ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ: ବାତ୍ୟା ଆଶଙ୍କା, ଚାଷୀଙ୍କ ମଧ୍ୟରେ ଭାଳେଣି

ଭୁବନେଶ୍ୱର, ୨୧ା୧୧(ବନ୍ଦନା ସେଠୀ):ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ। ଗୁରୁବାର ସନ୍ଧ୍ୟା ସୁଦ୍ଧା ଘୂର୍ଣ୍ଣିବଳୟଟି ଷ୍ଟ୍ରେଟ୍‌ ଅଫ୍‌ ମଲାକ୍କା (ଇଣ୍ଡୋନେସିଆ ଦେଇ ଆଣ୍ଡାମାନ ସାଗରକୁ ସଂଯୋଗ କରୁଥିବା ଜଳପଥ)ର ସମୁଦ୍ରପତ୍ତନଠାରୁ ୫.୮ କିମି ବିସ୍ତୀର୍ଣ୍ଣ ଅଞ୍ଚଳରେ ରହିଛି। ଏହା ପ୍ରଭାବରେ ନଭେମ୍ବର ୨୨ରେ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବାକୁ ଯାଉଛି। ତେବେ ଏହାକୁ ନେଇ ବାତ୍ୟା ଆଶଙ୍କା ପ୍ରକାଶ ପାଇଥିଲେ ମଧ୍ୟ ପାଣିପାଗ ବିଭାଗ ପକ୍ଷରୁ କୌଣସି ସ୍ପଷ୍ଟ ସୂଚନା ଦିଆଯାଇ ନାହିଁ। ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶିକା ମନୋରମା ମହାନ୍ତି କହିଛନ୍ତି, ଏହି ଘୂର୍ଣ୍ଣିବଳୟ ପାଇଁ ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବ। ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତିକରି ଅଧିକ ଘନୀଭୂତ ହେବ ଓ ୨୪ ତାରିଖ ବେଳକୁ ଦକ୍ଷିଣ ଅବପାତର ରୂପ ନେଇପାରେ। ପରବର୍ତ୍ତୀ ୪୮ଘଣ୍ଟାରେ ଅର୍ଥାତ୍‌ ୨୬ ତାରିଖ ବେଳକୁ ଆହୁରି ଘନୀଭୂତ ହେବାର ସମ୍ଭାବନା ରହିଛି। ପାଣିପାଗ ବିଭାଗର ଏଭଳି ସୂଚନାକୁ ନେଇ ଚାଷୀଙ୍କ ମଧ୍ୟରେ ଭାଳେଣି ପଡ଼ିଛି। ବାତ୍ୟା ଓ ବର୍ଷା ଆଶଙ୍କାରେ ଦିନ କାଟୁଛନ୍ତି। ଏବେ ଅମଳ ସମୟ ଆରମ୍ଭ ହୋଇଥିଲେ ମଧ୍ୟ ବିଲରେ ପାଣି ରହିଛି। ପୁଣି ଧାନ ଅମଳ ପାଇଁ ଶ୍ରମିକ ଅଭାବ ଚିନ୍ତା ବଢ଼ାଇଛି। ସାମାନ୍ୟ ବର୍ଷା ହେଲେ ବି ବିଲରେ ଥିବା ପାଚିଲା ଧାନ ନଷ୍ଟ ହେବ ବୋଲି ଚାଷୀମାନେ କହୁଛନ୍ତି।
ଅପରପକ୍ଷେ ଏବେ ସାରା ରାଜ୍ୟରେ ତାପମାତ୍ରା ସାଧାରଣ ରହିଥିବାବେଳେ କେନ୍ଦ୍ରୀୟ ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ ପାରଦ ତଳକୁ ଖସିଛି। ଗତ ୨୪ ଘଣ୍ଟାରେ ଫୁଲବାଣୀ ଏବଂ ଦାରିଙ୍ଗବାଡିରେ ସର୍ବନିମ୍ନ ତାପମାତ୍ରା ୧୧.୫ ଡିଗ୍ରୀ ରେକର୍ଡ କରାଯାଇଛି। ସେହିପରି ୪ଟି ସ୍ଥାନରେ ତାପମାତ୍ରା ୧୨ଡିଗ୍ରୀ କିମ୍ବା ଏହାଠାରୁ କମ୍‌ ରହିଥିବାବେଳେ ୧୨ଟି ସ୍ଥାନରେ ୧୫ ଡିଗ୍ରୀ ତଳେ ପାରଦ ରହିଥିବା ସୂଚନା ଦିଆଯାଇଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଶିଶିର ସରସ ମେଳା-୨୦୨୬ରେ ୩୦ କୋଟି ଟପିଲା ବ୍ୟବସାୟ

ଭୁବନେଶ୍ୱର,୨୦।୧: ରାଜଧାନୀରେ ଚାଲିଥିବା ଜାତୀୟ ସ୍ତରୀୟ ‘ଶିଶିର ସରସ ମେଳା-୨୦୨୬’ ମଙ୍ଗଳବାର ଉଦଯାପିତ ହୋଇଯାଇଛି। ଚଳିତ ବର୍ଷ ଏହି ମେଳା ବିକ୍ରି ଏବଂ ଜନସମାଗମ କ୍ଷେତ୍ରରେ...

ମହାପ୍ରଭୁଙ୍କ ଶରଣରେ ପଶିଲେ ପିୟୂଷ: ଯାତ୍ରା ମଞ୍ଚ ପାଇଁ ଫିଟିଗଲା ବାଟ

ଭୁବନେଶ୍ୱର,୨୦।୧: ଯାତ୍ରା ଜଗତର ଚର୍ଚ୍ଚିତ ଖଳନାୟକ ପିୟୂଷ ତ୍ରିପାଠୀଙ୍କ ପାଇଁ ଖୋଲିଛି ମଞ୍ଚକୁ ଫେରିବାର ବାଟ। ଅପେରା ସୂର୍ଯ୍ୟମନ୍ଦିର ମାଲିକ ପ୍ରମୋଦ ସ୍ୱାଇଁଙ୍କ ସହ ଚାଲିଥିବା...

ମହିଳାଙ୍କ ହାତରେ ‘ଆମ ବସ୍’ ଷ୍ଟିୟରିଂ: ଏହି ଦିନରୁ ମିଳିବ ଦାୟିତ୍ୱ

ଭୁବନେଶ୍ୱର,୨୦।୧: ରାଜ୍ୟ ପରିବହନ ସେବାରେ ଏକ ବଡ଼ ପରିବର୍ତ୍ତନ ଆସିବାକୁ ଯାଉଛି। ଏଣିକି ପୁରୁଷଙ୍କ ସହ ମହିଳାମାନେ ମଧ୍ୟ ‘ଆମ ବସ୍’ ଚଲାଇବେ। ବିଶେଷ କରି...

ବାଲେଶ୍ୱରରେ ସଂଖ୍ୟାଲଘୁ ଯୁବକଙ୍କ ହତ୍ୟା: ନବୀନଙ୍କ ଗଭୀର ଦୁଃଖ ପ୍ରକାଶ

ଭୁବନେଶ୍ୱର,୨୦।୧: ବାଲେଶ୍ୱର ଜିଲାରେ ଗୋ-ଚାଲାଣ ଅଭିଯୋଗରେ ଜଣେ ସଂଖ୍ୟାଲଘୁ ସମ୍ପ୍ରଦାୟର ଯୁବକଙ୍କୁ ହତ୍ୟା ଘଟଣାରେ ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ...

୨୦୦୦ ଟଙ୍କାର ଛୋଟିଆ SIP କରିବ କୋଟିପତି, ଜାଣନ୍ତୁ କିଭଳି ନିବେଶ… 

ନୂଆଦିଲ୍ଲୀ, ୨୦।୧: କ’ଣ ୨୦୦୦ର ଛୋଟ SIPରୁ ଆପଣ କୋଟିପତି ହୋଇପାରିବେ? ଉତ୍ତର ହେଉଛି ହଁ! କେବଳ ଧୌର୍ଯ୍ୟ ଏବଂ ସମୟର ଆବଶ୍ୟକତା ରହିଛି। ଏସ୍‌ଆଇପି,...

ନିରଞ୍ଜନଙ୍କୁ ଗୁରୁଦାୟିତ୍ୱ: ରାଜ୍ୟ ସରପଞ୍ଚ ମହାସଂଘର ଉପଦେଷ୍ଟା ହେଲେ …

ଦିଗପହଣ୍ଡି,୨୦|୧(ଅଶେଷନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକର ପୂର୍ବତନ ସମିତି ସଭ୍ୟ ତଥା ରେଡ୍ଡୀ ସମାଜ ଦିଗପହଣ୍ଡି ଜୋନର ସଭାପତି ଏମ୍ . ନିରଞ୍ଜନ ରେଡ୍ଡୀଙ୍କୁ...

ପ୍ରତିରକ୍ଷା କ୍ଷେତ୍ରରେ ଭାରତର ବଡ଼ ପଦକ୍ଷେପ: ଆସୁଛି ଶକ୍ତିଶାଳୀ ଲେଜର ଅସ୍ତ୍ର

ନୂଆଦିଲ୍ଲୀ,୨୦।୧: ବିଶ୍ୱରେ ବଦଳୁଥିବା ସୁରକ୍ଷା ପରିସ୍ଥିତିକୁ ଦୃଷ୍ଟିରେ ରଖି ଭାରତ ଏବେ ନିଜସ୍ୱ ବାୟୁ ପ୍ରତିରକ୍ଷା ପ୍ରଣାଳୀକୁ ଅଧିକ ସୁଦୃଢ଼ କରିବାକୁ ଯାଉଛି। ରୁଷର S-400...

ଭାରତର ଭିତ୍ତିଭୂମି କ୍ଷେତ୍ରରେ ଅଭିବୃଦ୍ଧି: ଡିସେମ୍ବରରେ ୩.୭ ପ୍ରତିଶତକୁ ବୃଦ୍ଧି

ନୂଆଦିଲ୍ଲୀ,୨୦।୧: ଦେଶର ଶିଳ୍ପାୟନ କ୍ଷେତ୍ରରୁ ଭଲ ଖବର ଆସିଛି। ଭାରତର ୮ଟି ପ୍ରମୁଖ ଭିତ୍ତିଭୂମି କ୍ଷେତ୍ରର ଅଭିବୃଦ୍ଧି ହାର ଡିସେମ୍ବର ମାସରେ ୩.୭ ପ୍ରତିଶତକୁ ବୃଦ୍ଧି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri