ଆଜି ୧୨ ଘଣ୍ଟିଆ କେନ୍ଦୁଝର ବନ୍ଦ: ଦୋକାନ ବଜାର, ସ୍କୁଲ, କଲେଜ ସହ…

କେନ୍ଦୁଝର,୧୮।୧୧ (ନରେଶ ଚନ୍ଦ୍ର ପଟ୍ଟନାୟକ) : କେନ୍ଦୁଝର ଜିଲା ସଦର ଥାନା ଅଞ୍ଚଳରେ ଜଣେ ୮ ବର୍ଷର ଦିବ୍ୟାଙ୍ଗ ଜନଜାତି ନାବାଳିକାକୁ ଆସିଫ ଅନବର ଖାନ ନାମକ ଫେରିବାଲା ଶନିବାର ବଳାତ୍କାର କରିଥିବା ଅଭିଯୋଗ ହୋଇଛି। କ୍ଷତାକ୍ତ ଅବସ୍ଥାରେ ପୀଡିତା କେନ୍ଦୁଝର ଜିଲା ମୁଖ୍ୟ ଚିକିତ୍ସାଳୟରେ ମୃତ୍ୟୁ ସହ ସଂଗ୍ରାମ କରୁଛନ୍ତି। ଏହି ସମ୍ବେଦନଶୀଳ ପ୍ରସଙ୍ଗ ସହିତ କେନ୍ଦୁଝରରେ ବଢୁଥିବା ଅନୁପ୍ରବେଶକାରୀଙ୍କ ଅସାମାଜିକ କାର୍ଯ୍ୟକଳାପ ଦିନକୁ ଦିନ ବୃଦ୍ଧିପାଇବାରେ ଲାଗିଛି। କେନ୍ଦୁଝରରେ ମହିଳାଙ୍କ ଉପରେ ଏହି ଅସାମାଜିକ ବ୍ୟକ୍ତିମାନେ ଲୋଲୁପ ଦୃଷ୍ଟି ପକାଇ ସେମାନଙ୍କୁ ଅପହରଣ, ବଳାତ୍କାର ଏବଂ ହତ୍ୟାର ଅନେକ ଘଟଣା ଘଟି ଚାଲିଥିବା ବେଳେ କିଛି ଲୋକ ଲୋଚନକୁ ଆସୁଥିବା ବେଳେ ଅନେକ ଲୋକଙ୍କ ନଜରରୁ ଦୂରେଇ ରହୁଛି। ଏ ବିଷୟରେ କେନ୍ଦୁଝର ଜିଲା ପ୍ରଶାସନ ଓ ପୋଲିସକୁ ପୂର୍ବରୁ ଜଣାଇଥିଲେ ମଧ୍ୟ ସେମାନଙ୍କୁ ଚିହ୍ନଟ କରି କେନ୍ଦୁଝରରୁ ବିଦା କରିବା ପାଇଁ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉନାହିଁ। ଏଥିପାଇଁ ବିଶ୍ବହିନ୍ଦୁ ପରିଷଦ କେନ୍ଦୁଝର ଜିଲା ପକ୍ଷରୁ ମଙ୍ଗଳବାର ସକାଳ ୬ ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ୧୨ ଘଣ୍ଟିଆ ଜିଲା ବନ୍ଦର ଡାକରା ଦିଆଯାଇଛି । ଏହାକୁ ସମସ୍ତ ହିନ୍ଦୁ ସଂଗଠନ ଓ ହିନ୍ଦୁ ଭାଇ ଭଉଣୀମାନେ ସହଯୋଗ ଓ ସମର୍ଥନ କରିବା ପାଇଁ ବିଶ୍ୱ ହିନ୍ଦୁ ପରିଷଦ ପକ୍ଷରୁ ସପ୍ନେଶ୍ୱର ସାହୁ କହିଛନ୍ତି। ବିଭିନ୍ନ ସ୍ଥାନରେ ପିକେଟିଂ କରାଯିବା ସହ ଦୋକାନ ବଜାର, ସ୍କୁଲ, କଲେଜ ବନ୍ଦ ରହିଛି। ଚମ୍ପୁଆ, ଯୋଡ଼ା, ବଡ଼ବିଲ, ପାଟଣା, ଘସିପୁରା, ଆନନ୍ଦପୁରରେ ବନ୍ଦ ପ୍ରଭାବ ଦେଖାଯାଇଛି।

 

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

କେତେ ପୂରୁଣା ହେବା ପରେ କିଣିବା ଦରକାର ନୂଆ ଫୋନ? ଜାଣନ୍ତୁ ନିୟମ

ଏକ ନୂତନ ଫୋନ କିଣିବା କ୍ରମଶଃ ମହଙ୍ଗା ହୋଇଗଲାଣି। ତେଣୁ, ଲୋକମାନେ ପୁରୁଣା ଫୋନ ବ୍ୟବହାର କରିବାରେ ଲାଗିପଡ଼ିଛନ୍ତି। କିଛି ଲୋକ ଫ୍ଲାଗସିପ ଫୋନ ବ୍ୟବହାର...

ପୂର୍ବତନ ଜାପାନୀ ପ୍ରଧାନମନ୍ତ୍ରୀ ସିଞ୍ଜୋ ଆବେଙ୍କ ହତ୍ୟାକାରୀଙ୍କୁ ଆଜୀବନ କାରାଦଣ୍ଡ, ୨୦୨୨ ରେ ବେକରେ ଲାଗିଥିଲା ଗୁଳି

ଟୋକିଓ,୨୧।୧: ପୂର୍ବତନ ଜାପାନ ପ୍ରଧାନମନ୍ତ୍ରୀ ସିଞ୍ଜୋ ଆବେଙ୍କୁ ହତ୍ୟା କରିଥିବା ବ୍ୟକ୍ତିଙ୍କୁ ଆଜୀବନ କାରାଦଣ୍ଡ ଦିଆଯାଇଛି। ବୁଧବାର ଜାପାନର ଏକ କୋର୍ଟ ଆବେଙ୍କ ହତ୍ୟା ମାମଲାର...

ଏହି ଜିଲାର ଶିକ୍ଷା ଅଧିକାରୀଙ୍କ ବିରୋଧରେ ଗିରଫ ପରୱାନା ଜାରି କଲେ ହାଇକୋର୍ଟ

କଟକ,୨୧ା୧: ଦୁଇ ଆଇଏଏସ’ଙ୍କୁ ଗିରଫ ୱାରେଣ୍ଟ ପରେ ବୁଧବାର ଜଣେ ଜିଲା ଶିକ୍ଷାଧିକାରୀଙ୍କୁ ୱାରେଣ୍ଟ ଜାରି କରିଛନ୍ତି ଓଡିଶା ହାଇକୋର୍ଟ। ଅଦାଲତ ଅବମାନନା ମାମଲାରେ ଢେଙ୍କାନାଳ...

କାହିଁକି ହେଉନାହିଁ IPL 2026 କାର୍ଯ୍ୟସୂଚୀ ଘୋଷଣା? ବିଳମ୍ବର କାରଣ କ’ଣ? ଜାଣନ୍ତୁ…

ନୂଆଦିଲ୍ଲୀ,୨୧।୧: ଇଣ୍ଡିଆନ ପ୍ରିମିୟର ଲିଗର ୧୯ତମ ସଂସ୍କରଣ ପାଇଁ ଆପାତକାଳୀନ ତାରିଖ ଘୋଷଣା ସତ୍ତ୍ୱେ, ବିସିସିଆଇ ଏପର୍ଯ୍ୟନ୍ତ ମ୍ୟାଚ ସୂଚୀ ଘୋଷଣା କରିନାହିଁ। ବୋର୍ଡ କହିଛି...

ରେଳଯାତ୍ରୀଙ୍କ ପାଇଁ ଖୁସିଖବର: ଷ୍ଟେଶନରେ ମିଳୁଛି ଶସ୍ତା ରୁମ୍‌; ଅନଲାଇନ୍‌ରେ ବୁକ୍‌ କରିବାର ପୂରା ପ୍ରକ୍ରିୟା ଜାଣନ୍ତୁ…

ନୂଆଦିଲ୍ଲୀ,୨୧।୧: ପ୍ରତିଦିନ ସାରା ଭାରତରେ ୨ କୋଟିରୁ ଅଧିକ ଯାତ୍ରୀ ଟ୍ରେନରେ ଯାତ୍ରା କରନ୍ତୁ। ଯାତ୍ରୀମାନଙ୍କର ସୁବିଧା ପାଇଁ ରେଳ ଷ୍ଟେଶନରେ ରୁମ୍‌ ଯୋଗାଇ ଦିଆଯାଏ।...

ଓଡ଼ିଶା ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି, ଜଣେ ଦୁଷ୍କର୍ମ ପୀଡ଼ିତାଙ୍କୁ ଗର୍ଭପାତ ପାଇଁ ଅନୁମତି

କଟକ,୨୧ା୧: ଜଣେ ଦୁଷ୍କର୍ମ ପୀଡ଼ିତାଙ୍କ ଆବେଦନ ଉପରେ ଶୁଣାଣି କରି ଓଡ଼ିଶା ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଶୁଣାଇଛନ୍ତି । ପୀଡ଼ିତାଙ୍କ ଶାରୀରିକ ଓ ମାନସିକ...

୨୦୩୦ ପର୍ଯ୍ୟନ୍ତ କୌଣସି ଲାଇଭ୍ ଶୋ’ କରିବେନି ଜାକିର ଖାନ; ଏଥିପାଇଁ କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୧।୧: ଦେଶର ଲୋକପ୍ରିୟ ଷ୍ଟାଣ୍ଡ-ଅପ୍ କମେଡିଆନ୍ ଜାକିର ଖାନ ନିଜ ପ୍ରଶଂସକଙ୍କୁ ଏକ ବଡ଼ ଝଟକା ଦେଇଛନ୍ତି। ସ୍ୱାସ୍ଥ୍ୟଗତ ସମସ୍ୟା ଏବଂ ବ୍ୟକ୍ତିଗତ କାରଣ ପାଇଁ...

ତେଲେଙ୍ଗାନାରେ ପୁଣି କୁକୁରଙ୍କୁ ହତ୍ୟା, ୫୦୦ ପରେ ଏବେ ୧୦୦ଜଣଙ୍କୁ ବିଷ ଦେଇ ମାରିଦେଲେ

ହାଇଦ୍ରାବାଦ,୨୧ା୧: ପୁଣିଥରେ ତେଲେଙ୍ଗାନାରେ ବହୁ ସଂଖ୍ୟକ ବୁଲା କୁକୁରଙ୍କୁ ହତ୍ୟା କରାଯାଇଛି । ହାଇଦ୍ରାବାଦରୁ ମାତ୍ର ୫୦ କିଲୋମିଟର ଦୂର ରଙ୍ଗାରେଡ୍ଡି ଜିଲ୍ଲାରେ ୧୦୦ କୁକୁରଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri