ରାମାୟଣ ନାଟକରେ ଅଶ୍ଳିଳ ଅଙ୍ଗଭଙ୍ଗୀ ପ୍ରଦର୍ଶନ ଘଟଣା: ମାମଲା ରୁଜୁ କଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୧୮।୧୧(ଅଶେଷ ନାଥ ମିଶ୍ର): ଗତ କାର୍ତ୍ତିକ ପୂର୍ଣ୍ଣିମା ଯାତ୍ରା ଉପଲକ୍ଷେ ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଦିଗପହଣ୍ଡି ଥାନା ମୌଳାଭଞ୍ଜା ଗ୍ରାମରେ ପ୍ରତିଯୋଗିତା ମୂଳକ ୨ ନାଟ୍ୟ ଅନୁଷ୍ଠାନ ପକ୍ଷରୁ ପୈାରାଣିକ ରାମାୟଣ ନାଟକ ମଞ୍ଚସ୍ଥ ହୋଇଥିଲା । ନାଟକରେ ରାବଣ ଭୂମିକାରେ ଅଭିନୟ କରିଥିବା କଳାକାର ଜଣଙ୍କ ଆଧ୍ୟାତ୍ମିକ ଓ ପୌରାଣିକ କଥାବସ୍ତୁ ରାମାୟଣ ଭଳି ପବିତ୍ର ଗ୍ରନ୍ଥକୁ ଅପମାନିତ କରି ସୀତାହରଣ ଦୃଶ୍ୟରେ ଅତ୍ୟନ୍ତ ଅଶ୍ଳିଳତା ଅଙ୍ଗଭଙ୍ଗୀ ପ୍ରଦର୍ଶନ କରିଥିଲେ। ନାଟକର ବିଭିନ୍ନ ଦୃଶ୍ୟରେ ଘୋଡ଼ା, ଓଟ ଭଳି ପ୍ରାଣୀ ଏବଂ ଜେସିବି ମେସିନ, କ୍ରେନ ମଧ୍ୟ ବ୍ୟବହାର କରାଯାଇଥିଲା। ଏହି ଦୃଶ୍ୟର ଭିଡିଓ ସୋସିଆଲ ମିଡିଆରେ ଘୁରି ବୁଲିଥିଲା। ବିଭିନ୍ନ ମହଲରେ ଏହାକୁ ବିରୋଧ କରାଯିବା ସହ ସଂସ୍କୃତିପ୍ରେମୀମାନେ ନିନ୍ଦା କରିଥିଲେ। ଦୁଇ ଦିନ ନାଟକ ପରିବେଷଣ ପାଇଁ ଚୁକ୍ତିନାମା ହୋଇଥିଲେ ମଧ୍ୟ ପୋଲିସ ଅନୁମତି ନ ଥାଇ ଉଭୟ ନାଟକ ଅନୁଷ୍ଠାନର ୨୦ରୁ ଉଦ୍ଧର୍‌ବ ନର୍ତ୍ତକୀ ଏବଂ ୫୦ରୁ ଊଦ୍ଧର୍‌ବ ଥାର୍ଡ ଜେଣ୍ଡର ୪ ଦିନ ନାଟକରେ ନଗ୍ନନୃତ୍ୟ ପରିବେଷଣ କରିଥିଲେ । ମଙ୍ଗଳବାର ଗଞ୍ଜାମ ଜିଲା ନାଟ୍ୟ ନିର୍ଦ୍ଦେଶକ ସଂଘ ସଭାପତି ରାଜ ଗୋପାଳ ପାଢ଼ୀ ଘଟଣାକୁ ବିରୋଧ କରି ଦିଗପହଣ୍ଡି ଥାନାରେ ଏତଲା ଦେଇଛନ୍ତି।

ଥାନା ଭାରପ୍ରାପ୍ତ ଆଇଆଇସି ତଥା ଡିଏସପି ପ୍ରଶାନ୍ତ କୁମାର ପାତ୍ରଙ୍କ ଅନୁପସ୍ଥିତିରେ ଦାୟିତ୍ୱରେ ଥିବା ଏସ୍‌ଆଇ ଜ୍ୟୋତି ରଞ୍ଜନ ବେହେରା ଏତଲାକୁ ଭିତ୍ତିକରି ଥାନା ମାମଲା ନଂ.୪୧୯/୨୫ ବିଏନଏସର ଦଫା- ୨୯୯/୨୯୬/୩୫୨/୩(ଆଇ) ଏବଂ ରିପ୍ରେଜେଣ୍ଟେସନ ପ୍ରିଭେନ୍ସନ ଆକ୍ଟ ଅନୁଯାୟୀ ମକଦ୍ଦମା ରୁଜୁ କରାଯାଇଥିବା କହିଛନ୍ତି। ଯାତ୍ରାରେ ନାଟକ ପରିବେଷଣ ନାଁରେ କଳାକାରମାନେ ଅଶ୍ଳିଳତା ପ୍ରଦର୍ଶନ ଘଟଣା ଦିନକୁ ଦିନ ବଢି ଚାଲିଥିଲେ ମଧ୍ୟ ପୋଲିସ ପ୍ରଶାସନ ପକ୍ଷରୁ କାର୍ଯ୍ୟାନୁଷ୍ଠାନ ନିଆନଯିବା ବୁଦ୍ଧିଜୀବୀ ଓ ସଂସ୍କୃତି ପ୍ରେମୀଙ୍କୁ ଆଶ୍ଚର୍ଯ୍ୟ କରିଛି। ହିନ୍ଦୁ ମାନଙ୍କ ପବିତ୍ର ଧର୍ମଗ୍ରନ୍ଥ ରାମାୟଣରେ ରାବଣ ଚରିତ୍ରରେ ଅଭିନୟ କରୁଥିବା ବ୍ୟକ୍ତି ଜଣକ ମଞ୍ଚ ଉପରେ ସୀତାଙ୍କୁ ହରଣ ନାଁରେ କିଭଳି ଉତ୍ତେଜିତ ଦୃଶ୍ୟ କରି ଉପସ୍ଥିତ ହଜାର ହଜାର ଦର୍ଶକଙ୍କ ଧାର୍ମିକ ଭାବନାକୁ ଆଘାତ ଦେବା ସହ ଓଡ଼ିଆ ସଂସ୍କୃତିକୁ କଳୁଷିତ କରିଛନ୍ତି ବୋଲି ଏତଲାରେ ଉଲ୍ଲେଖ ରହିଛି । ଏପରିକି ଲକ୍ଷାଧିକ ଟଙ୍କା ପାରିଶ୍ରମିକ ନେଇ ନାଟକ ଆସିଥିବା ଜଣେ ନୃତ୍ୟାଙ୍ଗନା ଅର୍ଦ୍ଧନଗ୍ନ ନୃତ୍ୟ ପରିବେଷଣ କରିବା ସହ ନିଜର ପୋଷାକ ଓ ଅନ୍ଥଃବସ୍ତ୍ର ଖୋଲି ନାଚିବା ଘଟଣା ଯୁବ ସମାଜକୁ ପଥଭ୍ରଷ୍ଟ କରିଥିବା ନେଇ ମଧ୍ୟ ଏତଲାରେ ଦର୍ଶାଯାଇଛି। ଯାତ୍ରା ନାଁରେ ନାଟକ ଆୟୋଜନ କରିଥିବା ପରିଚାଳନା କମିଟି, ରାବଣ ଭୂମିକାରେ ଅଭିନୟ କରୁଥିବା କଳାକାର ଏବଂ ଦୁଇଟି ରାମାୟଣ ନାଟକ ଅନୁଷ୍ଠାନର ନିର୍ଦେଶକଙ୍କ ବିରୋଧରେ ଆଇନଗତ କାର୍ଯ୍ୟାନୁଷ୍ଠାନ ପାଇଁ ଏତଲାରେ ନିବେଦନ କରାଯାଇଛି।
ଥାନାରେ ଏତଲା ଦେବା ବେଳେ ଗଞ୍ଜାମ ଜିଲା ନାଟ୍ୟ ସଂଘର କାର୍ଯ୍ୟକର୍ତ୍ତା ସୁଶାନ୍ତ ପଟ୍ଟନାୟକ, ସପ୍ନେଶ୍ୱର ପ୍ରଧାନ , ଅରୁଣ କୁମାର ପଣ୍ଡା ଓ ଆଇନଜୀବୀ ତଥା ଭାଜପା ରାଜ୍ୟ ପରିଷଦ ସଦସ୍ୟ ପରେଶ ଚନ୍ଦ୍ର ରଥ ପ୍ରମୁଖ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା, ୫ା୧୨(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ମୋହନା ଅବକାରୀ ବିଭାଗ କର୍ମଚାରୀ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ସେ...

ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍‌ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

ଅମ୍ଳଯୁକ୍ତ ମାଟିକୁ କିପରି କରିବେ ଉର୍ବର, କେମିତି ବଢ଼ିବ ଉତ୍ପାଦନ

ଭଞ୍ଜନଗର,୫।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ବିଶ୍ବ ମୂର୍ତ୍ତିକା ଦିବସ ପାଳିତ ହୋଇଯାଇଛି। ରାଜ୍ୟରେ ୬୫ ପ୍ରତିଶତ ଚାଷ ଜମି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri