ବ୍ଲକ୍‌ସ୍ତରୀୟ ମତ୍ସ୍ୟ ଓ ପ୍ରାଣିସମ୍ପଦ ମେଳା: ସମ୍ମାନିତ ହେଲେ ସଫଳ ଚାଷୀ

କର୍ଲାମୁଣ୍ଡା,୧୨ା୧୧(ପ୍ରଦୀପ କୁମାର ସାହୁ)- କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍‌ ରିଷିଡ଼ାସ୍ଥିତ ବାପୁଜୀ ମିନି ଷ୍ଟାଡିୟମରେ ବୁଧବାର ବ୍ଲକସ୍ତରୀୟ ମତ୍ସ୍ୟ ଓ ପ୍ରାଣିସମ୍ପଦ ମେଳା ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଆୟୋଜିତ ସଭା ରେ କର୍ଲାମୁଣ୍ଡା ବିଡିଓ ସୁଚରିତା ମୁଗ୍ରୀଙ୍କ ଅଧ୍ୟକ୍ଷତାରେ ମୁଖ୍ୟ ଅତିଥି ଭାବେ ଜିଲା ପରିଷଦ ଅଧ୍ୟକ୍ଷ ପୁଷ୍ପେନ୍ଦ୍ର ସିଂ ଦେଓ, ସମ୍ମାନିତ ଅତିଥି ଭାବେ ବ୍ଲକ ଅଧକ୍ଷ୍ୟା କୁନି ସାହୁ, ତହସିଲଦାର ଅରୁଣ ବର୍ଗେ, ଓମଫେଡ଼ ସାଧାରଣ ପ୍ରବନ୍ଧକ ରଜନୀ କାନ୍ତ ପଣ୍ଡା, ଭବାନୀପାଟଣା ଉପଖଣ୍ଡ ପ୍ରାଣୀ ଚିକିତ୍ସା ଅଧିକାରୀ ପ୍ରଭାତ କୁମାର ପରିଡା,କର୍ଲାମୁଣ୍ଡା ବ୍ଲକ ପ୍ରାଣୀ ଚିକିତ୍ସା ଅଧିକାରୀ କେଦାର ନାଥ ଖମାରୀ, ସହକାରୀ ମତ୍ସ୍ୟ ଅଧିକାରୀ ଶକ୍ତିକାନ୍ତ ବେହେରା, କଳାହାଣ୍ଡି ଅତିରିକ୍ତ ଜିଲା ମତ୍ସ୍ୟ ଅଧିକାରୀ ଅରୁଣ କୁମାର ସାହୁ,ରିଷିଡା ସରପଞ୍ଚ ସେବତୀ ରଣା, ଜିଲ୍ଲା ପରିଷଦ ସଭ୍ୟ ମହେନ୍ଦ୍ର ରଣା ପ୍ରମୁଖ ଯୋଗଦେଇ ସରକାରଙ୍କ ବିଭିନ୍ନ ଯୋଜନାର ବିସ୍ତୃତ ଭାବେ ଆଲୋଚନା କରିବା ସହ ଯୋଜନା ର ଫାଇଦା ନେବାକୁ ଚାଷୀ ମାନଙ୍କୁ ପରାମର୍ଶ ଦେଇଥିଲେ।ଏଥିରେ ବିଭିନ୍ନ ସରକାରୀ ଯୋଜନାରେ ସାମିଲ ହୋଇ ସଫଳତା ଅର୍ଜନ କରିଥିବା ମହିଳା ,ପୁରୁଷ ଚାଷୀ ମାନଙ୍କୁ ସମ୍ମାନିତ କରାଯାଇଥିଲା।ଏହି ମେଳାରେ ବିଭିନ୍ନ ବିଭାଗରୁ ଷ୍ଟଲ ଲଗେଇବା ସହ ବ୍ଲକ ସଂସ୍କୃତିକ ସଂଘ ପକ୍ଷରୁ ନାଚ ଗୀତ ମାଧ୍ୟମରେ ଯୋଜନା ଉପରେ ଚାଷୀ ମାନଙ୍କୁ ସଚେତନ କରାଯାଇଥିଲା। କାର୍ଯ୍ୟକ୍ରମ ରେ କାର୍ଲାପଡା ପ୍ରାଣୀ ଚିକିତ୍ସକ ସୁଦେଭି ଭଞ୍ଜ ସଂଯୋଜନା କରିଥିଲେ ଓ କେଦାର ନାଥ ଖମାରୀ ସ୍ୱାଗତ ଭାଷଣ ଦେଇଥିବା ବେଳେ ଶକ୍ତିକାନ୍ତ ବେହେରା ଧନ୍ୟବାଦ ଅର୍ପଣ କରିଥିଲେ।ବ୍ଲକର ବିଭିନ୍ନ ଅଞ୍ଚଳରୁ ମହିଳାପୁରୁଷ ଚାଷୀମାନେ ଅଂଶ ଗ୍ରହଣ କରିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଆଗେଇବ ରେଳ ଓଭରବ୍ରିଜ୍‌ ନିର୍ମାଣ କାର୍ଯ୍ୟ

ଭୁବନେଶ୍ୱର,୨୧ା୧: ରାଜ୍ୟର ରାସ୍ତା ସଂଯୋଗକୁ ମଜଭୁତ କରିବାରେ ରେଲଓ୍ବେ ଓଭରବ୍ରିଜ୍‌ (ଆର୍‌ଓବି) ଗୁରୁତ୍ୱପୂର୍ଣ୍ଣ ଭୂମିକା ନିଭାଇଥାଏ। ରେଲଓ୍ବେ ଲେଭଲକ୍ରସିଂକୁ ଆର୍‌ଓବିରେ ପରିବର୍ତ୍ତନ କରିବା ଦ୍ୱାରା ଯାନ...

ଯାଉଥିବା ବେଳେ କୂଅରେ ପଡିଲେ ୩ ହାତୀ

ଦେବଗଡ଼,୨୦ା୧(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ ରେଙ୍ଗାଳବେଡ଼ା ଫରେଷ୍ଟ ସେକ୍ସନ ଟିଙ୍କବୀର ବିଟ୍‌ହାଉସ୍‌ ଅନ୍ତର୍ଗତ ବରନାଳି ଗ୍ରାମର ଏକ କୂଅରୁ ମଙ୍ଗଳବାର ୩ଟି...

ବାଲିପାଟଣାରେ ଗଡ଼ିଲା ମୁଣ୍ଡ

ଭୁବନେଶ୍ୱର,୨୧।୧: ଭୁବନେଶ୍ୱର ଉପକଣ୍ଠସ୍ଥ ବାଲିପାଟଣା ଭାପୁର ନାଥସାହିରେ ବୁଧବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସାମାନ୍ୟ ବଚସାରୁ ଜଣେ ଯୁବକଙ୍କୁ ଗାଁର ଅନ୍ୟ ଜଣେ...

ସୋସିଆଲ ମିଡିଆ ପୋଷ୍ଟ ଉପରେ ଲାଗିଲା କଟକଣା

ବାଲେଶ୍ୱର,୨୧।୧(ବାଞ୍ଛାନିଧି ଦେ): ବାଲେଶ୍ୱରରେ ସୋସିଆଲ ମିଡିଆ ପୋଷ୍ଟ ଉପରେ ଜିଲା ପୋଲିସ ପକ୍ଷରୁ ବୁଧବାର କଟକଣା ଲାଗୁ କରାଯାଇଛିl କୌଣସି ସମ୍ପ୍ରଦାୟ ବିରୋଧରେ ପୋଷ୍ଟ ନ...

ଗାଁରେ କୁକୁର ଆତଙ୍କ: ଗୋଡ଼ାଇ ଗୋଡ଼ାଇ ୭ ଜଣଙ୍କୁ କାମୁଡ଼ିଲା

ପାଟଣା,୨୧ା୧(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ବେଗନା ଗ୍ରାମରେ ବୁଧବାର ଏକ ପାଗଳ କୁକୁର ଆକ୍ରମଣରେ ୭ ଜଣ ଗୁରୁତର ଆହତ ହୋଇ...

ଏକାବେଳକେ ଆଖିବୁଜିଦେଲେ ଦୁଇ ସାଙ୍ଗ : ଘରକୁ ଫେରିବା ବେଳେ…

ପଡିଆ,୨୧।୧(ଭାସ୍କର ରାଓ): ମାଲକାନଗିରି ଜିଲା ପଡିଆ ସଦର ବ୍ଲକ କମାରଗୁଡା ନିକଟରେ ଦୁର୍ଘଟଣା ଘଟିଛି। ଦୁଇ ସାଙ୍ଗ ଏକ ବାଇକ୍‌ରେ ଯିବା ବେଳେ ଦୁର୍ଘଟଣାରେ ଉଭୟଙ୍କ...

ଚାଲିଥିଲା ଜୁଆ ଖେଳ, ଅଚାନକ ଚଢାଉ କଲା ପୋଲିସ, ଆଉ ତା’ପରେ…

ଛତ୍ରପୁର, ୨୧।୧ ( ଦିଲ୍ଲୀପ ସାମଲ): ଛତ୍ରପୁର ଥାନା ପୋଲିସ ପକ୍ଷରୁ ଚିକଲଖଣ୍ଡିଠାରେ ଚାଲିଥିବା ଏକ ଜୁଆ ଆଡ୍ଡା ଉପରେ ଅଚାନକ ଚଢ଼ାଉ କରି ୮...

ଘାଟିରେ ତଳକୁ ଖସିଲା ଟ୍ରଲର: ଲାଗିଲା ନିଆଁ, ଆଉ ତା’ପରେ…

ପଟାଙ୍ଗୀ,୨୧।୧(ଶରତ କୁମାର ଧଳ): କୋରାପୁଟ ଜିଲା ପଟାଙ୍ଗୀ ବ୍ଲକ ଅଧିନସ୍ଥ ରାଲେଗଡା ପଞ୍ଚାୟତ ଯୋଡିମାଦିଲି ଘାଟିରେ ଭାରସାମ୍ୟ ହରାଇ ଘାଟି ତଳକୁ ଖସିପଡ଼ିଛି ଏକ ଟ୍ରଲର।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri