ବରଗଡ଼ ଧନୁଯାତ୍ରାରେ ଏଥର ନୂଆ କଂସ: ଆଉ କିଛି ସମୟ ପରେ ନାମ ଘୋଷଣା

ବରଗଡ଼,୧୮।୧୧(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆସନ୍ତା ଡିସେମ୍ବର ୨୪ତାରିଖରୁ ଆରମ୍ଭ ହେବ । ଦୀର୍ଘ ୧୧ଦିନ ବ୍ୟାପୀ ଆସନ୍ତା ୨୦୨୬ ଜାନୁଆରୀ ୩ତାରିଖ ପର୍ଯ୍ୟନ୍ତ ଏହି ମହୋତ୍ସବ ଚାଲିବ । ଏଥର ମହୋତ୍ସବରେ ଅଭିନୟ ପାଇଁ କଂସ ସମେତ ଅନ୍ୟ ପ୍ରମୁଖ ଚରିତ୍ର ପାଇଁ କଳାକାର ଚୟନ କରାଯାଇଛି। ସ୍ଥାନୀୟ ବିଜୁ ପଟ୍ଟନାୟକ ଟାଉନ ହଲରେ ସୋମବାର କଂସ କଳାକାର ଚୟନ ପ୍ରକ୍ରିୟା ରହିଥିଲା। ୪୪ଜଣ ଯୋଗ୍ୟ ଆବେଦନକାରୀଙ୍କ ମଧ୍ୟରୁ ୩୬ଜଣ କଳାକାର ବେଶଭୂଷା, ପରିପାଟୀ ସହିତ ଚୟନ ପ୍ରକ୍ରିୟାରେ ସାମିଲ ହୋଇଥିଲେ ଏବଂ ବିଚାରକ ମଣ୍ଡଳୀଙ୍କ ସମ୍ମୁଖରେ ନିଜ ଅଭିନୟ ନିଖୁଣତା ପ୍ରଦର୍ଶନ ସହିତ ବିଭିନ୍ନ ପ୍ରଶ୍ନର ଉତ୍ତର ରଖିଥିଲେ। ସେହିପରି ଗତ ୧୫ ତାରିଖ ଦେବକୀ, ନାରଦ, ଚାଣୁର, ମୁଷ୍ଟିକ, ସାର୍ତ୍ତକି, ବସୁଦେବ, ଅକ୍ରୁର ଉଗ୍ରସେନ ଏବଂ ୧୬ ତାରିଖ ମହାମନ୍ତ୍ରୀ ଓ ସେନାପତି ଚରିତ୍ର ପାଇଁ କଳାକାର ଚୟନ ହୋଇଥିଲା।
ବିଚାରକଭାବେ ବରଗଡ଼ର ମିହିର କୁମାର ମେହେର, କଳାହାଣ୍ଡିର ପରମେଶ୍ବର ମୁଣ୍ଡ, ସମ୍ବଲପୁରର ପ୍ରଦୀପ କୁମାର ପଣ୍ଡା, ଝାରସୁଗୁଡ଼ାର ସୁବାଷ ପ୍ରଧାନ ଏବଂ ଦେବଗଡ଼ର ସୁଜିତ ପାତ୍ର ଉପସ୍ଥିତ ଥିଲେ । ଆଜି ପୂର୍ବାହ୍ନ ୧୧ଟାରେ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ କଂସ ସମେତ ବିଭିନ୍ନ ଚରିତ୍ର ପାଇଁ ଚୟନ ହୋଇଥିବା କଳାକାରଙ୍କ ନାମ ଘୋଷଣା କରାଯିବ ବୋଲି ଧନୁଯାତ୍ରା ମହୋତ୍ସବ ସମିତିର ସମ୍ପାଦକ ସୁରେଶର ଶତପଥୀ ସୂଚନା ଦେଇଛନ୍ତି।

 

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ବିଧାୟକଙ୍କ ଦ୍ୱାରା ବିଭିନ୍ନ ପ୍ରକଳ୍ପ ଉଦଘାଟନ ଓ ଶିଳାନ୍ୟାସ

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତରେ ବୁଧବାର ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବିଭିନ୍ନ ନବନିର୍ମିତ ପ୍ରକଳ୍ପର ଉଦଘାଟନ କରିବା...

ଗଙ୍ଗପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା; କଣ୍ଟେନରକୁ ଧକ୍କା ଦେଲା ଥାର୍, ୩ ମୃତ

ଖୋର୍ଦ୍ଧା୨୧।୧: ପୁଣିଥରେ ଦୁର୍ଘଟଣା ଘଟାଇଲା ଥାର୍ । ମଙ୍ଗଳବାର ରାତିରେ ଥାର ଦୁର୍ଘଟଣାରେ ଭୁବନେଶ୍ବରରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଜି ପୁଣି ଖୋର୍ଦ୍ଧା ଦୁର୍ଘଟଣାରେ...

ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି, ରାସ୍ତାରେ ଭାସିଲା ପରେ ଲୋକେ…

ଭୁବନେଶ୍ୱର,୨୧।୧: ରାଜଧାନୀ ଭୁବନେଶ୍ୱର ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି । ତେବେ ଏହି ଅଘଟଣ ପରେ ରାସ୍ତାରେ ତେଲ ଭାସୁଥିବା ଦେଖିଯାଇଛି ।...

ଗ୍ରୀନଲ୍ୟାଣ୍ଡକୁ ପୁଣି ଧମକ ଦେଲେ ଟ୍ରମ୍ପ, ଯଦି ହଁ କରନ୍ତି….

ନୂଆଦିଲ୍ଲୀ,୨୧।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସ୍ୱିଜରଲ୍ୟାଣ୍ଡର ଡାଭୋସରେ ବିଶ୍ୱ ଅର୍ଥନୈତିକ ଫୋରମ୍ (WEF)ର ବାର୍ଷିକ ବୈଠକରେ ଭାଷଣ ଦେଇ ତାଙ୍କ ପ୍ରଥମ ବର୍ଷ କାର୍ଯ୍ୟକାଳର...

ପଞ୍ଚାୟତ ନିର୍ବାଚନ ପାଇଁ ବିଜେଡିର ରଣନୀତି: ବିଧାୟକଙ୍କ ସହ ନବୀନଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର,୨୧।୧: ଓଡ଼ିଶାର ଆଗାମୀ ପଞ୍ଚାୟତ ନିର୍ବାଚନ ପାଇଁ ବିଜୁ ଜନତା ଦଳ ପ୍ରସ୍ତୁତି ଜୋରଦାର କରିଛି। ବୁଧବାର ସନ୍ଧ୍ୟାରେ ବିଜେଡି ସୁପ୍ରିମୋ ତଥା ବିରୋଧୀ ଦଳ...

ଜୀବିତ ସତ୍ତ୍ବେ ମୃତ ଦର୍ଶାଇ ଆଧାର ନିଷ୍କ୍ରିୟ: ମଣ୍ଡିରେ ବିକ୍ରି ହୋଇ ପାରିଲାନି ଧାନ, ଘରକୁ ଫେରାଇ…

ବରଗଡ଼,୨୧।୧(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରିରେ ଚାଷୀଙ୍କ ଦୁଃଖ ତୁଟୁ ନାହିଁ । ବୈଷୟିକ ତୃଟି ମଧ୍ୟ ଧାନବିକ୍ରିରେ ଚାଷୀଙ୍କ ପାଇଁ କାଳ ସାଜିଛି । ବରଗଡ଼ ଜିଲା...

୫୬ ହଜାରରୁ ଅଧିକ ପରୀକ୍ଷାର୍ଥୀ ଦେଲେ OSSTET ପରୀକ୍ଷା

ଭୁବନେଶ୍ୱର,୨୧।୧: ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ‘ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ଯୋଗ୍ୟତା ପରୀକ୍ଷା’ (OSSTET) ବୁଧବାର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟର ମୋଟ ୨୨୭ଟି କେନ୍ଦ୍ରରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri