ରାସ୍ତା ନିର୍ମାଣରେ ବିଳମ୍ବ: ଟାୟାର୍‌ ଜାଳି ରାସ୍ତାରୋକୋ

ମହାକାଳପଡ଼ା,୪।୯(ଡି.ଏନ.ଏ.): ମହାକାଳପଡା ବ୍ଲକ ଅଧୀନ ବିଜୟ ନଗର-ଓରତ ମୁଖ୍ୟ ପୂର୍ତ୍ତ ରାସ୍ତା ନିର୍ମାଣ ବିଳମ୍ବ ପ୍ରତିବାଦରେ ସ୍ଥାନୀୟ ଓଳିଆ ଗ୍ରାମରେ ଲୋକମାନେ ଟାୟାର ଜାଳି ରାସ୍ତା ରୋକ କରିଛନ୍ତି। ଯାହା ଫଳରେ ବସ, ଟ୍ରକ, ବାଇକ, ଜରୁରୀ କାଳୀନ ସେବା ଗାଡି ସମେତ ପଥଚାରି ଯାତାୟତରେ ସମସ୍ୟା ହେଉଛି। ମିଳିଥିବା ସୁଚନା ଅନୁସାରେ, ଏହି ପୂର୍ତ୍ତ ବିଭାଗ ଦ୍ୱାରା ପରିଚାଳିତ ଏହି ନିର୍ମାଣ କାର୍ଯ୍ୟକୁ ଠିକାଦାରମାନେ ମନମୁଖୀ ଭାବେ କରୁଛନ୍ତି। ଫଳରେ ଟିକେ ବର୍ଷା ହେଲେ କାଦୁଅ ପାଣି ପଚର ପଚର ହେଉଥିବା ନେଇ ଅସନ୍ତୋଷ ଦେଖିବାକୁ ମିଳିଛି। ଏ ସମ୍ପର୍କରେ କେନ୍ଦ୍ରାପଡା ପୂର୍ତ୍ତ ବିଭାଗ ନିର୍ବାହୀ ଯନ୍ତ୍ରୀ ସରୋଜ କୁମାର ନାୟକଙ୍କ ମତାମତ ନିଆଯିବାପରେ ଯେ କହିଥିଲେ, ବର୍ଷା ଯୋଗୁ ନିର୍ମାଣ ବାଧାପ୍ରାପ୍ତ ହେଉଛି। ଦିନେ ଦୁଇ ମଧ୍ୟରେ କାର୍ଯ୍ୟ ଆରମ୍ଭ ହେବ ବୋଲି ଯନ୍ତ୍ରୀ କହିଛନ୍ତି। ରାସ୍ତା ନିର୍ମାଣ ପ୍ରତିବାଦରେ ଓଳିଆ ଗ୍ରାମରେ ରାସ୍ତାରୋକୋ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପର୍ଯ୍ୟଟକଙ୍କୁ ଆକୃଷ୍ଟ କରୁଛି ହୁକିଟୋଲାର ସୌନ୍ଦର୍ଯ୍ୟ

ମହାକାଳପଡ଼ା,୩୦ା୧୨ (ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବଙ୍ଗୋପସାଗର ନୀଳ ଜଳରାଶି ସହ ବିଶାଳ ବାଲୁକା ଶଯ୍ୟା ଆଇଲାଣ୍ଡ ହୁକିଟୋଲା ସୌନ୍ଦର୍ଯ୍ୟ ପର୍ଯ୍ୟଟକଙ୍କୁ ଖୁବ୍‌...

ଦୋକାନରେ ଶୋଇଥବା ବେଳେ ଲାଗିଗଲା ନିଆଁ, ଦୋକାନୀ ଜୀବନ୍ତଦଗ୍ଧ

ପାଟକୁରା ୨୭/୧୨(ରବୀନ୍ଦ୍ର ନାଥ ବାରିକ ): କେନ୍ଦ୍ରାପଡା ଜିଲା ଗରଦପୁର ବ୍ଳକ ଅଧୀନ କଳାବୁଦା ବାରୁଣୀ ବଜାରରେ ଶନିବାର ଏକ ଦୁଃଖଦ ଘଟଣା ଘିଟିଛି ।...

ମାଙ୍କଡ଼କୁ ଝାମ୍ପିନେଲା କୁମ୍ଭୀର, ପଛେ ପଛେ ନଦୀରେ ପହଁରି ପହଁରି ଗଲେ ମାଙ୍କଡ଼ ପଲ, ଆଉ ତା’ ପରେ…

ମହାକାଳପଡ଼ା,୨୫ା୧୨(ପ୍ରତାପ ଚନ୍ଦ୍ର ସ୍ବାଇଁ): ମହାକାଳପଡ଼ା ବ୍ଲକ ମହାନଦୀ ଶାଖା ଖରିନାସୀ ନାଳରେ କୁମ୍ଭୀର ଏକ ମାଙ୍କଡ଼କୁ ଝାମ୍ପି ନଦୀ ଆରପାରିକୁ ନେଉଥିବା ବେଳେ ସାଥୀ ମାଙ୍କଡ଼...

କେନ୍ଦ୍ରାପଡ଼ାରେ ନାବାଳିକାଙ୍କ ସହ ଘଟିଗଲା ଏପରି ଅଘଟଣ: କଡା ଚେତାବନୀ ଦେଲେ ଉପମୁଖ୍ୟମନ୍ତ୍ରୀ

କେନ୍ଦ୍ରାପଡା,୨୩।୧୨: କେନ୍ଦ୍ରାପଡ଼ା ଜିଲା ସାତଭାୟା ଗ୍ରାମରେ ଘଟିଥିବା କଥିତ ନାବାଳିକା ବିବାହ ଘଟଣାକୁ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଗଭୀର ଉଦବେଗ ପ୍ରକାଶ କରିଛନ୍ତି। ଏହି...

ସରକାରୀ ଜମିରୁ ଧାନକଟାକୁ ନେଇ ଦୁଇ ଗୋଷ୍ଠୀ ବିବାଦ: ଲାଗୁ ହେଲା ୧୬୩ ଧାରା

ମହାକାଳପଡ଼ା,୨୧ା୧୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ସାମୁଦ୍ରିକ ଥାନା ପେଟଛେଲା ଗ୍ରାମ ଜଙ୍ଗଲ ଜମି ଧାନ କାଟିବା ନେଇ ଦୁଇ ଗୋଷ୍ଠୀ...

ଗ୍ରାମ୍ୟ ଜଙ୍ଗଲ ଜମିରେ ଧାନକଟାକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ବିବାଦ

ମହାକାଳପଡ଼ା,୨୦ା୧୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ସାମୁଦ୍ରିକ ଥାନା ଅଧୀନ ପେଟଛେଲା ଗାଁରେ ୨୪ ଏକର ସରକାରୀ ଗ୍ରାମ୍ୟ ଜଙ୍ଗଲ ଜମିରେ...

ବଏ ଫ୍ରେଣ୍ଡ ରୁମରୁ ମିଳିଲା ମହିଳାଙ୍କ ମୃତଦେହ! ପରିବାର ପକ୍ଷରୁ ହତ୍ୟା ଅଭିଯୋଗ

କେନ୍ଦ୍ରାପଡ଼ା,୧୫।୧୨: କେନ୍ଦ୍ରାପଡ଼ା ସଦର ଥାନା ଅନ୍ତର୍ଗତ ଗରାପୁରସ୍ଥିତ ଏକ ଭଡ଼ା ଘରୁ ଜଣେ ଯୁବତୀଙ୍କ ମୃତଦେହ ଉଦ୍ଧାର ହେବା ଘଟଣା ଏକ ନୂଆ ମୋଡ଼ ନେଇଛି।...

ଖୋଲୁନି ମଣ୍ଡି, ବଢୁଛି ଧାନ ଚୋରା ଚାଲାଣ

ପଟ୍ଟାମୁଣ୍ଡାଇ,୧୫ା୧୨ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲାର ଭାତହାଣ୍ଡି କୁହାଯାଉଥିବା ପଟ୍ଟାମୁଣ୍ଡାଇ ଉତିକଣ ଅଞ୍ଚଳ ସମେତ ଅନ୍ୟ ସ୍ଥାନରେ ଚାଷୀଙ୍କ ଖରିଫ ଧାନ ଫସଲ ୮୦ ଭାଗ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri