ଡିସେମ୍ବର ପହିଲାରୁ ରାଜ୍ୟବ୍ୟାପୀ ବସ୍‌ ଧର୍ମଘଟ, ବନ୍ଦ ରହିବ…

ଭୁବନେଶ୍ୱର,୧୮।୧୧(ରବିନାରାୟଣ ଜେନା): ରାଜ୍ୟ ପୋଲିସ ନିଜର କର୍ତ୍ତବ୍ୟ ଠିକଣା ଭାବେ ସମ୍ପାଦନା କରିପାରୁ ନ ଥିବାରୁ ଅପରାଧ ବଢୁଛି। ଏହି ପରିପ୍ରେକ୍ଷୀରେ ଯଦି ସରକାର ପୋଲିସକୁ ମୋଟର ଯାନ ଯାଞ୍ଚ ଦାୟିତ୍ୱ ପ୍ରଦାନ କରନ୍ତି ତେବେ ବସ୍‌ ଓ ମୋଟର ଯାନ ମାଲିକମାନେ ବିଶେଷ ଭାବେ କ୍ଷତିଗ୍ରସ୍ତ ହେବେ। ସରକାର ତୁରନ୍ତ ଏହାର ସୁବିଚାର କରନ୍ତୁ। ପୋଲିସକୁ ତା’ କାର୍ଯ୍ୟ କରିବାକୁ ଦିଆଯାଉ ଏବଂ ଏମ୍‌ଭିଆଇଙ୍କୁ ତାଙ୍କ କାର୍ଯ୍ୟ କରିବାକୁ ଦିଆଯାଉ ବୋଲି ଅଲ୍‌ ଓଡ଼ିଶା ମୋଟର ବସ୍‌ ଓନର୍ସ ଆସୋସିଏଶନ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କୁ ଏକ ସ୍ମାରକପତ୍ରରେ କୁହାଯାଇଛି। ଆସୋସିଏଶନର ସାଧାରଣ ସମ୍ପାଦକ ଦେବେନ୍ଦ୍ର କୁମାର ସାହୁ କହିଛନ୍ତି, ଯଦି ରାଜ୍ୟ ସରକାର ତାଙ୍କ ନିଷ୍ପତ୍ତିରେ ଅଟଳ ରୁହନ୍ତି, ତେବେ ଡିସେମ୍ବର ପହିଲାରୁ ରାଜ୍ୟବ୍ୟାପୀ ବସ୍‌ ଧର୍ମଘଟ କରାଯିବ। ସୋମବାର ଦେବେନ୍ଦ୍ର ସାହୁ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଦାନ କରିଥିବା ସ୍ମାରକପତ୍ରରେ ଦର୍ଶାଇଛନ୍ତି, ପୋଲିସ ଏହି ଯାଞ୍ଚ ଦାୟିତ୍ୱ ନେବାପାଇଁ ସରକାରୀସ୍ତରରେ ନିଷ୍ପତ୍ତି ହୋଇଛି। ଏହାକୁ ଖୁବ୍‌ଶୀଘ୍ର ଲାଗୁ କରାଯିବାକୁ ରହିଛି। ତେବେ ନିକଟରେ ମାର୍ଶାଘାଇରେ ଏଭଳି ଏକ ଘଟଣା ଯୋଗୁ ଆଇଆଇସିଙ୍କ ବିରୋଧରେ ମାମଲା ରୁଜୁ କରାଯାଇଛି। ଇତିମଧ୍ୟରେ ୫୦୦ ବସ୍‌ ମାଲିକଙ୍କ ନିକଟକୁ ଇ-ଚାଲାଣ ଆସିଲାଣି। ଏହାଦ୍ୱାରା ବସ୍‌ ମାଲିକମାନେ ବିଶେଷଭାବେ କ୍ଷତିଗ୍ରସ୍ତ ହେବାର ଆଶଙ୍କା ରହିଛି। ଏନେଇ ନଭେମ୍ବର ୨୫ରେ ସଂଘର ସାଧାରଣ ବୋର୍ଡ ବୈଠକ ଅନୁଷ୍ଠିତ ହେବ।
ଦେବେନ୍ଦ୍ର କହିଛନ୍ତି, ମୋଟର ଯାନ ଆଇନ-୧୯୮୮ ଅନୁଯାୟୀ ମୋଟରସାଇକେଲ ଚଳାଇବା ବେଳେ ହେଲମେଟ୍‌ ପିନ୍ଧିବା, ସିଟ୍‌ ବେଲ୍‌ଟ ବାନ୍ଧିବା, ତିନିଜଣ ବସି ଯିବା କଥା ନୁହେଁ, ମଦ୍ୟପାନ କରିବା କଥା ନୁହେଁ । ଆଇନର ଅନୁପାଳନ ହେଲେ ଦୁର୍ଘଟଣା କମିପାରିବ। ମାତ୍ର ଏହାକୁ ଗୁରୁତ୍ୱ ନ ଦେଇ ପୋଲିସକୁ ଅତିରିକ୍ତ କ୍ଷମତା ପ୍ରଦାନ କରିବା ଦ୍ୱାରା ବସ୍‌ ମାଲିକମାନେ ଅଧିକ କ୍ଷତିଗ୍ରସ୍ତ ହେବେ। ସରକାର ସଂଘର ପ୍ରସ୍ତାବକୁ ସହୃଦୟତାର ସହ ବିଚାର କରନ୍ତୁ ବୋଲି ଦେବେନ୍ଦ୍ର କହିଛନ୍ତି।

 

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଗଙ୍ଗପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା; କଣ୍ଟେନରକୁ ଧକ୍କା ଦେଲା ଥାର୍, ୩ ମୃତ

ଖୋର୍ଦ୍ଧା୨୧।୧: ପୁଣିଥରେ ଦୁର୍ଘଟଣା ଘଟାଇଲା ଥାର୍ । ମଙ୍ଗଳବାର ରାତିରେ ଥାର ଦୁର୍ଘଟଣାରେ ଭୁବନେଶ୍ବରରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଜି ପୁଣି ଖୋର୍ଦ୍ଧା ଦୁର୍ଘଟଣାରେ...

ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି, ରାସ୍ତାରେ ଭାସିଲା ପରେ ଲୋକେ…

ଭୁବନେଶ୍ୱର,୨୧।୧: ରାଜଧାନୀ ଭୁବନେଶ୍ୱର ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି । ତେବେ ଏହି ଅଘଟଣ ପରେ ରାସ୍ତାରେ ତେଲ ଭାସୁଥିବା ଦେଖିଯାଇଛି ।...

ପଞ୍ଚାୟତ ନିର୍ବାଚନ ପାଇଁ ବିଜେଡିର ରଣନୀତି: ବିଧାୟକଙ୍କ ସହ ନବୀନଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର,୨୧।୧: ଓଡ଼ିଶାର ଆଗାମୀ ପଞ୍ଚାୟତ ନିର୍ବାଚନ ପାଇଁ ବିଜୁ ଜନତା ଦଳ ପ୍ରସ୍ତୁତି ଜୋରଦାର କରିଛି। ବୁଧବାର ସନ୍ଧ୍ୟାରେ ବିଜେଡି ସୁପ୍ରିମୋ ତଥା ବିରୋଧୀ ଦଳ...

1st T20I: ଅଭିଷେକ ଓ ରିଙ୍କୁଙ୍କ ବିସ୍ଫୋରକ ବ୍ୟାଟିଂ; ନ୍ୟୁଜିଲାଣ୍ଡ ବିପକ୍ଷରେ ଭାରତର ବିଶାଳ ସ୍କୋର

ନାଗପୁର,୨୧।୧: ନାଗପୁରରେ ଅନୁଷ୍ଠିତ ପ୍ରଥମ ଟି-୨୦ ମ୍ୟାଚ୍‌ରେ ଭାରତୀୟ ବ୍ୟାଟରମାନେ ରନ୍‌ର ବର୍ଷା କରିଛନ୍ତି। ଅଭିଷେକ ଶର୍ମା ଏବଂ ରିଙ୍କୁ ସିଂଙ୍କ ଧୂଆଁଧାର ପାଳି ବଳରେ...

ଜୀବିତ ସତ୍ତ୍ବେ ମୃତ ଦର୍ଶାଇ ଆଧାର ନିଷ୍କ୍ରିୟ: ମଣ୍ଡିରେ ବିକ୍ରି ହୋଇ ପାରିଲାନି ଧାନ, ଘରକୁ ଫେରାଇ…

ବରଗଡ଼,୨୧।୧(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରିରେ ଚାଷୀଙ୍କ ଦୁଃଖ ତୁଟୁ ନାହିଁ । ବୈଷୟିକ ତୃଟି ମଧ୍ୟ ଧାନବିକ୍ରିରେ ଚାଷୀଙ୍କ ପାଇଁ କାଳ ସାଜିଛି । ବରଗଡ଼ ଜିଲା...

୫୬ ହଜାରରୁ ଅଧିକ ପରୀକ୍ଷାର୍ଥୀ ଦେଲେ OSSTET ପରୀକ୍ଷା

ଭୁବନେଶ୍ୱର,୨୧।୧: ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ‘ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ଯୋଗ୍ୟତା ପରୀକ୍ଷା’ (OSSTET) ବୁଧବାର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟର ମୋଟ ୨୨୭ଟି କେନ୍ଦ୍ରରେ...

ଅନାଥ ସାଜିଲେ ୬ ନିଷ୍ପାପ ଶିଶୁ, ସାହାଯ୍ୟର ହାତ ବଢାଇଲେ ବିଧାୟକ

ଥୁଆମୂଳ ରାମପୁର,୨୧।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଦୁର୍ଗମ କେରପାଇ ଗ୍ରାମପଞ୍ଚାୟତର ମେଲରଫା ଗ୍ରାମରୁ ଏକ ହୃଦୟ ବିଦାରକ ଦୃଶ୍ୟ...

ଛାତ୍ରଙ୍କୁ ମାଡ଼ ମାରି ନିଲମ୍ବିତ ହେଲେ ପ୍ରଧାନଶିକ୍ଷକ, ଜିଲା ନ ଛାଡ଼ିବାକୁ ନିର୍ଦ୍ଦେଶ

ସୁନ୍ଦରଗଡ଼,୨୧।୧(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ବ୍ଲକରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଛାତ୍ରଙ୍କୁ ମାଡ଼ ମାରିବା ଏବଂ କାର୍ଯ୍ୟରେ ଗୁରୁତର ଅବହେଳା ଅଭିଯୋଗରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri