ହାତୀ ସୁରକ୍ଷାରେ ଗଜସାଥିଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ: ସହଯୋଗ କରିବାକୁ ବିଧାୟକଙ୍କ ଆହ୍ବାନ

ଭଞ୍ଜନଗର,୧୪/୧୧(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ତାରସିଂ ରେଞ୍ଜରେ ଶୁକ୍ରବାର ଗଜସାଥି ତାଲିମ ଶିବିର ଜିନିଷ ଅନୁଷ୍ଟିତ ହୋଇଥିଲା। ଏଥିରେ ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ହାତୀ ସୁରକ୍ଷାରେ ଗଜସାଥି ଏବଂ ସାଧାରଣଜନତାଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ ବୋଲି କହିଥିଲେ। ତେଣୁ ଗଜ ସାଥି ସୁରକ୍ଷାରେ ବିଭାଗକୁ ସହଯୋଗ କରିବା ପାଇଁ ବିଧାୟକ ଉପସ୍ଥିତ ଗଜସାଥିଙ୍କୁ ଆହ୍ବାନ କରିଥିଲେ। ଡିଏଫଓ ହିମାଂଶୁ ଶେଖର ମହାନ୍ତି, ଏ ସି ଏଫ ବିମଳ ପ୍ରଧାନ, ମୁଜାଗଡ଼ ରେଞ୍ଜର ବିମ୍ବାଧର ସାହୁ, ତାରସିଂ ରେଞ୍ଜର ପ୍ରଶାନ୍ତ ବେହେରା, ଗାଲେରୀ ରେଞ୍ଜର ଜ୍ଞାନେନ୍ଦ୍ର ଲିମା, ଜଗନ୍ନାଥପ୍ରସାଦ ରେଞ୍ଜର ସୁଜାତା ପଣ୍ଡା, ଜଗନ୍ନାଥପ୍ରସାଦ ବ୍ଲକ ଉପାଧ୍ୟକ୍ଷ ନୀଳାଚଳ ଖିଲାର ପ୍ରମୁଖ ଯୋଗୋଦେଇ ନିଜର ବକ୍ତବ୍ୟ ରଖିଥିଲେ।
ଶିବିରରେ ଗଜସାଥିଙ୍କ ଦାୟିତ୍ବ, ବିଭାଗ ମଧ୍ୟରେ ସମନୟ ରକ୍ଷାକରି ସୂଚନା ଦେବା, ବିଦ୍ୟୁତ୍ ହୁକିଂ ଉପରେ ନଜର ରଖିବା, ଚାଷୀଙ୍କ ଫସଲ କ୍ଷୟକ୍ଷତି ହେଲେ ତାଙ୍କୁ ସହଯୋଗ କରିବେ, ବନ୍ୟପ୍ରାଣୀ କିଭଳି ସୁରକ୍ଷିତ ରହିବେ ସେନେଇ ଗ୍ରାମବାସୀଙ୍କୁ ସଚେତନ କରାଇବେ ସେଉପରେ ତାଲିମ ଦିଆଯାଇଥିଲା। ଏହି ବନଖଣ୍ଡରେ ୨୫୦ ଜଣ ଗଜସାଥି ଅଛନ୍ତି। ସେମାନଙ୍କୁ ଧାନ ଫସଲ ସମୟରେ ବର୍ଷକୁ ୫ ମାସ ରଖାଯାଉଛି। ଏନେଇ ସେମାନଙ୍କୁ ମାସିକ ଏକ ହଜାର ଟଙ୍କା ପ୍ରୋତ୍ସାହନ ରାଶି ପ୍ରଦାନ କରାଯାଉଛି। ଆଜି ସନ୍ଧ୍ୟା ସୁଦ୍ଧା ଏହି ବନଖଣ୍ଡରେ ୭୦ଟି ହାତୀ ଥିବାବେଳେ ଦକ୍ଷିଣ ଘୁମୁସର ବନଖଣ୍ଡରେ ୬ ଟି ହାତୀ ଥିବା ଜଣାପଡିଛି । ଏହି ଅବସରରେ ଗଜସଥିଙ୍କୁ ସେମାନଙ୍କ ଉପକରଣ ପ୍ରଦାନ କରାଯାଇଥିଲା।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ହାଇକୋର୍ଟଙ୍କ ନିର୍ଦ୍ଦେଶ, ୧୫ ଦିନ ଭିତରେ ଅଙ୍ଗନବାଡ଼ି କର୍ମୀଙ୍କୁ ବକେୟା ଦରମା…

କଟକ,୨୦।୧: ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ । ଅଙ୍ଗନବାଡିକର୍ମୀଙ୍କ ବକେୟା ଦରମା ୧୫ ଦିନ ଭିତରେ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ । ନହେଲେ ସୁଧ ଦେବା...

ସମୁଦ୍ର କୁଳ ଲଙ୍ଗିବା ପ୍ରସଙ୍ଗ: ଏନଆଇଓଟି ଟିମର ସର୍ଭେ ଆରମ୍ଭ

ଛତ୍ରପୁର,୨୦।୧(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଆର୍ଯ୍ୟପଲ୍ଲୀ ଗାଁ ସମୁଦ୍ର କୂଳନିକଟରେ ରହିଥିବା ଯୋଗୁ ସମୁଦ୍ର ଧିରେ ଧିରେ କୂଳ ଲଙ୍ଘୁଛି ଯାହାଫଳରେ ଭୟଭୀତ...

ସାଇବର ଠକେଇ ଅଭିଯୋଗରେ ପୋବଳ ଗାଁରେ ପୋଲିସର ଚଢ଼ାଉ, ଲକ୍ଷାଧିକ ଟଙ୍କା ଜବତ ସହ ୩…

ଧର୍ମଶାଳା, ୨୦|୧ (ଶିବ ପ୍ରସାଦ ମହାନ୍ତି):  ଧର୍ମଶାଳା ଥାନା ଅନ୍ତର୍ଗତ ତରଞ୍ଜିଆ ପଞ୍ଚାୟତ ପୋବଳ ଗାଁରେ ରାତି ଅଧିଆ ଚଢ଼ାଉ କଲା ପୋଲିସ । ସୋମବାର...

ମଣ୍ଡିରୁ ଉଠୁନି ଧାନ: ରାସ୍ତାରେ ବସିଲେ ଚାଷୀ

ଲାଞ୍ଜିଗଡ଼,୨୦ା୧(ରମେଶ ଚନ୍ଦ୍ର ନାୟକ):ବାରମ୍ବାର ଅଭିଯୋଗ ସତ୍ତ୍ୱେ ମିଲର୍ସଙ୍କ ମନମାନି ଯୋଗୁ ଲାଞ୍ଜିଗଡ଼ ବ୍ଲକ ଲାଞ୍ଜିଗଡ଼ ସମବାୟ ସମିତି ମଣ୍ଡିରୁ ଧାନ ଉଠୁନାହିଁ। ଏହାର ପ୍ରତିବାଦରେ ସୋମବାର...

ବିଡିଓଙ୍କୁ ଶକ୍ତ ଚାପୁଡା ମାରିଥିଲେ ହେମନାଥ, ବାନ୍ଧିଲା ପୋଲିସ

ନୂଆପଡ଼ା,୨୦ା୧ (ମକାରୁ ବେମାଲ):ନୂଆପଡ଼ା ଜିଲା ସଦର ବ୍ଲକ ବିଡିଓ ରୋହିତ ଭୋଇଙ୍କୁ ସୋମବାର ଜଣେ ଯୁବକ ମାଡ଼ ମାରିଥିବା ସଦର ଥାନାରେ ଅଭିଯୋଗ ହୋଇଛି। ଏ...

ମୁହାଁମୁହିଁ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା-ସମୀର ଦାସ, ଗୋଷ୍ଠୀ କନ୍ଦଳ ଜୋରଦାର

ନିମାପଡ଼ା, ୧୯।୧: ପୁରୀ ଜିଲା ନିମାପଡ଼ା ନିର୍ବାଚନ ମଣ୍ଡଳୀରେ ଭାଜପାର ଆଭ୍ୟନ୍ତରୀଣ କନ୍ଦଳ ଏବେ ଚରମ ସୀମାରେ ପହଞ୍ଚିଛି। ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଏବଂ ପୂର୍ବତନ...

ରାସ୍ତା ନିର୍ମାଣ ଦାବିରେ ଶିକ୍ଷକଙ୍କ ଆମରଣ ଅନଶନ

ଭଞ୍ଜନଗର,୧୯।୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଲାଲସିଂ ପଞ୍ଚାୟତରେ ଦୀର୍ଘ ଦିନରୁ ପଡ଼ି ରହିଥିବା ଅଧାପନ୍ତରିଆ ରାସ୍ତା କାମକୁ ନେଇ ଅସନ୍ତୋଷ ତେଜିଛି। ଛେଦାଭୂମୀ...

ଯୁବକଙ୍କୁ ଗୁଳି ମାଡ: ବାଇକରେ ଆସି ଫାୟାରିଂ କରି ଫେରାର୍‌ ହୋଇଗଲେ…

ଖୋର୍ଦ୍ଧା,୧୯।୧(ପ୍ରଭାତ ପାଣିଗ୍ରାହୀ): ଗୁଳି ମାଡରେ ଯୁବକଙ୍କ ମୃତ୍ୟୁ। ବେଗୁନିଆ ଥାନା ଅନ୍ତର୍ଗତ ପରିଛଳ ଜାମୁସହିରେ ଏହି ଘଟଣା ଘଟିଛି । ମୃତ ବ୍ୟକ୍ତିଙ୍କ ନାମ ବାସୁଦେବ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri