ଆଳୁ ଉତ୍ପାଦନରେ ଆତ୍ମନିର୍ଭର ହେବ ଓଡ଼ିଶା: ତିନି ଲକ୍ଷ କ୍ଵିଣ୍ଟାଲ୍ ଆଳୁ ବାଣ୍ଟିବେ ସରକାର, ଏହି ନମ୍ବରରେ ୧୫୫୩୩୩…

ଭୁବନେଶ୍ୱର,୨୪।୧୦: ଓଡ଼ିଶାକୁ ଆଳୁ ଉତ୍ପାଦନରେ ଆତ୍ମନିର୍ଭରଶୀଳ କରିବା ଅଭିଯାନରେ ରାଜ୍ୟ ସରକାର ଚଳିତ ବର୍ଷ ୫୦ ହଜାରରୁ ଉର୍ଦ୍ଧ୍ବ ଏକର ଚାଷଜମିରେ ଆଳୁଚାଷ କରିବା ପାଇଁ ଯୋଜନା କରିଛନ୍ତି।

ଗୁରୁବାର ଲୋକସେବା ଭବନରେ ଉପ-ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ଉଚ୍ଚସ୍ତରୀୟ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ସିଂହଦେଓ ଚାଷୀଙ୍କୁ ଆଗୁଆ ୩ ଲକ୍ଷ କ୍ଵିଣ୍ଟାଲ୍ ଉନ୍ନତ ମାନର ପ୍ରାମାଣିକ ଆଳୁ ବିହନ ଯୋଗାଇ ଦେବା ପାଇଁ କୃଷି ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି।

ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ଯେ, ନଭେମ୍ବର ମାସର ପ୍ରଥମ ସପ୍ତାହରୁ ବ୍ଲକ ଆବଶ୍ୟକତା ଅନୁଯାୟୀ ଏହି ଆଳୁ ବିହନ ଯୋଗାଣ କାର୍ଯ୍ୟ ଆରମ୍ଭ କରାଯିବ। ସମସ୍ତ ଜିଲାକୁ ସେମାନଙ୍କ ଆବଶ୍ୟକ ବିହନ ପରିମାଣର ତଥ୍ୟ ତୁରନ୍ତ କୃଷି ବିଭାଗକୁ ପ୍ରେରଣ କରିବାକୁ କୁହାଯାଇଛି।

ଏହି ବୈଠକରେ କୃଷି ବିଭାଗ ପ୍ରମୁଖ ଶାସନ ସଚିବ ଅରବିନ୍ଦ କୁମାର ପାଢ଼ୀ, କୃଷି ନିର୍ଦ୍ଦେଶକ ଶୁଭମ ସକ୍ସେନା ଏବଂ ଉଦ୍ୟାନ କୃଷି ନିର୍ଦ୍ଦେଶକ କାଲୁଙ୍ଗେ ଗୋରଖ ୱାମନ ଉପସ୍ଥିତ ଥିଲେ।

ସେହିପରି ଅନ୍ୟାନ୍ୟ ଚାଷ ପାଇଁ ଯଥା, ପିଆଜ: ୬୦୦୦ ହେକ୍ଟର ଜମିରେ ୬୦୦ କ୍ଵିଣ୍ଟାଲ୍, ଲଙ୍କା: ୧୦୦୦ ହେକ୍ଟର ଜମିରେ ୧୦୦ କ୍ଵିଣ୍ଟାଲ୍, ରସୁଣ: ୩୦୦ ହେକ୍ଟର ଜମିରେ ୭୫୦୦ କ୍ଵିଣ୍ଟାଲ୍ ବିହନ ପ୍ରଦାନ କରାଯିବ।

ବିହନ ଅଭାବ କିମ୍ବା ସହାୟତା ଆବଶ୍ୟକ କରୁଥିବା ଚାଷୀମାନେ କୃଷି ବିଭାଗର ହେଲ୍ପଲାଇନ୍ ନମ୍ବର ୧୫୫୩୩୩ ରେ କିମ୍ବା ନିକଟସ୍ଥ ଉଦ୍ୟାନ କୃଷି ଅଧିକାରୀଙ୍କୁ ଯୋଗାଯୋଗ କରିବା ପାଇଁ ଅନୁରୋଧ କରାଯାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପ୍ରଥମ ଟି-୨୦: ଅଭିଷେକ ଓ ରିଙ୍କୁଙ୍କ ଧୂଆଁଧାର ବ୍ୟାଟିଂ, ନ୍ୟୁଜିଲାଣ୍ଡକୁ ୪୮ ରନ୍‌ରେ ହରାଇଲା ଭାରତ

ନାଗପୁର,୨୧।୧: ବିଦର୍ଭ କ୍ରିକେଟ ଆସୋସିଏସନ ଷ୍ଟାଡିୟମଠାରେ ଅନୁଷ୍ଠିତ ପାଞ୍ଚ ମ୍ୟାଚ୍ ବିଶିଷ୍ଟ ଟି-୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ରେ ଭାରତ, ନ୍ୟୁଜିଲାଣ୍ଡକୁ ୪୮ ରନ୍‌ରେ ପରାସ୍ତ କରିଛି।...

ଗ୍ରୀନଲ୍ୟାଣ୍ଡକୁ ନେଇ ଡାଭୋସରେ ଟ୍ରମ୍ପଙ୍କ ଚରମବାଣୀ: ୟୁରୋପରେ ଉତ୍ତେଜନା

ନୂଆଦିଲ୍ଲୀ।୧: ସ୍ୱିଜରଲ୍ୟାଣ୍ଡର ଡାଭୋସରେ ଆୟୋଜିତ ବିଶ୍ୱ ଅର୍ଥନୈତିକ ଫୋରମ (WEF) ରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଗ୍ରୀନଲ୍ୟାଣ୍ଡକୁ ନେଇ ଏକ ବଡ଼ ବୟାନ ଦେଇଛନ୍ତି।...

ଗଙ୍ଗପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା; କଣ୍ଟେନରକୁ ଧକ୍କା ଦେଲା ଥାର୍, ୩ ମୃତ

ଖୋର୍ଦ୍ଧା୨୧।୧: ପୁଣିଥରେ ଦୁର୍ଘଟଣା ଘଟାଇଲା ଥାର୍ । ମଙ୍ଗଳବାର ରାତିରେ ଥାର ଦୁର୍ଘଟଣାରେ ଭୁବନେଶ୍ବରରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଜି ପୁଣି ଖୋର୍ଦ୍ଧା ଦୁର୍ଘଟଣାରେ...

ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି, ରାସ୍ତାରେ ଭାସିଲା ପରେ ଲୋକେ…

ଭୁବନେଶ୍ୱର,୨୧।୧: ରାଜଧାନୀ ଭୁବନେଶ୍ୱର ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି । ତେବେ ଏହି ଅଘଟଣ ପରେ ରାସ୍ତାରେ ତେଲ ଭାସୁଥିବା ଦେଖିଯାଇଛି ।...

ପଞ୍ଚାୟତ ନିର୍ବାଚନ ପାଇଁ ବିଜେଡିର ରଣନୀତି: ବିଧାୟକଙ୍କ ସହ ନବୀନଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର,୨୧।୧: ଓଡ଼ିଶାର ଆଗାମୀ ପଞ୍ଚାୟତ ନିର୍ବାଚନ ପାଇଁ ବିଜୁ ଜନତା ଦଳ ପ୍ରସ୍ତୁତି ଜୋରଦାର କରିଛି। ବୁଧବାର ସନ୍ଧ୍ୟାରେ ବିଜେଡି ସୁପ୍ରିମୋ ତଥା ବିରୋଧୀ ଦଳ...

1st T20I: ଅଭିଷେକ ଓ ରିଙ୍କୁଙ୍କ ବିସ୍ଫୋରକ ବ୍ୟାଟିଂ; ନ୍ୟୁଜିଲାଣ୍ଡ ବିପକ୍ଷରେ ଭାରତର ବିଶାଳ ସ୍କୋର

ନାଗପୁର,୨୧।୧: ନାଗପୁରରେ ଅନୁଷ୍ଠିତ ପ୍ରଥମ ଟି-୨୦ ମ୍ୟାଚ୍‌ରେ ଭାରତୀୟ ବ୍ୟାଟରମାନେ ରନ୍‌ର ବର୍ଷା କରିଛନ୍ତି। ଅଭିଷେକ ଶର୍ମା ଏବଂ ରିଙ୍କୁ ସିଂଙ୍କ ଧୂଆଁଧାର ପାଳି ବଳରେ...

ଜୀବିତ ସତ୍ତ୍ବେ ମୃତ ଦର୍ଶାଇ ଆଧାର ନିଷ୍କ୍ରିୟ: ମଣ୍ଡିରେ ବିକ୍ରି ହୋଇ ପାରିଲାନି ଧାନ, ଘରକୁ ଫେରାଇ…

ବରଗଡ଼,୨୧।୧(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରିରେ ଚାଷୀଙ୍କ ଦୁଃଖ ତୁଟୁ ନାହିଁ । ବୈଷୟିକ ତୃଟି ମଧ୍ୟ ଧାନବିକ୍ରିରେ ଚାଷୀଙ୍କ ପାଇଁ କାଳ ସାଜିଛି । ବରଗଡ଼ ଜିଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri