ବାସୁଦେବପୁର, ୫।୯ (ଡି.ଏନ.ଏ.) – ଭଦ୍ରକ ଜିଲା ବାସୁଦେବପୁର ଚାନ୍ଦମାଳିସ୍ଥିତ ଜବାହର ନବୋଦୟ ବିଦ୍ୟାଳୟରେ ଶତାଧିକ ଛାତ୍ରୀଛାତ୍ର ଜ୍ୱର ସହିତ ଝାଡ଼ା ଓ ମୁଣ୍ଡବ୍ୟଥା ହେଉଥିବାରୁ ଅସୁସ୍ଥ ହୋଇପଡ଼ିଛନ୍ତି। ଗତ ଦୁଇଦିନ ମଧ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ଶହେ ଟପିଲାଣି। ୫୦ରୁ ଊର୍ଦ୍ଧ୍ୱ ଅସୁସ୍ଥ ଛାତ୍ରୀଛାତ୍ରଙ୍କୁ ବାସୁଦେବପୁର ଡାକ୍ତରଖାନାକୁ ନିଆଯାଇ ଚିକିତ୍ସା କରାଯାଇଥିବା ବେଳେ ଅଭିଭାବକମାନେ ସେମାନଙ୍କୁ ଘରକୁ ନେଇଯାଉଥିତ୍ବା ସୂଚନା ମିଳିଛି। ସେହିପରି ଆଗକୁ ଏହି ଜ୍ୱର ଅନ୍ୟ ପିଲାଙ୍କୁ ବଢ଼ିବାର ଆଶଙ୍କା ଥିବାରୁ ଭୟରେ ଅଭିଭାବକ ତାଙ୍କ ପିଲାଙ୍କୁ ଘରକୁ ନେଇ ଚିକିତ୍ସା କରାଉଥିବା ଜଣାପଡ଼ିଛି। ତେବେ କେଉଁ କାରଣ ପାଇଁ ଛାତ୍ରୀଛାତ୍ର ଜ୍ୱର ଓ ଝାଡ଼ାରେ ଆକ୍ରାନ୍ତ ହେଉଛନ୍ତି ତାହା ସ୍ପଷ୍ଟ ହୋଇନାହିଁ। ପିଇବା ପାଣି ସଂକ୍ରମଣ ଓ ଦୂଷିତ ପରିବେଶ ଏହାର କାରଣ ହୋଇଥାରେ ବୋଲି ଅନୁମାନ କରାଯାଉଛି। ଏହା ଏକ କେନ୍ଦ୍ରୀୟ ବିଦ୍ୟାଳୟ ହୋଇଥିବା ବେଳେ ନିୟମିତ ଭାବେ ଡାକ୍ତର ପିଲାଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରିବାର ବ୍ୟବସ୍ଥା ରହିଛି। କିନ୍ତୁ ଡାକ୍ତର ଛାତ୍ରୀଛାତ୍ରଙ୍କ ସ୍ବାସ୍ଥ୍ୟ ପରୀକ୍ଷା ଲାଗି ଯାଉ ନ ଥିବା ଅଭିଯୋଗ ହୋଇଛି। ଏ ସମ୍ପର୍କରେ ଜବାହର ନବୋଦୟ ବିଦ୍ୟାଳୟ ଅଧ୍ୟକ୍ଷା ସଙ୍ଗୀତା ଜୟସ୍ବାଲଙ୍କୁ ପଚାରିବାରୁ ଛାତ୍ରୀଛାତ୍ର ଜ୍ୱର, ଝାଡ଼ାରେ ପୀଡ଼ିତ ହେବା ଘଟଣାକୁ ସ୍ବୀକାର କରିଥିଲେ। ଚିକିତ୍ସା ପାଇଁ ଏଠାକୁ ନିୟମିତ ଡାକ୍ତର ଆସୁ ନ ଥିବା ସମ୍ପର୍କରେ ସେ ଜିଲାପାଳଙ୍କୁ ଅବଗତ କରିଥିବା କହିଛନ୍ତି।
ଭଦ୍ରକରେ ଦୁର୍ଦ୍ଦାନ୍ତ ଅପରାଧୀଙ୍କୁ ଏନ୍କାଉଣ୍ଟର
ଭଦ୍ରକ,୧୬୧୨(ସନାତନ ରାଉତ): ସକାଳୁ ସକାଳୁ ଭଦ୍ରକରେ ଏନକାଉଣ୍ଟର । ଭଦ୍ରକରେ ଦୁର୍ଦ୍ଦାନ୍ତ ଅପରାଧୀଙ୍କୁ ଏନ୍କାଉଣ୍ଟର କରାଯାଇଥିବା ସୂଚନା ରହିଛି । କମଳାକାନ୍ତ ଦାସ ଓରଫ ବୁଦ୍ଧିଆଙ୍କୁ...
ହାଇମାଷ୍ଟ ଲାଇଟ୍ ଯୋଗାଣରେ ବ୍ୟାପକ ଦୁର୍ନୀତି ଅଭିଯୋଗ ଆଣିଲା କଂଗ୍ରେସ
ଭଦ୍ରକ,୧୨ା୧୨(ସନାତନ ରାଉତ): ଭଦ୍ରକ ଜିଲାର ବିଭିନ୍ନ ବ୍ଲକରେ ଥିବା କେନ୍ଦ୍ରୀୟ ବିଦ୍ୟାଳୟ, ଜବାହର ନବୋଦୟ ବିଦ୍ୟାଳୟ ଏବଂ ଓଡ଼ିଶା ଆଦର୍ଶ ବିଦ୍ୟାଳୟଗୁଡ଼ିକରୁ ସୋଲାର ହାଇମାଷ୍ଟ ଲାଇଟ୍...
ଯାଞ୍ଚ ବେଳେ ଔଷଧ ଦୋକାନରୁ ବାହାରିଲା ମଦ, ଦେଖିକି ତାଜୁବ ହୋଇଗଲା ପୋଲିସ
ଭଦ୍ରକ, ୧୧।୧୨(ସନାତନ ରାଉତ): ଭଦ୍ରକ ସହର ବାଇପାସସ୍ଥିତ ଏକ ଔଷଧ ଦୋକାନରୁ ପୋଲିସ ବିପୁଳ ପରିମାଣର ମଦ ଜବତ କରିଛି । ସୂଚନା ମୁତାବକ ଉକ୍ତ...
ରାଜଧାନୀ ଏକ୍ସପ୍ରେସରେ ଅଜଣା ପାର୍ସଲ: ଆତଙ୍କ ଖେଳାଉଛି…
ଭୁବନେଶ୍ୱର,୧୦।୧୨: ଅଜଣା ପାର୍ସଲକୁ ନେଇ ରାଜଧାନୀ ଏକ୍ସପ୍ରେସରେ ଆତଙ୍କ ଖେଳିଯାଇଛି। ଦିଲ୍ଲୀରୁ ଭୁବନେଶ୍ୱର ଆସୁଥିବା ରାଜଧାନୀ ଏକ୍ସପ୍ରେସରେ ଲୋକେ ଭୟଭୀତ। ଝାଡ଼ଖଣ୍ଡରେ RPF ପକ୍ଷରୁ ତନାଘନା...
ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ
ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...
ଧାମରାରେ ବୁଲୁଛି ମହାବଳ ବାଘ: ଭିଡିଓ ଭାଇରାଲ ପରେ ବନ ବିଭାଗ ନାକେଦମ୍
ଚାନ୍ଦବାଲି,୭।୧୨(ଅଶୋକ ପଣ୍ଡା): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକର ଧାମରା ଅଞ୍ଚଳରେ ଏକ ମହାବଳ ବାଘ ବୁଲୁଛି। ଏହାର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବା...
ବିଜେଡିକୁ ଶକ୍ତ ଝଟ୍କା: ଭାଜପାରେ ଯୋଗଦେଲେ ପ୍ରଫୁଲଙ୍କ ଦୁଇ ପୁଅ
ଭୁବନେଶ୍ୱର/ଭଦ୍ରକ,୬।୧୨(ସନାତନ ରାଉତ): ଭଦ୍ରକ ବିଜେଡି କନ୍ଦଳ ନେଇ ରାଜନୀତି ସରଗରମ ଥିବାବେଳେ ଶେଷରେ ବିଜେଡିକୁ ଶକ୍ତ ଝଟ୍କା । ଭାଜପାରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ୨...
ବିଜେଡିରୁ ଇସ୍ତଫା ଦେଲେ କାଉନସିଲର ଶୁଚିସ୍ମିତା, ହୋଇପାରନ୍ତି ଭାଜପାରେ ସାମିଲ
ବାସୁଦେବପୁର,୬।୧୨ (କାଳିପଦ ରାୟ ): ବାସୁଦେବପୁର ପୌରାଞ୍ଚଳର ଏକ ନମ୍ବର ୱାର୍ଡର କାଉନସିଲର ଶୁଚିସ୍ମିତା ଗିରି ଶନିବାର ସକାଳେ ବିଜେଡିରୁ ଇସ୍ତଫା ଦେଇଛନ୍ତି। ଶୁକ୍ରବାର ସନ୍ଧ୍ୟାରେ...
Archives


