ସାରା ଦେଶରେ ପୋଲିସ ପାଇଁ ସମାନ ପୋଷାକ

ଭୁବନେଶ୍ୱର,୩୧ା୧୦(ରବିନାରାୟଣ ଜେନା): ସାରା ଦେଶରେ ପୋଲିସ ସେବାରେ କାର୍ଯ୍ୟରତ କନଷ୍ଟେବଲଙ୍କଠାରୁ ଆରମ୍ଭ କରି ଡିଏସ୍‌ପିଙ୍କ ପର୍ଯ୍ୟନ୍ତ ଗୋଟିଏ ପ୍ରକାର ପୋଷାକ ପିନ୍ଧିବେ। କେନ୍ଦ୍ର ସରକାରଙ୍କ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଏନେଇ ବିଧିବଦ୍ଧ ନିଷ୍ପତ୍ତି ଗ୍ରହଣ କରାଯାଇଛି। ନିଷ୍ପତ୍ତିକ୍ରମେ ମଙ୍ଗଳବାର ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଏସ୍‌ପି କେ.ଏଲ. ପୁରୀ ଓଡ଼ିଶା ସମେତ ୧୬ଟି ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳ ପୋଲିସ ମହାନିର୍ଦ୍ଦେଶକଙ୍କୁ ପତ୍ର ଲେଖି ଅବଗତ କରାଇଛନ୍ତି।
ପୁରୀ ପତ୍ରରେ ଦର୍ଶାଇଛନ୍ତି, ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ସାରା ଦେଶରେ ଏକକ ଡ୍ରେସ୍‌ କୋଡ୍‌(ୟୁନିଫର୍ମ) ନୀତି ଆପଣା ଯିବାକୁ ନିଷ୍ପତ୍ତି ହୋଇଛି। ଏହାକୁ ନେଇ ୨୦୨୫ ମେ’୨୨ରେ ସମସ୍ତ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ପୋଲିସ ମହାନିର୍ଦ୍ଦେଶକଙ୍କୁ ଅବଗତ କରାଯାଇଥିଲା। ହେଲେ ଏପର୍ଯ୍ୟନ୍ତ ମନ୍ତ୍ରଣାଳୟ ପକ୍ଷରୁ ଲୋଡ଼ା ଯାଇଥିବା ତଥ୍ୟ ମିଳିନାହିଁ। ଏହିକ୍ରମରେ ଆସନ୍ତା ନଭେମ୍ବର ୪ ତାରିଖ ସୁଦ୍ଧା ମନ୍ତ୍ରଣାଳୟ ପକ୍ଷରୁ ଲୋଡ଼ା ଯାଇଥିବା ତଥ୍ୟ ତୁରନ୍ତ ପ୍ରଦାନ କରିବାକୁ ହେବ। ସେଥିମଧ୍ୟରେ ରାଜ୍ୟ ସରକାରଙ୍କ ପକ୍ଷରୁ କେତେ ପରିମାଣର ଡ୍ରେସ୍‌ ଆବଶ୍ୟକ ତାହା ଜଣାଇବାକୁ ହେବ। ଏହାସହିତ ବର୍ତ୍ତମାନ କନଷ୍ଟେବଲଙ୍କଠାରୁ ଆରମ୍ଭ କରି ଡେପୁଟି ସୁପରିଣ୍ଟେଣ୍ଡେଣ୍ଟ ଅଫ୍‌ ପୋଲିସ(ଡିଏସ୍‌ପି) ପର୍ଯ୍ୟନ୍ତ କର୍ମଚାରୀ ଓ ଅଧିକାରୀଙ୍କୁ କେତେ ଲେଖାଏ ଆଲାଉନ୍ସ ପ୍ରଦାନ କରାଯାଉଛି ତାହାର ବିବରଣୀ ଦେବାକୁ ହେବ। ବିଶେଷକରି ଗୋଟିଏ ହଳ ପୋଷାକ ପାଇଁ ହାରାହାରି କେତେ ଟଙ୍କା ପଡୁଛି ତାହା ଜଣାଇବାକୁ ମନ୍ତ୍ରଣାଳୟ ପକ୍ଷରୁ ଏସ୍‌ପି ପତ୍ରରେ ଦର୍ଶାଇଛନ୍ତି। ତେବେ ସାରା ଦେଶରେ ଏହି ଏକକ ପୋଷାକ ନୀତି କାର୍ଯ୍ୟକାରୀ ହେବାକୁ କେନ୍ଦ୍ର ସରକାର ନିଷ୍ପତ୍ତି ନେଇଥିବାବେଳେ ମନ୍ତ୍ରଣାଳୟ ପକ୍ଷରୁ ଓଡ଼ିଶା ସମେତ ୧୬ଟି ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳକୁ ତଥ୍ୟ ମଗାଯାଇଛି। ସେଥିମଧ୍ୟରେ ଆନ୍ଧ୍ରପ୍ରଦେଶ, ଅରୁଣାଚଳ ପ୍ରଦେଶ, ଆସାମ, ଗୋଆ, ହିମାଚଳ ପ୍ରଦେଶ, ଝାଡ଼ଖଣ୍ଡ, କେରଳ, ମଣିପୁର, ମେଘାଳୟ, ନାଗାଲାଣ୍ଡ, ଓଡ଼ିଶା, ସିକ୍କିମ, ତେଲଙ୍ଗାନା, ତ୍ରିପୁରା, ଉତ୍ତରାଖଣ୍ଡ ଓ ପଶ୍ଚିମବଙ୍ଗ ରହିଛି।

Dharitri – Odisha’s No.1 Trusted Odia Daily

 

 


Enter your email to get our daily news in your inbox.

All Right Reserved By Dharitri.Com

ଗ୍ରୀନଲ୍ୟାଣ୍ଡକୁ ପୁଣି ଧମକ ଦେଲେ ଟ୍ରମ୍ପ, ଯଦି ହଁ କରନ୍ତି….

ନୂଆଦିଲ୍ଲୀ,୨୧।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସ୍ୱିଜରଲ୍ୟାଣ୍ଡର ଡାଭୋସରେ ବିଶ୍ୱ ଅର୍ଥନୈତିକ ଫୋରମ୍ (WEF)ର ବାର୍ଷିକ ବୈଠକରେ ଭାଷଣ ଦେଇ ତାଙ୍କ ପ୍ରଥମ ବର୍ଷ କାର୍ଯ୍ୟକାଳର...

ପଞ୍ଚାୟତ ନିର୍ବାଚନ ପାଇଁ ବିଜେଡିର ରଣନୀତି: ବିଧାୟକଙ୍କ ସହ ନବୀନଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର,୨୧।୧: ଓଡ଼ିଶାର ଆଗାମୀ ପଞ୍ଚାୟତ ନିର୍ବାଚନ ପାଇଁ ବିଜୁ ଜନତା ଦଳ ପ୍ରସ୍ତୁତି ଜୋରଦାର କରିଛି। ବୁଧବାର ସନ୍ଧ୍ୟାରେ ବିଜେଡି ସୁପ୍ରିମୋ ତଥା ବିରୋଧୀ ଦଳ...

ଜୀବିତ ସତ୍ତ୍ବେ ମୃତ ଦର୍ଶାଇ ଆଧାର ନିଷ୍କ୍ରିୟ: ମଣ୍ଡିରେ ବିକ୍ରି ହୋଇ ପାରିଲାନି ଧାନ, ଘରକୁ ଫେରାଇ…

ବରଗଡ଼,୨୧।୧(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରିରେ ଚାଷୀଙ୍କ ଦୁଃଖ ତୁଟୁ ନାହିଁ । ବୈଷୟିକ ତୃଟି ମଧ୍ୟ ଧାନବିକ୍ରିରେ ଚାଷୀଙ୍କ ପାଇଁ କାଳ ସାଜିଛି । ବରଗଡ଼ ଜିଲା...

୫୬ ହଜାରରୁ ଅଧିକ ପରୀକ୍ଷାର୍ଥୀ ଦେଲେ OSSTET ପରୀକ୍ଷା

ଭୁବନେଶ୍ୱର,୨୧।୧: ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ‘ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ଯୋଗ୍ୟତା ପରୀକ୍ଷା’ (OSSTET) ବୁଧବାର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟର ମୋଟ ୨୨୭ଟି କେନ୍ଦ୍ରରେ...

ଅନାଥ ସାଜିଲେ ୬ ନିଷ୍ପାପ ଶିଶୁ, ସାହାଯ୍ୟର ହାତ ବଢାଇଲେ ବିଧାୟକ

ଥୁଆମୂଳ ରାମପୁର,୨୧।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଦୁର୍ଗମ କେରପାଇ ଗ୍ରାମପଞ୍ଚାୟତର ମେଲରଫା ଗ୍ରାମରୁ ଏକ ହୃଦୟ ବିଦାରକ ଦୃଶ୍ୟ...

ପିକଅପ୍ ଧକ୍କାରେ ଚାହା କେବିନ୍ ସହ ୨ ବାଇକ୍ ଚୁରମାର, ଠାକୁର ପୂଜା କରୁଥିବା ବେଳେ…

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଚିକିଟି ମୁଖ୍ୟରାସ୍ତାର ଦେଓଖାଳି ଛକରେ ସଡ଼କ ଦୁର୍ଘଟଣା । ସକାଳ ପ୍ରାୟ ସାଢ଼େ ୬ ଟାରେ...

ସୁସ୍ଥ ପରିବେଶ ଗଠନ ପାଇଁ ସଚେତନତା, ନୂଆ କମିଟି ଚୟନ….

ରାୟଗଡ଼ା,୨୧।୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ବ୍ଲକ ହାଲୁଆ ଗ୍ରାମ ନିକଟସ୍ଥ ସେବା ସମାଜ ଗୃହ ଠାରେ ପ୍ରେସ କ୍ଲବର ବନ୍ଧୁ ମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି...

ମନର ଧାରଣା ନା ସତରେ ଦ୍ରୁତ ବେଗରେ ବାଇକ୍‌ ଚଳାଇଲେ ଅଧିକ ଇନ୍ଧନ ଖର୍ଚ୍ଚ ହୁଏ? ମନରେ ଦ୍ୱନ୍ଦ୍ୱ ଥିଲେ କରନ୍ତୁ ଦୂର…

ନୂଆଦିଲ୍ଲୀ,୨୧।୧: ପ୍ରତ୍ୟେକ ବାଇକ୍‌ ଆରୋହୀଙ୍କ ମନରେ ସାଧାରଣ ପ୍ରଶ୍ନ ଆସେ ଯେ ବାସ୍ତବରେ କ’ଣ ଦ୍ରୁତ ବେଗରେ ଗାଡ଼ି ଚଳାଇଲେ ଅଧିକ ପେଟ୍ରୋଲ ଖର୍ଚ୍ଚ ହୁଏ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri