ଆରୋପ ପ୍ରତ୍ୟାରୋପରେ ଚାଲିଛି ପ୍ରଚାର

ନୂଆପଡ଼ା,୫ା୧୧ (ମକାରୁ ବେମାଲ): ନୂଆପଡ଼ା ଉପନିର୍ବାଚନରେ ପ୍ରମୁଖ ଦଳର ଆରୋପ ପ୍ରତ୍ୟାରୋପ ମଧ୍ୟରେ ପ୍ରଚାର ଚାଲିଛି। ସ୍ବାଧୀନ ପ୍ରାର୍ଥୀ ମଧ୍ୟ ପଛରେ ନାହାନ୍ତି। ସେମାନେ ମଧ୍ୟ ନିର୍ବାଚନୀ ବୈତରଣୀ ପାରିହେବା ପାଇଁ ଦିନରାତି ଏକ କରିଦେଇଛନ୍ତି ସୋମବାର ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଚାର ମଇଦାନକୁ ଆସି ବିଜେଡି ପ୍ରାର୍ଥୀ ସ୍ନେହାଙ୍ଗିନୀ ଛୁରିଆଙ୍କ ପାଇଁ ଭୋଟ ଭିକ୍ଷା କଲା ପରେ ଅନ୍ୟ ପ୍ରମୁଖ ଦଳ ମଧ୍ୟରେ ଛନକା ପଶିଛି। ସେମାନେ ରଣନୀତିକୁ ଆହୁରି ଶାଣିତ କରିବା ପାଇଁ ଯୋଜନା କରୁଛନ୍ତି। ପୂର୍ବରୁ ନୂଆପଡା ନିର୍ବାଚନ ମଣ୍ଡଳୀ ବିଜେଡିର ଗଡ ରହିଥିଲା। ସ୍ବର୍ଗତ ରାଜେନ୍ଦ୍ର ଢୋଲକିଆ ୪ଥର ବିଧାୟକ ହୋଇଛନ୍ତି। ତାଙ୍କ ଦେହାନ୍ତ ପରେ ପୁଅ ଜୟ ଢୋଲକିଆ ଭାଜପାରେ ଯୋଗଦେଇ ପ୍ରାର୍ଥୀ ହୋଇଛନ୍ତି। ଏହା ବିଜେଡି ପାଇଁ ଅଡୁଆ ପରିସ୍ଥିତି ସୃଷ୍ଟି କରିଥିବାବେଳେ ଖୋଦ ପୂର୍ବତନ ମୁଖ୍ୟମନ୍ତ୍ରୀ ନିର୍ବାଚନ ମଇଦାନକୁ ଓହ୍ଲାଇଥିବା କୁହାଯାଉଛି। ଅନ୍ୟପକ୍ଷରେ କଂଗ୍ରେସ ପାଇଁ ପିସିସି ସଭାପତି ଭକ୍ତ ଚରଣ ଦାସ ନୂଆପଡାରେ ଡେରା ପକାଇଥିବାବେଳେ ପୂର୍ବତନ ମନ୍ତ୍ରୀ ସୁର ରାଉତରାୟ ପଦଯାତ୍ରା କରି ଭୋଟ ଭିକ୍ଷା କରୁଛନ୍ତି। ବିଜୟ ଲକ୍ଷ୍ୟ ରଖି କଂଗ୍ରେସ ଆଗକୁ ହେଭିୱେଟ ନେତାମାନଙ୍କୁ ପ୍ରଚାର ମଇଦାନକୁ ଆଣିବା ପାଇଁ ପ୍ରସ୍ତୁତି ଚଳାଇଛି। ସେହିପରି ଭାଜପା ପ୍ରାର୍ଥୀ ଜୟଙ୍କ ବିଜୟ ପାଇଁ ଉପକୂଳିଆ ନେତା, ମନ୍ତ୍ରୀ, ବିଧାୟକ ସହ ସିନେ ତାରକା ଦିନରାତି ଏକ କରିଦେଉଛନ୍ତି। ଆଗକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କ ସମେତ ବହୁ ହେଭିଓ୍ବେଟ ନେତା ଆସି ଜୟଙ୍କ ପାଇଁ ପ୍ରଚାର କରିବେ ବୋଲି ସୂଚନା ମିଳିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri