ଜେସିବି ଧକ୍କାରେ ନିର୍ମାଣାଧୀନ ସଂସ୍ଥାର ମ୍ୟାନେଜର ମୃତ, ଗାଡ଼ି ଧରି ଚାଳକ ଫେରାର

ଅମରପାଲି,୧୮।୧୧(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଥାନା ଅନ୍ତର୍ଗତ ବହଳପଦର ପଞ୍ଚାୟତର ଗୌଡଗାଡଠାରେ ଗତ ରାତିରେ ଜେସିବି ଧକ୍କାରେ ଜଣେ ନିର୍ମାଣାଧୀନ ସଂସ୍ଥା ମ୍ୟାନେଜରଙ୍କ ମୃତ୍ୟୁ ହୋଇଛି । ମୃତକ ଜଣକ ହେଲେ ବୀରମହାରାଜପୁର ଥାନା ଅନ୍ତର୍ଗତ ମୁର୍ଷୁଣ୍ଢି ପଞ୍ଚାୟତ ଅନ୍ତର୍ଗତ ଚୌକା ଗ୍ରାମର ନରହରି ଭୁକ୍ତାଙ୍କ ସାନପୁଅ ପପୁନ ଭୁକ୍ତା (୨୮) ବୋଲି ଜଣାପଡିଛି। ସୂଚନା ଅନୁସାରେ, ଅମରପାଲି ପୂର୍ତ୍ତ ବିଭାଗର ରାସ୍ତା ଠାରୁ ଗୌଡଗାଡ ଦେଇ ଠେଙ୍ଗୋ ଡ୍ୟାମ ପର୍ଯ୍ୟନ୍ତ ଆରଡି ବିଭାଗ ତରଫରୁ ରାସ୍ତା କାମ ହେଉଛି। ଏଥିପାଇଁ ଗୌଡ଼ଗାଡ ଗାଁ ମୁଣ୍ଡରେ ବନ୍ଦ ହୋଇଥିବା ଏକ ଢାବାରେ ଉକ୍ତ ନିର୍ମାଣଧୀନ ସଂସ୍ଥା ତାହାର କ୍ୟାମ୍ପ କରିଥିଲା। ସୋମବାର କାମ ସରିଲା ପରେ କ୍ୟାମ୍ପକୁ ସମସ୍ତେ ଆସିଥିଲେ। ଏହି ସମୟର ଉକ୍ତ ରାସ୍ତାର କାମ ବୁଝାସୁଝା କରୁଥିବା ମ୍ୟାନେଜର ପପୁନ ଓଡି ୦୮ଜେ ୧୩୫୭ ନମ୍ବର ବିଶିଷ୍ଟ ନିଜ ବାଇକକୁ ରଖି କ୍ୟାମ୍ପ ଆଗରେ ବାଇକ ପାଖରେ ଠିଆ ହୋଇଥିଲେ। ଏହି ସମୟର ଉକ୍ତ ରାସ୍ତାର କାମ କରୁଥିବା ଏକ ଜେସିବିକୁ ରଖିବାକୁ ଡ୍ରାଇଭର ଆଣୁଥିଲା। ଏହି ସମୟରେ ଜେସିବିଟି ଜୋର୍‌ରେ ଧକ୍କା ଦେଇଥିଲା। ଫଳରେ ପପୁନଙ୍କ ମୁଣ୍ଡ ଓ ମୁହଁରୁ ପ୍ରବଳ ରକ୍ତସ୍ରାବ ହୋଇ ଘଟଣାସ୍ଥଳରେ ମୃତ୍ୟୁ ହୋଇଥିଲ। ସେଠାରେ କାମ କରୁଥିବା ଅନ୍ୟ ପିଲାମାନେ ଓ ଗ୍ରାମବାସୀ ଆସି ତୁରନ୍ତ ଆମ୍ବୁଲାନ୍ସକୁ ଖବର ଦେଇଥିଲେ ମଧ୍ୟ ଆମ୍ବୁଲାନ୍ସ ଆସି ନ ଥିଲା। ଖବରପାଇ ହରିହର ଯୋର (ଠେଙ୍ଗୋ ଡ୍ୟାମ) ଫାଣ୍ଡି ଅଧିକାରୀ ବିଭୂନ୍ଦ୍ର ବରାଳ ତାଙ୍କ ଟିମ ସହିତ ଘଟଣାସ୍ଥଳକୁ ଆସି ତଦନ୍ତ ଆରମ୍ଭ କରିଥିଲେ। ଖବର ଲେଖାଯିବା ପର୍ଯ୍ୟନ୍ତ ଘଟଣାସ୍ଥଳରୁ ମୃତଦେହକୁ ଉଦ୍ଧାର କରାଯାଇ ପାରିନାହିଁ। ମୃତକଙ୍କ ପରିବାର ଲୋକେ ଘଟଣାସ୍ଥଳକୁ ଆସିଥିଲେ। ଉକ୍ତ ସ୍ଥାନରେ ଚାପା ଉତ୍ତେଜନା ଦେଖାଦେଇଥିଲା। ଦୁର୍ଘଟଣା ଘଟାଇ ଥିବା ଜେସିବିକୁ ଧରି ଡ୍ରାଇଭର ଫେରାର ହୋଇଛି। ଜେସିବିଟି ଚାରମାଳ ଥାନା ବଡ଼ମାଳ ଫାଣ୍ଡି ଅଞ୍ଚଳର ବୋଲି ସେହି ନିର୍ମାଣାଧୀନ ସଂସ୍ଥାରେ କାମ କରୁଥିବା ଅନ୍ୟ ଯୁବକମାନେ ଅଭିଯୋଗ କରିଛନ୍ତି। ଖବରଲେଖା ଯିବା ପର୍ଯ୍ୟନ୍ତ ବୀରମହାରାଜପୁର ଥାନା ରେ କୌଣସି ମାମଲା ରୁଜୁ ହୋଇ ନ ଥିବା ଜଣାପଡ଼ିଛି।

 

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଆଜି ଭାରତ-ନ୍ୟୁଜିଲାଣ୍ଡ ପ୍ରଥମ ଟି୨୦: ସୂର୍ଯ୍ୟକୁମାରଙ୍କ ଉପରେ ସମସ୍ତଙ୍କ ନଜର

ନାଗପୁର,୨୧ା୧: ସ୍ଥାନୀୟ ବିଦର୍ଭ କ୍ରିକେଟ ଆସୋସିଏଶନ ଷ୍ଟାଡିୟମରେ ବୁଧବାର ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ୫ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ।...

ଗଛରେ ଚଢ଼ି କାଠ କାଟୁଥିଲେ ଶ୍ରମିକ, ହଠାତ୍‌ ଘଟିଲା ଏମିତି…

କେନ୍ଦ୍ରାପଡ଼ା,୨୧ା୧(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ନିକିରାଇ ଥାନା ଅନ୍ତର୍ଗତ ପାଳକଣା ଗାଁରେ ଏକ ଦୁଃଖଦ ଘଟଣା ଘଟିଛି। ଜଣେ ଶ୍ରମିକ ଚାକୁଣ୍ଡା ଗଛରେ ଚଢ଼ି କାଠ...

ଅଧିକାରୀଙ୍କୁ ଚିଠି ଲେଖିଲେ ମୁଖ୍ୟ ଶାସନ ସଚିବ, ସମୟସୀମା ମଧ୍ୟରେ…

ଭୁବନେଶ୍ୱର,୨୧ା୧: ସମସ୍ତ ବରିଷ୍ଠ ଅଧିକାରୀଙ୍କୁ ଚିଠି ଲେଖିଛନ୍ତି ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ। କେନ୍ଦ୍ର ସରକାରଙ୍କ ଚିଠିକୁ ଗୁରୁତ୍ୱ ଦେବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି।...

ଜେଡି ଭାନ୍ସ ଆମେରିକାକୁ ଏମିତି ଖବର ଦେଲେ ଯେ ଖୁସି ହୋଇଗଲା ହ୍ବାଇଟ ହାଉସ, ଜାଣନ୍ତୁ କ’ଣ…

ଓ୍ବାଶିଂଟନ,୨୧।୧: ଆମେରିକାର ଉପରାଷ୍ଟ୍ରପତି ଜେ.ଡି. ଭାନ୍ସ ଏବଂ ତାଙ୍କ ପତ୍ନୀ ଉଷା ଭାନ୍ସ ଜୁଲାଇ ଶେଷ ଭାଗରେ ସେମାନଙ୍କର ଚତୁର୍ଥ ସନ୍ତାନ ଆଶା କରୁଛନ୍ତି। ଭାନ୍ସ...

କାର୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ପିକ୍‌ଅପ୍‌: ୩ ଗୁରୁତର

ବାରିପଦା,୨୧ା୧: ଏନ୍‌ଏଚ୍‌ ୧୬ ଦରକୋଳି ଛକରେ ସିରିଜ ଦୁର୍ଘଟଣା ଘଟିଛି। ଏକ କାର୍‌କୁ ଗୋଟିଏ ପିକ୍‌ଅପ୍‌ ଧକ୍କା ଦେଇଥିବାବେଳେ ପରେ ଟ୍ରକ୍‌କୁ ଧକ୍କା ଦେଇଥିଲା ପିକ୍‌ଅପ୍‌।...

ଶ୍ରୀ ରାମ ମନ୍ଦିର ଟ୍ରଷ୍ଟର ଅଧ୍ୟକ୍ଷ ମହନ୍ତ ନୃତ୍ୟ ଗୋପାଳ ଦାସ ଅସୁସ୍ଥ, ୩୬ ଘଣ୍ଟା ଉପବାସରେ

ଲକ୍ଷ୍ନୌ,୨୧।୧: ଶ୍ରୀରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର ଟ୍ରଷ୍ଟର ଅଧ୍ୟକ୍ଷ ମହନ୍ତ ନୃତ୍ୟ ଗୋପାଳ ଦାସଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ ଖରାପ ହୋଇଯାଇଛି। ଗତ ୩୬ଘଣ୍ଟା ଧରି ସେ...

ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର, ୫% ବଢିବ DA!

ନୂଆଦିଲ୍ଲୀ,୨୧।୧: କେନ୍ଦ୍ର ସରକାରୀ କର୍ମଚାରୀମାନେ ଦୀର୍ଘ ଦିନ ଧରି ଅଷ୍ଟମ ବେତନ କମିଶନ ଅଧୀନରେ ଦରମା ବୃଦ୍ଧି ପାଇଁ ଅପେକ୍ଷା କରିଆସୁଛନ୍ତି। ଜାନୁଆରୀ 2026 ପରେ...

ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା ଜୋରଦାର: ଦାରିଙ୍ଗବାଡିରେ ପୋଲିସ ଛାଉଣି

ଦାରିଙ୍ଗବାଡି,୨୧।୧(ଅରୁଣ ସାହୁ):ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି ସହରକୁ ଟ୍ରାଫିକ ମୁକ୍ତ ଓ ସୌନ୍ଦର୍ଯ୍ୟକରଣ କରିବାକୁ ଜିଲା ପ୍ରଶାସନର ନିର୍ଦ୍ଦେଶ କ୍ରମେ ବୁଧବାର ସ୍ଥାନୀୟ ପ୍ରଶାସନ ପକ୍ଷରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri