ଭଞ୍ଜନଗର,୩।୧୧(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ବାଉଁଶଲୁଣ୍ଡି ମୁଖ୍ୟ ରାସ୍ତା କଡରେ ଥିବା ପୋଖରୀରେ ବୁଡି ସୋମବାର ଜଣେ ନାବାଳକ ଛାତ୍ର ମୃତ୍ୟୁବରଣ କରିଛନ୍ତି। ମୃତ ଛାତ୍ର ଜଣକ ହେଲେ ଚିତ୍ତରଞ୍ଜନ ଦାସଙ୍କ ପୁଅ ରୁଦ୍ର ପ୍ରସାଦ ଦାସ (୧୨) । ପୋଲିସ ଶବକୁ ଜବତ କରି ବ୍ୟବଚ୍ଛେଦ ପାଇଁ ଭଞ୍ଜନଗର ହସ୍ପିଟାଲକୁ ପଠାଇ ଦେଇଛି। ଏହି ଘଟଣା ପରେ ସଂପୃକ୍ତ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି।
ସୂଚନାଯୋଗ୍ୟ ଯେ, ଆଜି ସକାଳେ ରୁଦ୍ର ଗ୍ରାମ ପୋଖରୀକୁ ଗାଧୋଇବାକୁ ଯାଇଥିଲେ। ଏହି ସମୟରେ ସେ ଅସାବଧାନତାବଶତଃ ପୋଖରୀରେ ବୁଡି ଯାଇଥିଲେ। ସ୍ଥାନୀୟ ଲୋକେ ତୁରନ୍ତ ତାଙ୍କୁ ଉଦ୍ଧାର କରି ଭଞ୍ଜନଗର ମେଡିକାଲରେ ଚିକିତ୍ସା ପାଇଁ ଭର୍ତ୍ତି କରିଥିଲେ। ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।
Dharitri – Odisha’s No.1 Odia Daily

