Posted inଖେଳ

ଭାରତରେ ହେବାକୁ ଥିବା ହକି ବିଶ୍ୱକପ୍‌ରେ ଖେଳିବ ନାହିଁ ପାକିସ୍ତାନ

ନୂଆଦିଲ୍ଲୀ,୨୪ା୧୦: ଭାରତରେ ନଭେମ୍ବର-ଡିସେମ୍ବରରେ ହେବାକୁ ଥିବା ଜୁନିୟର ହକି ବିଶ୍ୱକପ୍‌ରୁ ଓହରିଯାଇଛି ପାକିସ୍ତାନ। ପାକିସ୍ତାନ ହକି ମହାସଂଘ(ପିଏଚ୍‌ଏଫ୍‌) ଏହାର ନିଷ୍ପତ୍ତି ସମ୍ପର୍କରେ ଅନ୍ତର୍ଜାତୀୟ ହକି ମହାସଂଘ (ଏଫ୍‌ଆଇଏଚ୍‌) ଅବଗତ କରାଇଛି। ଏଫ୍‌ଆଇଏଚ ପକ୍ଷରୁ ଶୁକ୍ରବାର ଏହି ବିଷୟରେ ସ୍ପଷ୍ଟ କରିଦିଆଯାଇଛି।

ନଭେମ୍ବର ୨୮ରୁ ଡିସେମ୍ବର ୧୦ପର୍ଯ୍ୟନ୍ତ ଚେନ୍ନାଇ ଓ ମଦୁରାଇରେ ହେବାକୁଥିବା ଏହି ଇଭେଣ୍ଟରେ ପାକିସ୍ତାନ ବଦଳରେ କେଉଁ ଦଳ ଖେଳିବା ତାହା ଶୀଘ୍ର ଘୋଷଣା କରାଯିବ ବୋଲି ଏଫ୍‌ଆଇଏଚ୍‌ କହିଛି।

ପ୍ରତିଯୋଗିତାର ଗ୍ରୁପ୍‌ ‘ବି’ରେ ଭାରତ, ଚିଲି ଓ ସୁଇଜରଲାଣ୍ଡ ସହ ପାକିସ୍ତାନ ସ୍ଥାନ ପାଇଥିଲା। ପାକିସ୍ତାନ ସ୍ଥାନରେ କେଉଁ ଦଳକୁ ଗ୍ରୁପ୍‌ ‘ବି’ରେ ସ୍ଥାନ ମିଳୁଛି ତାହାକୁ ଅପେକ୍ଷା କରାଯାଇଛି।

ପାକିସ୍ତାନ ଏହାକୁ ମିଶାଇ ଭାରତରେ ଅନୁଷ୍ଠିତ ଦ୍ୱିତୀୟ ଇଭେଣ୍ଟରୁ ଓହରିଲା। ଏହାପୂର୍ବରୁ ଚଳିତବର୍ଷ ଅଗଷ୍ଟ ୨୯ରୁ ସେପ୍ଟେମ୍ବର ୭ପର୍ଯ୍ୟନ୍ତ ବିହାରର ରାଜଗିରିରେ ଅନୁଷ୍ଠତି ପୁରୁଷ ଏସିଆ କପ୍‌ରୁ ମଧ୍ୟ ପାକିସ୍ତାନ ଓହରିଯାଇଥିଲା। ଏପ୍ରିଲ ୨୨ରେ ପହଲଗାମ୍‌ ଆତଙ୍କବାଦୀ ଆକ୍ରମଣ ପରେ ଭାରତର ଅପରେଶନ ସିନ୍ଦୁର କାର୍ଯ୍ୟାନୁଷ୍ଠାନ ପରେ ଭାରତ ଓ ପାକିସ୍ତାନ ମଧ୍ୟରେ କ୍ରୀଡ଼ା ସମ୍ପର୍କରେ ତିକ୍ତତା ଦେଖା ଦେଇଛି।

Dharitri – Odisha’s No.1 Odia Daily


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri