ଏହି ଦିନ ଖେଳାଯିବ ବାରବାଟୀରେ ଭାରତ-ଦ.ଆଫ୍ରିକା ଟି ୨୦

ଭୁବନେଶ୍ୱର, ୧୩।୧୧(ସୁନିତ୍‌ ମିଶ୍ର):ଅନ୍ତର୍ଜାତୀୟ କ୍ରୀଡ଼ା ଆୟୋଜନ କରିବାରେ ଓଡ଼ିଶାର ସୁନାମ ରହିଛି। କଟକ ବାରବାଟୀ ଷ୍ଟାଡିୟମରେ ପୂର୍ବରୁ ଅନେକ ଅନ୍ତର୍ଜାତୀୟ ମ୍ୟାଚ୍‌ ସୁବ୍ୟବସ୍ଥିତ ଭାବେ ଆୟୋଜିତ ହୋଇଯାଇଛି। ତେଣୁ ଆସନ୍ତା ଡିସେମ୍ବର ୯ରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ହେବାକୁ ଥିବା ଅନ୍ତର୍ଜାତୀୟ ଟି-୨୦ ମ୍ୟାଚ୍‌ ଯେପରି ସୁବ୍ୟବସ୍ଥିତ ଓ ସୁନିୟନ୍ତ୍ରିତ ଭାବେ ଆୟୋଜନ ହେବ ସେଥିପାଇଁ ସମସ୍ତ ବ୍ୟବସ୍ଥାକୁ ତ୍ରୁଟିଶୂନ୍ୟ ଭାବେ କାର୍ଯ୍ୟକାରୀ କରିବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ପରାମର୍ଶ ଦେଇଛନ୍ତି।
ଲୋକସେବା ଭବନଠାରେ ବାରବାଟୀ ଷ୍ଟାଡିୟମରେ ହେବାକୁ ଥିବା ଟି-୨୦ ମ୍ୟାଚ୍‌ ଆୟୋଜନ ପାଇଁ ଏକ ପ୍ରସ୍ତୁତି ବୈଠକରେ ଅଧ୍ୟକ୍ଷତାକରି ମୁଖ୍ୟମନ୍ତ୍ରୀ ଓଡ଼ିଶା କ୍ରିକେଟ ଆସୋସିଏସନ ଓ ରାଜ୍ୟ ପ୍ରଶାସନର ବରିଷ୍ଠ ଅଧିକାରୀମାନଙ୍କୁ ପରାମର୍ଶ ଦେଇ କହିଛନ୍ତି, କ୍ରିକେଟ ଆମ ଦେଶର ଏକ ଅତି ଲୋକପ୍ରିୟ ଖେଳ। ତେଣୁ ଏହି ମ୍ୟାଚ୍‌ ପ୍ରତି ସମଗ୍ର ଦେଶ ଓ ବିଶ୍ବର ନଜର ରହିବ। ସେଥିଲାଗି ଏହା ଯେପରି ତ୍ରୁଟିଶୂନ୍ୟ ଭାବେ ପରିଚାଳନା ହେବ ଏବଂ ଓଡ଼ିଶାର ମର୍ଯ୍ୟାଦା ସୁରକ୍ଷିତ ହେବ ସେଥିପାଇଁ ସମସ୍ତେ ସଚେତନ ରହିବା ଆବଶ୍ୟକ।
ବୈଠକରେ ଓସିଏ ସମ୍ପାଦକ ସଞ୍ଜୟ ବେହେରା ମ୍ୟାଚ୍‌ ପ୍ରସ୍ତୁତି ସମ୍ପର୍କରେ ବିସ୍ତୃତ ବିବରଣୀ ପ୍ରଦାନ କରିଥିଲେ। ଟିକେଟ ବିକ୍ରି, ଦର୍ଶକମାନଙ୍କ ପାଇଁ ସୁବ୍ୟବସ୍ଥା, ନିରନ୍ତର ଲାଇଟିଂ ବ୍ୟବସ୍ଥା, ଷ୍ଟାଡିୟମ ଭିତ୍ତିଭୂମି ଓ ଅଗ୍ନି ନିର୍ବାପନ ବ୍ୟବସ୍ଥା, ପାର୍କିଂ ଏବଂ ଟ୍ରାଫିକ୍‌ ପରିଚାଳନା ଆଦି ବିଭିନ୍ନ ବିଷୟରେ ବିସ୍ତୃତ ଆଲୋଚନା ହୋଇଛି। ଦିଲ୍ଲୀରେ ହୋଇଥିବା ବିସ୍ଫୋରଣ ପରିପ୍ରେକ୍ଷୀରେ ଏହି ଅନ୍ତର୍ଜାତୀୟ କ୍ରୀଡ଼ା ସମୟରେ ପୋଲିସ ପ୍ରଶାସନ ପକ୍ଷରୁ ଲୋକଙ୍କ ସୁରକ୍ଷା ପ୍ରତି ଏକ ଫୁଲ୍‌-ପ୍ରୁଫ୍‌ ବ୍ୟବସ୍ଥା କରାଯିବା ଆବଶ୍ୟକ। ଏଥିପାଇଁ ପୋଲିସ ଅଧିକ ସତର୍କ ରହିବା ଦରକାର ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଅସୁସ୍ଥ ବ୍ୟକ୍ତି କିମ୍ବା ଅନ୍ୟାନ୍ୟ ଅସୁବିଧା ସ୍ଥଳରେ ଲୋକମାନଙ୍କୁ ନେବା ଆଣିବା ପାଇଁ ଏକ ସୁବ୍ୟବସ୍ଥିତ ଗ୍ରୀନ୍‌ କରିଡର ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱାରୋପ କରିଛନ୍ତି। ଏହାସହ ଭିଡ଼ ନିୟନ୍ତ୍ରଣ, ଟିକେଟ ବିକ୍ରି, ଜରୁରୀ ଚିକିତ୍ସା ବ୍ୟବସ୍ଥା ଆଦି ସମସ୍ତ କାର୍ଯ୍ୟ ଉପଯୁକ୍ତ ଭାବେ ତଦାରଖକରି ନିର୍ଭୁଲ୍‌ ଭାବେ ପରିଚାଳନା କରିବାକୁ ସେ ପରାମର୍ଶ ଦେଇଛନ୍ତି।
ସୂଚନା ଅନୁଯାୟୀ, ପ୍ରତ୍ୟେକ ଷ୍ଟାଣ୍ଡର କ୍ଷମତା ଅନୁଯାୟୀ ସେଠାରେ ନିର୍ଦ୍ଦିଷ୍ଟ ସଂଖ୍ୟକ ଦର୍ଶକଙ୍କୁ ବସିବା ପାଇଁ ବ୍ୟବସ୍ଥା କରାଯିବ। ମ୍ୟାଚ୍‌ ସମୟରେ ନିରନ୍ତର ଲାଇଟିଂ ବ୍ୟବସ୍ଥା ପାଇଁ ଅଧିକ ଜେନ୍‌ସେଟ୍‌ ଅଣାଯାଇଥିବା ବେଳେ ଏହାର ମନିଟରିଂ ପାଇଁ ନୂଆ ସପ୍ଟୱେର ମଧ୍ୟ ଇନ୍‌ଷ୍ଟଲ କରାଯାଇଛି। ଗୋଟିଏ ଜେନ୍‌ସେଟ୍‌ ଫେଲ୍‌ ହେଲେ ତୁରନ୍ତ ଅନ୍ୟ ଗୋଟିଏ ଚାଲୁହେବ ଏବଂ ଲାଇଟିଂ ବ୍ୟବସ୍ଥା ନିରନ୍ତର ଭାବେ ଜାରି ରହିବ ବୋଲି ବୈଠକରେ କୁହାଯାଇଛି। ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶଦାତା ପ୍ରକାଶ ମିଶ୍ର, କ୍ରୀଡ଼ା ଓ ଯୁବସେବା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, ଅନୁଗୋଳ ବିଧାୟକ ତଥା ଓସିଏ ସଦସ୍ୟ ପ୍ରତାପ ଚନ୍ଦ୍ର ପ୍ରଧାନ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ଗୃହ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ, ପୋଲିସ ମହାନିର୍ଦ୍ଦେଶକ ୱାଇ.ବି ଖୁରାନିଆ, ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ଶାସନ ସଚିବ ଶାଶ୍ବତ ମିଶ୍ର, ଓଡ଼ିଶା କ୍ରିକେଟ ଆସୋସିଏସନ ସଭାପତି ପଙ୍କଜ ଲୋଚନ ମହାନ୍ତି, ବିଭିନ୍ନ ବିଭାଗର ପ୍ରମୁଖ ସଚିବ, ଶାସନ ସଚିବ, କଟକ-ଭୁବନେଶ୍ବର ପୋଲିସ କମିଶନର, କଟକ ଜିଲାପାଳ ଓ ବରିଷ୍ଠ ପଦାଧିକାରୀମାନେ ଉପସ୍ଥିତ ରହି ମ୍ୟାଚ୍‌ ପରିଚାଳନା ସମ୍ପର୍କରେ ଆଲୋଚନା କରିଥିଲେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଅରବିନ୍ଦ ମହାପାତ୍ରଙ୍କ ନିଲମ୍ବନ ନେଇ ମୁହଁ ଖୋଲିଲେ ନବୀନ, ନୂଆ ମୁଖିଆ….

ଭୁବନେଶ୍ୱର,୨୧।୧:  ଅରବିନ୍ଦ ମହାପାତ୍ରଙ୍କ ନିଲମ୍ବନ ଉପରେ ମୁହଁ ଖୋଲିଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ତେବେ କାହିଁକି ବିଜୁ ଜନତା ଦଳରୁ ଅରବିନ୍ଦଙ୍କୁ ନିଲମ୍ବନ...

୧୮ରୁ ୫୫ ବର୍ଷୀୟ ଏହି ମହିଳାମାନଙ୍କୁ ସରକାର ଦେବେ ୫୦୦୦ ଟଙ୍କା, ଯୋଜନାର ଲାଭ କିପରି ନେବେ ଜାଣି ରଖନ୍ତୁ…

ନୂଆଦିଲ୍ଲୀ,୨୧।୧: ଭାରତ ସରକାର ଦେଶର ନାଗରିକଙ୍କ ପାଇଁ ଅନେକ କଲ୍ୟାଣକାରୀ ଯୋଜନା ଚଳାଇଛନ୍ତି। ଏହି ଯୋଜନାଗୁଡ଼ିକ ମଧ୍ୟରୁ ଏକ ଗୁରୁତ୍ୱପୂର୍ଣ୍ଣ ଯୋଜନା ହେଉଛି ପ୍ରଧାନମନ୍ତ୍ରୀ ମାତୃ...

ବରଗଡ଼ରେ ପୁଣି କଫ ସିରପ କାରବାର: ୭୬ ହଜାରରୁ ଅଧିକ ଟଙ୍କା ଜବତ ସହ…

ବରଗଡ଼,୨୧ା୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ପୋଲସ ବୁଧବାର ୫୦୫୦ବୋତଲ କଫ୍‌ ସିରପ୍‌ ଜବତ କରିଛି। ଏଥିରେ ସମ୍ପୃକ୍ତ ୬ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଥିବାବେଳେ...

BCBକୁ ଆଉ ଗୋଟିଏ ଦିନ ସମୟ ଦେଇଛି ICC, ଯଦି ବାଂଲାଦେଶ ଟି-୨୦ ବିଶ୍ୱକପ ପାଇଁ ଭାରତ ନ ଆସେ ତେବେ…

ନୂଆଦିଲ୍ଲୀ,୨୧।୧: ୨୦୨୬ ଟି୨୦ ବିଶ୍ୱକପ ପାଇଁ ବାଂଲାଦେଶ ଦଳ ଭାରତ ଯାତ୍ରା କରିବ କି ନାହିଁ ସେ ବିଷୟରେ ଏପର୍ଯ୍ୟନ୍ତ କୌଣସି ଆନୁଷ୍ଠାନିକ ନିଷ୍ପତ୍ତି ହୋଇନାହିଁ।...

ଯୁବକଙ୍କୁ ହଜି ଯାଇଥିବା ଫୋନ୍‌ ଫେରାଇଲେ ଏମ୍‌ପିଙ୍କ ପିଏ

ରାୟଗଡ଼ା,୨୧ା୧(ଆଶିଷ ରଞ୍ଜନ ପଣ୍ଡା): କୋରାପୁଟ ଏମ୍‌ପିଙ୍କ ପିଏ ବାପି ପଟ୍ଟନାୟକ ଜଣେ ଯୁବକଙ୍କ ହଜି ଯାଇଥିବା ମୋବାଇଲ ଫେରାଇ ମାନବିକତାର ପରିଚୟ ଦେଖାଇଛନ୍ତି। ସୂଚନା ମୁତାବକ...

ଝିଅର ଜୀବନ ବଞ୍ଚାଇବାକୁ ଏମିତି ଅପିଲ କଲେ ମହିଳା ପ୍ରଶଂସକ, ଭିଡିଓ ହେଉଛି ଭାଇରାଲ

ନୂଆଦିଲ୍ଲୀ,୨୧।୧: ସୋସିଆଲ ମିଡିଆରେ ଏକ ଭିଡିଓ ଭାଇରାଲ ହୋଇଛି ଯେଉଁଥିରେ ଜଣେ ମହିଳା ସୁରକ୍ଷା ଭାଙ୍ଗୁଥିବା ଏବଂ ପୂର୍ବତନ ଭାରତୀୟ ଅଧିନାୟକ ରୋହିତ ଶର୍ମାଙ୍କ ପାଖକୁ...

ଆପଣଙ୍କ ଏଭଳି ଅବହେଳା ପାଇଁ ଚୋରି ହୋଇଯାଇପାରେ ବାଇକ୍‌, ଭୁଲ୍‌ରେ ବି କରନ୍ତୁ ନାହିଁ ଏହି କାମ…

ନୂଆଦିଲ୍ଲୀ,୨୧।୧: ଆଜିକାଲି ସମୟରେ ବାଇକ ପ୍ରାୟ ପ୍ରତ୍ୟେକ ଘରର ଦୈନନ୍ଦିନ ଜୀବନର ଅଂଶ ହୋଇଯାଇଛି। ବାଇକ ଦ୍ୱାରା ଘରୁ ବାହାରକୁ ଯିବାଠାରୁ ଆରମ୍ଭ କରି ଅନେକ...

ଘରକୁ ଫେରୁଥିବା ବେଳେ ବାଇକ୍‌କୁ ପଛ ପଟୁ ଧକ୍କା ଦେଲା ଟ୍ରକ୍, ପୁଅ ଆଗରେ ଚାଲିଗଲା ବାପାର ଜୀବନ

ପାଲଲହଡ଼ା,୨୧ା୧(ଦିବ୍ୟଜ୍ୟୋତି ଦାଶ): ଆଜି ଅପରାହ୍ନରେ ଜାତୀୟ ରାଜପଥ ୪୯ କଲେଜ ସମ୍ମୁଖରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ବାପା ଏବଂ ପୁଅ ଏକ ସ୍କୁଟିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri