ଜବରଦଖଲ ମୁକ୍ତ ପାଇଁ ଅଡ଼ି ବସିଲେ ଗ୍ରାମବାସୀ

କର୍ଲାମୁଣ୍ଡା/ ରିଷିଡା ୧୧।୧୧:(ପ୍ରଦୀପ କୁମାର ସାହୁ/ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡା ପଞ୍ଚାୟତରେ ଥିବା ସରକାରୀ ଜମି ଏବେ ଜବରଦଖଲରେ ରହିଛି। ସରକାରୀ ଗୋଚର ଜମି, ଗ୍ରାମ୍ୟଜଙ୍ଗଲ ଜମିକୁ କିଛି ପ୍ରଭାବଶାଳୀ ବ୍ୟକ୍ତି ନିଜ ଅକ୍ତିଆରରେ ରଖିଥିବା ଦେଖିବାକୁ ମିଳିଛି। ଗ୍ରାମବାସୀ ଓ ପଞ୍ଚାୟତ ପକ୍ଷରୁ ବାରମ୍ବାର ଲିଖିତ ଆବେଦନ କଲେ ମଧ୍ୟ ଜବରଦଖଲ ମୁକ୍ତ ହୋଇପାରୁ ନାହିଁ।

ଏନେଇ ରିଷିଡା ଗ୍ରାମ ଉନ୍ନୟନ କମିଟି ପକ୍ଷରୁ ଏକ ପ୍ରତିନିଧି ଦଳ ତହସିଲଦାର ଅରୁଣ ବର୍ଗେଙ୍କୁ ଭେଟି ଏକ ଦାବିପତ୍ର ପ୍ରଦାନ କରାଯାଇଛି। ଏପରିକି ତୁରନ୍ତ ସରକାରୀ ଜମିକୁ ଜବରଦଖଲ ମୁକ୍ତ କରିବାକୁ ଦାବି କରାଯାଇଛି।

ପ୍ରତିନିଧି ଦଳରେ ସରପଞ୍ଚ ସେବତୀ ରଣା, ଉନ୍ନୟନ କମିଟି ସମ୍ପାଦକ ପ୍ରେମାନନ୍ଦ ପାତ୍ର, କମିଟି ସଦସ୍ୟ ତଥା ପୂର୍ବତନ ସମ୍ପାଦକ ନରୋତ୍ତମ ସେଲମା, ସତ୍ୟନାରାୟଣ କୁମାର, ଭାଜପା ନେତା ସଞ୍ଜୟ କୁମାର ଜୈନ ପ୍ରମୁଖ ସାମିଲ ଥିଲେ। ପ୍ରକାଶଥାଉକି ଗତ କିଛିଦିନ ତଳେ ଗ୍ରାମଉନ୍ନୟନ କମିଟି ପକ୍ଷରୁ ଭବାନୀପାଟଣା ଉପଜିଲାପାଳଙ୍କୁ ମଧ୍ୟ ଘଟଣା ସଂକ୍ରାନ୍ତରେ ଏକ ସ୍ମାରକ ପତ୍ର ପ୍ରଦାନ କରାଯାଇଥିଲ।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri