‘ସର୍ଦ୍ଦାର ବଲ୍ଲଭ ଭାଇ ପଟେଲ ନ ଥିଲେ ଦେଶର ଚିତ୍ର ଅଲଗା ହୋଇଥାନ୍ତା’

ଭଞ୍ଜନଗର,୧୯ା୧୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ପ୍ରଶାସନ ପକ୍ଷରୁ ବୁଧବାର ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ୧୫୦ ତମ ଜୟନ୍ତୀ ଅବସରରେ ରାଷ୍ଟ୍ରୀୟ ଏକତା ଦିବସ ପାଳିତ ହୋଇଯାଇଛି। ଏନେଇ ସ୍ଥାନୀୟ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରୁ ଏକ ଏକତା ପଦଯାତ୍ରା ବାହାରିଥିଲା। କନ୍ଧମାଳ ଏମ୍‌ପି ସୁକାନ୍ତ ପାଣିଗ୍ରାହୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ପଦଯାତ୍ରାର ଶୁଭାରମ୍ଭ କରିଥିଲେ। ଏହି ଅବସରରେ ସେ କହିଥିଲେ ଯେ, ସର୍ଦ୍ଦାର ବଲ୍ଲଭ ଭାଇ ପଟେଲ ଦେଶ ସ୍ବାଧୀନତା ପୂର୍ବରୁ ୫୬୦ ଗଡ଼ଜାତ ରାଜ୍ୟକୁ ମିଶାଇଥିଲେ। ସର୍ଦ୍ଦାର ବଲ୍ଲଭ ଭାଇ ପଟେଲ ନ ଥିଲେ ଆଜି ଆମେ ଦେଶର ମାନଚିତ୍ର ଆଙ୍କି ପାରି ନ ଥାନ୍ତେ ।
ଅପରେଶନ ସିନ୍ଦୂରରେ ୧୦୦ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। ସ୍ବଦେଶୀ ଅସ୍ତ୍ରଶସ୍ତ୍ର ବଳରେ ଆମ ସେନା ବହୁତ ଶକ୍ତିଶାଳୀ। ଆମେ ପ୍ରତ୍ୟେକ କ୍ଷେତ୍ରରେ ଆତ୍ମନିର୍ଭର ହେଉଛନ୍ତ। କୃଷକମାନଙ୍କ ବିକାଶ କରାଯାଉଛି ବୋଲି ପାଣିଗ୍ରାହୀ କହିଥିଲେ। ଚାଷୀଙ୍କୁ ୮୦୦ ଟଙ୍କା ଇନ୍‌ ପୁଟ୍‌ ସବସିଡ୍‌ ଦିଆଯାଉଛି। ୨୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଷ୍ଟାର୍ଟ ଅପ୍‌ ଇଣ୍ଡିଆ ମାଧ୍ୟମରେ ଋଣ ଦିଆଯାଉଛି । ବାହାରୁ ଆସିଥିବା ଜିନିଷ ଛାଡ଼ି ନିଜ ଅଞ୍ଚଳର ଜିନିଷ କିଣିବା, ସ୍ବଦେଶୀ ଜିନିଷ ବ୍ୟବହାର କରିବା ପାଇଁ ଏମ୍‌ପି ଉପସ୍ଥିତ ଲୋକଙ୍କୁ ଆହ୍ବାନ ଦେଇଥିଲେ।

ଉତ୍ସବରେ ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ, ଏଡିଏମ୍‌, ଉପଜିଲାପାଳ ଉମାଶଙ୍କର ବେହେରା, ବିଡିଓ ଭାରତୀ ଦେବୀ, ତହସିଲଦାର ଅଭିପ୍‌ସା ପଟ୍ଟନାୟକ,ଏଏସ୍‌ପି ରଞ୍ଜନ କୁମାର ଦେ, ଏସଡିପିଓ ଦୀପକ କୁମାର ମିଶ୍ର, ଏନ୍‌ଏସି ଅଧ୍ୟକ୍ଷ ଗୋପବନ୍ଧୁ ମହାପାତ୍ର, ବ୍ଲକ ଅଧ୍ୟକ୍ଷ ନାରୀସଭା ନାୟକ, ନିର୍ବାହୀ ଅଧିକାରୀ ମୁରଲୀ ପଣ୍ଡା, ଭାଜପା ଭଞ୍ଜନଗର ସାଂଗଠନିକ ଜିଲା ସଭାପତି ନୀଳମାଧବ ପାତ୍ର, ଭାଜପା ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ବିଷ୍ଣୁପ୍ରସାଦ ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ। ଶୋଭାଯାତ୍ରାକୁ ସଫଳ କରିବାରେ ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ଜାତୀୟ ସେବା ଯୋଜନା, ଏନ୍‌ସିସି, ଯୁବ ରେଡକ୍ରସ, ସାବିତ୍ରୀ ମହିଳା ମହାବିଦ୍ୟାଳୟ, ଡିହପଢାଲ, ଲାଲସିଂ, କେନ୍ଦ୍ରୀୟ ବିଦ୍ୟାଳୟ ପ୍ରମୁଖ ବିଦ୍ୟାଳୟ ଓ କଲେଜର ଛାତ୍ରୀ ଛାତ୍ର ଭାଗ ନେଇଥିଲେ। ଛାତ୍ରୀଛାତ୍ର କଲେଜରୁ ଶୋଭାଯାତ୍ରାରେ ବାହାରିବା ପରେ ବାଟରେ ଏକାଧିକ ସ୍ଥାନରେ ପଥପ୍ରାନ୍ତ ସଭା ଓ ସାଂସ୍କୃତିକ କାର୍ଯ୍ୟକ୍ରମ ହୋଇଥିଲା। ଶେଷରେ କୃତୀ ଛାତ୍ରୀଛାତ୍ର ଏବଂ ଅଞ୍ଚଳର କିଛି ଜଣାଶୁଣା ବ୍ୟକ୍ତିଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା।

Dharitri – Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଗ୍ରୀନଲ୍ୟାଣ୍ଡକୁ ପୁଣି ଧମକ ଦେଲେ ଟ୍ରମ୍ପ, ଯଦି ହଁ କରନ୍ତି….

ନୂଆଦିଲ୍ଲୀ,୨୧।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସ୍ୱିଜରଲ୍ୟାଣ୍ଡର ଡାଭୋସରେ ବିଶ୍ୱ ଅର୍ଥନୈତିକ ଫୋରମ୍ (WEF)ର ବାର୍ଷିକ ବୈଠକରେ ଭାଷଣ ଦେଇ ତାଙ୍କ ପ୍ରଥମ ବର୍ଷ କାର୍ଯ୍ୟକାଳର...

ଜୀବିତ ସତ୍ତ୍ବେ ମୃତ ଦର୍ଶାଇ ଆଧାର ନିଷ୍କ୍ରିୟ: ମଣ୍ଡିରେ ବିକ୍ରି ହୋଇ ପାରିଲାନି ଧାନ, ଘରକୁ ଫେରାଇ…

ବରଗଡ଼,୨୧।୧(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରିରେ ଚାଷୀଙ୍କ ଦୁଃଖ ତୁଟୁ ନାହିଁ । ବୈଷୟିକ ତୃଟି ମଧ୍ୟ ଧାନବିକ୍ରିରେ ଚାଷୀଙ୍କ ପାଇଁ କାଳ ସାଜିଛି । ବରଗଡ଼ ଜିଲା...

୫୬ ହଜାରରୁ ଅଧିକ ପରୀକ୍ଷାର୍ଥୀ ଦେଲେ OSSTET ପରୀକ୍ଷା

ଭୁବନେଶ୍ୱର,୨୧।୧: ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ‘ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ଯୋଗ୍ୟତା ପରୀକ୍ଷା’ (OSSTET) ବୁଧବାର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟର ମୋଟ ୨୨୭ଟି କେନ୍ଦ୍ରରେ...

ଅନାଥ ସାଜିଲେ ୬ ନିଷ୍ପାପ ଶିଶୁ, ସାହାଯ୍ୟର ହାତ ବଢାଇଲେ ବିଧାୟକ

ଥୁଆମୂଳ ରାମପୁର,୨୧।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଦୁର୍ଗମ କେରପାଇ ଗ୍ରାମପଞ୍ଚାୟତର ମେଲରଫା ଗ୍ରାମରୁ ଏକ ହୃଦୟ ବିଦାରକ ଦୃଶ୍ୟ...

ଛାତ୍ରଙ୍କୁ ମାଡ଼ ମାରି ନିଲମ୍ବିତ ହେଲେ ପ୍ରଧାନଶିକ୍ଷକ, ଜିଲା ନ ଛାଡ଼ିବାକୁ ନିର୍ଦ୍ଦେଶ

ସୁନ୍ଦରଗଡ଼,୨୧।୧(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ବ୍ଲକରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଛାତ୍ରଙ୍କୁ ମାଡ଼ ମାରିବା ଏବଂ କାର୍ଯ୍ୟରେ ଗୁରୁତର ଅବହେଳା ଅଭିଯୋଗରେ...

ପିକଅପ୍ ଧକ୍କାରେ ଚାହା କେବିନ୍ ସହ ୨ ବାଇକ୍ ଚୁରମାର, ଠାକୁର ପୂଜା କରୁଥିବା ବେଳେ…

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଚିକିଟି ମୁଖ୍ୟରାସ୍ତାର ଦେଓଖାଳି ଛକରେ ସଡ଼କ ଦୁର୍ଘଟଣା । ସକାଳ ପ୍ରାୟ ସାଢ଼େ ୬ ଟାରେ...

ସୁସ୍ଥ ପରିବେଶ ଗଠନ ପାଇଁ ସଚେତନତା, ନୂଆ କମିଟି ଚୟନ….

ରାୟଗଡ଼ା,୨୧।୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ବ୍ଲକ ହାଲୁଆ ଗ୍ରାମ ନିକଟସ୍ଥ ସେବା ସମାଜ ଗୃହ ଠାରେ ପ୍ରେସ କ୍ଲବର ବନ୍ଧୁ ମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି...

ମନର ଧାରଣା ନା ସତରେ ଦ୍ରୁତ ବେଗରେ ବାଇକ୍‌ ଚଳାଇଲେ ଅଧିକ ଇନ୍ଧନ ଖର୍ଚ୍ଚ ହୁଏ? ମନରେ ଦ୍ୱନ୍ଦ୍ୱ ଥିଲେ କରନ୍ତୁ ଦୂର…

ନୂଆଦିଲ୍ଲୀ,୨୧।୧: ପ୍ରତ୍ୟେକ ବାଇକ୍‌ ଆରୋହୀଙ୍କ ମନରେ ସାଧାରଣ ପ୍ରଶ୍ନ ଆସେ ଯେ ବାସ୍ତବରେ କ’ଣ ଦ୍ରୁତ ବେଗରେ ଗାଡ଼ି ଚଳାଇଲେ ଅଧିକ ପେଟ୍ରୋଲ ଖର୍ଚ୍ଚ ହୁଏ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri