ମାସକରେ ଉଦ୍ଧାର ହେଲେ ୪୭୯ ଶିଶୁ

ଛତ୍ରପୁର,୪ା୯(ଡି.ଏନ.ଏ)- ଗଞ୍ଜାମ ଜିଲା ପୋଲିସ ପକ୍ଷରୁ ଜୁଲାଇ ୩୧ ତାରିଖରୁ ମାସେ ବ୍ୟାପୀ ଚାଲିଥିବା ଅପରେଶନ ପରୀ-୩ ଅଗଷ୍ଟ ୩୦ରେ ଶେଷ ହୋଇଛି। ନିଖୋଜ ଥିବା, ଶ୍ରମିକ ଭାବେ କାମ କରୁଥିବା ଶିଶୁମାନଙ୍କୁ ଉଦ୍ଧାର କରି ମୁଖ୍ୟସ୍ରୋତକୁ ଆଣିବା ଅପରେଶନ ପରୀ-୩ ର ମୂଳଲକ୍ଷ୍ୟ ଥିଲା। ଏହି ସ୍ପେଶାଲ ଡ୍ରାଇଭ ଗଞ୍ଜାମ ପୋଲିସ ଜିଲା ଅଧୀନ ସମସ୍ତ ଥାନା ଅଞ୍ଚଳରେ ଚାଲିଥିଲା। ମାସକ ମଧ୍ୟରେ ଥାନା ପୋଲିସ ପକ୍ଷରୁ ବିଭିନ୍ନ ହୋଟେଲ, ବ୍ୟବସାୟିକ ପ୍ରତିଷ୍ଠାନ, ରାଶନ ଦୋକାନ, କାଜୁ ଫ୍ୟାକ୍ଟ୍ରି ଆଦିରେ ଚଢ଼ାଉ କରାଯାଇ ୪୭୯ ଶିଶୁଙ୍କୁ ଉଦ୍ଧାର କରାଯାଇଥିଲା। ସେଥିମଧ୍ୟରେ ୪୩୮ ପୁଅ ଓ ୪୧ ଝିଅ ଥିଲେ। ସେମାନଙ୍କ ମଧ୍ୟରୁ ୨ ନାବାଳକଙ୍କୁ ବ୍ରହ୍ମପୁର ସ୍ଥିତ ସିଡବ୍ଲ୍ୟୁସି (ଶିଶୁ କଲ୍ୟାଣ କମିଟି) ପକ୍ଷରୁ ହସ୍ତାନ୍ତର କରାଯାଇଥିଲା। ୯ ଜଣଙ୍କୁ ବ୍ରହ୍ମପୁରସ୍ଥିତ ଚାଇଲ୍ଡଲାଇନ୍‌ ଏବଂ ୪୬୮ ଜଣଙ୍କୁ ସେମାନଙ୍କ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାଷୀଙ୍କୁ ଶୋଷଣ ଚଳିବ ନାହିଁ, ନଚେତ୍‌ ନିଆଁ ଜଳିବ: ପ୍ରଦୀପ ମାଝୀ

ଝରିଗାଁ, ୨୩।୧୨ (କିଶୋର ଚନ୍ଦ୍ର ମଣ୍ଡଳ):ନବରଙ୍ଗପୁର ଜିଲାର ଝରିଗାଁ, ଉମରକୋଟ ଓ ରାଇଘର, ଚନ୍ଦାହାଣ୍ଡି ବ୍ଲକ ଠାରେ ଚାଷୀ ମହାସଂଘ ପକ୍ଷରୁ ବ୍ଳକ ବନ୍ଦ କରାଯାଇଛି।...

କେନ୍ଦ୍ରାପଡ଼ାରେ ନାବାଳିକାଙ୍କ ସହ ଘଟିଗଲା ଏପରି ଅଘଟଣ: କଡା ଚେତାବନୀ ଦେଲେ ଉପମୁଖ୍ୟମନ୍ତ୍ରୀ

କେନ୍ଦ୍ରାପଡା,୨୩।୧୨: କେନ୍ଦ୍ରାପଡ଼ା ଜିଲା ସାତଭାୟା ଗ୍ରାମରେ ଘଟିଥିବା କଥିତ ନାବାଳିକା ବିବାହ ଘଟଣାକୁ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଗଭୀର ଉଦବେଗ ପ୍ରକାଶ କରିଛନ୍ତି। ଏହି...

ଦାରିଙ୍ଗବାଡି ଶୀତ ମହୋତ୍ସବ: ରାଜ୍ୟର ୪ ମୁଖିଆଙ୍କୁ ନିମନ୍ତ୍ରଣ

ଦାରିଙ୍ଗବାଡି, ୨୩।୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡିଠାରେ ଜାନୁଆରୀରେ ହେବାକୁ ରହିଥିବା ଶୀତ ମହୋତ୍ସବରେ ଅନ୍ୟ ଅତିଥିଙ୍କ ମଧ୍ୟରେ ଓଡ଼ିଶା ସରକାରଙ୍କ ଗୃହ ଏବଂ ନଗର...

ଶୁଳିଆଯାତ୍ରାରେ ଶ୍ରଦ୍ଧାଳୁଙ୍କ ଭିଡ଼: ପହଞ୍ଚିଲେ ପୂର୍ବତନ ମନ୍ତ୍ରୀ ନରସିଂହ ମିଶ୍ର, ପଶୁବଳିରେ…

ବଲାଙ୍ଗୀର,୨୩ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ ଖଇରଗୁରାସ୍ଥିତ ବଡ଼ଖଳା, କୁମୁରିଆ ସାନଖଳାରେ ପାରମ୍ପରିକ ରୀତିନୀତି ଅନୁସାରେ ମଙ୍ଗଳବାର ଶାନ୍ତିଶୃଙ୍ଖଳା ସହ ପାଳିତ ହୋଇଛି...

ମୋକିମଙ୍କ ରୁଦ୍ଧଦ୍ୱାର ବୈଠକ: ରାଜନୀତିରେ ହଲଚଲ, ଆସିପାରେ ନୂଆ…

ଧର୍ମଶାଳା,୨୩ା୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ରସୁଲପୁର ବ୍ଲକ କୁଆଖିଆ ସତ୍‌ସଙ୍ଗ ବିହାର ପରିସରରେ ଏକ ବନ୍ଧୁମିଳନ ଉତ୍ସବରେ କଟକ ବାରବାଟୀର ପୂର୍ବତନ ବିଧାୟକ ମହମ୍ମଦ...

ରାଇକଲା ଜଙ୍ଗଲରେ ୧୩ ଟିକିଆ ହାତୀପଲ: ଭୟରେ ଆତଙ୍କିତ ଗ୍ରାମବାସୀ

ଜି.ଉଦୟଗିରି,୨୩।୧୨(ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲା ଜି.ଉଦୟଗିରି ରେଞ୍ଜ ଲିଙ୍ଗାଗଡ଼ ବନାଞ୍ଚଳ ଅନ୍ତର୍ଗତ ରାଇକଲା ଜଙ୍ଗଲକୁ ୧୩ ଟିକିଆ ହାତୀପଲ ମଙ୍ଗଳବାର ଭୋର ସକାଳୁ ଆସିଥିବା...

କଥା ଦେଲେ ମୁଖ୍ୟମନ୍ତ୍ରୀ, ଦାରିଙ୍ଗବାଡ଼ି ଶୀତ ମହୋତ୍ସବକୁ ଆସିବେ କହିବା ପରେ…

ଦାରିଙ୍ଗବାଡ଼ି,୨୩ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର ଦାରିଙ୍ଗବାଡ଼ିରେ ଶୀତ ମହୋତ୍ସବ ପାଳନ ପାଇଁ ଦିନ ଯେତେ ନିକଟତର ହେଉଛି ସେତିକି ଉତ୍ସାହ ଦେଖାଯାଉଛି। ଆସନ୍ତା ୮ରୁ ୧୧...

ବିଧାୟକଙ୍କ ଦରମା ବୃଦ୍ଧି ପ୍ରସଙ୍ଗ: ହାଇକୋର୍ଟ ଦେଲେ ବଡ଼ ରାୟ

କଟକ,୨୩।୧୨: ବିଧାୟକଙ୍କ ଦରମା ବୃଦ୍ଧି ମାମଲା ହାଇକୋର୍ଟରେ ଗ୍ରହଣ ହୋଇନାହିଁ। AG ପୀତାମ୍ବର ଆଚାର୍ଯ୍ୟଙ୍କ ଦୃଢ଼ ଯୁକ୍ତି ପରେ ମଧ୍ୟ ଏହାକୁ ଗ୍ରହଣ କରିନାହାନ୍ତି ହାଇକୋର୍ଟ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri