ଚାଷୀଙ୍କ ଧାରଣାକୁ ବିଜେଡ଼ିର ସମର୍ଥନ: ଦାବି ଅଣଦେଖା କଲେ ଆନ୍ଦୋଳନ ଧମକ

ବରଗଡ଼,୧୫।୧୨(ପ୍ରେମାନନ୍ଦ ଖମାରୀ)- ଧାନ ବିକ୍ରି ପଞ୍ଜୀକରଣ ଦାବିରେ ଗତ ୧୦ତାରିଖରୁ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ସଂଯୁକ୍ତ କୃଷକ ସଂଗଠନ ନେତୃତ୍ୱରେ ଧାରଣା ଚାଲିଛି। ଚାଷୀମାନେ ନିଜର ହକ ଦାବିରେ ଶୀତ, କାକର ସହି ଅହୋରାତ୍ର ଧାରଣାରେ ବସିଛନ୍ତି। ଧାରଣାକୁ ମଧ୍ୟ ବିଭିନ୍ନ ସଂଗଠନର ସମର୍ଥନ ବଢି ଚାଲିଛି। ଶନିବାର ବରଗଡ଼ ଜିଲା ବିଜେଡି ଧାରଣାସ୍ଥଳକୁ ପହଞ୍ଚି ସମର୍ଥନ ଘୋଷଣା କରିଥିଲା। ଏହା ସହିତ ବିଜେଡି ପକ୍ଷରୁ ଚାଷୀଙ୍କ ଦାବି ସମୂହ ନେଇ ରାଜ୍ୟ ସରକାରଙ୍କ ଉଦ୍ଦେଶ୍ୟରେ ଜିଲାପାଳଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଥିଲା। ଚାଷୀଙ୍କ ଦାବିକୁ ଅଣଦେଖା କରାଗଲେ ଆଗକୁ ଆନ୍ଦୋଳନ ତୀବ୍ର ହେବ ବୋଲି ବିଜେଡି ଚେତାବନୀ ଦେଇଛି।
ଜିଲା ବିଜେଡି ସଭାପତି ସୁଶାନ୍ତ ମହାପାତ୍ରଙ୍କ ନେତୃତ୍ୱରେ ପଦ୍ମପୁର ବିଧାୟିକା ବର୍ଷା ସିଂ ବରିହା, ପୂର୍ବତନ ମନ୍ତ୍ରୀ ସ୍ନେହାଙ୍ଗିନୀ ଛୁରିଆ, ରୀତା ସାହୁ, ପୂର୍ବତନ ବିଧାୟକ ଦେବେଶ ଆଚାର୍ଯ୍ୟ, ଜିଲା ପରିଷଦ ଅଧ୍ୟକ୍ଷା ମାନିନୀ ଭୋଇ, ବରଗଡ଼ ପୌର ପରିଷଦ ଅଧ୍ୟକ୍ଷା କଳ୍ପନା ମାଝୀଙ୍କ ସମେତ ଅନେକ ବିଜେଡି ନେତୃବୃନ୍ଦ ଉପସ୍ଥିତ ଥିଲେ। ଚାଷୀଙ୍କୁ ଗିରଫଦାରୀ ଏବଂ ଚାଷୀଙ୍କ ଅନୁପସ୍ଥିତିରେ ଜିଲାସ୍ତରୀୟ ଧାନ ସଂଗ୍ରହ କମିଟି ବୈଠକ କରାଯିବାକୁ ବିଜେଡି ପକ୍ଷରୁ ନିନ୍ଦା କରାଯାଇଥିଲା। ଚାଷୀଙ୍କ ସ୍ବାର୍ଥ ପାଇଁ ରାଜରାସ୍ତାଠାରୁ ଆରମ୍ଭ କରି ରାଜଧାନୀ, ବିଧାନସଭା ପର୍ଯ୍ୟନ୍ତ ବିଜେଡ଼ି ଆନ୍ଦୋଳନକୁ ଓହ୍ଲାଇବ ବୋଲି ଚେତାବନୀ ଦେଇଥିଲା। ପ୍ରକାଶ ଥାଉକି, ବରଗଡ଼ ଜିଲାର ୫ହଜାରରୁ ଉଦ୍ଧର୍‌ବ ଚାଷୀ ଏପର୍ଯ୍ୟନ୍ତ ଧାନ ବିକ୍ରୀ ପଞ୍ଜୀକରଣରୁ ବାଦ ପଡିଛନ୍ତି। ଏହାକୁ ନେଇ ଜିଲାରେ ଚାଷୀ ଅସନ୍ତୋଷ ଲାଗି ରହିଛି।

 

Dharitri – Odisha’s No.1 Odia Daily

 

 


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ବିଧାୟକଙ୍କ ଦ୍ୱାରା ବିଭିନ୍ନ ପ୍ରକଳ୍ପ ଉଦଘାଟନ ଓ ଶିଳାନ୍ୟାସ

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତରେ ବୁଧବାର ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବିଭିନ୍ନ ନବନିର୍ମିତ ପ୍ରକଳ୍ପର ଉଦଘାଟନ କରିବା...

ଗଙ୍ଗପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା; କଣ୍ଟେନରକୁ ଧକ୍କା ଦେଲା ଥାର୍, ୩ ମୃତ

ଖୋର୍ଦ୍ଧା୨୧।୧: ପୁଣିଥରେ ଦୁର୍ଘଟଣା ଘଟାଇଲା ଥାର୍ । ମଙ୍ଗଳବାର ରାତିରେ ଥାର ଦୁର୍ଘଟଣାରେ ଭୁବନେଶ୍ବରରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଜି ପୁଣି ଖୋର୍ଦ୍ଧା ଦୁର୍ଘଟଣାରେ...

ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି, ରାସ୍ତାରେ ଭାସିଲା ପରେ ଲୋକେ…

ଭୁବନେଶ୍ୱର,୨୧।୧: ରାଜଧାନୀ ଭୁବନେଶ୍ୱର ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି । ତେବେ ଏହି ଅଘଟଣ ପରେ ରାସ୍ତାରେ ତେଲ ଭାସୁଥିବା ଦେଖିଯାଇଛି ।...

ଗ୍ରୀନଲ୍ୟାଣ୍ଡକୁ ପୁଣି ଧମକ ଦେଲେ ଟ୍ରମ୍ପ, ଯଦି ହଁ କରନ୍ତି….

ନୂଆଦିଲ୍ଲୀ,୨୧।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସ୍ୱିଜରଲ୍ୟାଣ୍ଡର ଡାଭୋସରେ ବିଶ୍ୱ ଅର୍ଥନୈତିକ ଫୋରମ୍ (WEF)ର ବାର୍ଷିକ ବୈଠକରେ ଭାଷଣ ଦେଇ ତାଙ୍କ ପ୍ରଥମ ବର୍ଷ କାର୍ଯ୍ୟକାଳର...

ଜୀବିତ ସତ୍ତ୍ବେ ମୃତ ଦର୍ଶାଇ ଆଧାର ନିଷ୍କ୍ରିୟ: ମଣ୍ଡିରେ ବିକ୍ରି ହୋଇ ପାରିଲାନି ଧାନ, ଘରକୁ ଫେରାଇ…

ବରଗଡ଼,୨୧।୧(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରିରେ ଚାଷୀଙ୍କ ଦୁଃଖ ତୁଟୁ ନାହିଁ । ବୈଷୟିକ ତୃଟି ମଧ୍ୟ ଧାନବିକ୍ରିରେ ଚାଷୀଙ୍କ ପାଇଁ କାଳ ସାଜିଛି । ବରଗଡ଼ ଜିଲା...

୫୬ ହଜାରରୁ ଅଧିକ ପରୀକ୍ଷାର୍ଥୀ ଦେଲେ OSSTET ପରୀକ୍ଷା

ଭୁବନେଶ୍ୱର,୨୧।୧: ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ‘ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ଯୋଗ୍ୟତା ପରୀକ୍ଷା’ (OSSTET) ବୁଧବାର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟର ମୋଟ ୨୨୭ଟି କେନ୍ଦ୍ରରେ...

ଅନାଥ ସାଜିଲେ ୬ ନିଷ୍ପାପ ଶିଶୁ, ସାହାଯ୍ୟର ହାତ ବଢାଇଲେ ବିଧାୟକ

ଥୁଆମୂଳ ରାମପୁର,୨୧।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଦୁର୍ଗମ କେରପାଇ ଗ୍ରାମପଞ୍ଚାୟତର ମେଲରଫା ଗ୍ରାମରୁ ଏକ ହୃଦୟ ବିଦାରକ ଦୃଶ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri