ଗାଁରେ ଡକାୟତ ଆତଙ୍କ: ଜଣଙ୍କୁ ଧରି ଉତ୍ତମମଧ୍ୟମ ଦେଲେ ଗ୍ରାମବାସୀ

ନୟାଗଡ଼,୧୨।୧୧(ଲୋକନାଥ ମିଶ୍ର): ନୟାଗଡ ଟାଉନ ଥାନା ଶୁଳିଆ ଗାଁରେ ବିଳମ୍ବିତ ରାତିରେ ଘଟିଛି ବୋମାମାଡ଼। ଶୁଳିଆ ଗାଁରେ ରାସ୍ତା କାମ ଚାଲୁଥିବାରୁ ଦୁଇଜଣ ଯୁବକ ସିମେଣ୍ଟ ଜଗିବାକୁ ରାସ୍ତା ପାଖରେ ରହିଥିଲେ। ୬ଜଣ ଲୋକ ରାତି ପ୍ରାୟ ସାଢେ ବାରଟା ସମୟରେ ଶୁଳିଆ ଗାଁ ନିକଟରେ ବିଭିନ୍ନ ମାରଣାସ୍ତ୍ର ଧରି ବୁଲୁଥିବା ଦେଖି ଯୁବକ ଦୁଇଜଣ ଗାଁ ଲୋକଙ୍କୁ ଡାକିଥିଲେ। ଗ୍ରାମବାସୀମାନେ ପଳାଇଆସିବା ଦେଖି ଦୁର୍ବୃତ୍ତମାନେ ଗ୍ରାମବାସୀଙ୍କ ଉପରକୁ ୩ଟି ବୋମା ଫୋପାଡି ଥିଲେ । ବୋମାମାଡରେ ଗାଁର ଉପେନ୍ଦ୍ର ଖଟେଇ , ସୁମନ୍ତ ବାରିକ ଏବଂ ଶତୃଘ୍ନ ବାରିକ ଗୁରୁତର ଆହତ ହୋଇଥିଲେ। ଆହତମାନଙ୍କୁ ନୟାଗଡ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କର ଯାଇଛି । ୫ ଜଣ ଦୁର୍ବୃତ୍ତ ବୋମାମାଡ କରି ଫେରାର୍‌ ହୋଇଯାଇଥିବାବେଳେ କଇଥଗାଡିଆ ଗ୍ରାମର ଅକୃର ପ୍ରଧାନକୁ ଧରି ଗ୍ରାମବାସୀ ଉତ୍ତମ ମଧ୍ୟମ ଦେଇଛନ୍ତି। ଖବରପାଇ ପୋଲିସ ଘଟଣାସ୍ଥଳକୁ ଯାଇ ଅକୃରକୁ ଉଦ୍ଧାର କରି ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲା। ପରବର୍ତ୍ତୀ ସମୟରେ ଅକୃରକୁ ପୋଲିସ ଜିଲା ମୁଖ୍ୟ ଚିକିତ୍ସାଳୟକୁ ଆଣିବା ପରେ ସେଠାରେ ମଧ୍ୟ ଉତ୍ତେଜନା ଦେଖାଦେଇଥିଲା । ଆହତଙ୍କ ସମ୍ପର୍କୀୟମାନେ ଅକୃରକୁ ମେଡିକାଲରେ ମଧ୍ୟ ପ୍ରବଳ ମାଡ ମାରିଥିଲେ । ଦୁର୍ବୃତ୍ତମାନେ ଡକାୟତୀ କରିବା ପାଇଁ ଯାଇଥିବା ଶୂଳିଆ ଗ୍ରାମବାସୀ କହୁଥିବାବେଳେ ଧରାପଡିଥିବା ଅକୃରକାଠ ଚୋରି କରିବାକୁ ଯାଇଥିଲେ ବୋଲି କହିଛି । ଖସିଯାଇଥିବା ସମସ୍ତ ଲୋକ କଇଥଗାଡିଆ ଗ୍ରାମର ବୋଲି ଅକୃର ସୂଚନା ଦେଇଛି । ଗ୍ରାମବାସୀ ଜବତ କରିଥିବା ଡକାୟତଙ୍କ ଦୁଇଟି ବାଇକକୁ ପୋଲିସ ଥାନାକୁ ଆଣି ତଦନ୍ତ ଆରମ୍ଭ କରିଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

ମୋଦିଙ୍କ ଘୋଷଣା ଶୁଣି ଟ୍ରମ୍ପ ଛାନିଆ! କହିଦେଲେ…

ନୂଆଦିଲ୍ଲୀ,୫।୧୨:ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଭାରତ ଗସ୍ତରେ ଅଛନ୍ତି। ଆଜି ତାଙ୍କ ଗସ୍ତର ଦ୍ୱିତୀୟ ଦିନ। ଗୁରୁବାର ରାତିରେ ଭାରତରେ ପହଞ୍ଚିଥିବା ପୁଟିନ ମହାତ୍ମା ଗାନ୍ଧୀଙ୍କ...

ଅମ୍ଳଯୁକ୍ତ ମାଟିକୁ କିପରି କରିବେ ଉର୍ବର, କେମିତି ବଢ଼ିବ ଉତ୍ପାଦନ

ଭଞ୍ଜନଗର,୫।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ବିଶ୍ବ ମୂର୍ତ୍ତିକା ଦିବସ ପାଳିତ ହୋଇଯାଇଛି। ରାଜ୍ୟରେ ୬୫ ପ୍ରତିଶତ ଚାଷ ଜମି...

ଗଞ୍ଜାମ କଂଗ୍ରସ ଦୁଇଫାଳ: ବିଚ୍‌ ରାସ୍ତାରେ ହାତାହାତି ହେଲେ ଦୁଇ ନେତା

ପୁରୁଷୋତ୍ତମପୁର,୫।୧୨(ସବିତା ମିଶ୍ର): ଗୋଷ୍ଟିକନ୍ଦଳ ଯୋଗୁଁ ରାଜ୍ୟରେ ଦିନକୁଦିନ କଂଗ୍ରେସର ସ୍ଥିତି ତଳକୁ ତଳକୁ ଖସି ସତ୍ତା ହଜାଇବାକୁ ଯାଉଥିବାବେଳେ ଏପରିକି ଗଞ୍ଜାମ ଜିଲାରେ ମଧ୍ୟ କଂଗ୍ରସ...

୪୪ ରନ୍‌ ଆଗରେ ଅଷ୍ଟ୍ରେଲିଆ

ବ୍ରିସ୍‌ବେନ୍‌(ଅଷ୍ଟ୍ରେଲିଆ),୫ା୧୨: ଇଂଲଣ୍ଡ ବିପକ୍ଷ ଦ୍ୱିତୀୟ ଆଶେସ ଟେଷ୍ଟର ଶୁକ୍ରବାର ଖେଳ ଶେଷ ସୁଦ୍ଧା ଅଷ୍ଟ୍ରେଲିଆ ପ୍ରଥମ ଇନିଂସରେ ୪୪ ରନ୍‌ ଅଗ୍ରଣୀ ଲାଭ କରିଛି। ଭ୍ରମଣକାରୀ...

ଆରୋଗ୍ୟ କେନ୍ଦ୍ରରେ ନିଆଁ ଲାଗି ଲକ୍ଷାଧିକ ସାମଗ୍ରୀ ନଷ୍ଟ

କେସିଙ୍ଗା ,୫।୧୨( ତୁମେଶ୍ୱର୍‌ ସାହୁ ) : କଳାହାଣ୍ଡି ଜିଲା ପାଷ୍ଟିକୁଡି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଅଧିନସ୍ଥ ତହଶିର ଗ୍ରାମସ୍ଥିତ ଆୟୁଷ୍ମାନ ଆରୋଗ୍ୟ କେନ୍ଦ୍ରରେ କୌଣସି କାରଣ...

ଶୀତରେ ଥରୁଛି ଉତ୍ତର ଭାରତ

ନୂଆଦିଲ୍ଲୀ,୫ା୧୨: ସମଗ୍ର ଉତ୍ତର ଭାରତ ଶୀତରେ ଥରୁଛି। ଶୁକ୍ରବାର ରାଜସ୍ଥାନ, ପଞ୍ଜାବ ଏବଂ ହରିୟାଣାର ଅଧିକାଂଶ ଅଞ୍ଚଳରେ ସର୍ବନିମ୍ନ ତାପମାତ୍ରା ସ୍ବାଭାବିକଠାରୁ ନିମ୍ନରେ ରହିଛି। ତେବେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri