ବସ୍‌ ମିଳିବନି କହି ଘରକୁ ଡାକିଲେ, ପରେ ବିବାହିତା ମହିଳାଙ୍କୁ ବୁଦାକୁ ନେଇ ବଳାତ୍କାର; କାନ୍ଦି କାନ୍ଦି…

ରାୟଗଡ଼ା,୧୯।୧୧(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ାରେ ଲଜ୍ଜା। ସହରରେ ଅନ୍ଧାର ରାତିରେ ଜଣେ ବିବାହିତ ମହିଳାଙ୍କୁ ବଳାତ୍କାର କରାଯାଇଛି। ଏନେଇ ବିବାହିତ ମହିଳାଜଣଙ୍କ ସ୍ବାମୀଙ୍କ ସହ ମଙ୍ଗଳବାର ବିଳମ୍ବିତ ରାତିରେ ରାୟଗଡ଼ା ଟାଉନ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି । ଅଭିଯୋଗ ପରେ ଏସଡିପିଓ ଗୌରହରି ସାହୁଙ୍କ ନେତୃତ୍ୱରେ ପୋଲିସ ତଦନ୍ତ ଆରମ୍ଭ କରି ବଳାତ୍କାର କରିଥିବା ସନ୍ଦେହରେ ଜଣେ ଯୁବକଙ୍କୁ ଥାନାରେ ଅଟକ ରଖି ପଚରାଉଚୁରା କରୁଥିବା ଜଣାପଡ଼ିଛି ।
ତେବେ ପୀଡ଼ିତାଙ୍କ ସ୍ବାମୀଙ୍କ ଅଭିଯୋଗନୁସାରେ କୋରାପୁଟ ଜିଲା ବନ୍ଧୁଗାଁ ବ୍ଲକର ଏହି ଦମ୍ପତି ତାମିଲନାଡ଼ୁ ରାଜ୍ୟକୁ ଦାଦନ ଖଟିବାକୁ ଯାଇ ମଙ୍ଗଳବାର ରାୟଗଡ଼ାକୁ ଟ୍ରେନ ଯୋଗେ ଫେରିଥିଲେ। ରାତି ୮ଟା ସମୟରେ ନିଜ ଗାଁକୁ ଫେରିବା ପାଇଁ ରାୟଗଡ଼ା ବସଷ୍ଟାଣ୍ଡରେ ବସକୁ ଅପେକ୍ଷା କରିଥିଲେ । ଏହି ସମୟରେ ସେଠାରେ ଉପସ୍ଥିତ ଥିବା ଅଭିଯୁକ୍ତ ଯୁବକ କେଉଁଆଡେ ଯିବ ବୋଲି ଉକ୍ତ ଦମ୍ପତିଙ୍କୁ ପଚାରିଥିଲେ। ଦମ୍ପତି ବନ୍ଧୁଗାଁକୁ ବସ ପାଇଁ ଅପେକ୍ଷା କରିଛୁ ବୋଲି କହିଥିଲେ। ତେବେ ବଳାତ୍କାର ଅଭିଯୁକ୍ତ ବତ୍ତର୍ର୍ମାନ ଆଉ ବନ୍ଧୁଗାଁକୁ ବସ ମିଳିବ ନାହିଁ ଏବଂ ମୋ ଘରେ ରହିଯାଅ ବୋଲି ସେମାନଙ୍କୁ କହିଥିଲେ। ପ୍ରଥମେ ପୀଡ଼ିତା ମହିଳାଙ୍କ ସ୍ବାମୀଙ୍କୁ ନେଇ ଏକ ଦୋକାନରେ ଛାଡ଼ି ଟିଫିନ ଆଣି ଆସୁଛି କହି ସେଠାରୁ ଚାଲିଯାଇଥିଲେ । ସେଠାରୁ ଆସି ପୀଡ଼ିତାଙ୍କୁ କୋଇଲାପଡ଼ା ନିକଟସ୍ଥ ବୁଦାକୁ ନେଇ ବଳାତ୍କାର କରିଥିଲେ। ତେବେ ସ୍ତ୍ରୀ ଦୀର୍ଘ ସମୟ ଧରି ନ ଫେରିବାରୁ ସ୍ବାମୀ ବସଷ୍ଟାଣ୍ଡ ଆସି ସ୍ତ୍ରୀଙ୍କୁ ଖୋଜିଥିଲେ ମଧ୍ୟ ପାଇ ନ ଥିଲେ । ପରେ ସ୍ବାମୀ ଖୋଜାଖୋଜି କରୁଥିବା ବେଳେ ପୀଡ଼ିତା କାନ୍ଦି କାନ୍ଦି ଆସୁଥିବା ଦେଖିବାକୁ ପାଇଥିଲେ । ଏହାପରେ ସ୍ତ୍ରୀ ସମସ୍ତ ଘଟଣା ସ୍ବାମୀଙ୍କୁ ଜଣାଇବା ପରେ ଉଭୟ ଯାଇ ରାୟଗଡ଼ା ଟାଉନ ଥାନାରେ ଏତଲା ଦେଇଥିଲେ ।
ଏନେଇ ରାୟଗଡ଼ା ଏସ୍‌ଡିପିଓ ଗୌରହରି ସାହୁଙ୍କୁ ପଚାରିବାରୁ ପୀଡ଼ିତା ଲିଖିତ ଅଭିଯୋଗକୁ ଭିତ୍ତି କରି କେସ ନଂ ୪୩୧ରେ ମାମଲା ରୁଜୁ କରି ଜଣେ ଯୁବକଙ୍କୁ ଅଟକ ରଖି ପଚରାଉଚୁରା କରିବା ସହିତ ଘଟଣାର ତଦନ୍ତ ଚାଲିଛି ବୋଲି କହିଛନ୍ତି । ମହିଳାଙ୍କ ବୟାନ ମୁତାବକ ବଳାତ୍କାର ଘଟଣା ଘଟିଥିବା ସ୍ଥାନକୁ ଯାଇ ସେଠାରେ ତଦନ୍ତ କରାଯାଇଛି ବୋଲି କହିଛନ୍ତି ଏସଡିପିଓ ସାହୁ । ତେବେ ଟାଉନ ଥାନାରେ ୨୦୦ ମିଟର ଦୂରରେ ରହିଥିବା ବସଷ୍ଟାଣ୍ଡ ନିକଟରେ ସିସି କ୍ୟାମେରା ଲାଗିଥିଲେ ମଧ୍ୟ ଅପରାଧୀ ଅପରାଧ କରିବାକୁ ଭୟ କରୁନାହାନ୍ତି । ଅନ୍ୟପଟେ ଏହି ଘଟଣାର ନିରପେକ୍ଷ ତଦନ୍ତ କରି ଦୋଷୀକୁ ଦଣ୍ଡ ଦେବା ପାଇଁ ପୀଡ଼ିତା ମହିଳା ଓ ତାଙ୍କ ସ୍ବାମୀ ଦାବି କରିଛନ୍ତି ।

Enter your email to get our daily news in your inbox.

All Right Reserved By Dharitri.Com

ଶିଶିର ସରସ ମେଳା-୨୦୨୬ରେ ୩୦ କୋଟି ଟପିଲା ବ୍ୟବସାୟ

ଭୁବନେଶ୍ୱର,୨୦।୧: ରାଜଧାନୀରେ ଚାଲିଥିବା ଜାତୀୟ ସ୍ତରୀୟ ‘ଶିଶିର ସରସ ମେଳା-୨୦୨୬’ ମଙ୍ଗଳବାର ଉଦଯାପିତ ହୋଇଯାଇଛି। ଚଳିତ ବର୍ଷ ଏହି ମେଳା ବିକ୍ରି ଏବଂ ଜନସମାଗମ କ୍ଷେତ୍ରରେ...

ମହାପ୍ରଭୁଙ୍କ ଶରଣରେ ପଶିଲେ ପିୟୂଷ: ଯାତ୍ରା ମଞ୍ଚ ପାଇଁ ଫିଟିଗଲା ବାଟ

ଭୁବନେଶ୍ୱର,୨୦।୧: ଯାତ୍ରା ଜଗତର ଚର୍ଚ୍ଚିତ ଖଳନାୟକ ପିୟୂଷ ତ୍ରିପାଠୀଙ୍କ ପାଇଁ ଖୋଲିଛି ମଞ୍ଚକୁ ଫେରିବାର ବାଟ। ଅପେରା ସୂର୍ଯ୍ୟମନ୍ଦିର ମାଲିକ ପ୍ରମୋଦ ସ୍ୱାଇଁଙ୍କ ସହ ଚାଲିଥିବା...

ସଂଘବଦ୍ଧ ଆକ୍ରମଣ: ପୁଅଙ୍କୁ ବଞ୍ଚାଇବାକୁ ଯାଇ ବାପା-ମା’ ଆହତ, ଗୁରୁତର… 

ଦିଗପହଣ୍ଡି,୨୦।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ନରସିଂହପୁର ଗ୍ରାମରେ ବ୍ୟବସାୟିକ ଶତ୍ରୁତାକୁ ନେଇ ଗୋଟିଏ ପରିବାରର ବାପ,ମା ଓ ପୁଅଙ୍କୁ...

ଆଗକୁ ପଞ୍ଚାୟତ ନିର୍ବାଚନ: ସାଙ୍ଗଠନିକ ବୈଠକରେ ବାଜିଲା ଭାଜପାର ବିଗୁଲ… 

କୋରାପୁଟ,୨୦।୧(ଅମିତାଭ ବେହେରା): ଆସନ୍ତା ପଞ୍ଚାୟତ ନିର୍ବାଚନ ନେଇ କୋରାପୁଟରେ ଭାଜପାର ସାଙ୍ଗଠନିକ  ଭିତ୍ତିଭୂମିକୁ  ଅଧିକ ସୁଦୃଢ କରିବା ଲକ୍ଷ୍ୟରେ ମଙ୍ଗଳବାର ସ୍ଥାନୀୟ ଦକ୍ଷତା ବୃଦ୍ଧି ତାଲିମ...

ଦକ୍ଷିଣାଞ୍ଚଳ ରାଜସ୍ବ ଆୟୁକ୍ତ, ଜ଼ିଲାପାଳମାନଙ୍କ ସମ୍ମିଳନୀ:ପଞ୍ଚାୟତ, ପୌର ନିର୍ବାଚନ ସଫଳତାର ସହ…

ଛତ୍ରପୁର,୨୦ା୧(ଦିଲୀପ ସାମଲ): ଆଗାମୀ ପଞ୍ଚାୟତ, ପୌର ନିର୍ବାଚନ ଏବଂ ଭୋଟର ତାଲିକା ସଂଶୋଧନକୁ ସ୍ବଚ୍ଛ, ନିରପେକ୍ଷ ଓ ସଫଳତାର ସହ ସମ୍ପାଦନ କରିବା ପାଇଁ ଛତ୍ରପୁରସ୍ଥିତ...

ପିଏମଶ୍ରୀ ଉତ୍ସବରେ ୩ ବିଧାୟକ: ଛାତ୍ରଛାତ୍ରୀଙ୍କ ପ୍ରତିଭା ଦେଖି କଲେ ପ୍ରଶଂସା

ବରଗଡ଼,୨୦।୧(ପ୍ରେମାନନ୍ଦ ଖମାରୀ) – ବରଗଡ଼ ରାଣା ପ୍ରତାପ ସ୍କୁଲ ପରିସରରେ ଚାଲିଥିବା ବରଗଡ଼ ଜିଲାସ୍ତରୀୟ ପିଏମଶ୍ରୀ ଉତ୍ସବ ମଙ୍ଗଳବାର ଉଦଯାପିତ ହୋଇଯାଇଛି । ଅତିରିକ୍ତ ଜିଲାପାଳ...

ମହିଳାଙ୍କ ହାତରେ ‘ଆମ ବସ୍’ ଷ୍ଟିୟରିଂ: ଏହି ଦିନରୁ ମିଳିବ ଦାୟିତ୍ୱ

ଭୁବନେଶ୍ୱର,୨୦।୧: ରାଜ୍ୟ ପରିବହନ ସେବାରେ ଏକ ବଡ଼ ପରିବର୍ତ୍ତନ ଆସିବାକୁ ଯାଉଛି। ଏଣିକି ପୁରୁଷଙ୍କ ସହ ମହିଳାମାନେ ମଧ୍ୟ ‘ଆମ ବସ୍’ ଚଲାଇବେ। ବିଶେଷ କରି...

ବାଲେଶ୍ୱରରେ ସଂଖ୍ୟାଲଘୁ ଯୁବକଙ୍କ ହତ୍ୟା: ନବୀନଙ୍କ ଗଭୀର ଦୁଃଖ ପ୍ରକାଶ

ଭୁବନେଶ୍ୱର,୨୦।୧: ବାଲେଶ୍ୱର ଜିଲାରେ ଗୋ-ଚାଲାଣ ଅଭିଯୋଗରେ ଜଣେ ସଂଖ୍ୟାଲଘୁ ସମ୍ପ୍ରଦାୟର ଯୁବକଙ୍କୁ ହତ୍ୟା ଘଟଣାରେ ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri