ଜୟଙ୍କ ବିଜୟ ପରେ ବଡ଼ ବୟାନ ଦେଲେ ବସନ୍ତଙ୍କ ପୁଅ, କହିଲେ ଆଉ ଆଶା ନାହିଁ…

ନୂଆପଡା,୧୫।୧୧: ବିଜେଡି ଗଡ଼ ଧ୍ବସ୍ତ କରି ଉପନିର୍ବାଚନରେ ଜୟଙ୍କ ବଡ଼ ବିଜୟ ହୋଇଛି । ୧୧ ବର୍ଷ ପରେ ନୂଆପଡା ପୁଣି ଥରେ ପଦ୍ମ ଫୁଟିଛି । ଭାଜପା ପ୍ରାର୍ଥୀ ଜୟ ତାଙ୍କ ନିକଟତମ ପ୍ରାର୍ଥୀ କଂଗ୍ରେସର ଘାସିରାମ ମାଝୀଙ୍କୁ ୮୩ ହଜାର ୭୪୮ ଖଣ୍ଡ ଭୋଟ ବ୍ୟବଧାନରେ ପରାସ୍ତ କରିଛନ୍ତି । ବିଜେଡି ପ୍ରାର୍ଥୀ ସ୍ନେହାଙ୍ଗିନୀ ଛୁରିଆଙ୍କୁ ତୃତୀୟ ସ୍ଥାନରେ ସନ୍ତୁଷ୍ଟ ହେବାକୁ ପଡିଛି । ରାଜ୍ୟର ଅନ୍ୟତମ ପଛୁଆ ଅଞ୍ଚଳର ଏହି ବିଧାନସଭା ଆସନକୁ ୧୧ ବର୍ଷ ପରେ ଭାଜପା ନିଜ ଦଖଲକୁ ନେଇଛି । ଜୟଙ୍କୁ ୧ ଲକ୍ଷ ୨୩ ହଜାର ୮୬୯ ଖଣ୍ଡ ଭୋଟ ମିଳିଛି ।

ତେବେ ଜୟଙ୍କ ବିଜୟକୁ ନେଇ ଶୁଭେଚ୍ଛା ଜଣାଇଛନ୍ତି ବସନ୍ତ ପଣ୍ଡା ପୁଅ ଅଭିନନ୍ଦନ ପଣ୍ଡା। ସେ କହିଛନ୍ତି, ଜୟ ଢୋଲକିଆ ମୋ ସାନ ଭାଇ। ମୋ ଭାଇକୁ ମୁଁ ଜିତେଇଛି। ତାଙ୍କୁ ଲୋକଙ୍କ ଆଶୀର୍ବାଦ ମିଳିଛି। ମୁଁ ଲୋକଙ୍କ ସେବାରେ ବିଶ୍ୱାସ କରେ। କୌଣସି ଟିକେଟ ଲାଳସାରେ ମୁଁ ଆଗରୁ ନ ଥିଲି। ମୋ ବାପା ମୋତେ ସେବା କରିବାକୁ ଶିଖାଇଛନ୍ତି। ଭାଜପା ମୋ ବାପାଙ୍କୁ ବହୁତ କିଛି ଦେଇଛି। ଆମକୁ ମଧ୍ୟ ପରିଚୟ ମିଳିଛି। ଜୟ ସହ ମିଶି ନୂଆପଡା ପାଇଁ କାମ କରିବି। ବର୍ତ୍ତମାନ ମୋର ଆଉ କୌଣସି ଆଶା ନାହିଁ ବୋଲି ଅଭିନନ୍ଦନ କହିଛନ୍ତି।

ସୂଚନାଥାଉ କି, କଂଗ୍ରେସ ପ୍ରାର୍ଥୀ ଘାସିରାମ ୪୦ ହଜାର ୧୨୧ଟି ଭୋଟ ପାଇଥିଲା ବେଳେ ବିଜେଡି ପ୍ରାର୍ଥୀ ସ୍ନେହାଙ୍ଗିନୀ ଛୁରିଆ ୩୮ ହଜାର ୪୦୮ଖଣ୍ଡ ଭୋଟ ପାଇଛନ୍ତି । ବିଜେଡିର ଗଡ଼ କୁହାଯାଉଥିବା ଏହି ଆସନରେ ବିଜେଡି ପ୍ରଥମଥର ପାଇଁ ତୃତୀୟ ସ୍ଥାନକୁ ଖସିଯାଇଛି । ଘାସିରାମ ମାଝୀ ଗତ ସାଧାରଣ ନିର୍ବାଚନରେ ସ୍ବାଧୀନ ପ୍ରାର୍ଥୀ ଭାବେ ପାଇଥିବା ଭୋଟ ତୁଳନାରେ ଏଥର କମ ପାଇଥିଲେ ବି ଏଥର କଂଗ୍ରେସ ଦ୍ବିତୀୟ ସ୍ଥାନ ହାସଲ କରିଛି ।

Dharitri – Odisha’s No.1 Trusted Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

ଗଞ୍ଜାମ କଂଗ୍ରସ ଦୁଇଫାଳ: ବିଚ୍‌ ରାସ୍ତାରେ ହାତାହାତି ହେଲେ ଦୁଇ ନେତା

ପୁରୁଷୋତ୍ତମପୁର,୫।୧୨(ସବିତା ମିଶ୍ର): ଗୋଷ୍ଟିକନ୍ଦଳ ଯୋଗୁଁ ରାଜ୍ୟରେ ଦିନକୁଦିନ କଂଗ୍ରେସର ସ୍ଥିତି ତଳକୁ ତଳକୁ ଖସି ସତ୍ତା ହଜାଇବାକୁ ଯାଉଥିବାବେଳେ ଏପରିକି ଗଞ୍ଜାମ ଜିଲାରେ ମଧ୍ୟ କଂଗ୍ରସ...

ପୁଟିନଙ୍କ କାର୍‌ ଠାରୁ କେତେ ଦମଦାର୍‌ ମୋଦିଙ୍କ କାର୍‌? ଜାଣନ୍ତୁ ଦୁଇଟାଯାକର ଦାମ୍‌

ନୂଆଦିଲ୍ଲୀ,୫।୧୨: ଋଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ବିଶ୍ୱର ସବୁଠାରୁ ରହସ୍ୟମୟ ନେତାମାନଙ୍କ ମଧ୍ୟରୁ ଜଣେ ବୋଲି ବିବେଚନା କରାଯାଏ। ସେ ପ୍ରତ୍ୟେକ ଗସ୍ତରେ ଏକ ବୁଲେଟପ୍ରୁଫ...

ଏହି ସବୁ ଅଞ୍ଚଳରେ ୯ ଘଣ୍ଟା ପାଇଁ ହେବ ବିଦ୍ୟୁତ୍‌ କାଟ, ସକାଳୁ…

ବରଗଡ଼,୪।୧୨(ପ୍ରେମାନନ୍ଦ ଖମାରୀ): ଓଡ଼ିଶା ବିଦ୍ୟୁତ୍‌ ଶକ୍ତି ସଞ୍ଚାରଣ ନିଗମ ଲିମିଟେଡ (ଓପିଟିସିଏଲ) ପକ୍ଷରୁ ୧୩୨/୩୩ କେ.ଭି. ପ୍ରଧାନପାଲି ଗ୍ରୀଡ ସବଷ୍ଟେସନରେ ବାର୍ଷିକ ରକ୍ଷଣାବେକ୍ଷଣ କାର୍ଯ୍ୟ ଲାଗି...

ପୂର୍ବତନ ଡିଏସ୍‌ପିଙ୍କ ଝିଅ ହାତ ଧରିଲେ ବୃନ୍ଦାବନର ପ୍ରବଚକ ଇନ୍ଦ୍ରେଶ ଉପାଧ୍ୟାୟ

ଜୟପୁର,୫ା୧୨: ପ୍ରବଚକ ଇନ୍ଦ୍ରେଶ ଉପାଧ୍ୟାୟ ଏବଂ ପୂର୍ବତନ ଡିଏସ୍‌ପିଙ୍କ ଝିଅ ସିପ୍ରା ଜୟପୁରର ଏକ ହୋଟେଲରେ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ପ୍ରସିଦ୍ଧ ମଥୁରାର ପ୍ରବଚକ...

ବୋର୍ଡ ନିଗମ ନିଯୁକ୍ତି ନେଇ ଆସିଲା ବଡ଼ ଖବର: ମନମୋହନ କହିଲେ…

ଭୁବନେଶ୍ୱର,୫।୧୨: ବୋର୍ଡ ନିଗମ ନିଯୁକ୍ତି ନେଇ ଖୁବଶୀଘ୍ର ନିଷ୍ପତ୍ତି ନିଆଯାଇ ଘୋଷଣା ହେବ। ଏ ନେଇ ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ କହିଛନ୍ତି। ଚର୍ଚ୍ଚା...

ସ୍ବାସ୍ଥ୍ୟକୁ ସୁସ୍ଥ ରଖେ କ୍ରୀଡ଼ା, ନିୟମିତ ଖେଳକୁଦ ଅଭ୍ୟାସ ପାଇଁ…

ଭଞ୍ଜନଗର,୫ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରର ୩୬ ତମ ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତା ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ ଅତିଥି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri