ପ୍ରେମ ନିବେଦନ କରି ବନ୍ଧାହେଲେ କନ୍‌ଷ୍ଟେବଳ

ମାର୍ଶାଘାଇ,୧୩।୧୧ (ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଜଣେ ବିବାହିତା ମହିଳାଙ୍କୁ ବାରମ୍ବାର ପ୍ରେମ ନିବେଦନ କରିବା, ଅଶ୍ଳୀଳ ଭାଷାରେ ଗାଳିଗୁଲଜ ଓ ଜୀବନରେ ମାରିଦେବା ଆଦି ଧମକ ଦେବା ଅଭିଯୋଗରେ ଜଣେ କନ୍‌ଷ୍ଟେବଲଙ୍କୁ ବୁଧବାର କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ପୋଲିସ ଗିରଫ ପରେ କୋର୍ଟ ଚାଲାଣ କରିଛି। ସେ ହେଲେ ଅଜୟ ସାହୁ। ତାଙ୍କ ବିରୋଧରେ ମାର୍ଶାଘାଇ ଥାନାରେ ନଂ.୨୫୩/୨୫ରେ ମାମଲା ରୁଜୁ କରାଯାଇ କୋର୍ଟ ଚାଲାଣ କରାଯାଇଥିବା ତଦନ୍ତକାରୀ ଅଧିକାରୀ ଇନ୍ସପେକ୍ଟର ନାରାୟଣ ସାହୁ କହିିଛନ୍ତି। .
ଯେ, ମାର୍ଶାଘାଇ ଅଞ୍ଚଳର ଜଣେ ବିବାହିତା ମହିଳା କୌଣସି ଏକ ମାମଲା ନେଇ ମାର୍ଶାଘାଇ ଥାନାକୁ ଯାଇଥିବା ବେଳେ ସେତେବେଳେ କାର୍ଯ୍ୟରତ କନ୍‌ଷ୍ଟେବଲ ଅଜୟ ସାହୁଙ୍କ ସହ ତାଙ୍କର ପରିଚୟ ହୋଇଥିଲା। ଅଜୟ ତାଙ୍କ ଫୋନ ନମ୍ବର ରଖିଥିଲେ। ଇତିମଧ୍ୟରେ ଅଜୟଙ୍କର କୁଦାନଗରୀ ଥାନାକୁ ବଦଳି ହୋଇଯାଇଥିଲା। ଅଗଷ୍ଟ ୨୨ ତାରିଖରେ ଅଜୟ ଉକ୍ତ ମହିଳାଙ୍କୁ ମୋବାଇଲରେ ଫୋନ କରି ପ୍ରେମ ନିବେଦନ କରିବା ସହ ବାହାରକୁ ବୁଲିଯିବା ପାଇଁ ପ୍ରସ୍ତାବ ଦେଇଥିଲେ। ମହିଳା ଜଣକ ଏହାକୁ ପ୍ରତ୍ୟାଖ୍ୟାନ କରିବାରୁ ସେ ତାଙ୍କୁ ଅଶ୍ଳୀଳ ଭାଷାରେ ଗାଳିଗୁଲଜ ସହ ଜୀବନରେ ମାରିଦେବାକୁ ଧମକ ଦେଇଥିବା ଭିଡିଓ ସେତେବେଳେ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ପରେ ମହିଳା ଜଣକ ମାର୍ଶାଘାଇ ଥାନାରେ ଏ ସମ୍ପର୍କରେ ଲିଖିତ ଅଭିଯୋଗ କରିଥିଲେ। ମାମଲା ରୁଜୁ ହେବାରୁ କନ୍‌ଷ୍ଟେବଲ ଅଜୟ ଗିରଫ ଭୟରେ ଫେରାର ହୋଇଯାଇଥିଲେ। ପରେ ଜିଲା ପୋଲିସ ପକ୍ଷରୁ ତାଙ୍କୁ ନିଲମ୍ବନ କରାଯାଇଥିଲା। ମାର୍ଶାଘାଇ ପୋଲିସ ବୁଧବାର ଶିଳିପୁରରେ ଥିବା ଅଜୟଙ୍କ ଭଡା ଘରେ ଚଢ଼ାଉ କରି ତାଙ୍କୁ ଗିରଫ କରିଛି ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା, ୫ା୧୨(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ମୋହନା ଅବକାରୀ ବିଭାଗ କର୍ମଚାରୀ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ସେ...

ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍‌ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri