ସରିବାକୁ ବସିଲାଣି ଶିକ୍ଷାବର୍ଷ, ହେଲେ ହାଇସ୍କୁଲ ପିଲାଙ୍କୁ ଏଯାଏ ମିଳିନି ୟୁନିଫର୍ମ

ଜି.ଉଦୟଗିରି,୧୧ା୧୧(ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲା ଜି.ଉଦୟଗିରି ବ୍ଲକ ଅନ୍ତର୍ଗତ ସମସ୍ତ ହାଇସ୍କୁଲରେ ପଢ଼ୁଥିବା ଛାତ୍ରୀଛାତ୍ରଙ୍କୁ ସ୍କୁଲ ୟୁନିଫର୍ମ ମିଳି ନ ଥିବା ଅଭିଯୋଗ ହୋଇଛି। ଚଳିତବର୍ଷ ଏପ୍ରିଲରୁ ଶିକ୍ଷାବର୍ଷ ଆରମ୍ଭ ହୋଇଥିବା ବେଳେ ଏ ପର୍ଯ୍ୟନ୍ତ ୮ ମାସ ବିତିଗଲାଣି କିନ୍ତୁ ସରକାରଙ୍କ ଯୋଜନାରେ ଦିଆଯାଉଥିବା ସ୍କୁଲ ଡ୍ରେସ୍‌ ଛାତ୍ରୀଛାତ୍ରଙ୍କୁ ଦିଆଯାଇନାହିଁ। ନବମ ଶ୍ରେଣୀରେ ପଢୁଥିବା ଛାତ୍ରୀଛାତ୍ର ଆଉ ୩ ମାସ ପରେ ଦଶମ ଶ୍ରେଣୀରେ ପଢ଼ିବେ। ଦଶମ ଶ୍ରେଣୀରେ ପଢ଼ୁଥିବା ଛାତ୍ରୀଛାତ୍ର ୨ ମାସ ପରେ ବୋର୍ଡ ପରୀକ୍ଷା ଦେଇ ଘରେ ରହିଯିବେ। କିନ୍ତୁ ଏ ପର୍ଯ୍ୟନ୍ତ ପିଲାମାନଙ୍କୁ ୟୁନିଫର୍ମ ଡ୍ରେସ ମିଳିନାହିଁ। ଫଳରେ ଅଭିଭାବକ ମହଲରେ ତୀବ୍ର ଅସନ୍ତୋଷ ଦେଖିବାକୁ ମିଳିଛି।

ଏନେଇ ସ୍ଥାନୀୟ ବିଇଓ କାର୍ଯ୍ୟାଳୟରେ ଭାରପ୍ରାପ୍ତ ବିଇଓଙ୍କୁ ପଚାରିବାରୁ ଦୁଇଟି ଏସ୍‌ଏଚ୍‌ଜିକୁ ଡ୍ରେସ ତିଆରି ନିମନ୍ତେ ବ୍ଲକସ୍ତରୀୟ କମିଟି ଅନୁମୋଦନ ଦେଇସାରିଛନ୍ତି କିନ୍ତୁ ଜିଲାସ୍ତରୀୟ ଅନୁମୋଦନ କମିଟିର ଅନୁମୋଦନ ମିଳି ନ ଥିବ ତେଣୁ ବିଳମ୍ବ ହେଉଛି। ସ୍ଥାନୀୟ ବିଡିଓ ବ୍ଲକସ୍ତରୀୟ ଅନୁମୋଦନ କମିଟିର ଅଧ୍ୟକ୍ଷ ରହିଛନ୍ତି। ତାଙ୍କୁ ଉକ୍ତ ସମସ୍ୟା ନେଇ ଯୋଗାଯୋଗ ପରେ ସେ ତଦନ୍ତ କରି ସମସ୍ୟାର ଯଥା ଶୀଘ୍ର ସମାଧାନ କରାଯିବ ବୋଲି ନିଜ ପ୍ରତିକ୍ରିୟାରେ କହିଛନ୍ତି। ସ୍ଥାନୀୟ ଶିକ୍ଷା ବିଭାଗର ଅବହେଳା ଓ ଖାମଖିଆଲି ମନୋଭାବ ଯୋଗୁ ବର୍ଷ ସରିବାକୁ ଯାଉଛି ହେଲେ ଛାତ୍ରୀଛାତ୍ରଙ୍କୁ ୟନିଫର୍ମ ନ ମିଳିବା ପରିତାପର ବିଷୟ ବୋଲି ଅଭିଭାବକ କହିଛନ୍ତି।

Dharitri – Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଦକ୍ଷିଣାଞ୍ଚଳ ରାଜସ୍ବ ଆୟୁକ୍ତ, ଜ଼ିଲାପାଳମାନଙ୍କ ସମ୍ମିଳନୀ:ପଞ୍ଚାୟତ, ପୌର ନିର୍ବାଚନ ସଫଳତାର ସହ…

ଛତ୍ରପୁର,୨୦ା୧(ଦିଲୀପ ସାମଲ): ଆଗାମୀ ପଞ୍ଚାୟତ, ପୌର ନିର୍ବାଚନ ଏବଂ ଭୋଟର ତାଲିକା ସଂଶୋଧନକୁ ସ୍ବଚ୍ଛ, ନିରପେକ୍ଷ ଓ ସଫଳତାର ସହ ସମ୍ପାଦନ କରିବା ପାଇଁ ଛତ୍ରପୁରସ୍ଥିତ...

ପିଏମଶ୍ରୀ ଉତ୍ସବରେ ୩ ବିଧାୟକ: ଛାତ୍ରଛାତ୍ରୀଙ୍କ ପ୍ରତିଭା ଦେଖି କଲେ ପ୍ରଶଂସା

ବରଗଡ଼,୨୦।୧(ପ୍ରେମାନନ୍ଦ ଖମାରୀ) – ବରଗଡ଼ ରାଣା ପ୍ରତାପ ସ୍କୁଲ ପରିସରରେ ଚାଲିଥିବା ବରଗଡ଼ ଜିଲାସ୍ତରୀୟ ପିଏମଶ୍ରୀ ଉତ୍ସବ ମଙ୍ଗଳବାର ଉଦଯାପିତ ହୋଇଯାଇଛି । ଅତିରିକ୍ତ ଜିଲାପାଳ...

ମହିଳାଙ୍କ ହାତରେ ‘ଆମ ବସ୍’ ଷ୍ଟିୟରିଂ: ଏହି ଦିନରୁ ମିଳିବ ଦାୟିତ୍ୱ

ଭୁବନେଶ୍ୱର,୨୦।୧: ରାଜ୍ୟ ପରିବହନ ସେବାରେ ଏକ ବଡ଼ ପରିବର୍ତ୍ତନ ଆସିବାକୁ ଯାଉଛି। ଏଣିକି ପୁରୁଷଙ୍କ ସହ ମହିଳାମାନେ ମଧ୍ୟ ‘ଆମ ବସ୍’ ଚଲାଇବେ। ବିଶେଷ କରି...

ବାଲେଶ୍ୱରରେ ସଂଖ୍ୟାଲଘୁ ଯୁବକଙ୍କ ହତ୍ୟା: ନବୀନଙ୍କ ଗଭୀର ଦୁଃଖ ପ୍ରକାଶ

ଭୁବନେଶ୍ୱର,୨୦।୧: ବାଲେଶ୍ୱର ଜିଲାରେ ଗୋ-ଚାଲାଣ ଅଭିଯୋଗରେ ଜଣେ ସଂଖ୍ୟାଲଘୁ ସମ୍ପ୍ରଦାୟର ଯୁବକଙ୍କୁ ହତ୍ୟା ଘଟଣାରେ ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ...

୨୦୦୦ ଟଙ୍କାର ଛୋଟିଆ SIP କରିବ କୋଟିପତି, ଜାଣନ୍ତୁ କିଭଳି ନିବେଶ… 

ନୂଆଦିଲ୍ଲୀ, ୨୦।୧: କ’ଣ ୨୦୦୦ର ଛୋଟ SIPରୁ ଆପଣ କୋଟିପତି ହୋଇପାରିବେ? ଉତ୍ତର ହେଉଛି ହଁ! କେବଳ ଧୌର୍ଯ୍ୟ ଏବଂ ସମୟର ଆବଶ୍ୟକତା ରହିଛି। ଏସ୍‌ଆଇପି,...

୨୭ ବର୍ଷ ପରେ ନକ୍ଷତ୍ର ପରିବର୍ତ୍ତନ କଲେ ଶନି, ଏହି ୩ ରାଶିର ବଦଳିବ ଭାଗ୍ୟ…

ଜାନୁଆରୀ ୨୦ ତାରିଖ ଅର୍ଥାତ୍ ଆଜିର ଦିନରୁ ଶନିଦେବ ଉତ୍ତରା ଭାଦ୍ରପଦ ନକ୍ଷତ୍ରରେ ପ୍ରବେଶ କରିବାକୁ ଯାଉଛନ୍ତି । ଜ୍ୟୋତିଷ ଶାସ୍ତ୍ରର ଗଣନା ଅନୁଯାୟୀ ପାଖାପାଖି...

ନିରଞ୍ଜନଙ୍କୁ ଗୁରୁଦାୟିତ୍ୱ: ରାଜ୍ୟ ସରପଞ୍ଚ ମହାସଂଘର ଉପଦେଷ୍ଟା ହେଲେ …

ଦିଗପହଣ୍ଡି,୨୦|୧(ଅଶେଷନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକର ପୂର୍ବତନ ସମିତି ସଭ୍ୟ ତଥା ରେଡ୍ଡୀ ସମାଜ ଦିଗପହଣ୍ଡି ଜୋନର ସଭାପତି ଏମ୍ . ନିରଞ୍ଜନ ରେଡ୍ଡୀଙ୍କୁ...

ଟାଙ୍ଗିଆରେ ହାଣି କରିଥିଲେ ହତ୍ୟା: ବାପା-ପୁଅକୁ ଆଜୀବନ ଜେଲ

ବ୍ରହ୍ମପୁର,୨୦।୧(ସୁବାସ ଚନ୍ଦ୍ର ପାଢ଼ୀ): କିଆବାଡ଼ ଭାଗବଣ୍ଟାକୁ ନେଇ ଘଟିଥିବା ହତ୍ୟା ମାମଲାର ବିଚାର କରି ଗଞ୍ଜାମ ଜିଲା ଜଜ୍‌ ଅଶାନ୍ତ କୁମାର ଦାଶ ଅଭିଯୁକ୍ତ ବାପ-ପୁଅଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri