ଲୋୟର ସୁକତେଲ ପ୍ରକଳ୍ପ ବିସ୍ଥାପିତଙ୍କ ସହ ପ୍ରଶାସନର ଆଲୋଚନା: ଦାବି ପୂରଣ ନ ହେଲେ ଆସନ୍ତାକାଲି ହେବ…

ବଲାଙ୍ଗୀର, ୨୮।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଲୋୟର ସୁକତେଲ ଡ୍ୟାମ ପ୍ରକଳ୍ପର ବିସ୍ଥାପିତମାନଙ୍କ ସହ ମଙ୍ଗଳବାର ଜିଲା ପ୍ରଶାସନ ଓ ଲୋୟର ସୁକତେଲ ପ୍ରକଳ୍ପ ଅଧିକାରୀମାନେ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଛନ୍ତି। ଏହି ବୈଠକରେ ଝାଙ୍କରପାଲି ଓ ଗେଡାବାଞ୍ଜି ପୁନର୍ବାସ କଲୋନୀରେ ରହୁଥିବା ବିସ୍ଥାପିତମାନେ ବିସ୍ଥାପିତମାନଙ୍କ ଶିକ୍ଷା, ସ୍ବାସ୍ଥ୍ୟ ଓ ପାନୀୟ ଜଳଯୋଗାଣ ସମସ୍ୟାର ସମାଧାନ ଉପରେ ଆଲୋଚନା କରିଥିଲେ। ଦୀର୍ଘ ଦିନ ହେଲା ସମସ୍ୟାର ସମାଧାନ ପାଇଁ ଦାବି କରୁଥିଲେ ମଧ୍ୟ ପ୍ରଶାସନ କୌଣସି ପଦକ୍ଷେପ ନ ନେବାରୁ ବିସ୍ଥାପିତମାନେ ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ବିସ୍ଥାପିତ ହେବାର ୮୫୦ ଦିନ ବିତି ଯାଇଥିଲେ ମଧ୍ୟ ବିସ୍ଥାପିତ କଲୋନୀ ରହୁଥିବା ବିସ୍ଥାପିତମାନଙ୍କ ପାଇଁ ସରକାରଙ୍କ ପକ୍ଷରୁ କୌଣସି ମୌଳିକ ସୁବିଧାର ବ୍ୟବସ୍ଥା କରାଯାଇନାହିଁ। ଲୋୟର ସୁକତେଲ ପ୍ରକଳ୍ପ ବିସ୍ଥାପିତଙ୍କ ଦାବି ପୂରଣ ନ ହେଲେ ସେମାନେ ବାଧ୍ୟ ହୋଇ ଆସନ୍ତାକାଲି ଅର୍ଥାତ୍‌ ବୁଧବାର ରାସ୍ତା ରୋକୋ କରି ଆନ୍ଦୋଳନ କରିବେ ବୋଲି କହିଛନ୍ତି ।

 

Dharitri – The Largest & Most Trusted Odia Daily

\


Enter your email to get our daily news in your inbox.

All Right Reserved By Dharitri.Com

ଶିଶିର ସରସ ମେଳା-୨୦୨୬ରେ ୩୦ କୋଟି ଟପିଲା ବ୍ୟବସାୟ

ଭୁବନେଶ୍ୱର,୨୦।୧: ରାଜଧାନୀରେ ଚାଲିଥିବା ଜାତୀୟ ସ୍ତରୀୟ ‘ଶିଶିର ସରସ ମେଳା-୨୦୨୬’ ମଙ୍ଗଳବାର ଉଦଯାପିତ ହୋଇଯାଇଛି। ଚଳିତ ବର୍ଷ ଏହି ମେଳା ବିକ୍ରି ଏବଂ ଜନସମାଗମ କ୍ଷେତ୍ରରେ...

ସଂଘବଦ୍ଧ ଆକ୍ରମଣ: ପୁଅଙ୍କୁ ବଞ୍ଚାଇବାକୁ ଯାଇ ବାପା-ମା’ ଆହତ, ଗୁରୁତର… 

ଦିଗପହଣ୍ଡି,୨୦।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ନରସିଂହପୁର ଗ୍ରାମରେ ବ୍ୟବସାୟିକ ଶତ୍ରୁତାକୁ ନେଇ ଗୋଟିଏ ପରିବାରର ବାପ,ମା ଓ ପୁଅଙ୍କୁ...

ଆଗକୁ ପଞ୍ଚାୟତ ନିର୍ବାଚନ: ସାଙ୍ଗଠନିକ ବୈଠକରେ ବାଜିଲା ଭାଜପାର ବିଗୁଲ… 

କୋରାପୁଟ,୨୦।୧(ଅମିତାଭ ବେହେରା): ଆସନ୍ତା ପଞ୍ଚାୟତ ନିର୍ବାଚନ ନେଇ କୋରାପୁଟରେ ଭାଜପାର ସାଙ୍ଗଠନିକ  ଭିତ୍ତିଭୂମିକୁ  ଅଧିକ ସୁଦୃଢ କରିବା ଲକ୍ଷ୍ୟରେ ମଙ୍ଗଳବାର ସ୍ଥାନୀୟ ଦକ୍ଷତା ବୃଦ୍ଧି ତାଲିମ...

ଦକ୍ଷିଣାଞ୍ଚଳ ରାଜସ୍ବ ଆୟୁକ୍ତ, ଜ଼ିଲାପାଳମାନଙ୍କ ସମ୍ମିଳନୀ:ପଞ୍ଚାୟତ, ପୌର ନିର୍ବାଚନ ସଫଳତାର ସହ…

ଛତ୍ରପୁର,୨୦ା୧(ଦିଲୀପ ସାମଲ): ଆଗାମୀ ପଞ୍ଚାୟତ, ପୌର ନିର୍ବାଚନ ଏବଂ ଭୋଟର ତାଲିକା ସଂଶୋଧନକୁ ସ୍ବଚ୍ଛ, ନିରପେକ୍ଷ ଓ ସଫଳତାର ସହ ସମ୍ପାଦନ କରିବା ପାଇଁ ଛତ୍ରପୁରସ୍ଥିତ...

ପିଏମଶ୍ରୀ ଉତ୍ସବରେ ୩ ବିଧାୟକ: ଛାତ୍ରଛାତ୍ରୀଙ୍କ ପ୍ରତିଭା ଦେଖି କଲେ ପ୍ରଶଂସା

ବରଗଡ଼,୨୦।୧(ପ୍ରେମାନନ୍ଦ ଖମାରୀ) – ବରଗଡ଼ ରାଣା ପ୍ରତାପ ସ୍କୁଲ ପରିସରରେ ଚାଲିଥିବା ବରଗଡ଼ ଜିଲାସ୍ତରୀୟ ପିଏମଶ୍ରୀ ଉତ୍ସବ ମଙ୍ଗଳବାର ଉଦଯାପିତ ହୋଇଯାଇଛି । ଅତିରିକ୍ତ ଜିଲାପାଳ...

ବାଲେଶ୍ୱରରେ ସଂଖ୍ୟାଲଘୁ ଯୁବକଙ୍କ ହତ୍ୟା: ନବୀନଙ୍କ ଗଭୀର ଦୁଃଖ ପ୍ରକାଶ

ଭୁବନେଶ୍ୱର,୨୦।୧: ବାଲେଶ୍ୱର ଜିଲାରେ ଗୋ-ଚାଲାଣ ଅଭିଯୋଗରେ ଜଣେ ସଂଖ୍ୟାଲଘୁ ସମ୍ପ୍ରଦାୟର ଯୁବକଙ୍କୁ ହତ୍ୟା ଘଟଣାରେ ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ...

୨୦୦୦ ଟଙ୍କାର ଛୋଟିଆ SIP କରିବ କୋଟିପତି, ଜାଣନ୍ତୁ କିଭଳି ନିବେଶ… 

ନୂଆଦିଲ୍ଲୀ, ୨୦।୧: କ’ଣ ୨୦୦୦ର ଛୋଟ SIPରୁ ଆପଣ କୋଟିପତି ହୋଇପାରିବେ? ଉତ୍ତର ହେଉଛି ହଁ! କେବଳ ଧୌର୍ଯ୍ୟ ଏବଂ ସମୟର ଆବଶ୍ୟକତା ରହିଛି। ଏସ୍‌ଆଇପି,...

୨୭ ବର୍ଷ ପରେ ନକ୍ଷତ୍ର ପରିବର୍ତ୍ତନ କଲେ ଶନି, ଏହି ୩ ରାଶିର ବଦଳିବ ଭାଗ୍ୟ…

ଜାନୁଆରୀ ୨୦ ତାରିଖ ଅର୍ଥାତ୍ ଆଜିର ଦିନରୁ ଶନିଦେବ ଉତ୍ତରା ଭାଦ୍ରପଦ ନକ୍ଷତ୍ରରେ ପ୍ରବେଶ କରିବାକୁ ଯାଉଛନ୍ତି । ଜ୍ୟୋତିଷ ଶାସ୍ତ୍ରର ଗଣନା ଅନୁଯାୟୀ ପାଖାପାଖି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri