ଆଦିବାସୀ ଟଙ୍କାରେ ଅୟସ କରୁଥିଲେ ଯନ୍ତ୍ରୀ, ଡେପୁଟେଶନରେ ଯିବାକୁ ଜାରି ହେଲା ଅର୍ଡର

ନୀଳଗିରି,୧୯ା୧୧ (ପ୍ରଶାନ୍ତ କୁମାର ବିଶ୍ୱାଳ): ନୀଳଗିରିର ବହୁ ବାଦବିବାଦରେ ଲିପ୍ତ ନୀଳଗିରି ବ୍ଲକର ସହକାରୀ ଯନ୍ତ୍ରୀ ଶରତଚନ୍ଦ୍ର ଉପାଧ୍ୟାୟ ବାଲେଶ୍ୱର ଜିଲା ଭୋଗରାଇ ବ୍ଲକକୁ ଡେପୁଟେଶନରେ ବଦଳି ଅର୍ଡର ହୋଇଥିବା ଜଣାଯାଇଛି। ଆଇଟିଡିଏ କାର୍ଯ୍ୟରତ ଥିବାବେଳେ ଆଦିବାସୀ ଟଙ୍କାରେ ଅୟସ କରୁଥିଲେ ଯନ୍ତ୍ରୀ ଜଣକ। ବହୁ ବାଦବିବାଦରେ ଲିପ୍ତ ନୀଳଗିରି ବ୍ଲକର ସହକାରୀ ଯନ୍ତ୍ରୀ ଶରତ ଚନ୍ଦ୍ର ଉପାଧ୍ୟାୟଙ୍କୁ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ କ୍ରମେ ବାଲେଶ୍ୱର ଜିଲାପାଳ ଚିଠି ନମ୍ବର ୪୮୨୯ ତା- ୧୭.୧୧.୨୫ ଅନୁଯାୟୀ ଭୋଗରାଇକୁ ଡେପୁଟେଶନରେ ବଦଳି ଅର୍ଡର କରାଯାଇଛି। ଉପାଧ୍ୟାୟଙ୍କ ସ୍ଥାନରେ ରେମୁଣା ବ୍ଲକର ସହକାରୀଯନ୍ତ୍ରୀ କାର୍ଯ୍ୟଭାର ଗ୍ରହଣ କରିବାର ନିର୍ଦ୍ଦେଶ ରହିଛି। ବାରମ୍ବାର ବିଭିନ୍ନ ଗଣମାଧ୍ୟମରେ ଖବର ପ୍ରକାଶ ପରେ ଉପାଧ୍ୟାୟଙ୍କ ତେଲ ପକାଇ ଅର୍ଥହଡପ ଘଟଣା ଲୋକଲୋଚନକୁ ଆସିଥିଲା। ସତ୍ୟତା ପ୍ରମାଣିତ ପରେ ଉପାଧ୍ୟାୟଙ୍କୁ ଜିଲାପାଳ ଡେପୁଟେଶନରେ ବଦଳି କରିଥିବାର ଜଣାପଡ଼ିଛି। ଯନ୍ତ୍ରୀ ଉପାଧ୍ୟାୟ ନୀଳଗିରି ଆଇଟିଡିଏରେ କାର୍ଯ୍ୟରତ ଥିବାବେଳେ ସରକାରୀ ତେଲ ବିଲ ନେଇ ସରକାରୀ ଗାଡ଼ିରେ ତେଲ ନ ପକାଇ ନିଜଗାଡ଼ିରେ ଡିଜେଲ ବଦଳରେ ପେଟ୍ରୋଲ ପକାଇବା ସିସିଟିଭିରେ କଏଦ ହୋଇ ଘଟଣା ଲୋକଲୋଚନକୁ ଆସିବା ପରେ ଜିଲାପାଳ ତଦନ୍ତ କରିବାକୁ ନୀଳଗିରି ଉପଜିଲାପାଳଙ୍କୁ ନିର୍ଦ୍ଦେଶ ଦେଇଥିଲେ। ନୀଳଗିରି ଉପଜିଲାପାଳ ତଦନ୍ତ କରି ଘଟଣାର ସତ୍ୟତା ଜାଣି ଜିଲାପାଳଙ୍କୁ ତଦନ୍ତ ରିପୋର୍ଟ ପ୍ରଦାନ କରିଥିଲେ। ଜିଲାପାଳ ତଦନ୍ତ ରିପୋର୍ଟକୁ ଆଧାର କରି ଉପାଧ୍ୟାୟଙ୍କ ବଦଳି କରିବାକୁ ରାଜ୍ୟ ସରକାରଙ୍କୁ ସୁପାରିସ କରିଥିଲେ। ଏହି ଆଧାରରେ ରାଜ୍ୟ ସରକାର ଉପାଧ୍ୟାୟଙ୍କର ଡେପୁଟେଶନରେ ବଦଳି କରିବାକୁ ଜିଲାପାଳଙ୍କୁ ନିର୍ଦ୍ଦେଶ ଦେଇଥିଲେ।

Dharitri – Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମୁନିଗୁଡ଼ା ବ୍ଲକ୍‌ ତେଲେଙ୍ଗାପଦର ଛକରେ ମାଓବାଦୀ ବ୍ୟାନର

ରାୟଗଡା,୨୦।୧ (ନନ୍ଦ କିଶୋର ପଟ୍ଟନାୟକ): ରାୟଗଡ଼ା ମୁନିଗୁଡ଼ା ବ୍ଲକ୍‌ ଅନ୍ତର୍ଗତ ତେଲେଙ୍ଗାପଦର ଛକ ନିକଟରେ ମାଓବାଦୀ ବ୍ୟାନର ଲାଗିଥିବା ଦେଖିବାକୁ ମିଳିଛି I ଖଣି ଖାଦାନକୁ...

ଆମୋନିୟମ୍‌ ନାଇଟ୍ରେଟ୍‌ ଗୋଦାମ ଗୃହ ନିର୍ମାଣକୁ ଗ୍ରମାବାସୀଙ୍କ ବିରୋଧ

ବୁଗୁଡ଼ା,୨୦ା୧(କାଳିଚରଣ ଦାଶ): ଗଞ୍ଜାମ ଜିଲା ବୁଗୁଡ଼ା ବ୍ଲକ୍‌ ଅନ୍ତରପଡ଼ା ପଞ୍ଚାୟତ ଅଧୀନ କନ୍ଧଚନ୍ଦନପେଡ଼ି ଗ୍ରାମରେ ଆମୋନିୟମ୍‌ ନାଇଟ୍ରେଟ୍‌ ଗୋଦାମ ଗୃହ ନିର୍ମାଣକୁ ଗ୍ରାମବାସୀ ବିରୋଧ କରିଛନ୍ତି।...

ବାଇକ୍‌  ଧକ୍କାରେ  ଚାଲିଗଲା ବୃଦ୍ଧଙ୍କ ଜୀବନ 

ମୋହନା,୨୦।୧( ମନ୍ମଥ ମିଶ୍ର ): ବାଇକ ଧକ୍କାରେ ବୃଦ୍ଧମୃତ। ମୃତ ବୃଦ୍ଧ ଜଣକ ହେଲେ ଆର.ଉଦୟଗିରି ଥାନା ନିସଂଗପୁର ଗ୍ରାମର ୭୦ ବର୍ଷୀୟ ସାରଥୀ ବେହେରଦଲାଇ।...

ତେଲଙ୍ଗାନାରେ ଚାଲିଗଲା ଓଡ଼ିଆ ଶ୍ରମିକଙ୍କ ଜୀବନ

ଲାଠୋର,୨୦ା୧(ଭୁବନେଶ୍ୱର ବାରିକ)- ତେଲଙ୍ଗାନାକୁ ଦାଦନ ଖଟିବାକୁ ଯାଇଥିବା ଜଣେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବଲାଙ୍ଗୀର ଜିଲା ତୁରେକେଲା ଥାନା ଭାଲୁକୁନା ଗ୍ରାମର...

ଶତାଧିକ ଛତ୍ରୀଛାତ୍ର ଗାଇଲେ ବନ୍ଦେ ମାତରମ୍‌

କେସିଙ୍ଗା,୨୦ା୧ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନ୍‌ଏସି ସ୍ତରୀୟ ବନ୍ଦେ ମାତରମ୍‌ ଗାନ କାର୍ଯ୍ୟକ୍ରମ ଅଧ୍ୟକ୍ଷ ନୃପରାଜ ଯାଦବଙ୍କ ଅଧ୍ୟକ୍ଷତାରେ ବିଦ୍ୟାପୀଠ ଖେଳ ପଡିଆଠାରେ...

ମୁଖ୍ୟ ଚିକିତ୍ସାଳୟ ପଛପଟେ ଯୁବକଙ୍କ ମୃତଦେହ , ହତ୍ୟା ନେଇ ବଢୁଛି ସନ୍ଦେହ

ବରଗଡ,୨୦।୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ଖେଦାପାଲିସ୍ଥିତ ଜିଲଖ ମୁଖ୍ୟ ଚିକିତ୍ସାଳୟ ପଛପଟେ ରହିଥିବା ଟୁକୁର୍ଲା ଜଳାଶୟରେ ମଙ୍ଗଳବାର ଜଣେ ଯୁବକଙ୍କ ମୃତଦେହ ଭାସୁଥିବା ଅବସ୍ଥାରେ...

ପୀୟୂଷଙ୍କୁ ନେଇ ଆସିଲା ବଡ଼ ଖବର, ଯାତ୍ରା ମଞ୍ଚ ଚଢ଼ିବା ଉପରେ କୋର୍ଟ ନେଲେ ଏହି ନିଷ୍ପତ୍ତି

ଭୁବନେଶ୍ୱର,୨୦।୧: ଯାତ୍ରା ମଞ୍ଚ ଚଢ଼ିବାକୁ ଅଭିନେତା ପୀୟୂଷ ତ୍ରିପାଠୀଙ୍କୁ ଅନୁମତି। ଭୁବନେଶ୍ବର କୋର୍ଟ ଅନୁମତି ଦେଇଥିବା ପୀୟୂଷଙ୍କ ଓକିଲ କହିଛନ୍ତି। ପୀୟୂଷଙ୍କ ଉପରେ ଲାଗିଥିବା ଅନ୍ତରୀଣ...

ଆଉ ୫ ଘଣ୍ଟା ପରେ ୪ ରାଶିରେ ଅତ୍ୟନ୍ତ ଶୁଭ ସମୟ, ହଠାତ ମିଳିବ ଖୁସି ଖବର, ୨୩ ଭିତରେ ମିଳିଯିବ…

ମଙ୍ଗଳ ଗୋଚର ଫଳରେ ବହୁ ରାଶିର ବ୍ୟକ୍ତି ଆର୍ଥିକ ଦୃଷ୍ଟିରୁ ଲାଭବାନ ହେବେ । ମଙ୍ଗଳ ଗ୍ରହଙ୍କ ମକର ରାଶିରେ ଗୋଚର ଅନେକ ଦୃଷ୍ଟିକୋଣରୁ ବେଶ୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri