ଆଉ ଜଣେ ପ୍ରିଜାଇଡିଂ ଅଫିସର ସସ୍‌ପେଣ୍ଡ

ନୂଆପଡ଼ା,୧୧ା୧୧(ମକାରୁ ବେମାଲ): ନୂଆପଡ଼ା ଉପନିର୍ବାଚନରେ ଆଉ ଜଣେ ପ୍ରିଜାଇଡିଂ ଅଫିସର ମଙ୍ଗଳବାର ସସ୍‌ପେଣ୍ଡ ହୋଇଛନ୍ତି। ନୂଆପଡ଼ା ଜିଲା ସିନାପାଲ୍ଲୀ ୪୬ ନଂ ବୁଥ୍‌ର ପ୍ରିଜାଇଡିଂ ଅଫିସର ସନ୍ଦୀପ ସ୍ବାଇଁଙ୍କୁ ସସ୍‌ପେଣ୍ଡ କରାଯାଇଛି। ତେବେ ସନ୍ଦୀପ ଭୋଟରଙ୍କ ଗୋପନୀୟତା ଉଲ୍ଲଙ୍ଘନ କରିଥିବାରୁ ତାଙ୍କ ପ୍ରତି ଏପରି କାର୍ଯ୍ୟାନୁଷ୍ଠାନ ନିଆଯାଇଛି।

ସେହିପରି ସକାଳେ ମତଦାନ ଚାଲିଥିବାବେଳେ ଜଣେ ପ୍ରିଜାଇଡିଂ ଅଫିସରଙ୍କ ସସ୍‌ପେଣ୍ଡ୍‌ କରାଯାଇଥିଲା। ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ପ୍ରେସମିଟ୍‌ରେ ସୂଚନା ଦେଇଛନ୍ତି। କୁଳିଆବନ୍ଧ ୩୬ ନଂ ବୁଥର ପ୍ରିଜାଇଡିଂ ଅଫିସର ଧନଞ୍ଜୟ ମଲ୍ଲିକଙ୍କୁ ସସ୍‌ପେଣ୍ଡ୍‌ କରାଯାଇଛି। ସସ୍‌ପେଣ୍ଡ୍‌ ପରେ ବିଭାଗ ଦ୍ବାରା ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ହେବ। ମତଦାନବେଳେ ଗୋପନୀୟତା ଉଲ୍ଲଂଘନ କରିଥିବାରୁ କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ଶାନ୍ତିଶୃଙ୍ଖଳାର ସହ ଭୋଟିଂ ଚାଲିଛି, ସିସିଟିଭିରେ ମନିଟର କରୁଛୁ। ଲୋକଙ୍କ ନିକଟରୁ ଏଯାବତ୍‌ କୌଣସି ଅଭିଯୋଗ ଆସିନି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ କହିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ବର ଏକ ନମ୍ବର ହାଟରେ ବଡ଼ ଧରଣର ଅଗ୍ନିକାଣ୍ଡ, ୪୦ ଦୋକାନ ଘର ପୋଡି ଧ୍ବଂସ

ଭୁବନେଶ୍ବର, ୨୦|୧ : ଭୁବନେଶ୍ବର ଏକ ନମ୍ବର ହାଟରେ ବଡ଼ ଧରଣର ଅଗ୍ନିକାଣ୍ଡ । ରାତି ଅଧରେ ହୁତୁହୁତୁ ହୋଇ ଜଳିଲା ହାଟ । ପ୍ରାୟ...

ମୁହାଁମୁହିଁ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା-ସମୀର ଦାସ, ଗୋଷ୍ଠୀ କନ୍ଦଳ ଜୋରଦାର

ନିମାପଡ଼ା, ୧୯।୧: ପୁରୀ ଜିଲା ନିମାପଡ଼ା ନିର୍ବାଚନ ମଣ୍ଡଳୀରେ ଭାଜପାର ଆଭ୍ୟନ୍ତରୀଣ କନ୍ଦଳ ଏବେ ଚରମ ସୀମାରେ ପହଞ୍ଚିଛି। ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଏବଂ ପୂର୍ବତନ...

ରାସ୍ତା ନିର୍ମାଣ ଦାବିରେ ଶିକ୍ଷକଙ୍କ ଆମରଣ ଅନଶନ

ଭଞ୍ଜନଗର,୧୯।୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଲାଲସିଂ ପଞ୍ଚାୟତରେ ଦୀର୍ଘ ଦିନରୁ ପଡ଼ି ରହିଥିବା ଅଧାପନ୍ତରିଆ ରାସ୍ତା କାମକୁ ନେଇ ଅସନ୍ତୋଷ ତେଜିଛି। ଛେଦାଭୂମୀ...

ଯୁବକଙ୍କୁ ଗୁଳି ମାଡ: ବାଇକରେ ଆସି ଫାୟାରିଂ କରି ଫେରାର୍‌ ହୋଇଗଲେ…

ଖୋର୍ଦ୍ଧା,୧୯।୧(ପ୍ରଭାତ ପାଣିଗ୍ରାହୀ): ଗୁଳି ମାଡରେ ଯୁବକଙ୍କ ମୃତ୍ୟୁ। ବେଗୁନିଆ ଥାନା ଅନ୍ତର୍ଗତ ପରିଛଳ ଜାମୁସହିରେ ଏହି ଘଟଣା ଘଟିଛି । ମୃତ ବ୍ୟକ୍ତିଙ୍କ ନାମ ବାସୁଦେବ...

ଭୁବନେଶ୍ୱରରେ ଭୟଙ୍କର ଦୁର୍ଘଟଣା: ଗୋଟିଏ କାର୍ ଉପରେ ଚଢ଼ିଗଲା ଆଉ ଏକ କାର୍

ଭୁବନେଶ୍ୱର,୧୯।୧: ରାଜଧାନୀର ବ୍ୟସ୍ତବହୁଳ ପଲାସୁଣୀ ଛକରେ ସୋମବାର ଏକ ଅଭାବନୀୟ ସଡ଼କ ଦୁର୍ଘଟଣା ଘଟିଛି। କଟକ ପଟୁ ଅତି ଦ୍ରୁତ ଗତିରେ ଆସୁଥିବା ଏକ କାର୍,...

ଅଞ୍ଚଳ ପାଇଁ ଗୌରବ ଆଣିଲେ ଗୋରା ସିଂ: OPSC ପରୀକ୍ଷାରେ ୬୩ତମ ର଼୍ୟାଙ୍କ ରଖି କୃତକାର୍ଯ୍ୟ

ଥୁଆମୂଳ ରାମପୁର,୧୯।୧(ଦୁର୍ଗା କିର୍ତ୍ତି): ଦୃଢ ଇଚ୍ଛାଶକ୍ତି ଓ ପରିଶ୍ରମ ଆଗରେ ହାର ମାନିଛି ଦାରିଦ୍ର୍ୟ। କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ସୁଯୋଗ୍ୟ ସନ୍ତାନ ଗୋରା...

ଆକ୍ସନ ମୋଡରେ ଯୋଗାଣ ନିରୀକ୍ଷକ: ଗାଁରେ ପହଞ୍ଚି ନିଜେ ବାଣ୍ଟିଲେ ବଞ୍ଚିତ ହିତାଧିକାରୀଙ୍କୁ ଚାଉଳ

ଥୁଆମୂଳ ରାମପୁର,୧୯।୧(ଦୁର୍ଗା କୀର୍ତ୍ତି): ଚମ୍ପାଛୁଆଁ ଗ୍ରାମର ହିତାଧିକାରୀମାନେ ଚଳିତ ବର୍ଷର ୩ ମାସର ପିଡିଏସ ଚାଉଳ ପାଇବାରୁ ବଞ୍ଚିତ ଥିବା ନେଇ ‘ଧରିତ୍ରୀ’ ରେ ଖବର...

ଭାରତ ମାତା ପୂଜନ ଉତ୍ସବରେ ଦୁଲୁକିବ ମଞ୍ଚ, ସାଂସ୍କୃତିକ କାର୍ଯ୍ୟକ୍ରମରେ ମୁଖ୍ୟ ଆକର୍ଷଣ ରହିଛି…

ଦାରିଙ୍ଗବାଡି, ୧୯।୧ (ଅରୁଣ ସାହୁ ): ଆସନ୍ତା ସାଧାରଣତନ୍ତ୍ର ଦିବସରେ ୧୪ ତମ ଭାରତ ମାତା ପୂଜନ ଉତ୍ସବ ପାଇଁ ପ୍ରସ୍ତୁତି ବୈଠକ ସିମନବାଡି ଦୁର୍ଗା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri