ରାମାୟଣ ନାଟକରେ ଅଶ୍ଳିଳତା ପ୍ରଦର୍ଶନ ମାମଲା: ଥାନାରେ ହାଜର ହେଲେ ୧୦ରୁ ଊର୍ଦ୍ଧ୍ୱ କଳାକାର-କମିଟି ସଦସ୍ୟ

ଦିଗପହଣ୍ଡି,୧୯।୧୧(ଅଶେଷ ନାଥ ମିଶ୍ର): ଗତ କାର୍ତ୍ତିକ ପୂର୍ଣ୍ଣିମା ଯାତ୍ରା ଉପଲକ୍ଷେ ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଦିଗପହଣ୍ଡି ଥାନା ମୌଳାଭଞ୍ଜା ଗ୍ରାମରେ ପ୍ରତିଯୋଗିତାମୂଳକ ୨ ଟି ନାଟ୍ୟ ଅନୁଷ୍ଠାନ ପକ୍ଷରୁ ପୈାରାଣିକ ରାମାୟଣ ନାଟକ ରେ ଅଶ୍ଳିଳତା ପ୍ରଦର୍ଶନ ଘଟଣାରେ ପୋଲିସ ପକ୍ଷରୁ ତଦନ୍ତ ଜାରି ରହିଛି। ଖଲ୍ଲିକୋଟ ନିକଟ ଚିକିଲି ଗ୍ରାମର ରାମାୟଣ ନାଟକ ଅନୁଷ୍ଠାନର ୪ କଳାକାରଙ୍କ ସମେତ ଯାତ୍ରା କମିଟିର ୬ ରୁ ଊଦ୍ଧର୍‌ବ ସଦସ୍ୟଙ୍କୁ ପୋଲିସ ଥାନାକୁ ଡ଼ାକି ପଚରାଉଚରା କରାଯାଉଥିବା ଆଇଆଇସି ତଥା ଡିଏସ୍‌ପି ପ୍ରଶାନ୍ତ କୁମାର ପାତ୍ର କହିଛନ୍ତି।

ପ୍ରକାଶ ଯେ, ମଞ୍ଚସ୍ଥ ହୋଇଥିବା ନାଟକରେ ରାବଣ ଭୂମିକା ରେ ଅଭିନୟ କରିଥିବା କଳାକାରଜଣଙ୍କ ଆଧ୍ୟାତ୍ମିକ ଓ ପୌରାଣିକ କଥାବସ୍ତୁ ରାମାୟଣ ଭଳି ପବିତ୍ର ଗ୍ରନ୍ଥ କୁ ଅପମାନିତ କରି ବେଦମତି ଓ ସୀତା ହରଣ ଦୃଶ୍ୟରେ ଅତ୍ୟନ୍ତ ଅଶ୍ଳିଳ ଅଙ୍ଗଭଙ୍ଗୀ ପ୍ରଦର୍ଶନ କରିଥିବା ଅଭିଯୋଗ ହୋଇଥିଲା। ମଙ୍ଗଳବାର ଗଞ୍ଜାମ ଜିଲା ନାଟ୍ୟ ନିର୍ଦ୍ଦେଶକ ସଂଘ ସଭାପତି ରାଜ ଗୋପାଳ ପାଢ଼ୀ ଘଟଣାକୁ ବିରୋଧ କରି ଦିଗପହଣ୍ଡି ଥାନାରେ ଏତଲା ଦେଇଥିଲେ। ଏତଲାକୁ ଭିତ୍ତିକରି ଥାନା ମାମଲା ନଂ.୪୧୯/୨୫ ବିଏନ୍‌ଏସ୍‌ର ଦଫା – ୨୯୯/୨୯୬/୩୫୨/୩(ଆଇ) ଏବଂ ରିପ୍ରେଜେଣ୍ଟେସନ ପ୍ରିଭେନ୍ସନ ଆକ୍ଟ ଅନୁଯାୟୀ ମକଦ୍ଦମା ରୁଜୁ କରାଯାଇଥିଲା।ତଦନ୍ତକାରୀ ଅଧିକାରୀ ଏଏସ୍‌ଆଇ ଘଟଣାର ତଦନ୍ତ ଚଳାଇଥିବା ଜଣାପଡ଼ିଛି। ସାନଖେମୁଣ୍ଡି ବ୍ଲକ ଜିଉରା ଗ୍ରାମ ରାମାୟଣ ନାଟକ ଅନୁଷ୍ଠାନର କୌଣସି କଳାକାର ଥାନାରେ ପହଞ୍ଚି ନଥିବା ତଦନ୍ତକାରୀ ଅଧିକାରୀ କହିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି, ଜଣେ ଦୁଷ୍କର୍ମ ପୀଡ଼ିତାଙ୍କୁ ଗର୍ଭପାତ ପାଇଁ ଅନୁମତି

କଟକ,୨୧ା୧: ଜଣେ ଦୁଷ୍କର୍ମ ପୀଡ଼ିତାଙ୍କ ଆବେଦନ ଉପରେ ଶୁଣାଣି କରି ଓଡ଼ିଶା ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଶୁଣାଇଛନ୍ତି । ପୀଡ଼ିତାଙ୍କ ଶାରୀରିକ ଓ ମାନସିକ...

ରାଜପଥ ଉପରେ ଗଦା ହୋଇଛି କୁଢ଼କୁଢ଼ ପ୍ଲାଷ୍ଟିକ୍‌, ଗୋରୁ ଖାଇ ହେଉଛନ୍ତି ଅସୁସ୍ଥ

ଦାରିଙ୍ଗବାଡ଼ି,୨୧ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପରେ ଅନ୍ୟତମ ବଜାର ହେଉଛି ସିମନବାଡ଼ି। ଗୋପାଳପୁରଠାରୁ ରାଇପୁରକୁ ସଂଯୋଗ ହେଉଥିବା ୫୯ ନଂ ଜାତୀୟ ରାଜପଥ କଡ଼ରେ...

ଗୁଣପୁର ରେଳ ଷ୍ଟେଶନରେ ଯୁବକଙ୍କୁ ଧକ୍କା ଦେଲା ଟ୍ରେନ, ମୃତଦେହ ଉପରେ ପୁଣି ମାଡ଼ିଗଲା ଇଞ୍ଜିନ

ଗୁଣପୁର,୨୧ା୧(ସଂକେତ ପାତ୍ର): ଗୁଣପୁର ରେଳ ଷ୍ଟେଶନରେ ଦୁର୍ଘଟଣା । ଟ୍ରନ ଧକ୍କାରେ ଯୁବକଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି । ତେବେ ଯୁବକଙ୍କ ଅସାବଧାନତା ପାଇଁ ଦୁର୍ଘଟଣା...

ଗଛରେ ଚଢ଼ି କାଠ କାଟୁଥିଲେ ଶ୍ରମିକ, ହଠାତ୍‌ ଘଟିଲା ଏମିତି…

କେନ୍ଦ୍ରାପଡ଼ା,୨୧ା୧(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ନିକିରାଇ ଥାନା ଅନ୍ତର୍ଗତ ପାଳକଣା ଗାଁରେ ଏକ ଦୁଃଖଦ ଘଟଣା ଘଟିଛି। ଜଣେ ଶ୍ରମିକ ଚାକୁଣ୍ଡା ଗଛରେ ଚଢ଼ି କାଠ...

କାର୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ପିକ୍‌ଅପ୍‌: ୩ ଗୁରୁତର

ବାରିପଦା,୨୧ା୧: ଏନ୍‌ଏଚ୍‌ ୧୬ ଦରକୋଳି ଛକରେ ସିରିଜ ଦୁର୍ଘଟଣା ଘଟିଛି। ଏକ କାର୍‌କୁ ଗୋଟିଏ ପିକ୍‌ଅପ୍‌ ଧକ୍କା ଦେଇଥିବାବେଳେ ପରେ ଟ୍ରକ୍‌କୁ ଧକ୍କା ଦେଇଥିଲା ପିକ୍‌ଅପ୍‌।...

ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା ଜୋରଦାର: ଦାରିଙ୍ଗବାଡିରେ ପୋଲିସ ଛାଉଣି

ଦାରିଙ୍ଗବାଡି,୨୧।୧(ଅରୁଣ ସାହୁ):ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି ସହରକୁ ଟ୍ରାଫିକ ମୁକ୍ତ ଓ ସୌନ୍ଦର୍ଯ୍ୟକରଣ କରିବାକୁ ଜିଲା ପ୍ରଶାସନର ନିର୍ଦ୍ଦେଶ କ୍ରମେ ବୁଧବାର ସ୍ଥାନୀୟ ପ୍ରଶାସନ ପକ୍ଷରୁ...

ମନ୍ତ୍ରୀଙ୍କ ବଡ଼ ଘୋଷଣା: ହଟିବ ଡିଜେଲ ଚାଳିତ ଆମ୍‌ ବସ

ଭୁବନେଶ୍ୱର,୨୧।୧: ଗୃହ ନିର୍ମାଣ ଏବଂ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର ବୁଧବାର ଏକ ବଡ଼ ଘୋଷଣା କରିଛନ୍ତି। ଡିଜେଲ ଚାଳିତ ‘ଆମ୍‌ ବସ୍‌’...

ହ୍ବାଟ୍ସ ଆପ୍‌ରେ ନ୍ୟୁଡ୍‌ ଭିଡିଓ କଲ୍‌ କରି କରୁଥିଲେ ବ୍ଲାକମେଲ୍‌: ଜଣାପଡ଼ିବା ପରେ ଘଟିଲା…

କଟକ,୨୧ା୧(କାର୍ତ୍ତିକ ସାହୁ):ଜଣେ ୭୨ ବର୍ଷୀୟ ବରିଷ୍ଠ ନାଗରିକଙ୍କୁ ପ୍ରଥମେ ହ୍ବାଟ୍ସ ଆପ୍‌ରେ ନ୍ୟୁଡ୍‌ ଭିଡିଓ କଲେ। ପରେ ଉକ୍ତ ଭିଡିଓ କଲିଂର ରେକର୍ଡିଂ କରି ତାହା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri