ବାଇକ-ସ୍କୁଟି ମୁହାଁମୁହିଁ

ମୋହନା,୧୫ା୧୧(ମନ୍ମଥ ମିଶ୍ର): ମୋହନା ଓ ଅଡ଼ବା ଥାନା ଅଞ୍ଚଳରେ ଶନିବାର ପୃଥକ ପୃଥକ ବାଇକ ଦୁର୍ଘଟଣା ଘଟି ୫ଜଣ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩ ଜଣ ଗୁରୁତର ହୋଇ ବ୍ରହ୍ମପୁର ବଡ଼ ମେଡ଼ିକାଲକୁ ସ୍ଥାନାନ୍ତର ହୋଇଥିବା ବେଳେ ଅନ୍ୟ ୨ଜଣ ସ୍ଥାନୀୟ ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସିତ ହେଉଛନ୍ତି। ଅଡ଼ବା ଥାନା ଅନ୍ତର୍ଗତ ଗୁଲୁବା ପଞ୍ଚାୟତ ଲଦିଗୁଡ଼ା ଗ୍ରାମର ଅଜୟ ରଇତ (୨୨) ଏକ ବାଇକ୍‌ ଯୋଗେ ଭାଉଜ ବାସନ୍ତୀ ମଣ୍ଡଳ(୨୫)ଙ୍କ ସହ କୌଣସି କାମରେ ମୋହନା ଥାନା ଅନ୍ତର୍ଗତ ଚାନ୍ଦିପୁଟ ଗ୍ରାମକୁ ଯାଉଥିଲେ। ଗ୍ରାମଠାରୁ କିଛି ଦୂର ଲଦିଗୁଡ଼ା ଘାଟି ବୁଲାଣିରେ ଏକ ଅଟୋକୁ ଅତିକ୍ରମ କରି ଆଗକୁ ଯିବା ବେଳେ ଭାରସାମ୍ୟ ରକ୍ଷା କରି ନ ପାରି ରାସ୍ତାକଡକୁ ଉଭୟେ ଛିଟିକି ପଡ଼ିଥିଲେ। ଫଳରେ ଉଭୟେ ଗୁରୁତର ଅବସ୍ଥାରେ ପଡ଼ିଥିବା ବେଳେ ପରିବାର ଲୋକେ ଖବର ପାଇ ଏକ ଅଟୋ ଦ୍ୱାରା ଦୁହିଁଙ୍କୁ ମୋହନା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ପରେ ଉଭୟଙ୍କୁ ବ୍ରହ୍ମପୁର ବଡ଼ ମେଡ଼ିକାଲକୁ ଡ।କ୍ତର ରୀତେଶ ପାଢ଼ୀ ସ୍ଥାନାନ୍ତର କରିଛନ୍ତି।
ସେହିପରି ମଧ୍ୟାହ୍ନରେ ବାଇକ୍‌ ସହ ସ୍କୁଟି ଧକ୍କା ହୋଇ ଜଣେ ଗୁରୁତର ଓ ୨ଜଣ ଆହତ ହୋଇଛନ୍ତି। ମୋହନା ଥାନା ଅନ୍ତର୍ଗତ ନିଜୁମା ଗାଁର ଜଗନ୍ନାଥ ମଳିକ ଓ ଆର. ଉଦୟଗିରି ଥାନା ଅନ୍ତର୍ଗତ ବରେଇ ଗାଁର ସଲିମ ରଇତ (୨୪) ଏକ ବାଇକ ଯୋଗେ ବ୍ରହ୍ମପୁରରୁ ନିଜ ଗାଁକୁ ଯାଉଥିବା ବେଳେ ଅପରପାର୍ଶ୍ୱ ଅଡବା ଥାନା ଅନ୍ତର୍ଗତ ନିଧିଗୁଡ଼ି ଗ୍ରାମରୁ ମହଞ୍ଜୟ ରଇତ ( ୨୨) ଏକ ସ୍କୁଟି ଯୋଗେ ଖଜୁରିପଦା ଗାଁକୁ ଯାଉଥିବା ବେଳେ ଚାନ୍ଦିପୁଟ ଅଧୀନ ଖାରିଢ଼େପ ଗ୍ରାମ ନିକଟ ବୁଲାଣି ରାସ୍ତାରେ ବାଇକ ସହ ସ୍କୁଟି ମୁହାଁମୁହିଁ ଧକ୍କା ହୋଇଥିଲା। ଫଳରେ ମହଞ୍ଜୟ ଗୁରୁତର ହୋଇଥିଲେ। ଚନ୍ଦ୍ରଗିରି ସ୍ବାସ୍ଥ୍ୟ କେନ୍ଦ୍ର ଚିକିତ୍ସା ଅଧିକାରୀ ଡା. ସିମରାନ ବିଷୋୟୀ ପ୍ରାଥମିକ ଚିକିତ୍ସା ପରେ ତାଙ୍କୁ ବ୍ରହ୍ମପୁର ସ୍ଥାନାନ୍ତର କରିଛନ୍ତି। ଅନ୍ୟ ୨ ଜଣ ଚନ୍ଦ୍ରଗିରିରେ ଚିକିତ୍ସାଧୀନ ଅଛନ୍ତି। ପୋଲିସ ଉଭୟ ଦୁର୍ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଟାଙ୍ଗିଆରେ ହାଣି କରିଥିଲେ ହତ୍ୟା: ବାପା-ପୁଅକୁ ଆଜୀବନ ଜେଲ

ବ୍ରହ୍ମପୁର,୨୦।୧(ସୁବାସ ଚନ୍ଦ୍ର ପାଢ଼ୀ): କିଆବାଡ଼ ଭାଗବଣ୍ଟାକୁ ନେଇ ଘଟିଥିବା ହତ୍ୟା ମାମଲାର ବିଚାର କରି ଗଞ୍ଜାମ ଜିଲା ଜଜ୍‌ ଅଶାନ୍ତ କୁମାର ଦାଶ ଅଭିଯୁକ୍ତ ବାପ-ପୁଅଙ୍କୁ...

ମୁନିଗୁଡ଼ା ବ୍ଲକ୍‌ ତେଲେଙ୍ଗାପଦର ଛକରେ ମାଓବାଦୀ ବ୍ୟାନର

ରାୟଗଡା,୨୦।୧ (ନନ୍ଦ କିଶୋର ପଟ୍ଟନାୟକ): ରାୟଗଡ଼ା ମୁନିଗୁଡ଼ା ବ୍ଲକ୍‌ ଅନ୍ତର୍ଗତ ତେଲେଙ୍ଗାପଦର ଛକ ନିକଟରେ ମାଓବାଦୀ ବ୍ୟାନର ଲାଗିଥିବା ଦେଖିବାକୁ ମିଳିଛି I ଖଣି ଖାଦାନକୁ...

ଆମୋନିୟମ୍‌ ନାଇଟ୍ରେଟ୍‌ ଗୋଦାମ ଗୃହ ନିର୍ମାଣକୁ ଗ୍ରମାବାସୀଙ୍କ ବିରୋଧ

ବୁଗୁଡ଼ା,୨୦ା୧(କାଳିଚରଣ ଦାଶ): ଗଞ୍ଜାମ ଜିଲା ବୁଗୁଡ଼ା ବ୍ଲକ୍‌ ଅନ୍ତରପଡ଼ା ପଞ୍ଚାୟତ ଅଧୀନ କନ୍ଧଚନ୍ଦନପେଡ଼ି ଗ୍ରାମରେ ଆମୋନିୟମ୍‌ ନାଇଟ୍ରେଟ୍‌ ଗୋଦାମ ଗୃହ ନିର୍ମାଣକୁ ଗ୍ରାମବାସୀ ବିରୋଧ କରିଛନ୍ତି।...

ବାଇକ୍‌  ଧକ୍କାରେ  ଚାଲିଗଲା ବୃଦ୍ଧଙ୍କ ଜୀବନ 

ମୋହନା,୨୦।୧( ମନ୍ମଥ ମିଶ୍ର ): ବାଇକ ଧକ୍କାରେ ବୃଦ୍ଧମୃତ। ମୃତ ବୃଦ୍ଧ ଜଣକ ହେଲେ ଆର.ଉଦୟଗିରି ଥାନା ନିସଂଗପୁର ଗ୍ରାମର ୭୦ ବର୍ଷୀୟ ସାରଥୀ ବେହେରଦଲାଇ।...

ତେଲଙ୍ଗାନାରେ ଚାଲିଗଲା ଓଡ଼ିଆ ଶ୍ରମିକଙ୍କ ଜୀବନ

ଲାଠୋର,୨୦ା୧(ଭୁବନେଶ୍ୱର ବାରିକ)- ତେଲଙ୍ଗାନାକୁ ଦାଦନ ଖଟିବାକୁ ଯାଇଥିବା ଜଣେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବଲାଙ୍ଗୀର ଜିଲା ତୁରେକେଲା ଥାନା ଭାଲୁକୁନା ଗ୍ରାମର...

ଶତାଧିକ ଛତ୍ରୀଛାତ୍ର ଗାଇଲେ ବନ୍ଦେ ମାତରମ୍‌

କେସିଙ୍ଗା,୨୦ା୧ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନ୍‌ଏସି ସ୍ତରୀୟ ବନ୍ଦେ ମାତରମ୍‌ ଗାନ କାର୍ଯ୍ୟକ୍ରମ ଅଧ୍ୟକ୍ଷ ନୃପରାଜ ଯାଦବଙ୍କ ଅଧ୍ୟକ୍ଷତାରେ ବିଦ୍ୟାପୀଠ ଖେଳ ପଡିଆଠାରେ...

ମୁଖ୍ୟ ଚିକିତ୍ସାଳୟ ପଛପଟେ ଯୁବକଙ୍କ ମୃତଦେହ , ହତ୍ୟା ନେଇ ବଢୁଛି ସନ୍ଦେହ

ବରଗଡ,୨୦।୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ଖେଦାପାଲିସ୍ଥିତ ଜିଲଖ ମୁଖ୍ୟ ଚିକିତ୍ସାଳୟ ପଛପଟେ ରହିଥିବା ଟୁକୁର୍ଲା ଜଳାଶୟରେ ମଙ୍ଗଳବାର ଜଣେ ଯୁବକଙ୍କ ମୃତଦେହ ଭାସୁଥିବା ଅବସ୍ଥାରେ...

ପୀୟୂଷଙ୍କୁ ନେଇ ଆସିଲା ବଡ଼ ଖବର, ଯାତ୍ରା ମଞ୍ଚ ଚଢ଼ିବା ଉପରେ କୋର୍ଟ ନେଲେ ଏହି ନିଷ୍ପତ୍ତି

ଭୁବନେଶ୍ୱର,୨୦।୧: ଯାତ୍ରା ମଞ୍ଚ ଚଢ଼ିବାକୁ ଅଭିନେତା ପୀୟୂଷ ତ୍ରିପାଠୀଙ୍କୁ ଅନୁମତି। ଭୁବନେଶ୍ବର କୋର୍ଟ ଅନୁମତି ଦେଇଥିବା ପୀୟୂଷଙ୍କ ଓକିଲ କହିଛନ୍ତି। ପୀୟୂଷଙ୍କ ଉପରେ ଲାଗିଥିବା ଅନ୍ତରୀଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri