‘ସୁରଭି ଲୁକ୍କାୟିତ ପ୍ରତିଭାକୁ ପ୍ରସ୍ଫୁଟିତ କରେ

ପାଟଣା,୨୪ା୧୦(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ସ୍ତରୀୟ ସୁରଭି ୨୦୨୫ କାର୍ଯ୍ୟକ୍ରମ ଶୁକ୍ରବାର ପାଟଣା ମୁଖ୍ୟାଳୟ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ଆୟୋଜିତ ପୁରସ୍କାର ବିତରଣ ଉତ୍ସବରେ ସ୍ଥାନୀୟ ବିଦ୍ୟାଳୟର ପ୍ରଧାନଶିକ୍ଷକ କମଳାକାନ୍ତ ପତିଙ୍କ ଅଧ୍ୟକ୍ଷତାରେ ମୁଖ୍ୟ ଅତିଥିଭାବେ ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକ, ମୁଖ୍ୟ ବକ୍ତାଭାବେ ସାମାଜିକକର୍ମୀ ଅଜୟ କୁମାର ଦାଶ, ସମ୍ମାନିତ ଅତିଥିଭାବେ ପାଟଣା ବ୍ଲକ୍‌ ଅଧ୍ୟକ୍ଷା ବୀଣାପାଣି ନାୟକ, ବିଧାୟକଙ୍କ ବ୍ଲକ୍‌ ପ୍ରତିନିଧି କମଳାକାନ୍ତ ଦାଶ, ପୂର୍ବତନ ପାଟଣା ବ୍ଲକ୍‌ ଅଧ୍ୟକ୍ଷା ଇଂ. ବିଦ୍ୟାଧର ଦାଶ, ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ସଚ୍ଛିଦାନନ୍ଦ ସେଠୀ ପ୍ରମୁଖ ଯୋଗଦେଇ ସୁରଭି ଶିଶୁଙ୍କ ଲୁକ୍କାୟିତ ପ୍ରତିଭାକୁ ପ୍ରସ୍ଫୁଟିତ କରିବାରେ ସହାୟ ହୁଏ ବୋଲି କହିଥିଲେ। କୃତୀ ପ୍ରତିଭାଙ୍କୁ ଅତିଥି ସମ୍ବର୍ଦ୍ଧିତ କରିଥିଲେ। ପାଟଣା ବ୍ଲକ୍‌ର ବିଭିନ୍ନ ବିଦ୍ୟାଳୟର ୨୬୦ ଛାତ୍ରୀଛାତ୍ର ପ୍ରତିଯୋଗିତାରେ ଅଂଶଗ୍ରହଣ କରିଥିଲେ। ପ୍ରତିଯୋଗିତା ଓ ସାଂସ୍କୃତିକ କାର୍ଯ୍ୟକ୍ରମକୁ ସିଆରସିସି ଜ୍ୟୋର୍ତିମୟ ତ୍ରିପାଠୀ, ଶିକ୍ଷକନେତା ସନ୍ତୋଷ କୁମାର ନାଏକ, ପ୍ରମୋଦ ମହାନ୍ତ, ବୀର ମୋହନ ଦ୍ବିବେଦୀ, ବିଭୀଷଣ ଦଳ ଦସିଆ, କୃପାସିନ୍ଧୁ ସାହୁ ପ୍ରମୁଖ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶୀତରେ ଥରୁଛି ଉତ୍ତର ଭାରତ

ନୂଆଦିଲ୍ଲୀ,୫ା୧୨: ସମଗ୍ର ଉତ୍ତର ଭାରତ ଶୀତରେ ଥରୁଛି। ଶୁକ୍ରବାର ରାଜସ୍ଥାନ, ପଞ୍ଜାବ ଏବଂ ହରିୟାଣାର ଅଧିକାଂଶ ଅଞ୍ଚଳରେ ସର୍ବନିମ୍ନ ତାପମାତ୍ରା ସ୍ବାଭାବିକଠାରୁ ନିମ୍ନରେ ରହିଛି। ତେବେ...

ଭାରତର ସବୁଠୁ ବିଶ୍ବାସଯୋଗ୍ୟ ଏହି ୩ଟି ବ୍ୟାଙ୍କ, RBI କଲା ବଡ଼ ଘୋଷଣା

ନୂଆଦିଲ୍ଲୀ,୫।୧୨: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ (SBI), HDFC, ଏବଂ ICICI ବ୍ୟାଙ୍କକୁ ଦେଶର ସବୁଠାରୁ ସୁରକ୍ଷିତ ବ୍ୟାଙ୍କ ଭାବରେ...

ଫ୍ରାନ୍ସକୁ ହରାଇ ସେମିରେ ପହଞ୍ଚିଲା ଜର୍ମାନୀ

ଚେନ୍ନାଇ,୫ା୧୨: ସାତ ଥର ଚାମ୍ପିୟନ ଜର୍ମାନୀ ଶୁଟ୍‌ ଆଉଟ୍‌ରେ ଫ୍ରାନ୍ସକୁ ୩-୧ ଗୋଲ୍‌ରେ ପରାସ୍ତ କରି ଚଳିତ ଏଫ୍‌ଆଇଏଚ୍‌ ଜୁନିୟର ପୁରୁଷ ବିଶ୍ୱକପ୍‌ ହକି ଟୁର୍ନାମେଣ୍ଟର...

ଏହି ସବୁ ଅଞ୍ଚଳରେ ୯ ଘଣ୍ଟା ପାଇଁ ହେବ ବିଦ୍ୟୁତ୍‌ କାଟ, ସକାଳୁ…

ବରଗଡ଼,୪।୧୨(ପ୍ରେମାନନ୍ଦ ଖମାରୀ): ଓଡ଼ିଶା ବିଦ୍ୟୁତ୍‌ ଶକ୍ତି ସଞ୍ଚାରଣ ନିଗମ ଲିମିଟେଡ (ଓପିଟିସିଏଲ) ପକ୍ଷରୁ ୧୩୨/୩୩ କେ.ଭି. ପ୍ରଧାନପାଲି ଗ୍ରୀଡ ସବଷ୍ଟେସନରେ ବାର୍ଷିକ ରକ୍ଷଣାବେକ୍ଷଣ କାର୍ଯ୍ୟ ଲାଗି...

ପଡିବ ଶନିଙ୍କ ଭୟଙ୍କର ମହାଦଶା, ଏହି ରାଶି ଉପରେ ପଡିବ ଖରାପ ପ୍ରଭାବ

ଜ୍ୟୋତିଷ ଶାସ୍ତ୍ରରେ, ଶନି ଦେବଙ୍କୁ “କର୍ମଦାତା” ଏବଂ “ବିଚାରକ” ଭାବରେ ଜଣାଯାଏ। ସେ ବ୍ୟକ୍ତିମାନଙ୍କୁ ସେମାନଙ୍କ କାର୍ଯ୍ୟ ଆଧାରରେ ଶୁଭ କିମ୍ୱା ଅଶୁଭ ଫଳ ପ୍ରଦାନ...

ଶୀତ ପାଇଁ ସକାଳୁଆ ସ୍କୁଲ ବନ୍ଦ

କୋରାପୁଟ,୫ା୧୨(ଅମିତାଭ ବେହେରା)-କୋରାପୁଟ ଜିଲାରେ ଅସହ୍ୟ ଶୀତ ହେଉଥିବାରୁ ଫ୍ରେବୃଆରୀ ଯାଏ ସକାଳୁଆ କ୍ଲାସ ବନ୍ଦ ରଖିବାକୁ ଜିଲାପାଳ ମନୋଜ ସତ୍ୟବାନ ମହାଜନ ଏକ ନିର୍ଦ୍ଦେଶନାମା ଜାରି...

ପୁଟିନ୍‌ଙ୍କୁ ଗୀତା ଉପହାର ଦେଲେ ମୋଦି

ନୂଆଦିଲ୍ଲୀ,୫।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଗସ୍ତରେ ଭାରତ ଆସିଛନ୍ତି। ଏଡି ଅବସରରେ ରାଷ୍ଟ୍ରପତି ପୁଟିନ୍‌ଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ଶ୍ରୀମଦ୍‌ଭଗବତ...

ପୂର୍ବତନ ଡିଏସ୍‌ପିଙ୍କ ଝିଅ ହାତ ଧରିଲେ ବୃନ୍ଦାବନର ପ୍ରବଚକ ଇନ୍ଦ୍ରେଶ ଉପାଧ୍ୟାୟ

ଜୟପୁର,୫ା୧୨: ପ୍ରବଚକ ଇନ୍ଦ୍ରେଶ ଉପାଧ୍ୟାୟ ଏବଂ ପୂର୍ବତନ ଡିଏସ୍‌ପିଙ୍କ ଝିଅ ସିପ୍ରା ଜୟପୁରର ଏକ ହୋଟେଲରେ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ପ୍ରସିଦ୍ଧ ମଥୁରାର ପ୍ରବଚକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri