ନୂଆପଡ଼ା ଉପନିର୍ବାଚନ: ମହିଳା ମତଦାତାଙ୍କ ଉପରେ ୩ ଦଳର ନଜର

ନୂଆପଡ଼ା,୩୦ା୧୦ (ପୀତାମ୍ବର ସାହୁ): ନୂଆପଡ଼ା ଉପନିର୍ବାଚନ ପାଖେଇ ଆସୁଥିବାବେଳେ ତିନି ପ୍ରମୁଖ ଦଳ ଭାଜପା, ବିଜେଡି ଓ କଂଗ୍ରେସ ପ୍ରଚାରକୁ ଜୋରଦାର କରିଦେଲେଣି। ଏବେ ଏଠାରେ ମନ୍ତ୍ରୀ, ବିଧାୟକ, ଏମ୍‌ପି ଓ ବିଭିନ୍ନ ଦଳର ହେଭିୱେଟ ନେତା ଡେରା ପକାଇ ପ୍ରଚାରରେ ଲାଗି ପଡିଛନ୍ତି। ଚଳିତ ଉପନିର୍ବାଚନରେ ୩୫୮ଟି ବୁଥ୍‌ରେ ସମୁଦାୟ ୨ଲକ୍ଷ ୫୩ ହଜାର ୬୪୪ ଜଣ ମତଦାତା ମତ ସାବ୍ୟସ୍ତ କରିବେ। ସେଥିମଧ୍ୟରୁ ୧ଲକ୍ଷ ୨୪ ହଜାର ୧୦୮ ଜଣ ପୁରୁଷ, ୧ଲକ୍ଷ ୨୯ ହଜାର ୪୯୫ ଜଣ ମହିଳା ଓ ୨୧ ଜଣ ତୃତୀୟଲିଙ୍ଗୀ ମତଦାତା ଅଛନ୍ତି। ନୂଆପଡ଼ା ଏନ୍‌ଏସିରେ ୧୩ ହଜାର ୮୨୮ ଜଣ ମତଦାତାଙ୍କ ମଧ୍ୟରୁ ୬ ହଜାର ୭୦୩ ଜଣ ପୁରୁଷ ଓ ୭ ହଜାର ୧୨୪ ଜଣ ମହିଳା ଭୋଟର ଅଛନ୍ତି। ଏଠାରେ ଜଣେ ତୃତୀୟଲିଙ୍ଗୀ ମତଦାତା ଅଛନ୍ତି। ସେହିପରି ଖରିଆର ରୋଡ ଏନ୍‌ଏସିରେ ୭ ହଜାର ୩୮୩ ଜଣ ପୁରୁଷ, ୮ ହଜାର ୩ ଜଣ ମହିଳା ଓ ଜଣେ ତୃତୀୟ ଲିଙ୍ଗୀ ଭୋଟର ରହିଛନ୍ତି। ନୂଆପଡ଼ା ବ୍ଲକରେ ୩୧ ପଞ୍ଚାୟତ ଓ ୩ ଜିଲା ପରିଷଦ ଜୋନ ରହିଥିବା ବେଳେ ୫୩ ହଜାର ୫୧୮ ଜଣ ପୁରୁଷ, ୫୫ ହଜାର ୩୮୮ ଜଣ ମହିଳା ଓ ୧୩ ଜଣ ତୃତୀୟ ଲିଙ୍ଗୀ ମତଦାତା ରହିଛନ୍ତି। ସେହିପରି କୋମନା ବ୍ଲକରେ ୩୨ ଗ୍ରାମ ପଞ୍ଚାୟତ, ୩ ଜିଲା ପରିଷଦ ଜୋନ ରହିଥିବା ବେଳେ ୫୬ ହଜାର ୫୦୪ ଜଣ ପୁରୁଷ, ୫୮ ହଜାର ୯୮୦ ଜଣ ମହିଳା ଓ ୬ ଜଣ ତୃତୀୟ ଲିଙ୍ଗୀ ମତଦାତା ରହିଛନ୍ତି। ଏହି ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ବ୍ଲକ ଓ ଏନ୍‌ଏସି ସବୁଠି ମହିଳା ଭୋଟରଙ୍କ ସଂଖ୍ୟା ପୁରୁଷ ଭୋଟରଙ୍କଠୁ ଅଧିକ ଅଛନ୍ତି। ତେଣୁ ଚଳିତ ଉପନିର୍ବାଚନରେ ମହିଳା ଭୋଟର ନିର୍ଣ୍ଣାୟକ ଭୂମିକା ଗ୍ରହଣ କରିବେ ବୋଲି ଆକଳନ କରାଯାଉଛି। ମହିଳା ଭୋଟରଙ୍କୁ ଆକୃଷ୍ଟ କରି ନିଜ ସପକ୍ଷକୁ ଆଣିବା ପାଇଁ ତିନି ପ୍ରମୁଖ ଦଳ ଜୋରଦାର ପ୍ରୟାସ କରୁଛନ୍ତି। ତିନିପ୍ରମୁଖ ଦଳ ପକ୍ଷରୁ ଭିନ୍ନ ଭିନ୍ନ ସ୍ଥାନରେ ମହିଳା ସମାବେଶ କରାଯାଉଛି। ଭାଜପା ସୁଭଦ୍ରା ଯୋଜନା ଉପରେ ଫୋକସ କରୁଥିବା ବେଳେ ବିଜେଡ଼ି ସରକାରରେ ଥିବା ସମୟରେ ମହିଳା ସ୍ବୟଂ ସହାୟିକା ଗୋଷ୍ଠୀ, ମିଶନ ଶକ୍ତି ଗଠନ କରି ମହିଳାଙ୍କୁ ଆତ୍ମ ନିର୍ଭରଶୀଳ କରିଥିବା କହି ପ୍ରଚାର କରୁଛି। ଏହା ସହିତ ବିଜେଡି ମହିଳା ଭୋଟରଙ୍କୁ ହାତେଇବା ପାଇଁ ସ୍ନେହାଙ୍ଗିନୀ ଛୁରିଆଙ୍କୁ ପ୍ରାର୍ଥୀ କରି ମହିଳା କାର୍ଡ ଖେଳିଛି। ସେହିପରି କଂଗ୍ରେସ ମହିଳାଙ୍କୁ ସବୁବେଳେ ଗୁରୁତ୍ୱ ଦେଇ ଆସୁଥିବା କହି ପ୍ରଚାର ଚଳାଇଛି।

Dharitri – Odisha’s No.1 Trusted Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ସାଇବର ଠକେଇ ଅଭିଯୋଗରେ ପୋବଳ ଗାଁରେ ପୋଲିସର ଚଢ଼ାଉ, ଲକ୍ଷାଧିକ ଟଙ୍କା ଜବତ ସହ ୩…

ଧର୍ମଶାଳା, ୨୦|୧ (ଶିବ ପ୍ରସାଦ ମହାନ୍ତି):  ଧର୍ମଶାଳା ଥାନା ଅନ୍ତର୍ଗତ ତରଞ୍ଜିଆ ପଞ୍ଚାୟତ ପୋବଳ ଗାଁରେ ରାତି ଅଧିଆ ଚଢ଼ାଉ କଲା ପୋଲିସ । ସୋମବାର...

ଓଡିଶାରେ ବିଧାନ ପରିଷଦ ସୁନିଶ୍ଚିତ: ରାଜନୀତି ସରଗରମ, ଜାଣନ୍ତୁ ଭିତିରି କଥା

ଭୁବନେଶ୍ୱର, ୨୦।୧(ସୁନିତ୍‌ ମିଶ୍ର):ରାଜ୍ୟରେ ବିଧାନପରିଷଦ ଗଠନ ହେବ ଏହାଦ୍ୱାରା ଯୁବଗୋଷ୍ଠୀଙ୍କୁ ସୁଯୋଗ ମିଳିବ, ଏହି କଥା କହି ୨୦୧୪ ଏବଂ ୨୦୧୯ ନିର୍ବାଚନ ସମୟରେ ଏକାଧିକ...

କେମିତି ଛଡ଼ାଇବେ ପିଲାଙ୍କ ମୋବାଇଲ୍‌ ଅଭ୍ୟାସ: ଆପଣାନ୍ତୁ ଏହି ଉପାୟ

ମୋବାଇଲ ବ୍ୟବହାର ନେଇ ପିଲାଙ୍କର ଆକର୍ଷଣ ଦିନକୁ ଦିନ ବଢିଚାଲିଛି। ସମୟ ଏବେ ଏମିତି ହୋଇଛି ଯେ ଫୋନ୍‌କୁ ସେମାନଙ୍କ ଠାରୁ ସମ୍ପୂର୍ଣ୍ଣ ଦୂରେଇ ରଖିବା...

ହଠାତ କାହିଁକି ଅବସର ନେଲେ ଭାରତୀୟ ଅଲିମ୍ପିକ୍ସ ପଦକ ବିଜୟିନୀ ସାଇନା ନେହୱାଲ? ନିଜେ କହିଲେ ଏହାର ଅସଲ କାରଣ

ନୂଆଦିଲ୍ଲୀ,୨୦।୧: ଭାରତର ଷ୍ଟାର ସଟଲର୍‌ ଏବଂ ଅଲିମ୍ପିକ ପଦକ ବିଜେତା ସାଇନା ନେହୱାଲ ତାଙ୍କର ଅବସର ଘୋଷଣା କରିଛନ୍ତି। ଆଘାତ ଯୋଗୁ ଗତ ଦୁଇ ବର୍ଷ...

ମଣ୍ଡିରୁ ଉଠୁନି ଧାନ: ରାସ୍ତାରେ ବସିଲେ ଚାଷୀ

ଲାଞ୍ଜିଗଡ଼,୨୦ା୧(ରମେଶ ଚନ୍ଦ୍ର ନାୟକ):ବାରମ୍ବାର ଅଭିଯୋଗ ସତ୍ତ୍ୱେ ମିଲର୍ସଙ୍କ ମନମାନି ଯୋଗୁ ଲାଞ୍ଜିଗଡ଼ ବ୍ଲକ ଲାଞ୍ଜିଗଡ଼ ସମବାୟ ସମିତି ମଣ୍ଡିରୁ ଧାନ ଉଠୁନାହିଁ। ଏହାର ପ୍ରତିବାଦରେ ସୋମବାର...

ଏଇ ଭାରତରେ

ଏବେ ବିବାହ ଉତ୍ସବରେ ପରିବେଶ ପ୍ରଦୂଷଣକାରୀ କାର୍ଯ୍ୟ ଦେଖିବାକୁ ମିଳୁଛି। ଖାଦ୍ୟ ନଷ୍ଟ ସହ ଏକକ ବ୍ୟବହାରଯୋଗ୍ୟ ପ୍ଲାଷ୍ଟିକ୍‌ର ବ୍ୟାପକ ବ୍ୟବହାର କରାଯାଉଛି। ହେଲେ ମଧ୍ୟପ୍ରଦେଶରେ...

ବୁଦ୍ଧି ବିସ୍ଫୋଟ

ବିଜ୍ଞାନ ଦୃଷ୍ଟିରେ ୨୦୨୬କୁ ଏକ ଗୁରୁତ୍ୱପୂର୍ଣ୍ଣ ଦୃଷ୍ଟିକୋଣରେ ଦଣ୍ଡାୟମାନ ଥିବାର ଦେଖିବାକୁ ମିଳିଛି। ଏଆଇ ନାମରେ କୃତ୍ରିମ ବୁଦ୍ଧିମତ୍ତା ସମଗ୍ର ବିଶ୍ୱକୁ ବଦଳାଇ ଦେବାର ସାମର୍ଥ୍ୟ...

ଜଳବାୟୁ ବିପଦ ସୂଚକାଙ୍କ ଚେତାବନୀ

ସମ୍ପ୍ରତି ଦିଲ୍ଲୀର ବାୟୁ ଗୁଣବତ୍ତା ସୂଚକାଙ୍କ (ଏକ୍ୟୁଆଇ) ବିପଦପୂର୍ଣ୍ଣ ସ୍ତରରେ ପହଞ୍ଚିଛି। ଏହାଦ୍ବାରା ଅନେକ ଅଞ୍ଚଳରେ ଜନସାଧାରଣ ନିଃଶ୍ବାସ ନେବାରେ କଷ୍ଟ ଅନୁଭବ କରୁଛନ୍ତି। ଏହାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri