ଭଞ୍ଜନଗର,୪।୧୧(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଦଶପଲ୍ଲା ମୁଖ୍ୟ ରାସ୍ତାର କୁଲାଡ ଉପର ବାଗ୍ଦେବୀ ମନ୍ଦିର ସମ୍ମୁଖରେ ମଙ୍ଗଳବାର ସନ୍ଧ୍ୟାରେ ଏକ ବାଇକ ଓ ଟ୍ରକ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ କୁଲାଡର ଶଙ୍କର ମହାରଣା (୪୦) ମୃତ୍ୟୁବରଣ କରିଛନ୍ତି । ଭଞ୍ଜନଗର ପୋଲିସ ଘଟଣାସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ ଚଳାଇଛି। ଏଥିସହ ମୃତଦେହ ଜବତକରି ବ୍ୟବଚ୍ଛେଦ ପାଇଁ ଭଞ୍ଜନଗର ହସ୍ପିଟାଲକୁ ପଠାଇ ଦିଆଯାଇଛି।
ଘଟଣାରୁ ପ୍ରକାଶ ଯେ, ଶଙ୍କର ସନ୍ଧ୍ୟାରେ ବାଇକରେ ଭଞ୍ଜନଗରରୁ ଗ୍ରାମ ଅଭିମୁଖେ ଫେରୁଥିଲେ। ଘର ଠାରୁ ମାତ୍ର ୫୦୦ ମିଟର ଦୂରରେ ବିପରୀତ ଦିଗରୁ ଆସୁଥିବା ଏକ ଟ୍ରକ ସହ ଧକ୍କା ହୋଇଥିଲା। ଫଳରେ ଗ୍ରାମବାସୀ ଶଙ୍କରଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଚିକିତ୍ସା ପାଇଁ ଭଞ୍ଜନଗର ହସ୍ପିଟାଲ ନେଇଥିଲେ। ମେଡ଼ିକାଲରେ ଶଙ୍କରଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ।
Dharitri – Odisha’s No.1 Odia Daily