Posted inଜାତୀୟ

କାର୍ଯ୍ୟାନୁଷ୍ଠାନ ଧମକ ଦେଲେ ରାଜ୍ୟପାଳ

କୋଲକାତା,୧୭ା୧୧: ପଶ୍ଚିମବଙ୍ଗ ରାଜଭବନ ପରିସରରେ ଭାଜପା ନେତାମାନଙ୍କ ଅସ୍ତ୍ରଶସ୍ତ୍ର ଓ ଗୁଳିଗୋଳା ଗଚ୍ଛିତ ରଖିବା ପାଇଁ ଅନୁମତି ଦିଆଯାଇଥିବା ତୃଣମୂଳ କଂଗ୍ରେସ ଏମ୍‌ପି କଲ୍ୟାଣ ବାନାର୍ଜୀ ଶନିବାର ଅଭିଯୋଗ ଆଣିବା ପରେ ଏହାକୁ ନେଇ ଉଭୟ ଦଳ ମୁହଁାମୁହିଁ ହୋଇଛନ୍ତି। ହୁଗ୍‌ଲି ଜିଲା ଶ୍ରୀରାମପୋରର ଏମ୍‌ପି କହିଛନ୍ତି, ରାଜ୍ୟପାଳ ଅପରାଧୀ (ଭାଜପା ନେତା)ମାନଙ୍କୁ ରାଜଭବନ କମ୍ପ୍ଲେକ୍ସରେ ଆଶ୍ରୟ ଦେବା ସହ ଶାସକ ଦଳ କର୍ମୀଙ୍କ ଉପରେ ଆକ୍ରମଣ ପାଇଁ ଅସ୍ତ୍ର ଯୋଗାଉଛନ୍ତି। ତାଙ୍କର ଏଭଳି ଅଭିଯୋଗର ଦିନକ ପରେ ରାଜ୍ୟପାଳ ସି.ଭି. ଆନନ୍ଦ ବୋଷ ଟିଏମ୍‌ସି ଏମ୍‌ପିଙ୍କ ବିରୋଧରେ ଆଇନଗତ କାର୍ଯ୍ୟାନୁଷ୍ଠାନ ନେବା ଲାଗି ଧମକ ଦେଇଛନ୍ତି।
ଏଭଳି ଅକ୍ଷମ ରାଜ୍ୟପାଳ ରହିଥିବା ପର୍ଯ୍ୟନ୍ତ ସେ ପଶ୍ଚିମବଙ୍ଗର ହିତ କଦାପି ଦେଖିପାରିବେ ନାହିଁ ବୋଲି କଲ୍ୟାଣ କହିଥିଲେ। ତାଙ୍କର ଏଭଳି ମନ୍ତବ୍ୟ ଉତ୍ତେଜନାପୂର୍ଣ୍ଣ ଓ ଦାୟିତ୍ୱହୀନତା ବୋଲି ରାଜ୍ୟପାଳ ଆନନ୍ଦ କହିବା ସହ କଲ୍ୟାଣ ଏଥିପାଇଁ କ୍ଷମା ମାଗନ୍ତୁ ବୋଲି ଦାବି କରିଛନ୍ତି। ଯଦି ସେ କ୍ଷମା ନ ମାଗନ୍ତି, ତେବେ ଆଇନଗତ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ରାଜ୍ୟପାଳ କହିଛନ୍ତି। ଜନସାଧାରଣ ଓ ଖବରଦାତାଙ୍କ ସମେତ ୧୦୦ ଜଣ ରାଜଭବନ ଆସି ଏହା ପରିସରରେ ଅସ୍ତ୍ରଶସ୍ତ୍ର ଓ ଗୁଳିଗୋଳା ରହିଥିବା ନେଇ ଯାଞ୍ଚ କରିବାକୁ ଅନୁମତି ଦିଆଯାଇଥିବା ରାଜ୍ୟପାଳ କହିଛନ୍ତି। କଲ୍ୟାଣ ବାନାର୍ଜୀ କ୍ଷମା ମାଗନ୍ତୁ ବୋଲି ଦାବି କରି ରାଜଭବନ ତରଫରୁ ଇତିମଧ୍ୟରେ ଆନୁଷ୍ଠାନିକ ବିବୃତି ଜାରି ହୋଇଛି। ଏମ୍‌ପିଙ୍କ ଅଭିଯୋଗ ରାଜ୍ୟପାଳଙ୍କୁ ମିଳିଥିବା ଜେଡ୍‌ ପ୍ଲସ୍‌ ସୁରକ୍ଷାର ଉଲ୍ଲଂଘନ ହୋଇଥିବାରୁ ଏହାର ତୁରନ୍ତ ତଦନ୍ତ ପାଇଁ ରାଜଭବନ ଆହ୍ବାନ ଦେଇଛି।

 

Dharitri – The Largest & Most Trusted Odia Daily


Enter your email to get our daily news in your inbox.

All Right Reserved By Dharitri.Com

ଶିଶିର ସରସ ମେଳା-୨୦୨୬ରେ ୩୦ କୋଟି ଟପିଲା ବ୍ୟବସାୟ

ଭୁବନେଶ୍ୱର,୨୦।୧: ରାଜଧାନୀରେ ଚାଲିଥିବା ଜାତୀୟ ସ୍ତରୀୟ ‘ଶିଶିର ସରସ ମେଳା-୨୦୨୬’ ମଙ୍ଗଳବାର ଉଦଯାପିତ ହୋଇଯାଇଛି। ଚଳିତ ବର୍ଷ ଏହି ମେଳା ବିକ୍ରି ଏବଂ ଜନସମାଗମ କ୍ଷେତ୍ରରେ...

ବାଲେଶ୍ୱରରେ ସଂଖ୍ୟାଲଘୁ ଯୁବକଙ୍କ ହତ୍ୟା: ନବୀନଙ୍କ ଗଭୀର ଦୁଃଖ ପ୍ରକାଶ

ଭୁବନେଶ୍ୱର,୨୦।୧: ବାଲେଶ୍ୱର ଜିଲାରେ ଗୋ-ଚାଲାଣ ଅଭିଯୋଗରେ ଜଣେ ସଂଖ୍ୟାଲଘୁ ସମ୍ପ୍ରଦାୟର ଯୁବକଙ୍କୁ ହତ୍ୟା ଘଟଣାରେ ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ...

୨୦୦୦ ଟଙ୍କାର ଛୋଟିଆ SIP କରିବ କୋଟିପତି, ଜାଣନ୍ତୁ କିଭଳି ନିବେଶ… 

ନୂଆଦିଲ୍ଲୀ, ୨୦।୧: କ’ଣ ୨୦୦୦ର ଛୋଟ SIPରୁ ଆପଣ କୋଟିପତି ହୋଇପାରିବେ? ଉତ୍ତର ହେଉଛି ହଁ! କେବଳ ଧୌର୍ଯ୍ୟ ଏବଂ ସମୟର ଆବଶ୍ୟକତା ରହିଛି। ଏସ୍‌ଆଇପି,...

୨୭ ବର୍ଷ ପରେ ନକ୍ଷତ୍ର ପରିବର୍ତ୍ତନ କଲେ ଶନି, ଏହି ୩ ରାଶିର ବଦଳିବ ଭାଗ୍ୟ…

ଜାନୁଆରୀ ୨୦ ତାରିଖ ଅର୍ଥାତ୍ ଆଜିର ଦିନରୁ ଶନିଦେବ ଉତ୍ତରା ଭାଦ୍ରପଦ ନକ୍ଷତ୍ରରେ ପ୍ରବେଶ କରିବାକୁ ଯାଉଛନ୍ତି । ଜ୍ୟୋତିଷ ଶାସ୍ତ୍ରର ଗଣନା ଅନୁଯାୟୀ ପାଖାପାଖି...

ନିରଞ୍ଜନଙ୍କୁ ଗୁରୁଦାୟିତ୍ୱ: ରାଜ୍ୟ ସରପଞ୍ଚ ମହାସଂଘର ଉପଦେଷ୍ଟା ହେଲେ …

ଦିଗପହଣ୍ଡି,୨୦|୧(ଅଶେଷନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକର ପୂର୍ବତନ ସମିତି ସଭ୍ୟ ତଥା ରେଡ୍ଡୀ ସମାଜ ଦିଗପହଣ୍ଡି ଜୋନର ସଭାପତି ଏମ୍ . ନିରଞ୍ଜନ ରେଡ୍ଡୀଙ୍କୁ...

ପ୍ରତିରକ୍ଷା କ୍ଷେତ୍ରରେ ଭାରତର ବଡ଼ ପଦକ୍ଷେପ: ଆସୁଛି ଶକ୍ତିଶାଳୀ ଲେଜର ଅସ୍ତ୍ର

ନୂଆଦିଲ୍ଲୀ,୨୦।୧: ବିଶ୍ୱରେ ବଦଳୁଥିବା ସୁରକ୍ଷା ପରିସ୍ଥିତିକୁ ଦୃଷ୍ଟିରେ ରଖି ଭାରତ ଏବେ ନିଜସ୍ୱ ବାୟୁ ପ୍ରତିରକ୍ଷା ପ୍ରଣାଳୀକୁ ଅଧିକ ସୁଦୃଢ଼ କରିବାକୁ ଯାଉଛି। ରୁଷର S-400...

ଟାଙ୍ଗିଆରେ ହାଣି କରିଥିଲେ ହତ୍ୟା: ବାପା-ପୁଅକୁ ଆଜୀବନ ଜେଲ

ବ୍ରହ୍ମପୁର,୨୦।୧(ସୁବାସ ଚନ୍ଦ୍ର ପାଢ଼ୀ): କିଆବାଡ଼ ଭାଗବଣ୍ଟାକୁ ନେଇ ଘଟିଥିବା ହତ୍ୟା ମାମଲାର ବିଚାର କରି ଗଞ୍ଜାମ ଜିଲା ଜଜ୍‌ ଅଶାନ୍ତ କୁମାର ଦାଶ ଅଭିଯୁକ୍ତ ବାପ-ପୁଅଙ୍କୁ...

ମୁନିଗୁଡ଼ା ବ୍ଲକ୍‌ ତେଲେଙ୍ଗାପଦର ଛକରେ ମାଓବାଦୀ ବ୍ୟାନର

ରାୟଗଡା,୨୦।୧ (ନନ୍ଦ କିଶୋର ପଟ୍ଟନାୟକ): ରାୟଗଡ଼ା ମୁନିଗୁଡ଼ା ବ୍ଲକ୍‌ ଅନ୍ତର୍ଗତ ତେଲେଙ୍ଗାପଦର ଛକ ନିକଟରେ ମାଓବାଦୀ ବ୍ୟାନର ଲାଗିଥିବା ଦେଖିବାକୁ ମିଳିଛି I ଖଣି ଖାଦାନକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri