କୋଟିପତି ହେବେ ଚାଷୀ: ଗାଁରେ ପହଞ୍ଚିବ ସରକାରୀ ଯୋଜନା

ଭଞ୍ଜନଗର,୧୮।୧୧(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିଭାଗ ପକ୍ଷରୁ ମଙ୍ଗଳବାର ଭଞ୍ଜନଗର ବିଡେକା ପଡିଆରେ ବ୍ଲକ ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମେଳା ଅନୁଷ୍ଟିତ ହୋଇଯାଇଛି । ଏଥିରେ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିଭାଗ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ମେଳାକୁ ଉଦଘାଟନ କରିଥିଲେ। ଏହି ଅବସରରେ ସେ କହିଥିଲେ,
ଆନ୍ଧ୍ରପ୍ରଦେଶ, ଗୁଜରାଟ ଚାଷୀ କୋଟିପତି। ଆମ ଚାଷୀଙ୍କୁ ମଧ୍ୟ କୋଟିପତି କରିବା ପାଇଁ ଯୋଜନା ଚାଲିଛି। ତେଣୁ ନୂଆ ନୂଆ ଯୋଜନା ସବୁ କାର୍ଯ୍ୟକାରୀ କରାଯାଉଛି। ସରକାରୀ ଯୋଜନା ଗାଁରେ ପହଞ୍ଚିବ। ବର୍ତ୍ତମାନ ଚାଷୀଙ୍କୁ ସର୍ବାଧିକ ୧ କୋଟି ଟଙ୍କା ପର୍ଯ୍ୟନ୍ତ ସବସିଡି ପ୍ରଦାନ କରାଯାଉଛି ।
ଆଗାମୀ ଦିନରେ ତାହାକୁ ୫ କୋଟି ପର୍ଯ୍ୟନ୍ତ ବଢ଼ାଇବା ଯୋଜନା ଅଛି ବୋଲି ମନ୍ତ୍ରୀ କହିଥିଲେ। ଏଥିସହ ସେ କହିଥିଲେ ଯେ କୃଷି କ୍ଷେତ୍ରରେ ମହିଳା ମାନଙ୍କୁ ଆଗକୁ ଆଣିବା ପାଇଁ ସେମାନଙ୍କୁ ପୁରୁଷ ଅପେକ୍ଷା ଅଧିକ ୧୦ ପ୍ରତିଶତ ଛାଡ ଦିଆଯାଉଛି। ଗାଈ ଚାଷୀଙ୍କୁ ୬୦ ଟଙ୍କା ବାନ୍ଧିଲେ ୧ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ବିମା ପ୍ରଦାନ କରାଯାଉଛି। ଚାଷୀକୁଳ ହସିଲେ ରାଜ୍ୟ ଆଗକୁ ବଢ଼ିବ। ତେଣୁ ସେମାନଙ୍କ ବିକାଶ ପାଇଁ ସବୁ ପ୍ରକାର ପଦକ୍ଷେପ ନିଆଯାଇଛି। ପୂର୍ବରୁ ବିଜେଡି ଶାସନ ସମୟରେ ନେଳିଆ ଗାମୁଛା ବାଲା ସରକାରଙ୍କ ଯୋଜନା କୁ ଲୁଟି ନେଉଥିଲେ। ପୋଲିସ ମଧ୍ୟ ନେଳିଆ ଗାମୁଛା ବାଲା ହତ୍ୟାକାରୀଙ୍କୁ ଛାଡ଼ି ଦେଉଥିଲା। ବର୍ତ୍ତମାନ ଆଉ ସେହି ସୁବିଧା ନାହିଁ। ମୁଖ୍ୟମନ୍ତ୍ରୀ କାମଧେନୁ ଯୋଜନାରେ ୧୪୨୩ କୋଟି ଟଙ୍କା ଖର୍ଚ୍ଚ ହେଉଛି। ଇତିମଧ୍ୟରେ ଆଉ ୨୯୪ କୋଟି ଟଙ୍କା ଅନୁମୋଦନ ହୋଇଛି ଚାଷୀଙ୍କ ବିକାଶ ପାଇଁ ବୋଲି ମନ୍ତ୍ରୀ କହିଥିଲେ। ବିଜେଡି ୨୪ ବର୍ଷ ଶାସନ ସମୟରେ ଚାଷୀଙ୍କ ବିକାଶ କରିନଥିଲେ। ତେଣୁ ଏହି ଜିଲ୍ଲାରୁ ଅଧିକରୁ ଅଧିକ ଚାଷୀ ଦାଦନ ଖଟିବାକୁ ଚାଲି ଯାଉଥିଲେ। ପୂର୍ବରୁ ଛାୟା ମୁଖ୍ୟମନ୍ତ୍ରୀ ଶାସନ ଚଳାଉଥିଲେ। ବର୍ତ୍ତମାନ ଲୋକଙ୍କ ମୁଖ୍ୟମନ୍ତ୍ରୀ ହେଉଛନ୍ତି ମୋହନ ମାଝୀ। ପୂର୍ବ ସରକାର ମିଥ୍ୟା ଯୋଜନା କରି ଅର୍ଥ ହରିଲୁଟ କରୁଥିଲେ। ଚାଷୀ, ମହିଳା, ଯୁବକଙ୍କ ବିକାଶ କରିନାହାନ୍ତି ବୋଲି ମନ୍ତ୍ରୀ ଅଭିଯୋଗ କରିଥିଲେ। ସଭାରେ ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ସମ୍ମାନୀତ ଅତିଥି ଭାବେ ଯୋଗଦେଇ ଭଞ୍ଜନଗର ବ୍ଲକର କୃଷକମାନଙ୍କ ଉନ୍ନତି ପାଇଁ ସରକାର ସବୁ ପ୍ରକାର ସହାୟତା ଯୋଗାଇ ଦେବେ ବୋଲି କହିଥିଲେ। ଖରିଫ ଓ ରବି ଫସଲ ପାଇଁ ଅଧିକରୁ ଅଧିକ ଅଞ୍ଚଳକୁ ଜଳସେଚନ ବ୍ୟବସ୍ଥା ହେବ ବୋଲି ବିଧାୟକ କହିଥିଲେ। ଉପ ଜିଲ୍ଲାପାଳ ଉମା ଶଙ୍କର ବେହେରା, ବିଡ଼ିଓ ଭାରତୀ ଦେବୀ, ଏନ ଏ ସି ଅଧକ୍ଷ ଗୋପବନ୍ଧୁ ମହାପାତ୍ର, ଭାଜପା ଭଞ୍ଜନଗର ସାଂଗଠନିକ ଜିଲା ସଭାପତି ନୀଳ ମାଧବ ପାତ୍ର, ଏମ ପି ପ୍ରତିନିଧି ସନ୍ତୋଷ ତିଆଡି, ରବିନ୍ଦ୍ର ଗୌଡ ପ୍ରମୁଖ ଏହି ଅବସରରେ ଉପସ୍ଥିତ ଥିଲେ। କାର୍ଯ୍ୟକ୍ରମକୁ ପରିଚାଳନା କରିବାରେ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିଭାଗର ଅଧିକାରୀମାନେ ସହଯୋଗ କରିଥିଲେ। ସଭା ପୁର୍ବରୁ ମନ୍ତ୍ରୀ ବିଭିନ୍ନ ବିଭାଗ ପକ୍ଷରୁ ହୋଇଥିବା ଷ୍ଟଲ ବୁଲି ଦେଖିଥିଲେ। ଏଥିସହ ଆଜି କିଛି ଚାଷୀଙ୍କୁ ସବସିଡି ଅର୍ଥ ପ୍ରଦାନ କରାଯାଇଥିଲା।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ବିଧାୟକଙ୍କ ଦ୍ୱାରା ବିଭିନ୍ନ ପ୍ରକଳ୍ପ ଉଦଘାଟନ ଓ ଶିଳାନ୍ୟାସ

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତରେ ବୁଧବାର ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବିଭିନ୍ନ ନବନିର୍ମିତ ପ୍ରକଳ୍ପର ଉଦଘାଟନ କରିବା...

ଗଙ୍ଗପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା; କଣ୍ଟେନରକୁ ଧକ୍କା ଦେଲା ଥାର୍, ୩ ମୃତ

ଖୋର୍ଦ୍ଧା୨୧।୧: ପୁଣିଥରେ ଦୁର୍ଘଟଣା ଘଟାଇଲା ଥାର୍ । ମଙ୍ଗଳବାର ରାତିରେ ଥାର ଦୁର୍ଘଟଣାରେ ଭୁବନେଶ୍ବରରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଜି ପୁଣି ଖୋର୍ଦ୍ଧା ଦୁର୍ଘଟଣାରେ...

ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି, ରାସ୍ତାରେ ଭାସିଲା ପରେ ଲୋକେ…

ଭୁବନେଶ୍ୱର,୨୧।୧: ରାଜଧାନୀ ଭୁବନେଶ୍ୱର ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି । ତେବେ ଏହି ଅଘଟଣ ପରେ ରାସ୍ତାରେ ତେଲ ଭାସୁଥିବା ଦେଖିଯାଇଛି ।...

ଗ୍ରୀନଲ୍ୟାଣ୍ଡକୁ ପୁଣି ଧମକ ଦେଲେ ଟ୍ରମ୍ପ, ଯଦି ହଁ କରନ୍ତି….

ନୂଆଦିଲ୍ଲୀ,୨୧।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସ୍ୱିଜରଲ୍ୟାଣ୍ଡର ଡାଭୋସରେ ବିଶ୍ୱ ଅର୍ଥନୈତିକ ଫୋରମ୍ (WEF)ର ବାର୍ଷିକ ବୈଠକରେ ଭାଷଣ ଦେଇ ତାଙ୍କ ପ୍ରଥମ ବର୍ଷ କାର୍ଯ୍ୟକାଳର...

ଜୀବିତ ସତ୍ତ୍ବେ ମୃତ ଦର୍ଶାଇ ଆଧାର ନିଷ୍କ୍ରିୟ: ମଣ୍ଡିରେ ବିକ୍ରି ହୋଇ ପାରିଲାନି ଧାନ, ଘରକୁ ଫେରାଇ…

ବରଗଡ଼,୨୧।୧(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରିରେ ଚାଷୀଙ୍କ ଦୁଃଖ ତୁଟୁ ନାହିଁ । ବୈଷୟିକ ତୃଟି ମଧ୍ୟ ଧାନବିକ୍ରିରେ ଚାଷୀଙ୍କ ପାଇଁ କାଳ ସାଜିଛି । ବରଗଡ଼ ଜିଲା...

୫୬ ହଜାରରୁ ଅଧିକ ପରୀକ୍ଷାର୍ଥୀ ଦେଲେ OSSTET ପରୀକ୍ଷା

ଭୁବନେଶ୍ୱର,୨୧।୧: ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ‘ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ଯୋଗ୍ୟତା ପରୀକ୍ଷା’ (OSSTET) ବୁଧବାର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟର ମୋଟ ୨୨୭ଟି କେନ୍ଦ୍ରରେ...

ଅନାଥ ସାଜିଲେ ୬ ନିଷ୍ପାପ ଶିଶୁ, ସାହାଯ୍ୟର ହାତ ବଢାଇଲେ ବିଧାୟକ

ଥୁଆମୂଳ ରାମପୁର,୨୧।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଦୁର୍ଗମ କେରପାଇ ଗ୍ରାମପଞ୍ଚାୟତର ମେଲରଫା ଗ୍ରାମରୁ ଏକ ହୃଦୟ ବିଦାରକ ଦୃଶ୍ୟ...

ଛାତ୍ରଙ୍କୁ ମାଡ଼ ମାରି ନିଲମ୍ବିତ ହେଲେ ପ୍ରଧାନଶିକ୍ଷକ, ଜିଲା ନ ଛାଡ଼ିବାକୁ ନିର୍ଦ୍ଦେଶ

ସୁନ୍ଦରଗଡ଼,୨୧।୧(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ବ୍ଲକରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଛାତ୍ରଙ୍କୁ ମାଡ଼ ମାରିବା ଏବଂ କାର୍ଯ୍ୟରେ ଗୁରୁତର ଅବହେଳା ଅଭିଯୋଗରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri