ଆସୁଛି ବାତ୍ୟା, ଜାଣନ୍ତୁ ଓଡ଼ିଶାରେ କ’ଣ ରହିବ ପ୍ରଭାବ

ଭୁବନେଶ୍ୱର, ୨୫ା୧୦(ବନ୍ଦନା ସେଠୀ):ବଙ୍ଗୋପସାଗରରେ ଆସୁଛି ବାତ୍ୟା। ଏହାର ନାମ ଥାଇ ଭାଷାରେ ‘ମୋନ୍ଥା’। ଇତିମଧ୍ୟରେ ଶୁକ୍ରବାର ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିବାବେଳେ ଏହା ପଶ୍ଚିମ, ଉତ୍ତର-ପଶ୍ଚିମ ଦିଗକୁ ୩ କି.ମି. ବେଗରେ ଗତି କରୁଛି। ଶନିବାର ସୁଦ୍ଧା ଏହା ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଓ ପାଖାପାଖି କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଅବପାତରେ ପରିଣତ ହେବ। ୨୬ ତାରିଖ ସୁଦ୍ଧା ଅବପାତଟି କ୍ରମଶଃ ଗଭୀର ଅବପାତରେ ପରିଣତ ହୋଇ ୨୭ ତାରିଖ ସକାଳେ ବାତ୍ୟାର ରୂପ ନେଇପାରେ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ନିର୍ଦ୍ଦେଶକ ଡ. ମନୋରମା ମହାନ୍ତି ସୂଚନା ଦେଇଛନ୍ତି। ତେବେ ବାତ୍ୟା କେଉଁଠି ସ୍ଥଳଭାଗ ଛୁଇଁବ ଏବଂ ଓଡ଼ିଶା ଉପରେ ଏହାର ପ୍ରଭାବ କ’ଣ ରହିବ ତାହା ଜଣାପଡି ନାହିଁ। ଲଘୁଚାପଟି ଅବପାତରେ ପରିଣତ ହେବା ପରେ ହିଁ ବାତ୍ୟାର ସ୍ଥିତି ଓ ପ୍ରଭାବ ସ୍ପଷ୍ଟ ହେବ। ମାତ୍ର ଓଡ଼ିଶା ଅପେକ୍ଷା ଆନ୍ଧ୍ରପ୍ରଦେଶ ଉପରେ ବାତ୍ୟାର ପ୍ରଭାବ ଅଧିକ ପଡ଼ିପାରେ। ଏହା ପ୍ରଭାବରେ ୨୭ ତାରିଖରୁ ଓଡ଼ିଶାରେ ବର୍ଷାର ପରିମାଣ ବଢିବ। ବିଶେଷକରି ଉପକୂଳ ଓ ଦକ୍ଷିଣ ଓଡ଼ିଶାରେ ବର୍ଷା ସମ୍ଭାବନା ଅଧିକ ରହିବ। ୨୭ରୁ ୨୯ ତାରିଖ ୩ଦିନ ଯାଏ ପ୍ରବଳରୁ ଅତି ପ୍ରବଳ ବର୍ଷା ଏବଂ ୩୦ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିବ ବୋଲି ଡ. ମହାନ୍ତି ସୂଚନା ଦେଇଛନ୍ତି।
ଅନ୍ୟପକ୍ଷରେ ଲଘୁଚାପ, ଅବପାତ ଓ ବାତ୍ୟା ଯୋଗୁ ସମୁଦ୍ର ଅଶାନ୍ତ ରହିବ। ତେଣୁ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ପ୍ରବେଶ ଉପରେ ବାରଣ କରାଯାଇଛି। ୨୬ ତାରିଖରୁ ପବନ ଆରମ୍ଭ ହେବା ସହ ଓଡ଼ିଶା ଉପକୂଳ ଓ ସଂଲଗ୍ନ ଅଞ୍ଚଳରେ ୩୫-୪୫ କି.ମି.ରୁ ୫୫ କି.ମି. ବେଗରେ ପବନ ବହିବ। ସେହିପରି ୨୭ ତାରିଖରେ ୪୫-୫୫ କି.ମି.ରୁ ୬୫ କି.ମି. ଏବଂ ୨୮ ଓ ୨୯ ତାରିଖରେ ୫୦-୬୦ କି.ମିରୁ ୭୦ କି.ମି. ବେଗରେ ପବନ ବହିବାର ସମ୍ଭାବନା ରହିଛି। ୨୬ ତାରିଖ ପର୍ଯ୍ୟନ୍ତ ସମୁଦ୍ର ସ୍ଥିତି ମଧ୍ୟମ ଧରଣର ଅଶାନ୍ତ ରହିବ। ୨୭ ତାରିଖରେ ଏହା ଅଶାନ୍ତରୁ ଅତି ଅଶାନ୍ତ ଏବଂ ୨୮ରୁ ୨୯ ପର୍ଯ୍ୟନ୍ତ ଅତ୍ୟନ୍ତ ଅଶାନ୍ତରୁ ଉଚ୍ଚ ହେବାର ସମ୍ଭାବନା ରହିଛି। ଶନିବାର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, କନ୍ଧମାଳ, କଳାହାଣ୍ଡି ଏବଂ ନବରଙ୍ଗପୁର ଜିଲାରେ ପ୍ରବଳ ବର୍ଷା ନେଇ ବିଭାଗ ପକ୍ଷରୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ରବିବାର ଏହିସବୁ ଜିଲା ସମେତ ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ ଓ ବୌଦ୍ଧ ଜିଲା ପାଇଁ ୟେଲୋ ଓ୍ବାର୍ନିଂ ଦିଆଯାଇଛି। ତେବେ ସୋମବାର ୨୭ତାରିଖରେ ରାଜ୍ୟର ସମସ୍ତ ଜିଲାକୁ ୟୋଲେ ୱାର୍ନିଂ ଏବଂ ଗଞ୍ଜାମ, ଗଜପତି ଓ ରାୟଗଡ଼ା ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ଓ୍ବାର୍ନିଂ ଜାରି ହୋଇଛି। ଏହି ସମୟରେ ବିଜୁଳି ଘଡଘଡି ସହିତ ଝଡ ପବନ ବହିବାର ଯଥେଷ୍ଟ ସମ୍ଭାବନା ରହିଛି ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।
ସତର୍କ କଲେ ଏସ୍‌ଆର୍‌ସି
ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ଓଡ଼ିଶା ସରକାରଙ୍କ ସ୍ବତନ୍ତ୍ର ରିଲିଫ କମିଶନର (ଏସ୍‌ଆର୍‌ସି)ଙ୍କ ପକ୍ଷରୁ ରାଜ୍ୟବାସୀଙ୍କ ପାଇଁ ସତର୍କ ସୂଚନା ଜାରି କରାଯାଇଛି। ବାତ୍ୟା ସମୟରେ ସତର୍କ ରହିବାକୁ ଗଞ୍ଜାମ, ପୁରୀ, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, ଭଦ୍ରକ ଏବଂ ବାଲେଶ୍ୱର ଜିଲାର ଜିଲାପାଳଙ୍କୁ ଏସ୍‌ଆର୍‌ସି ଚିଠି କରିଛନ୍ତି। ବିଶେଷକରି ଅରେଞ୍ଜ ଏବଂ ୟେଲୋ ୱାର୍ନିଂ ଦିଆଯାଇଥିବା ଜିଲାଗୁଡ଼ିକୁ ଅଧିକ ସତର୍କ ରହିବାକୁ ହେବ। ପ୍ରାକୃତିକ ବିପର୍ଯ୍ୟୟର ମୁକାବିଲା ପାଇଁ ପ୍ରସ୍ତୁତ ହେବାକୁ ପଡିବ। କୁଆପଥର ମାଡ଼ ଓ ବଜ୍ରପାତରୁ ନିଜକୁ ରକ୍ଷା କରିବା ପାଇଁ ସୁରକ୍ଷିତ ସ୍ଥାନକୁ ଆଶ୍ରୟସ୍ଥଳୀ ଭାବେ ବାଛିବା ନେବାକୁ ପରାମର୍ଶ ଦିଆଯାଇଛି। ଏଥିସହ ଅକ୍ଟୋବର ୨୬ରୁ ୨୯ ତାରିଖ ପର୍ଯ୍ୟନ୍ତ ସମୁଦ୍ର ଅଶାନ୍ତ ରହୁଥିବାରୁ ଏହି ସମୟରେ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି ଏବଂ ସମୁଦ୍ରକୁ ଯାଇଥିବା ମତ୍ସ୍ୟଜୀବୀଙ୍କୁ ତୁରନ୍ତ ଫେରିଆସିବାକୁ ସୂଚନା ଜାରି କରାଯାଇଛି।
ବାତ୍ୟା ନାଁ ‘ମୋନ୍ଥା’
ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଥିବା ବାତ୍ୟାର ନାମ ଥାଇ ଭାଷାରେ ‘ମୋନ୍ଥା’ ରଖାଯିବ। ଥାଇଲାଣ୍ଡରେ ଅର୍ଥାତ୍‌ ଥାଇ ଭାଷାରେ ‘ମୋନ୍ଥା’ର ଅର୍ଥ ସୁଗନ୍ଧିତ ଫୁଲ ବା ସୁନ୍ଦର ଫୁଲ। ବାତ୍ୟାଗୁଡିକୁ ବିଶ୍ବ ପାଣିପାଗ ସଂସ୍ଥା ପକ୍ଷରୁ ନାମକରଣ କରାଯାଇଥାଏ। ଟ୍ରପିକାଲ ସ୍ଲାଇକ୍ଲୋନ ପାଇଁ ୧୩ଟି ଦେଶ ନାମକରଣ କରିଥାନ୍ତି। ଏହି ଦେଶଗୁଡ଼ିକ ହେଉଛନ୍ତି ଭାରତ, ବାଂଲାଦେଶ, ଇରାନ, ମାଳଦୀପ, ମ୍ୟାନ୍‌ମାର୍‌, ଓମାନ, ପାକିସ୍ତାନ, କତାର, ସାଉଦିଆରବ, ଶ୍ରୀଲଙ୍କା, ଥାଇଲାଣ୍ଡ, ୟୁଏଇ ଏବଂ ୟେମେନ। ପ୍ରତି ଦେଶ ବାତ୍ୟାର ନାମକରଣ ପାଇଁ ଏକ ନାମ ତାଲିକା ପ୍ରଦାନ କରିଥାନ୍ତି। ଏହାକୁ ବିଶ୍ବ ପାଣିପାଗ ସଂସ୍ଥା ବ୍ୟବହାର କରିଥାଏ। ସାଇକ୍ଲୋନକୁ ଚିହ୍ନଟ, ଟ୍ରାକ ଓ ବିପର୍ଯ୍ୟୟ ସଚେତନତା ପାଇଁ ନାମଗୁଡିକୁ ବ୍ୟବହାର କରାଯାଇଥାଏ। ଓଡ଼ିଶାରେ ମହାବାତ୍ୟା ପରେ ବାତ୍ୟାଗୁଡିକର ନାମକରଣ କରାଯାଉଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ହାତୀ ମୃତଦେହ ଠାବ, ୭ଫୁଟ ତଳୁ ଉଦ୍ଧାର କଲା ବନ ବିଭାଗ 

କେସିଙ୍ଗା ,୨୨।୧(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବନ ଖଣ୍ଡ ଅଧିନସ୍ଥ ତହସିର ଗ୍ରାମ ସ୍ଥିତ କ୍ଷୁଦ୍ର ଜଳସେଚନ ପ୍ରକଳ୍ପ ଅଞ୍ଚଳରେରେ ମୃତ ହାତୀର ଖଣ୍ଡ...

ମୁଜାଗଡ ପୋଷ୍ଟମାଷ୍ଟରଙ୍କ ଦୁର୍ଘଟଣାରେ ମୃତ୍ୟୁ, ସନ୍ଦେହରେ ପରିବାର ଲୋକେ

ଭଞ୍ଜନଗର,୨୨।୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ ପୋଷ୍ଟମାଷ୍ଟର ନାରାୟଣ ପାତ୍ର (୫୫)ଙ୍କର ବୁଧବାର ରାତିରେ ଏକ ଦୁର୍ଘଟଣାରେ ମୃତ୍ୟୁ ହୋଇଛି। ଦୁର୍ଘଟଣା କେଉଁଭଳି...

ଆରାବଳୀର ଅପୂରଣୀୟ କ୍ଷତି କରିପାରେ ବେଆଇନ ଖନନ

ନୂଆଦିଲ୍ଲୀ,୨୨ା୧: ଆରାବଳୀ ପର୍ବତମାଳାରେ ବେଆଇନ ଖନନ ଯୋଗୁ ଏହାର ପରିବେଶ ପାଇଁ ଅପୂରଣୀୟ କ୍ଷତି ହୋଇପାରେ ବୋଲି ବୁଧବାର ସୁପ୍ରିମକୋର୍ଟ କହିଛନ୍ତି। ବିଭିନ୍ନ କ୍ଷେତ୍ରରେ ଅଭିଜ୍ଞତାସମ୍ପନ୍ନ...

ଦିଲ୍ଲୀ ପ୍ରଦୂଷଣ: କେନ୍ଦ୍ରକୁ କାର୍ଯ୍ୟ ଯୋଜନା ମାଗିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୨ା୧: ଦିଲ୍ଲୀ-ଜାତୀୟ ରାଜଧାନୀ ଅଞ୍ଚଳ (ଏନ୍‌ସିଆର୍‌)ରେ ବାୟୁ ପ୍ରଦୂଷଣ ବଢ଼ିବାରେ ଲାଗିଛି। ବାୟୁ ଗୁଣବତ୍ତା ସୂଚକାଙ୍କ (ଏକ୍ୟୁଆଇ) ଖରାପ ହେବାରେ ଲାଗିଥିବାବେଳେ ଏଥିରେ ସୁଧାର ଆଣିବା...

ମହିଳାଙ୍କ ପାଇଁ ଖୁସି ଖବର, ଆଜି ମିଳିବ ସୁଭଦ୍ରା ଟଙ୍କା

ଭୁବନେଶ୍ୱର,୨୨।୧: ଅପେକ୍ଷାର ଅନ୍ତ ଘଟିବ। ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା। ତେବେ ପ୍ରଥମ ଓ ଦ୍ୱିତୀୟ କିସ୍ତିରୁ ବାଦ ପଡ଼ିଥିବା ମହିଳାମାନେ ଏହି...

ବାଙ୍କୀରେ ଧାନମଣ୍ଡି ଅବ୍ୟବସ୍ଥା, ତେଜୁଛି ଚାଷୀ ଅସନ୍ତୋଷ

ବାଙ୍କୀ,୨୨ା୧(ଶୁଭେନ୍ଦୁ ମହାପାତ୍ର): କଟକ ଜିଲା ବାଙ୍କୀ କେନ୍ଦ୍ର ସମବାୟ ବ୍ୟାଙ୍କ ଉପଖଣ୍ଡରେ ଚଳିତବର୍ଷ ୪୯ ପ୍ରାଥମିକ କୃଷି ସେବା ସମବାୟ ସମିତି (ପାକ୍ସ)ରେ ମଣ୍ଡି ଖୋଲିବାକୁ...

ଆକ୍ସନ ମୋଡରେ ଭାଜପା ଅଧ୍ୟକ୍ଷ! ୮ ଘଣ୍ଟାର ବୈଠକରେ ୫ ରାଜ୍ୟର ନିର୍ବାଚନକୁ ନେଇ ମନ୍ଥନ

ନୂଆଦିଲ୍ଲୀ,୨୨।୧: ଭାଜପାର ରାଷ୍ଟ୍ରୀୟ ଅଧ୍ୟକ୍ଷ ହେବା ପରେ, ନୀତିନ ନବୀନ ଆଗାମୀ ବିଧାନସଭା ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ କରିଛନ୍ତି। ଦିଲ୍ଲୀର ଭାଜପା ମୁଖ୍ୟାଳୟରେ ଚାଲିଥିବା...

ଜାନୁଆରୀରେ ୧.୫% ଦୁର୍ବଳ ହେଲାଣି ଟଙ୍କା

ମୁମ୍ବାଇ,୨୨ା୧(ବ୍ଲୁମ୍‌ବର୍ଗ/ପି.ଟି.): ୨୦୨୫ ଡିସେମ୍ବର ୧୬ରେ ଭାରତୀୟ ମୁଦ୍ରା ୯୧.୧୪ ଟଙ୍କାକୁ ଖସି ସର୍ବକାଳୀନ ନିମ୍ନସ୍ତରକୁ ଛୁଇଁଥିଲା। ସେବେଠୁ ଅଦ୍ୟାବଧି ଟଙ୍କା ୧.୫% ଦୁର୍ବଳ ହୋଇଥିବା ଫରେକ୍ସ ଟ୍ରେଡର୍ସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri