SI ସ୍କାମ୍‌: ୧୧୪ ପରୀକ୍ଷାର୍ଥୀଙ୍କୁ ମିଳିଲା ଜାମିନ

ବ୍ରହ୍ମପୁର,୨୯ା୧୦(ସୁବାସ ଚନ୍ଦ୍ର ପାଢ଼ୀ): ଓଡିଶା ପୋଲିସ ନିଯୁକ୍ତି ବୋର୍ଡ୍ (ଓପିଆର ବି) ଦ୍ୱାରା ଆୟୋଜିତ ସବ୍-ଇନ୍ସପେକ୍ଟର୍ ପରୀକ୍ଷା ଜାଲିଆତି ମାମଲାରେ ମୋଟ ୧୨୩ ଜଣ ଵ୍ରହ୍ମପୁର ମଣ୍ଡଳ କାରାଗାରରେ ଅଛନ୍ତି। ସେମାନଙ୍କ ମଧ୍ୟରୁ  ୧୧୪ ଜଣ(ଅଶାୟୀ) ପରୀକ୍ଷାର୍ଥୀ ୭ଜଣ ଦଲାଲ ଏପରି ମୋଟ ୧୨୧ ଜଣ ଜାମିନ ପାଇଁ କୋର୍ଟରେ ଆବେଦନ କରିଥିଲେ।  ସ୍ୱତନ୍ତ୍ର ଭିଜିଲାନ୍ସ ଜଜ ଜ୍ଞାନେନ୍ଦ୍ର କୁମାର ବାରିକ ଏହାର ଶୁଣାଣି କରି ୧୧୭ ଜଣ ଅଶାୟୀଙ୍କୁ ଜାମିନ ପ୍ରଦାନ କରିଛନ୍ତି। ଅନ୍ୟପଟେ ୭ ଜଣ ଦଲାଲଙ୍କ ଜାମିନ ଖାରଜ କରିଦେଇଛନ୍ତି। ଏନେଇ ଏପିପି ରଜତ କୁମାର ଦାଶ ସୂଚନା ଦେଇଛନ୍ତି। ଆଜି ଅଶାୟୀମାନେ ଜାମିନରେ ଵ୍ରହ୍ମପୁର ଜେଲରୁ ବାହାରିବେ। ସେହିପରି ସେମାନଙ୍କ ପରିବାର ଲୋକଙ୍କ ଭିଡ଼ ଏବେ ଜେଲ ବାହାରେ ଦେଖିବାକୁ ମିଳିଛି।

 

ଗୁପ୍ତ ସୂଚନା ଆଧାରରେ ଗତ ସେପ୍ଟେମ୍ବର ୨୯ ରାତିରେ ବ୍ରହ୍ମପୁର ପୋଲିସ ଆନ୍ଧ୍ରପ୍ରଦେଶ ସୀମାରେ ୩ଟି ଏ.ସି. ସ୍ଲିପର୍ ବସ୍‌କୁ ଅଟକ କରିଥିଲା। ବ୍ରହ୍ମପୁର ଏସପି ଡ଼ା . ସର୍ଵଣା ବିବେକ ଏମଙ୍କ ନେତୃତ୍ୱରେ ତିନିଟି ଟିମ୍ ଆନ୍ଧ୍ରପ୍ରଦେଶର  ଶ୍ରୀକାକୁଲମରେ ପହଞ୍ଚି ତିନୋଟି ବସ ସହ ୧୧୭ ଜଣଙ୍କୁ ବ୍ରହ୍ମପୁର ନେଇ ଆସିଥିଲେ। ଯାଞ୍ଚରେ ମିଳିଲା ଯେ, ସେଥିରେ ମୋଟ ୧୧୭ ଯାତ୍ରୀ ଥିଲେ, ଯେଉଁଥିରୁ ୧୧୪ ଜଣ ଓପିଆରବି  ସବ୍-ଇନ୍ସପେକ୍ଟର୍ ପରୀକ୍ଷା ପାଇଁ ଆବେଦନ କରିଥିଲେ। ପ୍ରଶ୍ନପତ୍ର ପାଇଁ ସେମାନେ ଆନ୍ଧ୍ରପ୍ରଦେଶର ବିଜୟନଗରମ ଯାଉଥିଲେ। ସେମାନେ ଭୁବନେଶ୍ୱରରୁ ବସ୍‌ରେ ଚଢ଼ି ବିଜୟନଗରମକୁ ଯାଉଥିଲେ। ସେଠାରେ ଗୁପ୍ତଭାବରେ ପ୍ରଶ୍ନପତ୍ର ପାଇବା ପରେ ଭୁବନେଶ୍ୱରକୁ ଫେରି ପରୀକ୍ଷାରେ ବସିବା ସେମାନଙ୍କ ଯୋଜନା ଥିଲା। ପ୍ରତିଜଣ ପ୍ରାର୍ଥୀ ୨୫ ଲକ୍ଷ ଟଙ୍କା ଦେବାକୁ ଚୁକ୍ତି କରିଥିଲେ। ପ୍ରଥମେ ୧୦ ଲକ୍ଷ ଏବଂ ଚାକିରି ନିଶ୍ଚିତ ହେଲେ ଅନ୍ୟ ୧୫ ଲକ୍ଷ ଦେବା ପାଇଁ। ତାହା ପୂର୍ବରୁ ପୋଲିସ ଉକ୍ତ ଜାଲିଆତିର ପର୍ଦ୍ଦାଫାଶ କରିଥିଲା। ପରେ ଉକ୍ତ ମାମଲାକୁ ହସ୍ତାନ୍ତର କରାଯାଇଥିଲା।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଶିଶିର ସରସ ମେଳା-୨୦୨୬ରେ ୩୦ କୋଟି ଟପିଲା ବ୍ୟବସାୟ

ଭୁବନେଶ୍ୱର,୨୦।୧: ରାଜଧାନୀରେ ଚାଲିଥିବା ଜାତୀୟ ସ୍ତରୀୟ ‘ଶିଶିର ସରସ ମେଳା-୨୦୨୬’ ମଙ୍ଗଳବାର ଉଦଯାପିତ ହୋଇଯାଇଛି। ଚଳିତ ବର୍ଷ ଏହି ମେଳା ବିକ୍ରି ଏବଂ ଜନସମାଗମ କ୍ଷେତ୍ରରେ...

ମହାପ୍ରଭୁଙ୍କ ଶରଣରେ ପଶିଲେ ପିୟୂଷ: ଯାତ୍ରା ମଞ୍ଚ ପାଇଁ ଫିଟିଗଲା ବାଟ

ଭୁବନେଶ୍ୱର,୨୦।୧: ଯାତ୍ରା ଜଗତର ଚର୍ଚ୍ଚିତ ଖଳନାୟକ ପିୟୂଷ ତ୍ରିପାଠୀଙ୍କ ପାଇଁ ଖୋଲିଛି ମଞ୍ଚକୁ ଫେରିବାର ବାଟ। ଅପେରା ସୂର୍ଯ୍ୟମନ୍ଦିର ମାଲିକ ପ୍ରମୋଦ ସ୍ୱାଇଁଙ୍କ ସହ ଚାଲିଥିବା...

ସଂଘବଦ୍ଧ ଆକ୍ରମଣ: ପୁଅଙ୍କୁ ବଞ୍ଚାଇବାକୁ ଯାଇ ବାପା-ମା’ ଆହତ, ଗୁରୁତର… 

ଦିଗପହଣ୍ଡି,୨୦।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ନରସିଂହପୁର ଗ୍ରାମରେ ବ୍ୟବସାୟିକ ଶତ୍ରୁତାକୁ ନେଇ ଗୋଟିଏ ପରିବାରର ବାପ,ମା ଓ ପୁଅଙ୍କୁ...

ଆଗକୁ ପଞ୍ଚାୟତ ନିର୍ବାଚନ: ସାଙ୍ଗଠନିକ ବୈଠକରେ ବାଜିଲା ଭାଜପାର ବିଗୁଲ… 

କୋରାପୁଟ,୨୦।୧(ଅମିତାଭ ବେହେରା): ଆସନ୍ତା ପଞ୍ଚାୟତ ନିର୍ବାଚନ ନେଇ କୋରାପୁଟରେ ଭାଜପାର ସାଙ୍ଗଠନିକ  ଭିତ୍ତିଭୂମିକୁ  ଅଧିକ ସୁଦୃଢ କରିବା ଲକ୍ଷ୍ୟରେ ମଙ୍ଗଳବାର ସ୍ଥାନୀୟ ଦକ୍ଷତା ବୃଦ୍ଧି ତାଲିମ...

ଦକ୍ଷିଣାଞ୍ଚଳ ରାଜସ୍ବ ଆୟୁକ୍ତ, ଜ଼ିଲାପାଳମାନଙ୍କ ସମ୍ମିଳନୀ:ପଞ୍ଚାୟତ, ପୌର ନିର୍ବାଚନ ସଫଳତାର ସହ…

ଛତ୍ରପୁର,୨୦ା୧(ଦିଲୀପ ସାମଲ): ଆଗାମୀ ପଞ୍ଚାୟତ, ପୌର ନିର୍ବାଚନ ଏବଂ ଭୋଟର ତାଲିକା ସଂଶୋଧନକୁ ସ୍ବଚ୍ଛ, ନିରପେକ୍ଷ ଓ ସଫଳତାର ସହ ସମ୍ପାଦନ କରିବା ପାଇଁ ଛତ୍ରପୁରସ୍ଥିତ...

ପିଏମଶ୍ରୀ ଉତ୍ସବରେ ୩ ବିଧାୟକ: ଛାତ୍ରଛାତ୍ରୀଙ୍କ ପ୍ରତିଭା ଦେଖି କଲେ ପ୍ରଶଂସା

ବରଗଡ଼,୨୦।୧(ପ୍ରେମାନନ୍ଦ ଖମାରୀ) – ବରଗଡ଼ ରାଣା ପ୍ରତାପ ସ୍କୁଲ ପରିସରରେ ଚାଲିଥିବା ବରଗଡ଼ ଜିଲାସ୍ତରୀୟ ପିଏମଶ୍ରୀ ଉତ୍ସବ ମଙ୍ଗଳବାର ଉଦଯାପିତ ହୋଇଯାଇଛି । ଅତିରିକ୍ତ ଜିଲାପାଳ...

ମହିଳାଙ୍କ ହାତରେ ‘ଆମ ବସ୍’ ଷ୍ଟିୟରିଂ: ଏହି ଦିନରୁ ମିଳିବ ଦାୟିତ୍ୱ

ଭୁବନେଶ୍ୱର,୨୦।୧: ରାଜ୍ୟ ପରିବହନ ସେବାରେ ଏକ ବଡ଼ ପରିବର୍ତ୍ତନ ଆସିବାକୁ ଯାଉଛି। ଏଣିକି ପୁରୁଷଙ୍କ ସହ ମହିଳାମାନେ ମଧ୍ୟ ‘ଆମ ବସ୍’ ଚଲାଇବେ। ବିଶେଷ କରି...

ବାଲେଶ୍ୱରରେ ସଂଖ୍ୟାଲଘୁ ଯୁବକଙ୍କ ହତ୍ୟା: ନବୀନଙ୍କ ଗଭୀର ଦୁଃଖ ପ୍ରକାଶ

ଭୁବନେଶ୍ୱର,୨୦।୧: ବାଲେଶ୍ୱର ଜିଲାରେ ଗୋ-ଚାଲାଣ ଅଭିଯୋଗରେ ଜଣେ ସଂଖ୍ୟାଲଘୁ ସମ୍ପ୍ରଦାୟର ଯୁବକଙ୍କୁ ହତ୍ୟା ଘଟଣାରେ ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri