Posted inଜାତୀୟ

ବିଭୀଷଣଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନେଲେ ମୂଳପୋଛ ହୋଇଯିବ କଂଗ୍ରେସ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୮।୧୧(ସୁନିତ୍‌ ମିଶ୍ର): ଦିନ ଥିଲା ସବୁ ପୋଲିଂ ବୁଥ୍‌ରେ ଦଳର ଏଜେଣ୍ଟ ନ ଥିଲେ। ପରାଜୟରୁ ଶିକ୍ଷା ଗ୍ରହଣ କରି ଓ ତା’ର ସମୀକ୍ଷା କରି ବର୍ତ୍ତମାନ ଦଳ ବିଜୟୀ ହୋଇଛି। ନୂଆପଡ଼ା ଉପନିର୍ବାଚନରେ ଦଳର ସମସ୍ତେ ଏକାଠି ହୋଇ ଲଢ଼ିଲେ ଏବଂ ଐତିହାସିକ ବିଜୟ ଲାଭ କଲେ। ଉଭୟ ବିରୋଧୀ ବିଜେଡି ଓ କଂଗ୍ରେସ ନିଜ ଆସନ ପରାଜୟ ଭୟରେ ଅନେକ ମିଛ କଥା କହି ଆମକୁ ଆକ୍ରମଣ କଲେ। ଏପରିକି ଭୋଟ ଚୋରି, ବେଇମାନ ଭଳି ଅପଶବ୍ଦ ମଧ୍ୟ ବ୍ୟବହାର କରିବାକୁ ପଛାଇଲେ ନାହିଁ। କିନ୍ତୁ ବିରୋଧୀଙ୍କ ମିଛ କାମ ଦେଲାନି ଏବଂ ନୂଆପଡ଼ାବାସୀ ସେମାନଙ୍କୁ ଉଚିତ ଜବାବ ଦେଲେ। ଅପରେଶନ ସିନ୍ଦୂର ଭଳି ଅପରେଶନ ନୂଆପଡ଼ା ହେଲା। ବିଭୀଷଣଙ୍କ ପାଇଁ କଂଗ୍ରେସ ପରାଜୟବରଣ କରିଲା ଏବଂ ତାଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କଂଗ୍ରେସ ସଭାପତି ଭକ୍ତ ଦାସ କହିଛନ୍ତି। ଯଦି ତାହା ହୁଏ ତେବେ ୭୦% ବିଭୀଷଣ ଥିବା କଂଗ୍ରେସ ଦଳ ସମ୍ପୂର୍ଣ୍ଣ ମୂଳପୋଛ ହୋଇଯିବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି।
ନୂଆପଡ଼ା ବିଜୟ ପରେ ଦଳର ରାଜ୍ୟ କାର୍ଯ୍ୟାଳୟଠାରେ ଆୟୋଜିତ ଧନ୍ୟବାଦ ସଭାରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ଆହୁରି କହିଛନ୍ତି, ନୂଆପଡ଼ାବାସୀ ରେକର୍ଡ ପରିମାଣରେ ନିଜ ମତଦାନ ସାବ୍ୟସ୍ତ କରି ଐତିହାସିକ ଭୋଟ ବ୍ୟବଧାନରେ ଭାଜପା ପ୍ରାର୍ଥୀ ଜୟ ଢୋଲକିଆଙ୍କୁ ବିଜୟୀ କରାଇଛନ୍ତି, ଯାହା ରାଜ୍ୟରେ ରାଜନୈତିକ ମୋଡ ବଦଳାଇ ଦେଇଛି। ନୂଆପଡ଼ା ଉପନିର୍ବାଚନରେ ଦଳର କାର୍ଯ୍ୟକର୍ତ୍ତାଙ୍କ ଅକ୍ଳାନ୍ତ ପରିଶ୍ରମ କାରଣରୁ ଭାଜପାର ବିଶାଳ ବିଜୟ ହୋଇଛି। ଯେଉଁ ନେତା, ବିଧାୟକ, ସାଂସଦ, ମନ୍ତ୍ରୀମାନେ ଯେଉଁସବୁ ଅଞ୍ଚଳରେ ଥିଲେ ସେଠାର ସ୍ଥାନୀୟ ସମସ୍ୟାଗୁଡିକର ତାଲିକା ପ୍ରସ୍ତୁତ କରିବେ, ସବୁର ସମାଧାନ କରାଯିବ। ଯାହା ଘୋଷଣା ହୋଇଛି ସେସବୁକୁ ତ୍ୱରାନ୍ବିତ କରିବା ପାଇଁ ପଦକ୍ଷେପ ନେବେ। ନୂଆପଡ଼ାରେ ଜଳସେଚନଠାରୁ ଆରମ୍ଭ କରି ଶିଳ୍ପ ପ୍ରତିଷ୍ଠା କରାଯିବ। ରାଜ୍ୟ ସରକାର ଯୋଜନା ପ୍ରସ୍ତୁତ କରୁଛନ୍ତି। ଅତିଶୀଘ୍ର ନୂଆପଡ଼ାବାସୀଙ୍କୁ ଭେଟି ଧନ୍ୟବାଦ ଜଣାଇବି ବୋଲି ସେ କହିଛନ୍ତି।
ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ କହିଛନ୍ତି, ଭାଜପା ସଙ୍ଗଠିତ ହୋଇ ନିର୍ବାଚନ ଲଢ଼ିଲା। ପ୍ରଥମେ ୫ଟି ସଂସଦୀୟ କ୍ଷେତ୍ରର କାର୍ଯ୍ୟକର୍ତ୍ତାଙ୍କୁ ନେଇ ନିର୍ବାଚନ ଲଢ଼ିବାର ରଣକ୍ଷେତ୍ର ପ୍ରସ୍ତୁତ କରାଯାଇଥିଲା। ପରବର୍ତ୍ତୀ ସମୟରେ ମନ୍ତ୍ରୀମାନଙ୍କୁ ମଣ୍ଡଳ, ବିଧାୟକମାନଙ୍କୁ ପଞ୍ଚାୟତ ଦାୟିତ୍ୱ ଦିଆଗଲା। ଯେଉଁ କାର୍ଯ୍ୟକର୍ତ୍ତାଙ୍କୁ ଯେଉଁଠି ଦାୟିତ୍ୱ ମିଳିଲା ସେମାନେ ନିଜ ଦାୟିତ୍ୱକୁ ସୁଚାରୁରୂପେ ନିର୍ବାହ କଲେ। ୨୦୨୪ ନିର୍ବାଚନରେ ୩ୟ ସ୍ଥାନରେ ଥିବା ଭାଜପା ପ୍ରତି ନୂଆପଡ଼ାବାସୀଙ୍କ ବିଶ୍ୱାସ ବୃଦ୍ଧି ପାଇଲା ବୋଲି ସେ କହିଛନ୍ତି। ଦଳର ରାଜ୍ୟ ପ୍ରଭାରୀ ବିଜୟ ପାଲ ସିଂହ ତୋମାର କହିଛନ୍ତି, ନୂଆପଡା ଉପନିର୍ବାଚନରେ ଅକ୍ଳାନ୍ତ ପରିଶ୍ରମ କରି ବୃହତ୍‌ ବିଜୟ ପ୍ରଦାନ କରିଥିବା ସମସ୍ତ କାର୍ଯ୍ୟକର୍ତ୍ତାଙ୍କୁ ଅଶେଷ ଅଶେଷ ଧନ୍ୟବାଦ। ଏହି ଅବସରରେ ଦଳର ବହୁ ବରିଷ୍ଠ ମନ୍ତ୍ରୀ, ବିଧାୟକ, ଦଳର କାର୍ଯ୍ୟକର୍ତ୍ତାମାନେ ଉପସ୍ଥିତ ଥିଲେ।

 

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

୧୮ରୁ ୫୫ ବର୍ଷୀୟ ଏହି ମହିଳାମାନଙ୍କୁ ସରକାର ଦେବେ ୫୦୦୦ ଟଙ୍କା, ଯୋଜନାର ଲାଭ କିପରି ନେବେ ଜାଣି ରଖନ୍ତୁ…

ନୂଆଦିଲ୍ଲୀ,୨୧।୧: ଭାରତ ସରକାର ଦେଶର ନାଗରିକଙ୍କ ପାଇଁ ଅନେକ କଲ୍ୟାଣକାରୀ ଯୋଜନା ଚଳାଇଛନ୍ତି। ଏହି ଯୋଜନାଗୁଡ଼ିକ ମଧ୍ୟରୁ ଏକ ଗୁରୁତ୍ୱପୂର୍ଣ୍ଣ ଯୋଜନା ହେଉଛି ପ୍ରଧାନମନ୍ତ୍ରୀ ମାତୃ...

ଆପଣଙ୍କ ଏଭଳି ଅବହେଳା ପାଇଁ ଚୋରି ହୋଇଯାଇପାରେ ବାଇକ୍‌, ଭୁଲ୍‌ରେ ବି କରନ୍ତୁ ନାହିଁ ଏହି କାମ…

ନୂଆଦିଲ୍ଲୀ,୨୧।୧: ଆଜିକାଲି ସମୟରେ ବାଇକ ପ୍ରାୟ ପ୍ରତ୍ୟେକ ଘରର ଦୈନନ୍ଦିନ ଜୀବନର ଅଂଶ ହୋଇଯାଇଛି। ବାଇକ ଦ୍ୱାରା ଘରୁ ବାହାରକୁ ଯିବାଠାରୁ ଆରମ୍ଭ କରି ଅନେକ...

ତେଲେଙ୍ଗାନାରେ ପୁଣି କୁକୁରଙ୍କୁ ହତ୍ୟା, ୫୦୦ ପରେ ଏବେ ୧୦୦ଜଣଙ୍କୁ ବିଷ ଦେଇ ମାରିଦେଲେ

ହାଇଦ୍ରାବାଦ,୨୧ା୧: ପୁଣିଥରେ ତେଲେଙ୍ଗାନାରେ ବହୁ ସଂଖ୍ୟକ ବୁଲା କୁକୁରଙ୍କୁ ହତ୍ୟା କରାଯାଇଛି । ହାଇଦ୍ରାବାଦରୁ ମାତ୍ର ୫୦ କିଲୋମିଟର ଦୂର ରଙ୍ଗାରେଡ୍ଡି ଜିଲ୍ଲାରେ ୧୦୦ କୁକୁରଙ୍କୁ...

ପ୍ରେମ ବିବାହ ପରେ ପରପୁରୁଷ ସହ ସ୍ତ୍ରୀକୁ ଦେଖିଲେ ସ୍ୱାମୀ, ଗଳା ଟିପି କଲେ ହତ୍ୟା

ନୂଆଦିଲ୍ଲୀ,୨୧ା୧: ଉତ୍ତରପ୍ରଦେଶର କାନପୁର ଅଞ୍ଚଳରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ବିବାହର ମାତ୍ର ଚାରି ମାସ ପରେ ଜଣେ ଯୁବକ ନିଜ ସ୍ତ୍ରୀକୁ ଅନ୍ୟ...

ଭାବପ୍ରବଣ କରିଦେବ ଖବର! ମାଲିକଙ୍କ ମୃତଦେହ ପାଖରେ ରାତିସାରା ବସି ରହିଲା ପୋଷା କୁକୁର, ଅନ୍ତିମ ସଂସ୍କାର ପାଇଁ ୪ କିଲୋମିଟର…

ନୂଆଦିଲ୍ଲୀ,୨୧ା୧: ମଧ୍ୟପ୍ରଦେଶର ଶିବପୁରୀ ଜିଲ୍ଲାରେ ମଣିଷ ଏବଂ ପଶୁମାନଙ୍କ ମଧ୍ୟରେ ଏକ ଅନନ୍ୟ ସମ୍ପର୍କକୁ ଦର୍ଶାଉଥିବା ଏକ ଭିଡିଓ ଇଣ୍ଟରନେଟରେ ଦ୍ରୁତ ଗତିରେ ଭାଇରାଲ ହେଉଛି...

ଶ୍ରୀ ରାମ ମନ୍ଦିର ଟ୍ରଷ୍ଟର ଅଧ୍ୟକ୍ଷ ମହନ୍ତ ନୃତ୍ୟ ଗୋପାଳ ଦାସ ଅସୁସ୍ଥ, ୩୬ ଘଣ୍ଟା ଉପବାସରେ

ଲକ୍ଷ୍ନୌ,୨୧।୧: ଶ୍ରୀରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର ଟ୍ରଷ୍ଟର ଅଧ୍ୟକ୍ଷ ମହନ୍ତ ନୃତ୍ୟ ଗୋପାଳ ଦାସଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ ଖରାପ ହୋଇଯାଇଛି। ଗତ ୩୬ଘଣ୍ଟା ଧରି ସେ...

ବାଂଲାଦେଶକୁ ନେଇ ଭାରତ ସରକାରଙ୍କ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୧।୧: ବାଂଲାଦେଶର ବର୍ତ୍ତମାନର ସୁରକ୍ଷା ପରିସ୍ଥିତିକୁ ଦୃଷ୍ଟିରେ ରଖି, ଭାରତ ମଙ୍ଗଳବାର (ଜାନୁଆରୀ ୨୦, ୨୦୨୬) ସେଠାରେ ନିଯୁକ୍ତ ଭାରତୀୟ ଅଧିକାରୀଙ୍କ ପରିବାରକୁ ଫେରାଇ ନେବାକୁ...

ମୋଦି କ୍ୟାବିନେଟର ଦୁଇଟି ବଡ଼ ନିଷ୍ପତ୍ତି, ଅଟଳ ପେନସନ ପାଣ୍ଠିକୁ ମଞ୍ଜୁରୀ, ଦ୍ୱିତୀୟ ପ୍ରମୁଖ ନିଷ୍ପତ୍ତି ବିଷୟରେ ଜାଣନ୍ତୁ

ନୂଆଦିଲ୍ଲୀ,୨୧।୧: ମୋଦି କ୍ୟାବିନେଟ ବୁଧବାର (୨୧ ଜାନୁଆରୀ) ଦିନ ଭାରତୀୟ କ୍ଷୁଦ୍ର ଶିଳ୍ପ ବିକାଶ ବ୍ୟାଙ୍କକୁ ଇକ୍ୱିଟି ସହାୟତା ମଞ୍ଜୁର କରିଛନ୍ତି। ଏହା ଅଟଳ ପେନସନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri