Posted inଜାତୀୟ

ବିହାର ମୁଖ୍ୟମନ୍ତ୍ରୀ ରୂପେ ନୀତୀଶ କୁମାର ଆଜି ନେବେ ଶପଥ

ପାଟନା,୨୦ା୧୧: ସଂଯୁକ୍ତ ଜନତା ଦଳ (ଜେଡିୟୁ) ନେତା ନୀତୀଶ କୁମାର ବୁଧବାର ସର୍ବସମ୍ମତିକ୍ରମେ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନ୍‌ଡିଏ) ନେତା ନିର୍ବାଚିତ ହୋଇଛନ୍ତି। ଏହା ପରେ ସେ ପାଟନାସ୍ଥିତ ରାଜଭବନରେ ରାଜ୍ୟପାଳ ଆରିଫ୍‌ ମହମ୍ମଦ ଖାନ୍‌ଙ୍କୁ ଭେଟି ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବା ସହ ରାଜ୍ୟରେ ପରବର୍ତ୍ତୀ ସରକାର ଗଠନ ପାଇଁ ଦାବି ଜଣାଇଛନ୍ତି। ଗୁରୁବାର ପାଟନାର ଗାନ୍ଧୀ ମଇଦାନରେ ସେ ୧୦ମ ଥର ପାଇଁ ବିହାର ମୁଖ୍ୟମନ୍ତ୍ରୀ ରୂପେ ଶପଥ ନେବେ। ତାଙ୍କ ସହ ଅନ୍ୟ ୨୨ ବିଧାୟକ ମଧ୍ୟ ମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିପାରନ୍ତି।
ବିଧାୟକ ଦଳ ବୈଠକରେ ଉପମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧରୀ ନେତା ନିର୍ବାଚିତ ହୋଇଛନ୍ତି। ସେହିପରି ଅନ୍ୟତମ ଉପମୁଖ୍ୟମନ୍ତ୍ରୀ ବିଜୟ ସିହ୍ନାଙ୍କୁ ଉପନେତା ବଛାଯାଇଛି। ତେଣୁ ଉଭୟେ ପୁଣି ଥରେ ଉପମୁଖ୍ୟମନ୍ତ୍ରୀ ରୂପେ ଶପଥ ନେଇପାରନ୍ତି। ଏହି ଶପଥ ଗ୍ରହଣ ଉତ୍ସବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, କେତେଜଣ କେନ୍ଦ୍ରମନ୍ତ୍ରୀ, ଭାଜପା ଏବଂ ଏନ୍‌ଡିଏ ଶାସିତ ରାଜ୍ୟଗୁଡ଼ିକର ମୁଖ୍ୟମନ୍ତ୍ରୀ ଯୋଗଦେବା କାର୍ଯ୍ୟକ୍ରମ ରହିଛି। ଲକ୍ଷାଧିକ ଲୋକଙ୍କ ସମାଗମକୁ ଦୃଷ୍ଟିରେ ରଖି ପାଟନାରେ କଡ଼ା ସୁରକ୍ଷା ବନ୍ଦୋବସ୍ତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଥମ ଟି-୨୦: ଅଭିଷେକ ଓ ରିଙ୍କୁଙ୍କ ଧୂଆଁଧାର ବ୍ୟାଟିଂ, ନ୍ୟୁଜିଲାଣ୍ଡକୁ ୪୮ ରନ୍‌ରେ ହରାଇଲା ଭାରତ

ନାଗପୁର,୨୧।୧: ବିଦର୍ଭ କ୍ରିକେଟ ଆସୋସିଏସନ ଷ୍ଟାଡିୟମଠାରେ ଅନୁଷ୍ଠିତ ପାଞ୍ଚ ମ୍ୟାଚ୍ ବିଶିଷ୍ଟ ଟି-୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ରେ ଭାରତ, ନ୍ୟୁଜିଲାଣ୍ଡକୁ ୪୮ ରନ୍‌ରେ ପରାସ୍ତ କରିଛି।...

ଗ୍ରୀନଲ୍ୟାଣ୍ଡକୁ ନେଇ ଡାଭୋସରେ ଟ୍ରମ୍ପଙ୍କ ଚରମବାଣୀ: ୟୁରୋପରେ ଉତ୍ତେଜନା

ନୂଆଦିଲ୍ଲୀ।୧: ସ୍ୱିଜରଲ୍ୟାଣ୍ଡର ଡାଭୋସରେ ଆୟୋଜିତ ବିଶ୍ୱ ଅର୍ଥନୈତିକ ଫୋରମ (WEF) ରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଗ୍ରୀନଲ୍ୟାଣ୍ଡକୁ ନେଇ ଏକ ବଡ଼ ବୟାନ ଦେଇଛନ୍ତି।...

ଗଙ୍ଗପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା; କଣ୍ଟେନରକୁ ଧକ୍କା ଦେଲା ଥାର୍, ୩ ମୃତ

ଖୋର୍ଦ୍ଧା୨୧।୧: ପୁଣିଥରେ ଦୁର୍ଘଟଣା ଘଟାଇଲା ଥାର୍ । ମଙ୍ଗଳବାର ରାତିରେ ଥାର ଦୁର୍ଘଟଣାରେ ଭୁବନେଶ୍ବରରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଜି ପୁଣି ଖୋର୍ଦ୍ଧା ଦୁର୍ଘଟଣାରେ...

ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି, ରାସ୍ତାରେ ଭାସିଲା ପରେ ଲୋକେ…

ଭୁବନେଶ୍ୱର,୨୧।୧: ରାଜଧାନୀ ଭୁବନେଶ୍ୱର ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି । ତେବେ ଏହି ଅଘଟଣ ପରେ ରାସ୍ତାରେ ତେଲ ଭାସୁଥିବା ଦେଖିଯାଇଛି ।...

ଗ୍ରୀନଲ୍ୟାଣ୍ଡକୁ ପୁଣି ଧମକ ଦେଲେ ଟ୍ରମ୍ପ, ଯଦି ହଁ କରନ୍ତି….

ନୂଆଦିଲ୍ଲୀ,୨୧।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସ୍ୱିଜରଲ୍ୟାଣ୍ଡର ଡାଭୋସରେ ବିଶ୍ୱ ଅର୍ଥନୈତିକ ଫୋରମ୍ (WEF)ର ବାର୍ଷିକ ବୈଠକରେ ଭାଷଣ ଦେଇ ତାଙ୍କ ପ୍ରଥମ ବର୍ଷ କାର୍ଯ୍ୟକାଳର...

ପଞ୍ଚାୟତ ନିର୍ବାଚନ ପାଇଁ ବିଜେଡିର ରଣନୀତି: ବିଧାୟକଙ୍କ ସହ ନବୀନଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର,୨୧।୧: ଓଡ଼ିଶାର ଆଗାମୀ ପଞ୍ଚାୟତ ନିର୍ବାଚନ ପାଇଁ ବିଜୁ ଜନତା ଦଳ ପ୍ରସ୍ତୁତି ଜୋରଦାର କରିଛି। ବୁଧବାର ସନ୍ଧ୍ୟାରେ ବିଜେଡି ସୁପ୍ରିମୋ ତଥା ବିରୋଧୀ ଦଳ...

1st T20I: ଅଭିଷେକ ଓ ରିଙ୍କୁଙ୍କ ବିସ୍ଫୋରକ ବ୍ୟାଟିଂ; ନ୍ୟୁଜିଲାଣ୍ଡ ବିପକ୍ଷରେ ଭାରତର ବିଶାଳ ସ୍କୋର

ନାଗପୁର,୨୧।୧: ନାଗପୁରରେ ଅନୁଷ୍ଠିତ ପ୍ରଥମ ଟି-୨୦ ମ୍ୟାଚ୍‌ରେ ଭାରତୀୟ ବ୍ୟାଟରମାନେ ରନ୍‌ର ବର୍ଷା କରିଛନ୍ତି। ଅଭିଷେକ ଶର୍ମା ଏବଂ ରିଙ୍କୁ ସିଂଙ୍କ ଧୂଆଁଧାର ପାଳି ବଳରେ...

ଜୀବିତ ସତ୍ତ୍ବେ ମୃତ ଦର୍ଶାଇ ଆଧାର ନିଷ୍କ୍ରିୟ: ମଣ୍ଡିରେ ବିକ୍ରି ହୋଇ ପାରିଲାନି ଧାନ, ଘରକୁ ଫେରାଇ…

ବରଗଡ଼,୨୧।୧(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରିରେ ଚାଷୀଙ୍କ ଦୁଃଖ ତୁଟୁ ନାହିଁ । ବୈଷୟିକ ତୃଟି ମଧ୍ୟ ଧାନବିକ୍ରିରେ ଚାଷୀଙ୍କ ପାଇଁ କାଳ ସାଜିଛି । ବରଗଡ଼ ଜିଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri