦରକୋଳି ଛକରେ ସିରିଜ ଦୁର୍ଘଟଣା ଘଟିଛି। ଏକ କାର୍‌କୁ ଗୋଟିଏ ପିକ୍‌ଅପ୍‌ ଧକ୍କା ଦେଇଥିବାବେଳେ ପରେ ଟ୍ରକ୍‌କୁ ଧକ୍କା ଦେଇଥିଲା ପିକ୍‌ଅପ୍‌।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri