Posted inଜାତୀୟ

ଏୟାର ଇଣ୍ଡିଆ ବିମାନ ନିକଟରେ ବସ୍‌ ଜଳିଗଲା, ଆଉ ତା’ପରେ…

ନୂଆଦିଲ୍ଲୀ,୨୯ା୧୦: ଦିଲ୍ଲୀର ଇନ୍ଦିରା ଗାନ୍ଧୀ ଇଣ୍ଟରନ୍ୟାଶନାଲ ଏୟାରପୋର୍ଟର ଟର୍ମିନାଲ ୩ରେ ଏୟାର ଇଣ୍ଡିଆର ଏକ ବିମାନଠାରୁ ମାତ୍ର କେଇ ମିଟର ଦୂରରେ ଏକ ବସ୍‌ରେ ନିଆଁ ଲାଗିଯାଇଛି। ତୁରନ୍ତ ଉକ୍ତ ବସ୍‌କୁ ବେ’ ୩୨ରୁ ହଟାଇ ଦିଆଯାଇଥିଲା। ଏସ୍‌ଏଟିଏସ୍‌ ଏୟାରପୋର୍ଟ ସର୍ଭିସେସ୍‌ ପ୍ରା.ଲିଃ ଦ୍ୱାରା ପରିଚାଳିତ ଏହି ବସ୍‌ ବିଭିନ୍ନ ଏୟାଲାଇନ୍ସକୁ ଗ୍ରାଉଣ୍ଡ ସେବା ଯୋଗାଇଥାଏ। ମଙ୍ଗଳବାର ଅପରାହ୍ନରେ ହଂକଂରୁ ଆସି ଦିଲ୍ଲୀରେ ଅବତରଣ କରିଥିବା ଏୟାର ଇଣ୍ଡିଆ ବିମାନର ଯାତ୍ରୀମାନଙ୍କୁ ନେବା ପାଇଁ ବସ୍‌ଟି ସେଠାକୁ ଯାଇଥିବାବେଳେ ଅଗ୍ନିକାଣ୍ଡ ଘଟିଥିଲା। ସେଠାରେ ଉପସ୍ଥିତି ଥିବା ଏୟାରପୋର୍ଟ ଏଆର୍‌ଏଫ୍‌ଏଫ୍‌ ଟିମ୍‌ ତୁରନ୍ତ ନିଆଁକୁ ଆୟତ୍ତ କରିଥିଲା। ନିଆଁ ଲାଗିବା ସମୟରେ ବସ୍‌ଟି ସମ୍ପୂର୍ଣ୍ଣ ଖାଲି ଥିବାରୁ କେହି ଆହତ ହୋଇନାହାନ୍ତି। ସିଏନ୍‌ଜିରେ ଚାଲୁଥିବାବେଳେ ବୈଷୟିକ ତ୍ରୁଟିରୁ ନିଆଁ ଲାଗିଯାଇଥିବା ସିଆଇଏସ୍‌ଏଫ୍‌ କହିଛି। ନିଆଁକୁ ଆୟତ୍ତ କରାଯିବା ପରେ ବିମାନ ସେବା ସ୍ବାଭାବିକ ରହିଛି। ନିଆଁ ଲାଗିବାର ପ୍ରକୃତ କାରଣ ଜାଣିବା ପାଇଁ ତଦନ୍ତ ଜାରି ରହିଛି।

 

Dharitri – The Largest & Most Trusted Odia Daily

\


Enter your email to get our daily news in your inbox.

All Right Reserved By Dharitri.Com

ବିମାନ କର୍ମଚାରୀଙ୍କ ଖୋଲାଚିଠି ଭାଇରାଲ, ଏଥିରେ ଲେଖାଅଛି…

ନୂୂଆଦିଲ୍ଲୀ,୬ା୧୨: ଦେଶର ଅନେକ ବିମାନବନ୍ଦରରେ ବହୁ ବିମାନ ବାତିଲ ହେବା ପରେ ପ୍ରବଳ ଅସନ୍ତୋଷ ପ୍ରକାଶ ପାଇଛି। ସାଧାରଣ ଯାତ୍ରୀଙ୍କଠାରୁ ଆରମ୍ଭ କରି କର୍ମଚାରୀମାନେ ଅସନ୍ତୋଷ...

ବଂଶଧାରା ନଦୀ ଉପରେ ନିର୍ମାଣ ହେବ ପୋଲ: ଆନ୍ଧ୍ର -ଓଡିଶା ମଧ୍ୟରେ ବାଣିଜ୍ୟ ସଂପର୍କକ….

ପାରଳାଖେମୁଣ୍ଡି,୬ା୧୨(ଗିରିଧାରୀ ପରିଚ୍ଛା): ବଂଶଧାରା ନଦୀ ଉପରେ ନିର୍ମାଣ ହେବ ପୋଲ। ଗୁପ୍ତ ବୃନ୍ଦାବନ ରୂପେ ପରିଚିତ ଲିହୁରି ଗୋପୀନାଥ ମନ୍ଦିରକୁ ଯାତାୟାତ କରିବା ଏଣିକି ଓଡିଶାବାସୀଙ୍କ...

ପ୍ରେମିକାଙ୍କ ପାଇଁ ଗଳା କାଟିଦେଲେ ପ୍ରେମିକ, ଆଉ ତା’ ପରେ…

ଜି.ଉଦୟଗିରି,୬ା୧୨(ଚିନ୍ମୟ କୁମାର ସେଠୀ): କଳିଙ୍ଗା ପଞ୍ଚାୟତର ଡୁଗୁଡ଼ିପାରୀ ଗ୍ରାମରେ ଶନିବାର ସକାଳେ ଜଣେ ଯୁବକ ଆତ୍ମହତ୍ୟା ଉଦ୍ୟମ କରିଥିବା ଦେଖିବାକୁ ମିଳିଛି। ପ୍ରେମିକାଙ୍କ ନିଜ ଘରକୁ...

୨୩ରୁ ଭଞ୍ଜନଗରରେ ଖୋଲିବ ଧାନ ମଣ୍ଡି: ୨୪ ଘଣ୍ଟିଆ ନଜର ରଖିବ…

ଭଞ୍ଜନଗର,୬।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡରେ ଆସନ୍ତା ୨୩ ତାରିଖରୁ ମଣ୍ଡିରେ ଧାନ ସଂଗ୍ରହ ହେବ। ତେଣୁ ଏହା ପୂର୍ବରୁ ଭଞ୍ଜନଗର ଉପଖଣ୍ଡ ପ୍ରଶାସନ...

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ୧୮ହଜାର ଟପିବ ନାହିଁ ଘରୋଇ ବିମାନ ଭଡ଼ା, କିଲୋମିଟର ଅନୁଯାୟୀ ପଡିବ…

ନୂଆଦିଲ୍ଲୀ,୬।୧୨: ଗତ ୫ ଦିନ ଧରି ଇଣ୍ଡିଗୋ ବିମାନ ଚଳାଚଳ ବନ୍ଦ ହେବା ଏବଂ ଯାତ୍ରୀଙ୍କ ସଂଖ୍ୟା ଆଶାତିତ ବୃଦ୍ଧି ଯୋଗୁ, ଅନ୍ୟ ବିମାନ କମ୍ପାନୀଗୁଡ଼ିକର...

ଅସମାଜିକଙ୍କ ଆଡ୍ଡାସ୍ଥଳୀ ପାଲଟିଛି ଉଦ୍ୟାନ କୃଷି କୋଠା, ସବୁ ଜାଣି ପ୍ରଶାସନ ଚୁପ୍‌

ଥୁଆମୂଳ ରାମପୁର,୬ା୧୨(ଦୁର୍ଗା କୀର୍ତ୍ତି): କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମିଳିତ ସହଯୋଗରେ ବିଭିନ୍ନ ଯୋଜନା ମଧ୍ୟରେ ଉଦ୍ୟାନ କୃଷି ଉପରେ ଅଧିକ ଗୁରୁତ୍ୱ ଦିଆଯାଉଛି। ଉଦ୍ୟାନ...

ବିଜେଡିକୁ ଶକ୍ତ ଝଟ୍‌କା: ଭାଜପାରେ ଯୋଗଦେଲେ ପ୍ରଫୁଲଙ୍କ ଦୁଇ ପୁଅ

ଭୁବନେଶ୍ୱର/ଭଦ୍ରକ,୬।୧୨(ସନାତନ ରାଉତ): ଭଦ୍ରକ ବିଜେଡି କନ୍ଦଳ ନେଇ ରାଜନୀତି ସରଗରମ ଥିବାବେଳେ ଶେଷରେ ବିଜେଡିକୁ ଶକ୍ତ ଝଟ୍‌କା । ଭାଜପାରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ୨...

ଚୁଲି ଜାଳି ନିଆଁ ପୁଇଁ ହେଉଥିଲେ ମହିଳା, ଶାଢ଼ିରେ ଲାଗିଗଲା ନିଆଁ, ଆଉ ତା’ ପରେ…

ଆନନ୍ଦପୁର,୬ା୧୨(ସୁଶାନ୍ତ କୁମାର ସାହୁ): ଚୁଲିନିଆଁରେ ପୋଡ଼ି ହୋଇ ଜଣେ ମହିଳା ଗୁରୁତର ହୋଇଛନ୍ତି। ଆନନ୍ଦପୁର ଉପଖଣ୍ଡ ନନ୍ଦିପଦା ଥାନା କରଗୋଳା ଗାଁରେ ଘଟିଛି ଏଭଳି ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri