ବୁଲି ଆସିଥିଲେ ମାମୁ ଘର: ଘଟିଲା ବଡ଼ ଅଘଟଣ

ନରସିଂହପୁର,୧୧।୩: କଟକ ଜିଲା ବଡ଼ମ୍ବା ଥାନା ରଗଡ଼ିପଡ଼ାରେ ସୋମବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଖେଳୁଥିବା ବେଳେ ପାଇଖାନା ଟାଙ୍କିରେ ପଡ଼ି ୩ଜଣ ଶିଶୁଙ୍କ ମୃତ୍ୟୁ ଘଟିଛି। ୩ ମୃତକଙ୍କ ମଧ୍ୟରେ ୨ଜଣ ନାବାଳକ ହୋଇଥିବା ବେଳେ ଜଣେ ନାବାଳିକା ବୋଲି ଜଣାପଡିଛି।

ମିଳିଥିବା ସୂଚନା ମୁତବକ, ୨ଜଣ ନାବାଳକଙ୍କ ସହ ଜଣେ ନାବାଳିକା ପାଇଖାନା ଟାଙ୍କି ପାଖରେ ଖେଳୁଥିଲେ। ହେଲେ ଅସାବଧାନ ଯୋଗୁ ଗୋଡି ଖସି ୩ଜଣ ଶିଶୁ ପାଇଖାନା ଟାଙ୍କିରେ ପଡ଼ି ଯାଇଥିଲେ। ଫଳରେ ସେମାନେ ସ୍ବାଶରୁଦ୍ଧ ହୋଇ ଗୁରୁତର ହୋଇପଡିଥିଲେ।

ପରିବାର ଲୋକଙ୍କ ସହ ସ୍ଥାନୀୟ ଲୋକେ ସେମାନଙ୍କୁ ଉଦ୍ଧାର କରି ହସ୍ପିଟାଲରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ସେମାନଙ୍କୁ ମୃତ ଘୋଷଣା କରିଥିଲେ। ୩ ନାବାଳକଙ୍କୁ ହରାଇ ପରିବାର ଲୋକେ ସମ୍ପୂର୍ଣ୍ଣ ଭାଙ୍ଗି ପଡିଛନ୍ତି। ଏନେଇ ଗାଁରେ ଶୋକାକୁଳ ପରିସ୍ଥିତି ସୃଷ୍ଟି ହୋଇଛି। ମାମୁଘରକୁ ବୁଲିବାକୁ ଆସିଥିବା ବେଳେ ଏଭଳି ଘଟଣା ଘଟିଥିବା ଜଣାପଡିଛି। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

Dharitri – Odisha’s No.1 Odia Daily


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ରେକର୍ଡ କଲେ ରିଙ୍କୁ ସିଂ: ଧୋନୀଙ୍କ ସହ ସମକକ୍ଷ

ନାଗପୁର,୨୨।୧: ଭାରତୀୟ ଦଳ ନ୍ୟୁଜିଲାଣ୍ଡ ବିପକ୍ଷରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜକୁ ଧମାକାଦାର ଭାବରେ ଆରମ୍ଭ କରି ପ୍ରଥମ ମ୍ୟାଚକୁ ୪୮ ରନରେ ଜିତିଛି।...

IND vs NZ 1st T20I: ମ୍ୟାଚ ପରେ ଗମ୍ଭୀର ଦେଲେ ଏମିତି ବୟାନ, ଯାହାକୁ ନେଇ ସୋସିଆଲ ମିଡ଼ିଆରେ ହେଉଛି ଖୁବ ଚର୍ଚ୍ଚା

ନୂଆଦିଲ୍ଲୀ,୨୨।୧: ଟିମ ଇଣ୍ଡିଆର ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀର ଆଜିକାଲି ନିରନ୍ତର ଖବରର ଶିରୋନାମାରେ ଅଛନ୍ତି। କାରଣ ହେଉଛି ନ୍ୟୁଜିଲ୍ୟାଣ୍ଡ ବିପକ୍ଷରେ ଘରୋଇ ପରିବେଶରେ ପ୍ରଥମ...

ରାଜ୍ୟ ସଭା ନିର୍ବାଚନ ପାଇଁ ପ୍ରକ୍ରିୟା ତ୍ବରାନ୍ବିତ, ନିର୍ବାଚନ କମିଶନ ପ୍ରସ୍ତାବ…

ଭୁବନେଶ୍ବର,୨୨।୧:  ରାଜ୍ୟ ସଭା ନିର୍ବାଚନ ପାଇଁ ଆରମ୍ଭ ହେଲା ପ୍ରକ୍ରିୟା । ଦେଶର ୧୦  ରାଜ୍ୟରେ ଖାଲି ହେବାକୁ ଥିବା ୩୭ ରାଜ୍ୟ ସଭା ଆସନ...

ପ୍ଲାଷ୍ଟିକ ନେଉଛି ଜୀବନ, ବିପଦରେ ପ୍ରାଣୀସମ୍ପଦ

ଦାରିଙ୍ଗବାଡି,୨୨।୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ କୁଢ଼ କୁଢ଼ ପ୍ଲାଷ୍ଟିକ, ଥର୍ମାକୋଲ ଥାଳି, ପଲିଥିନ ଏବେ ପ୍ରାଣୀସମ୍ପଦ ପାଇଁ ବିପଦ ସାଜିଛନ୍ତି। ଉକ୍ତ...

ସର୍ଭେ କରିବାକୁ ଯାଇ କାଜୁ ଜଙ୍ଗଲରେ ଫସିଗଲା ଟିମ୍‌, ଅନ୍ଧାରରେ ବାଟ ନ ପାଇ ଘଣ୍ଟାଏ ପରେ…

ମହାକାଳପଡ଼ା,୨୨ା୧(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ଆର୍ସେଲର ମିତ୍ତଲ ଶିଳ୍ପ ପ୍ରତିଷ୍ଠା ପାଇଁ ଏକ ଟିମ୍‌ ପକ୍ଷରୁ ଜଙ୍ଗଲ ପାଶର୍‌ବ ସୀମା...

ICC vs BCB: ବଢିଲା ବାଂଲାଦେଶର ଟେନସନ, ସରକାର-ଖେଳାଳିଙ୍କ ମଧ୍ୟରେ ବୈଠକ

ଢାକା,୨୨।୧: ବାଂଲାଦେଶ କ୍ରିକେଟ ବର୍ତ୍ତମାନ ୨୦୨୬ ଟି-୨୦ ବିଶ୍ୱକପ ସମ୍ପର୍କରେ ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛି। ପ୍ରଶ୍ନଟି ସରଳ: ବାଂଲାଦେଶ ତାର ଦଳକୁ ଭାରତ...

ଶ୍ରୀମନ୍ଦିରକୁ ବୋମା ଧମକ: ସୋସିଆଲ ମିଡିଆରେ ଧମକପୂର୍ଣ୍ଣ ମେସେଜ ପରେ…

ପୁରୀ,୨୨।୧: ଶ୍ରୀମନ୍ଦିରକୁ ବୋମା ଧମକ। ସୋସିଆଲ ମିଡିଆରେ ଧମକପୂର୍ଣ୍ଣ ମେସେଜ ମାମଲାରେ ଜଣକୁ ପୋଲିସ ଅଟକ ରଖିଛି । ଜୁଲି ରାଣୀ ପଣ୍ଡା ନାମକ ଏକ...

କମିଗଲା ସୁନା ରେଟ୍‌: ଜାଣନ୍ତୁ ୧୦ ଗ୍ରାମକୁ କେତେ

ନୂଆଦିଲ୍ଲୀ,୨୧।୧: ଗତ କିଛି ଦିନ ଧରି ସୁନା ଏବଂ ରୂପା ମୂଲ୍ୟ ନିରନ୍ତର ବୃଦ୍ଧି ପାଉଥିଲା ଏବଂ ପ୍ରତିଦିନ ଏକ ପ୍ରବଳ ବୃଦ୍ଧି ସହିତ ନୂଆ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri