Posted inଜାତୀୟ

ଏସ୍‌ଆଇଆର୍‌ ବିରୋଧରେ ସୁପ୍ରିମକୋର୍ଟ ଯିବ ତାମିଲନାଡୁ

ଚେନ୍ନାଇ,୩ା୧୧: ତାମିଲନାଡୁରେ ୨୦୨୬ରେ ବିଧାନସଭା ନିର୍ବାଚନ ହେବାକୁ ଥିବାରୁ ଏହା ପରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) କରାଇବା ପାଇଁ ଭାରତର ନିର୍ବାଚନ କମିଶନ (ଇସିଆଇ)ଙ୍କୁ ନିବେଦନ କରି ରବିବାର ମୁଖ୍ୟମନ୍ତ୍ରୀ ଏମ୍‌.କେ. ଷ୍ଟାଲିନ୍‌ଙ୍କ ନେତୃତ୍ୱରେ ସର୍ବଦଳୀୟ ବୈଠକରେ ଏକ ସଂକଳ୍ପନାମା ଗୃହୀତ ହୋଇଛି। ନିର୍ବାଚନୀ ଗଣତନ୍ତ୍ରର ସୁରକ୍ଷା ଦୃଷ୍ଟିରୁ ଏଭଳି ନିଷ୍ପତ୍ତି ନିଆଯାଇଛି। ଇସିଆଇ ସଂଶୋଧନ ପ୍ରକ୍ରିୟା ରୋକିବାରେ ବିଫଳ ହେଲେ ତାମିଲନାଡୁ ସରକାର ସୁପ୍ରିମକୋର୍ଟ ଯିବା ନେଇ ବୈଠକରେ ସ୍ଥିର ହୋଇଛି। ଏସ୍‌ଆଇଆର୍‌କୁ ନେଇ ଦେଖାଦେବାକୁ ଥିବା ବିଭିିନ୍ନ ବାସ୍ତବ ସମସ୍ୟା ଓ ସନ୍ଦେହ ସମ୍ପର୍କରେ ବୈଠକରେ ଆଲୋଚନା ହୋଇଥିଲା। ନିର୍ବାଚନ କମିଶନ ଦାୟିତ୍ୱପୂର୍ଣ୍ଣ ଏବଂ ନିରପେକ୍ଷ ଭାବେ ସାମ୍ବିଧାନିକ ଦାୟିତ୍ୱ ନିର୍ବାହ କରିବା ଉଚିତ। କିନ୍ତୁ ଏହା କେନ୍ଦ୍ରରେ କ୍ଷମତାରେ ଥିବା ଦଳ ତରଫରୁ କାର୍ଯ୍ୟ କରୁଥିବା ଅଭିଯୋଗ ହୋଇଛି। ବିହାର ଏସ୍‌ଆଇଆର୍‌ ଏବେ ସୁପ୍ରିମକୋର୍ଟଙ୍କ ବିଚାରାଧୀନ ରହିଥିବାବେଳେ ତାମିଲନାଡୁ ସମେତ ଅନ୍ୟ କେତେକ ରାଜ୍ୟରେ ଏହି ପ୍ରକ୍ରିୟା ଆରମ୍ଭ କରିବା ପାଇଁ ଗତ ଅକ୍ଟୋବର ୨୭ରେ ବିଜ୍ଞପ୍ତି ଜାରି କରିବା ସମ୍ପୂର୍ଣ୍ଣ ଅଗଣତାନ୍ତ୍ରିକ ଏବଂ ତାମିଲନାଡୁ ଜନସାଧାରଣଙ୍କ ଭୋଟ ଅଧିକାର ପ୍ରତି ଆକ୍ରମଣ ବୋଲି ସଂକଳ୍ପନାମାରେ କୁହାଯାଇଛି।

 

Dharitri – The Largest & Most Trusted Odia Daily


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ଭାରତକୁ ୪୦,୦୦୦ ଏଲ୍‌ଏମ୍‌ଜି ଯୋଗାଇବ ଇସ୍ରାଏଲୀ କମ୍ପାନୀ

ଜେରୁଜେଲମ୍‌ ,୬ା୧୨: ଇସ୍ରାଏଲ୍‌ର ଏକ ପ୍ରମୁଖ ପ୍ରତିରକ୍ଷା କମ୍ପାନୀ ଭାରତକୁ ପ୍ରଥମ ପର୍ଯ୍ୟାୟରେ ୪୦ ହଜାର ହାଲୁକା ମେଶିନ୍‌ ଗନ୍‌ (ଏଲ୍‌ଏମ୍‌ଜି) ଯୋଗାଇବାକୁ ଯାଉଛି। ଆସନ୍ତାବର୍ଷ...

ଏୟାରବସ୍‌ ଏ-୩୨୦ରେ ଗୁଣବତ୍ତା ସମସ୍ୟା, ବିମାନ ଡେଲିଭରିରେ ବିଳମ୍ବ

ପ୍ୟାରିସ୍‌,୬ା୧୨: ଏୟାର ବସ୍‌ ଏ-୩୨୦ ବିମାନଗୁଡ଼ିକରେ ସଫ୍ଟଓ୍ବେର ସମସ୍ୟା ଦେଖାଦେବା ପରେ ଗତ ମାସରେ କମ୍ପାନୀ ସେଗୁଡ଼ିକର ସମାଧାନ କରିଥିଲା। ସଫ୍ଟଓ୍ବେର ଅପ୍‌ଡେଟ୍‌ ପାଇଁ ଅନେକ...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri