ଆଜି ଇଣ୍ଡିଆ ମେରିଟାଇମ ଓ୍ବିକ୍‌ରେ ଯୋଗଦେବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୭ା୧୦(ଅନୁରାଧା ମହାରଣା): ଇଣ୍ଡିଆ ମେରିଟାଇମ ଓ୍ବିକ୍‌(ଆଇଏମ୍‌ଡବ୍ଲୂ୍ୟ) ୨୦୨୫ ସୋମବାର ମୁମ୍ବାଇଠାରେ ଆରମ୍ଭ ହେବ। ୩୧ ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି ସମ୍ମିଳନୀର ଉଦ୍‌ଘାଟନୀ ସମାରୋହରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସମ୍ମାନିତ ଅତିଥି ଭାବେ ଯୋଗଦେବେ। ପରେ ଓଡ଼ିଶା ସ୍ବତନ୍ତ୍ର ଅଧିବେଶନରେ ରାଜ୍ୟର ବନ୍ଦର-ଆଧାରିତ ନିବେଶ ସୁଯୋଗ ଓ ରପ୍ତାନି ସମ୍ଭାବନା ଉପରେ ଆଲୋଚନା କରିବେ। ଇତିମଧ୍ୟରେ ଓଡ଼ିଶା ସରକାରଙ୍କ ଏକ ପ୍ରତିନିଧି ଦଳ ଏହି ସମ୍ମିଳନୀରେ ଅଂଶଗ୍ରହଣ ପାଇଁ ମୁମ୍ବାଇ ପହଞ୍ଚତ୍ସାରିଥିବା ସୂଚନା ମିଳିଛି।
ସୂଚନାଥାଉକି, ଇଣ୍ଡିଆ ମେରିଟାଇମ ଓ୍ବିକ୍‌ ହେଉଛି ଏକ ପ୍ରମୁଖ ଜାତୀୟ ଓ ଅନ୍ତର୍ଜାତୀୟ କାର୍ଯ୍ୟକ୍ରମ, ଯେଉଁଥିରେ ନେତା, ଶିଳ୍ପ ବିଶେଷଜ୍ଞ ଓ ନିବେଶକମାନେ ମିଳିତ ହୋଇ ବନ୍ଦର ଭିତ୍ତିଭୂମି, ମେରିଟାଇମ ଉନ୍ନୟନ ଓ ବ୍ଲୁ ଇକୋନୋମିରେ ଅଗ୍ରଗତି ଏବଂ ସୁଯୋଗ ଉପରେ ଆଲୋଚନା କରିବେ। ଓଡ଼ିଶାର ଅଂଶଗ୍ରହଣ ରାଜ୍ୟକୁ ବନ୍ଦର-ଆଧାରିତ ଶିଳ୍ପ ଓ ଉପକୂଳୀୟ ଅର୍ଥନୀତିରେ ଏକ ପ୍ରମୁଖ କେନ୍ଦ୍ର ଭାବେ ଗଢ଼ିବାର ଲକ୍ଷ୍ୟକୁ ପ୍ରତିଫଳିତ କରୁଛି। ଓଡ଼ିଶା ପ୍ରତିନିଧି ଦଳ ବନ୍ଦର-ଆଧାରିତ ଶିଳ୍ପ, ଲଜିଷ୍ଟିକ୍ସ, ମତ୍ସ୍ୟ ଓ ମେରିଟାଇମ ଟେକ୍ନୋଲୋଜିରେ ନିବେଶ ସୁଯୋଗକୁ ପ୍ରୋତ୍ସାହିତ କରିବେ। ଓଡ଼ିଶା ଅଧିବେଶନରେ ରାଜ୍ୟର ଉନ୍ନତ ବନ୍ଦର ଭିତ୍ତିଭୂମି ଓ ମେରିଟାଇମ ସମ୍ଭାବନା ପ୍ରଦର୍ଶିତ ହେବ, ଯାହା ଦେଶୀୟ ଓ ବିଦେଶୀ ନିବେଶକଙ୍କୁ ଆକର୍ଷିତ କରିବ। ମୁଖ୍ୟମନ୍ତ୍ରୀ ମାଝୀଙ୍କ ନେତୃତ୍ୱରେ ଓଡ଼ିଶା ସରକାରଙ୍କ ୫୦୦ ଦିନ ପୂର୍ଣ୍ଣ ହୋଇଥିବାବେଳେ ତାଙ୍କର ଏହି ଗସ୍ତ ସମାବେଶୀ ଉନ୍ନୟନ, ଶିଳ୍ପ ବୃଦ୍ଧି ଓ ରୋଜଗାର ସୃଷ୍ଟି ଉପରେ ବିଶେଷ ଗୁରୁତ୍ୱ ବହନ କରୁଛି।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ଏହି ୪ ଜିଲାରେ ଶୀତଲହରୀ ସମ୍ଭାବନା; ଭୁବନେଶ୍ୱର ପାଇଁ ଆସନ୍ତା ୨୪ ଘଣ୍ଟା ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର,୭ା୧୨: ରାଜ୍ୟକୁ ବିଳମ୍ବରେ ଶୀତ ଆସିଥିଲେ ମଧ୍ୟ ରହି ରହିକା ବିଭିନ୍ନ ଜିଲାରେ ଶୀତର ଲହରୀ ଦେଖିବାକୁ ମିଳୁଛି। ଡିସେମ୍ବର ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri