ହ୍ୟୁମାନ ସାଗରଙ୍କ ପରଲୋକରେ ସାରା ଓଡ଼ିଶା ସ୍ତବ୍ଧ: ବହୁ ବିଶିଷ୍ଟ ବ୍ୟକ୍ତିଙ୍କ ଶୋକ ପ୍ରକାଶ

ଭୁବନେଶ୍ୱର,୧୮।୧୧: ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ଲୋକପ୍ରିୟ ଓଲିଉଡ କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ପରଲୋକ ଘଟିଛି। ୩୪ ବର୍ଷ ବୟସରେ ଏମ୍ସ ଭୁବନେଶ୍ୱରରେ ଦେହାନ୍ତ ହୋଇଛି। ହ୍ୟୁମାନଙ୍କ ବିୟୋଗରେ ସାରା ଓଡ଼ିଶା ସ୍ତବ୍ଧ ହୋଇଯାଇଛି। ଓଡ଼ିଶା ରାଜ୍ୟପାଳ ଡ. ହରି ବାବୁ କମ୍ଭମପାଟି, ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ଶୋକ ବ୍ୟକ୍ତ କରିଛନ୍ତି ।

ବିଶିଷ୍ଟ କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ବିୟୋଗ ଖବର ଶୁଣି ମହାମହିମ ରାଜ୍ୟପାଳ ଡଃ ହରି ବାବୁ କମ୍ଭମପାଟି ଗଭୀର ଦୁଃଖ ପ୍ରକାଶ କରିଛନ୍ତି । ଓଡିଆ ସଙ୍ଗୀତ ଓ ସିନେମା ଜଗତକୁ ତାଙ୍କ ଅବଦାନ ସଦା ସ୍ମରଣୀୟ ରହିବ ବୋଲି ମହାମହିମ ରାଜ୍ୟପାଳ କହିଛନ୍ତି।

ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି। ଟୁଇଟ୍‌ କରି ଲେଖିଛନ୍ତି, ହ୍ୟୁମାନଙ୍କ ଭାବପୂର୍ଣ୍ଣ ସଙ୍ଗୀତ ଅଗଣିତ ଶ୍ରୋତାଙ୍କ ହୃଦୟକୁ ଛୁଇଁଛି। ଓଡ଼ିଆ ସଙ୍ଗୀତ ପ୍ରତି ତାଙ୍କର ଅବଦାନ ସର୍ବଦା ସ୍ମରଣୀୟ ରହିବ। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଏପରି ଦୁଃଖଦ ସମୟରେ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ମୋର ସମବେଦନା ଜଣାଉଛି। ବିଜେଡି ପାଇଁ ‘ହେ ନବୀନ ବାବୁ..’ ଗୀତ ଗାଇଥିଲେ ହ୍ୟୁମାନ ସାଗର।

ହ୍ୟୁମାନଙ୍କ ବିୟୋଗରେ କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ କହିଛନ୍ତି, ସୁମଧୁର ସ୍ବର ଦ୍ୱାରା ଆମ ହୃଦୟରେ ସ୍ଥାନ ନେଇଥିଲେ। ହ୍ୟୁମାନଙ୍କ ସୁନ୍ଦର କୃତିଗୁଡିକ ସଦା ଶ୍ରୋତାଙ୍କ ମନରେ ଅବିଚ୍ଛିନ୍ନ ରହିବ। ପରିବାରଙ୍କ ନିକଟରେ ସମବେଦନା ସହ ଅମର ଆତ୍ମାଙ୍କ ସଦଗତି କାମନା କରୁଛି।

ହ୍ୟୁମାନଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଶୋକ ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ
କହିଛନ୍ତି, ସଙ୍ଗୀତ ଓ ସିନେମା ପାଇଁ ଏକ ଅପୂରଣୀୟ କ୍ଷତି।ଶୋକସନ୍ତପ୍ତ ପରିବାର ପ୍ରତି ଜଣାଇଲେ ସମବେଦନା। ଦିବଙ୍ଗତ ଆତ୍ମାଙ୍କ ଶାନ୍ତି ପାଇଁ ଭଗବାନଙ୍କ ନିକଟରେ ପ୍ରାର୍ଥନା ।

 

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଜି.ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା: ଶୀତର ମଜା ଉଠାଉଛନ୍ତି ପର୍ଯ୍ୟଟକ

ଜି.ଉଦୟଗିରି,୬।୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ ): ଜି.ଉଦୟଗିରି ଅଞ୍ଚଳରେ ଫେରିଛି ହାଡ଼ଭଙ୍ଗା ଶୀତ । ସରକାରୀ ସୂଚନା ଅନୁସାରେ କନ୍ଧମାଳ ଜିଲାରେ ସର୍ବନିମ୍ନ ତାପମାତ୍ରା ସହ...

ଇଣ୍ଡିଗୋ ସଙ୍କଟ ମଧ୍ୟରେ ବଡ଼ ଆକ୍ସନ ନେଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ,୬।୧୨: ଗତ ପାଞ୍ଚ ଦିନ ଧରି ଇଣ୍ଡିଗୋ ବିମାନ ଚଳାଚଳ ବନ୍ଦ ହେବା ଏବଂ ଯାତ୍ରୀଙ୍କ ସଂଖ୍ୟା ବୃଦ୍ଧି ପାଇବା ଯୋଗୁ, ଅନ୍ୟ ବିମାନ କମ୍ପାନୀଗୁଡ଼ିକର...

ଭଙ୍ଗା ଝାଟିମାଟି ଘରେ ରାଘବଙ୍କ ପରିବାର : ସହାୟତା ପାଇଁ… 

କେସିଙ୍ଗା,୬।୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କସୃପଡା ଗ୍ରାମର ରାଘ କରୁଆ (୬୦)ଙ୍କ ପରିବାର  ଝାଟିମାଟି ଘରେ ଅସହାୟ ଅବସ୍ଥାରେ ଜୀବନଯାପନ କରି...

ଶେଷରେ ଟସ୍‌ ଜିତିଲା ଭାରତ: ଖୁସିକୁ ରୋକି ନ ପାରି ରାହୁଲ କରିଦେଲେ…

ନୂଆଦିଲ୍ଲୀ,୬।୧୨: ଦକ୍ଷିଣ ଆଫ୍ରିକା ବିପକ୍ଷରେ ତୃତୀୟ ଦିନିକିଆରେ ଭାରତୀୟ ଅଧିନାୟକ କେଏଲ ରାହୁଲ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ଭାରତ ୨୦...

Featured Video Play Icon

ଝିଅ ବାହାଘର ପାଇଁ ଟଙ୍କା ଦେବେ ସରକାର, ଭୋଜି ପାଇଁ ମିଳିବ…

ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା ସରକାର।...

ବିଜେଡିରୁ ଇସ୍ତଫା ଦେଲେ କାଉନସିଲର ଶୁଚିସ୍ମିତା, ହୋଇପାରନ୍ତି ଭାଜପାରେ ସାମିଲ

ବାସୁଦେବପୁର,୬।୧୨ (କାଳିପଦ ରାୟ ): ବାସୁଦେବପୁର ପୌରାଞ୍ଚଳର ଏକ ନମ୍ବର ୱାର୍ଡର କାଉନସିଲର ଶୁଚିସ୍ମିତା ଗିରି ଶନିବାର ସକାଳେ ବିଜେଡିରୁ ଇସ୍ତଫା ଦେଇଛନ୍ତି। ଶୁକ୍ରବାର ସନ୍ଧ୍ୟାରେ...

ସାରଥିଙ୍କ ବିରୋଧରେ ଚାଲିବ ମାମଲା: ଚାର୍ଜଫ୍ରେମ୍‌ କଲେ ଅଦାଲତ

କଟକ,୬।୧୨(କାର୍ତ୍ତିକ ସାହୁ):ବହୁଚର୍ଚ୍ଚିତ ଆତ୍ମଘୋଷିତ ବାବା ସାରଥି ଓରଫ ସନ୍ତୋଷ ରାଉଳ, ତାଙ୍କ ପୁଅ ସତ୍ୟମ ଶେଖର ଓ ଅନ୍ୟ ୪ ଜଣଙ୍କ ବିରୋଧରେ କଟକ ସ୍ବତନ୍ତ୍ର...

ପୁଣି ଆନ୍ଦୋଳନକୁ ଓହ୍ଲାଇଲେ ପ୍ରାଥମିକ ଶିକ୍ଷକ: ଦାବି ପୂରଣ ନ ହେବା ଯାଏ ସମୂହ ଛୁଟିରେ ରହିବାକୁ ନିଷ୍ପତ୍ତି

ଭୁବନେଶ୍ୱର,୬ା୧୨(ସୁଚିସ୍ମିତା ସାହୁ):ପୁଣି ଆନ୍ଦୋଳନକୁ ଓହ୍ଲାଇଲେ ପ୍ରାଥମିକ ଶିକ୍ଷକ। ଛାତ୍ରୀଛାତ୍ରଙ୍କ ପରୀକ୍ଷା ପାଖେଇ ଆସିଥିବା ବେଳେ ବିଦ୍ୟାଳୟରେ ପାଠ ପଢ଼ାଇବା ବଦଳରେ ଦାବି ପୂରଣ ପାଇଁ ଶିକ୍ଷକମାନେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri