୧୧ ବର୍ଷ ପରେ ନ୍ୟାୟ…ଗୋଟିଏ ପରିବାରର ୫ ଜଣଙ୍କୁ ଆଜୀବନ କାରାଦଣ୍ଡ

ରାୟଗଡ଼ା,୧୮।୧୧(ଆଶିଷ ରଞ୍ଜନ ପଣ୍ଡା) -ଦୀର୍ଘ ୧୧ ବର୍ଷ ପରେ ରାୟଗଡ଼ା ସହର ବୁଦୁରାବାଲସା ସାହିରେ ହୋଇଥିବା ବହୁଚର୍ଚ୍ଚିତ ହତ୍ୟା ମାମଲାର ରାୟ ପ୍ରକାଶ ପାଇଛି। ରାୟଗଡ଼ା ଜିଲା ଦୌରାଜଜ୍‌ ସତ୍ୟନାରାୟଣ ଷଡ଼ଙ୍ଗୀ ମଙ୍ଗଳବାର ଏହି ମାମଲାର ଶୁଣାଣିକରି ଗୋଟିଏ ପରିବାରର ୫ଜଣ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଏଥିସହ ୧୦ହଜାର ଟଙ୍କା ଲେଖାଏ ଜରିମାନା ରାୟ ଆଦେଶ ଦେଇଛନ୍ତି। ଜରିମାନା ଅନାଦାୟେ ଜଜ୍‌ ୧ ବର୍ଷ ଅତିରିକ୍ତ ଜେଲ ଦଣ୍ଡାଦେଶ ଶୁଣାଇଛନ୍ତି। ଦଣ୍ଡାଦେଶ ପାଇଥିବା ୫ ଅଭିଯୁକ୍ତ ହେଲେ ରାୟଗଡ଼ା ସହର ବୁଦୁରାବାଲସା ଅଞ୍ଚଳର ପି. ସୁରିଆ ରାଓ, ପି. ଶଙ୍କର ରାଓ, ପି. ଶ୍ରୀନୁ, ପି. ତ୍ରିନାଥ ରାଓ ଏବଂ ପି. ସତ୍ୟମ୍‌।
ସୂଚନା ଅନୁଯାୟୀ, ୨୦୧୪ ଅଗଷ୍ଟ ୯ରେ ବୁଦୁରାବାଲସା ସାହିର କେ.ଆପଲାନାରାୟଣାଙ୍କୁ ଅଭିଯୁକ୍ତମାନେ ସଂଘବଦ୍ଧ ଭାବେ ଆକ୍ରମଣ କରିଥିଲେ। ସେଠାରେ ଉପସ୍ଥିତ ଥିବା ଗୌରୀବାବୁ ଆପଲାନାରାୟଣାଙ୍କୁ ରକ୍ଷାକରିବା ସମୟରେ ଅଭିଯୁକ୍ତ ସୁରିୟା ଗୌରୀଙ୍କୁ ଆକ୍ରମଣ କରିବାରୁ ସେ ମଧ୍ୟ ଆହତ ହୋଇଥିଲେ। ଏହି ସମୟରେ ସାହି ଲୋକେ ଆସିଯିବାରୁ ସମସ୍ତେ ସେଠାରୁ ଫେରାର ହୋଇଯାଇଥିଲେ। ସ୍ଥାନୀୟ ଲୋକେ ଆପଲାନାରାୟଣା ଓ ଗୌରୀଙ୍କୁ ରାୟଗଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ଆପଲାନାରାୟଣା ଗୁରୁତର ଥିବାରୁ ତାଙ୍କୁ ବିଜୟନଗରମ୍‌ ହସ୍ପିଟାଲକୁ ନିଆଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିଲା। ସାହିରେ ମଝିଘରିଆଣୀ ପୂଜା ଓ ଯାତ୍ରାକୁ ନେଇ ଏହି କାଣ୍ଡ ଘଟିଥିବା ମୃତ ଆପଲାନାରାୟଣାଙ୍କ ଭାଇ ଏ. ରାବଣା ଅଭିଯୋଗରେ ଉଲ୍ଲେଖ କରିଥିଲେ। ଏନେଇ ରାୟଗଡ଼ା ଥାନାରେ କେସ୍‌ ନଂ. ୧୬୧/୨୦୧୪ରେ ମାମଲା ରୁଜୁକରି ଘଟଣାର ତଦନ୍ତ ପରେ ପୋଲିସ ୫ ଅଭିଯୁକ୍ତଙ୍କୁ ଗିରଫ କରିଥିଲା। ଏହି ମାମଲା ସରକାରୀ ଓକିଲ ବିକ୍ରମ କୁମାର କୁଣ୍ଡୁ ପରିଚାଳନା କରୁଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପିସ୍ତଲରୁ ନିଜକୁ ଗୁଳି କରିଦେଲେ ଯୁବ କଂଗ୍ରେସ ନେତା, ସହରରେ ଶୋକର ଛାୟା

ସୋନପୁର,୨୧l୧(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲା କଂଗ୍ରେସ କମିଟିର କୋଷାଧ୍ୟକ୍ଷ ରାଜେଶ ମିଶ୍ର(୪୦) ଆତ୍ମହତ୍ୟା କରିଛନ୍ତି। ମଙ୍ଗଳବାର ବିଳମ୍ବିତ ରାତିରେ ଏହି ଘଟଣା ଘଟିଛି। ସୁବର୍ଣ୍ଣପୁର ସହର...

ଟଙ୍କା ଅନୁମୋଦନ ପରେ ଯୁକ୍ତ ୨ ପାଇଁ ମିଳିଲା ଅନୁମତି: ଅଞ୍ଚଳବାସୀଙ୍କ ମଧ୍ୟରେ ଖେଳିଗଲା ଖୁସିର ଲହରୀ

ଭଞ୍ଜନଗର,୨୧।୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ପାଇଁ ଆଉ ଏକ ଖୁସି ଖବର ପହଞ୍ଚିଛି। କେନ୍ଦ୍ରୀୟ ବିଦ୍ୟାଳୟ ଖୋଲିବାର ୧୫ ବର୍ଷ ପରେ...

ଉନ୍ନୟନ କାର୍ଯ୍ୟର ସମୀକ୍ଷା କଲେ ବିଧାୟକ ସମର୍ପିତ ହୋଇ କାମ କରିବାକୁ ଆହ୍ବାନ

ନୂଆପଡ଼ା,୨୧ା୧ (ମକାରୁ ବେମାଲ): ନୂଆପଡ଼ା ବିଧାନସଭା କ୍ଷେତ୍ର ବିକାଶ ସମିତି ବୈଠକ ସ୍ଥାନୀୟ ସଦ୍‌ଭାବନା ସଭା ଗୃହଠାରେ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ନୂଆପଡ଼ା ବିଧାୟକ ଜୟ...

ବଲାଙ୍ଗୀରରେ ଚାଞ୍ଚଲ୍ୟ: ଶ୍ୱଶୁର ଘର ମାଡ଼ରେ ଜ୍ୱାଇଁଙ୍କ ଚାଲିଗଲା ଜୀବନ, ଏହି କାରଣରୁ…

ବଲାଙ୍ଗୀର,୨୧।୧ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଚାଞ୍ଚଲ୍ୟ। ତୁଳସୀନଗର ପଡାରେ ଯଦୁମଣି ବଗର୍ତ୍ତୀ ନାମକ ଜଣେ ବ୍ୟକ୍ତିଙ୍କୁ କୋଦାଳରେ ଲାଗିଥିବା ବାଡିରେ ପିଟି ହତ୍ୟା...

ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ

ପୁରୀ,୨୧।୧: ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ। ସୋଲ, କଦଳୀ ପାଟୁକା ଓ ଜମୱୁରାରେ କରାଯିବ ଏହି ବେଶ। ଆପାଦ ମସ୍ତକ ପଦ୍ମରେ ସଜ୍ଜିତ ହେବେ ଚତୁର୍ଦ୍ଧାମୂର୍ତ୍ତି।...

ମଣ୍ଡିରୁ ଧାନ ଚୋରି ଅଭିଯୋଗ ପ୍ରସଙ୍ଗ: ୨ ଅଧିକାରୀଙ୍କ କଥାରେ ତାଳମେଳ ନାହିଁ

ଅମରପାଲି,୨୧ା୧(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକ ଅନ୍ତର୍ଗତ କୋଟସମଲାଇ ମଣ୍ଡିରେ ଚାଷୀ ବିକ୍ରି ପାଇଁ ରଖିଥିବା ଧାନରୁ ଗତ ୧୬ ତାରିଖ ରାତିରେ ୧୮ ପ୍ୟାକେଟ...

ଜଗନ୍ନାଥ କଲ୍ୟାଣ ମଣ୍ଡପ ଉଦ୍‌ଘାଟନ ଉତ୍ସବରେ ଯୋଗ ଦେଲେ ବିଧାୟକ ସିଦ୍ଧାନ୍ତ, ୪୪୧ ହିତାଧିକାରୀଙ୍କୁ ବାଣ୍ଟିଲେ…

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଫାସିଗୁଡ଼ା ଗ୍ରାମ ମଠ ସାହିରେ ୫୦ ଲକ୍ଷରୁ ଉଦ୍ଧର୍‌ବ ଟଙ୍କା ବ୍ୟୟରେ ନବନିର୍ମିତ ଶ୍ରୀ ଜଗନ୍ନାଥ...

ସଂଘବଦ୍ଧ ଆକ୍ରମଣ: ପୁଅଙ୍କୁ ବଞ୍ଚାଇବାକୁ ଯାଇ ବାପା-ମା’ ଆହତ, ଗୁରୁତର… 

ଦିଗପହଣ୍ଡି,୨୦।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ନରସିଂହପୁର ଗ୍ରାମରେ ବ୍ୟବସାୟିକ ଶତ୍ରୁତାକୁ ନେଇ ଗୋଟିଏ ପରିବାରର ବାପ,ମା ଓ ପୁଅଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri