ସେବା ନାଁରେ ଲୁଟ୍‌: କ୍ୱାକ୍‌ ହାତରେ ଗ୍ରାମାଞ୍ଚଳର ସ୍ବାସ୍ଥ୍ୟସେବା

ପଦ୍ମପୁର,୧୯ା୧୧(ପ୍ରଦୀପ୍ତ ଦାଶ):ଲୋକଙ୍କୁ ଉତ୍ତମ ସ୍ବାସ୍ଥ୍ୟସେବା ଯୋଗାଇ ଦେବା ପାଇଁ ସରକାର ବିପୁଳ ଟଙ୍କା ଖର୍ଚ୍ଚ କରୁଛନ୍ତି। କିନ୍ତୁ ଆଜି ମଧ୍ୟ ଅନେକ ଗ୍ରାମାଞ୍ଚଳରେ ସ୍ବାସ୍ଥ୍ୟସେବା ପହଞ୍ଚତ୍ ପାରୁନାହିଁ। ଆବଶ୍ୟକ ଡାକ୍ତର ଅଭାବ ଯୋଗୁ ଲୋକମାନେ କ୍ୱାକ୍‌ର ଶିକାର ହୋଇ ମୃତ୍ୟୁ ମୁଖରେ ପଡୁଛନ୍ତି। ଏହା ଦେଖିବାକୁ ମିଳିଛି ବରଗଡ଼ ଜିଲା ପଦ୍ମପୁର ଅଞ୍ଚଳରେ। ଏଠାରେ ଅନଭିଜ୍ଞ କ୍ୱାକ୍‌ ଲୋକଙ୍କ ଜୀବନ ସହିତ ଖେଳୁଛନ୍ତି। ତ୍ରୁଟିପୂର୍ଣ୍ଣ ଚିକିତ୍ସା ଯୋଗୁ ଅନେକ ରୋଗୀଙ୍କ ଅକାଳରେ ମୃତ୍ୟୁ ଘଟୁଛି। କିନ୍ତୁ ସେହି କ୍ୱାକ୍‌ଙ୍କ ବିରୋଧରେ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉ ନ ଥିବା ସାଧାରଣରେ ଅଭିଯୋଗ ହେଉଛି। ପଦ୍ମପୁର ଉପଖଣ୍ଡର ବିଶେଷ କରି ଉପାନ୍ତ ଅଞ୍ଚଳ ଜଗଦଲପୁର, ଲଖମରା, ଡଭା, ପଦ୍ମପୁର ଅନ୍ତର୍ଗତ ବୁଡେନ, ଦହିତା, କଂସର, ମାଣ୍ଡୋସିଲ ଆଦି ଅଞ୍ଚଳରେ ଏହି କ୍ୱାକ୍‌ମାନଙ୍କ ଦୌରାତ୍ମ୍ୟରେ ସାଧାରଣ ଅତିଷ୍ଠ ହୋଇପଡୁଛନ୍ତି। କେବଳ ଉପାନ୍ତ ଅଞ୍ଚଳ କାହିଁକି ପଦ୍ମପୁର ସହର ଆଖପାଖରେ ମଧ୍ୟ ଏମାନେ କ୍ଲିନିକ ଖୋଲି ରୋଗୀ ଚିକିତ୍ସା କରୁଛନ୍ତି। ବର୍ତ୍ତମାନ ପଦ୍ମପୁର ଉପଖଣ୍ଡ ଡାକ୍ତରଖାନା ସମେତ ଗ୍ରାମାଞ୍ଚଳର ଡାକ୍ତରଖାନାରେ ମଧ୍ୟ ଅଧାରୁ ଅଧିକ ଡାକ୍ତର ସମେତ ଅନ୍ୟାନ୍ୟ ପଦବୀ ଖାଲିପଡ଼ିଛି। ଆବଶ୍ୟକ ଡାକ୍ତର ଅଭାବ ଥିବାରୁ ରୋଗୀମାନେ ବାଧ୍ୟ ହୋଇ ଅନଭିଜ୍ଞ କ୍ୱାକ୍‌ଙ୍କ ଦ୍ୱାରସ୍ଥ ହେଉଛନ୍ତି ଓ ଲୁଟର ଶିକାର ହେଉଛନ୍ତି। ଏପରି କି କ୍ୱାକ୍‌ମାନେ ନିଜକୁ ଶିକ୍ଷିତ ଦେଖାଇ ବେଆଇନ ଗର୍ଭପାତ କରିବା ସହିତ ଗ୍ରାମାଞ୍ଚଳରେ ଥିବା ଗର୍ଭବତୀ ଓ ଶିଶୁମାନଙ୍କୁ ତ୍ରୁଟିପୂର୍ଣ୍ଣ ଚିକିତ୍ସା କରିବା ଦ୍ୱାରା ବିଭିନ୍ନ ସମୟରେ ସେମାନେ ମଧ୍ୟ ଅକାଳ ମୃତ୍ୟୁବରଣ କରୁଥିବା ଦେଖାଯାଉଛି। ଏ ସମ୍ପର୍କରେ ଉପଖଣ୍ଡ ଚିକିତ୍ସା ଅଧିକାରୀଙ୍କୁ ଯୋଗାଯୋଗ କରିଥିଲେ ସୁଦ୍ଧା ତାଙ୍କ ପ୍ରତିକ୍ରିୟା ମିଳିପାରିନାହିଁ। ଏଭଳି ବେଆଇନ କାର୍ଯ୍ୟକୁ ରୋକିବା ପାଇଁ ଜିଲାସ୍ତରୀୟ ଟାସ୍କ ଫୋର୍ସ ଗଠନ କରି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସାଧାରଣରେ ଦାବି ହେଉଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ରେ ପୁଣି କଫ ସିରପ କାରବାର: ୭୬ ହଜାରରୁ ଅଧିକ ଟଙ୍କା ଜବତ ସହ…

ବରଗଡ଼,୨୧ା୧(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ପୁଣି କଫ ସିରପ କାରବାର ଚାଲିଥିବା  ଧରାପଡ଼ିଛି। ଜିଲାର କଟାପାଲି ରାସ୍ତାରେ ନିର୍ମାଣାଧୀନ ଏକ ଘରୁ ୫ ହଜାରରୁ ଊର୍ଦ୍ଧ୍ୱ କଫ...

BCBକୁ ଆଉ ଗୋଟିଏ ଦିନ ସମୟ ଦେଇଛି ICC, ଯଦି ବାଂଲାଦେଶ ଟି-୨୦ ବିଶ୍ୱକପ ପାଇଁ ଭାରତ ନ ଆସେ ତେବେ…

ନୂଆଦିଲ୍ଲୀ,୨୧।୧: ୨୦୨୬ ଟି୨୦ ବିଶ୍ୱକପ ପାଇଁ ବାଂଲାଦେଶ ଦଳ ଭାରତ ଯାତ୍ରା କରିବ କି ନାହିଁ ସେ ବିଷୟରେ ଏପର୍ଯ୍ୟନ୍ତ କୌଣସି ଆନୁଷ୍ଠାନିକ ନିଷ୍ପତ୍ତି ହୋଇନାହିଁ।...

ଯୁବକଙ୍କୁ ହଜି ଯାଇଥିବା ଫୋନ୍‌ ଫେରାଇଲେ ଏମ୍‌ପିଙ୍କ ପିଏ

ରାୟଗଡ଼ା,୨୧ା୧(ଆଶିଷ ରଞ୍ଜନ ପଣ୍ଡା): କୋରାପୁଟ ଏମ୍‌ପିଙ୍କ ପିଏ ବାପି ପଟ୍ଟନାୟକ ଜଣେ ଯୁବକଙ୍କ ହଜି ଯାଇଥିବା ମୋବାଇଲ ଫେରାଇ ମାନବିକତାର ପରିଚୟ ଦେଖାଇଛନ୍ତି। ସୂଚନା ମୁତାବକ...

ଝିଅର ଜୀବନ ବଞ୍ଚାଇବାକୁ ଏମିତି ଅପିଲ କଲେ ମହିଳା ପ୍ରଶଂସକ, ଭିଡିଓ ହେଉଛି ଭାଇରାଲ

ନୂଆଦିଲ୍ଲୀ,୨୧।୧: ସୋସିଆଲ ମିଡିଆରେ ଏକ ଭିଡିଓ ଭାଇରାଲ ହୋଇଛି ଯେଉଁଥିରେ ଜଣେ ମହିଳା ସୁରକ୍ଷା ଭାଙ୍ଗୁଥିବା ଏବଂ ପୂର୍ବତନ ଭାରତୀୟ ଅଧିନାୟକ ରୋହିତ ଶର୍ମାଙ୍କ ପାଖକୁ...

ଆପଣଙ୍କ ଏଭଳି ଅବହେଳା ପାଇଁ ଚୋରି ହୋଇଯାଇପାରେ ବାଇକ୍‌, ଭୁଲ୍‌ରେ ବି କରନ୍ତୁ ନାହିଁ ଏହି କାମ…

ନୂଆଦିଲ୍ଲୀ,୨୧।୧: ଆଜିକାଲି ସମୟରେ ବାଇକ ପ୍ରାୟ ପ୍ରତ୍ୟେକ ଘରର ଦୈନନ୍ଦିନ ଜୀବନର ଅଂଶ ହୋଇଯାଇଛି। ବାଇକ ଦ୍ୱାରା ଘରୁ ବାହାରକୁ ଯିବାଠାରୁ ଆରମ୍ଭ କରି ଅନେକ...

ଘରକୁ ଫେରୁଥିବା ବେଳେ ବାଇକ୍‌କୁ ପଛ ପଟୁ ଧକ୍କା ଦେଲା ଟ୍ରକ୍, ପୁଅ ଆଗରେ ଚାଲିଗଲା ବାପାର ଜୀବନ

ପାଲଲହଡ଼ା,୨୧ା୧(ଦିବ୍ୟଜ୍ୟୋତି ଦାଶ): ଆଜି ଅପରାହ୍ନରେ ଜାତୀୟ ରାଜପଥ ୪୯ କଲେଜ ସମ୍ମୁଖରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ବାପା ଏବଂ ପୁଅ ଏକ ସ୍କୁଟିରେ...

କେତେ ପୂରୁଣା ହେବା ପରେ କିଣିବା ଦରକାର ନୂଆ ଫୋନ? ଜାଣନ୍ତୁ ନିୟମ

ଏକ ନୂତନ ଫୋନ କିଣିବା କ୍ରମଶଃ ମହଙ୍ଗା ହୋଇଗଲାଣି। ତେଣୁ, ଲୋକମାନେ ପୁରୁଣା ଫୋନ ବ୍ୟବହାର କରିବାରେ ଲାଗିପଡ଼ିଛନ୍ତି। କିଛି ଲୋକ ଫ୍ଲାଗସିପ ଫୋନ ବ୍ୟବହାର...

ପୂର୍ବତନ ଜାପାନୀ ପ୍ରଧାନମନ୍ତ୍ରୀ ସିଞ୍ଜୋ ଆବେଙ୍କ ହତ୍ୟାକାରୀଙ୍କୁ ଆଜୀବନ କାରାଦଣ୍ଡ, ୨୦୨୨ ରେ ବେକରେ ଲାଗିଥିଲା ଗୁଳି

ଟୋକିଓ,୨୧।୧: ପୂର୍ବତନ ଜାପାନ ପ୍ରଧାନମନ୍ତ୍ରୀ ସିଞ୍ଜୋ ଆବେଙ୍କୁ ହତ୍ୟା କରିଥିବା ବ୍ୟକ୍ତିଙ୍କୁ ଆଜୀବନ କାରାଦଣ୍ଡ ଦିଆଯାଇଛି। ବୁଧବାର ଜାପାନର ଏକ କୋର୍ଟ ଆବେଙ୍କ ହତ୍ୟା ମାମଲାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri