Posted inଖେଳ

ଓଡ଼ିଶାରେ ଟି-୨୦ ମ୍ୟାଚ୍ ପୂର୍ବରୁ ସୂର୍ଯ୍ୟକୁମାର ଯାଦବଙ୍କୁ ମିଳିବ ବଡ ଦାୟିତ୍ୱ

ମୁମ୍ବାଇ,୨୧।୧୧: ଭାରତୀୟ ଟି-୨୦ ଦଳର ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଆଗାମୀ ୨୦୨୫-୨୬ ସୟଦ ମୁସ୍ତାକ ଅଲି ଟ୍ରଫି (SMAT) ରେ ମୁମ୍ବାଇ ଦଳର ନେତୃତ୍ୱ ନେବାକୁ ଯାଉଛନ୍ତି। ନିର୍ଭରଯୋଗ୍ୟ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ଶୁକ୍ରବାର ଅପରାହ୍ନରେ ମୁମ୍ବାଇ କ୍ରିକେଟ୍ ଆସୋସିଏସନ୍ (MCA) ର ବରିଷ୍ଠ ଚୟନ କମିଟି ବୈଠକରେ ଏହି ନିଷ୍ପତ୍ତି ଉପରେ ମୋହର ଲାଗିବ।

ସୂର୍ଯ୍ୟକୁମାର ଯାଦବ ଆଗାମୀ ଘରୋଇ ଟି-୨୦ ଲିଗ୍ ମ୍ୟାଚ୍ ଖେଳିବା ପାଇଁ ତାଙ୍କର ଉପଲବ୍ଧତା ପ୍ରକାଶ କରିଛନ୍ତି। ୨୦୨୬ ଟି-୨୦ ବିଶ୍ୱକପ୍‌କୁ ଦୃଷ୍ଟିରେ ରଖି ସେ ହ୍ୱାଇଟ ବଲ୍ କ୍ରିକେଟ୍ ପାଇଁ ପ୍ରସ୍ତୁତି କରିବାକୁ ଚାହୁଁଛନ୍ତି।

ମୁମ୍ବାଇର SMAT ଲିଗ୍ ମ୍ୟାଚ୍ ଗୁଡ଼ିକ ନଭେମ୍ବର ୨୬ରୁ ଲକ୍ଷ୍ନୌରେ ଆରମ୍ଭ ହେବ। ମୁମ୍ବାଇ ଏହି ଟ୍ରଫିରେ ରେଳବାଇ, ବିଦର୍ଭ, ଆନ୍ଧ୍ର, ଆସାମ, କେରଳ, ଛତିଶଗଡ଼, ଏବଂ ଓଡ଼ିଶା ସହିତ ମୁକାବିଲା କରିବ।

ସବୁଠୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ଦକ୍ଷିଣ ଆଫ୍ରିକା ବିପକ୍ଷ ୫ ମ୍ୟାଚ୍ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ମ୍ୟାଚ୍ ଡିସେମ୍ବର ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମ୍‌ରେ ଅନୁଷ୍ଠିତ ହେବ। ସୂର୍ଯ୍ୟକୁମାର ଯାଦବ ଡିସେମ୍ବର ୬ ଏବଂ ୮ ତାରିଖରେ ହେବାକୁ ଥିବା ଶେଷ ଦୁଇଟି ଲିଗ୍ ମ୍ୟାଚ୍ ଖେଳି ଡିସେମ୍ବର ୯ ପୂର୍ବରୁ ଭାରତୀୟ ଦଳରେ ଯୋଗ ଦେବାର ସମ୍ଭାବନା ରହିଛି।

ପୂର୍ବରୁ ଶ୍ରେୟସ ଆୟର ହ୍ୱାଇଟ ବଲ୍ କ୍ରିକେଟ୍‌ରେ ମୁମ୍ବାଇର ନେତୃତ୍ୱ ନେବେ ବୋଲି ଆଶା କରାଯାଉଥିଲା, କିନ୍ତୁ ଆୟର ଆହତ ଥିବାରୁ ଏବଂ ସୂର୍ଯ୍ୟକୁମାର ଉପଲବ୍ଧ ଥିବାରୁ MCA ତାଙ୍କୁ ଦଳର ନେତୃତ୍ୱ ନେବାକୁ ନିଷ୍ପତ୍ତି ନେଇଛି। ଶାର୍ଦ୍ଦୁଲ ଠାକୁର ପୂର୍ବରୁ ରଣଜୀ ଟ୍ରଫି ଅଧିନାୟକ ଭାବେ ଚୟନ ହୋଇଥିଲେ।

ଉଲ୍ଲେଖଯୋଗ୍ୟ, ସୂର୍ଯ୍ୟକୁମାର ପୂର୍ବରୁ ମଧ୍ୟ ପୁଡୁଚେରୀ ବିପକ୍ଷ ରଣଜୀ ଟ୍ରଫି ମ୍ୟାଚ୍‌ରୁ ଦୂରେଇ ରହିବାକୁ MCA କୁ ଜଣାଇଥିଲେ। ସେହିପରି, ଶିବମ ଦୁବେ ମଧ୍ୟ ଦକ୍ଷିଣ ଆଫ୍ରିକା ଟି-୨୦ ସିରିଜ୍ ପାଇଁ ପ୍ରସ୍ତୁତି କରିବାକୁ ଆଗାମୀ ରଣଜୀ ମ୍ୟାଚରୁ ଓହରି ଯିବା ପାଇଁ MCA ଠାରୁ ଅନୁମତି ପାଇଛନ୍ତି। ସୂର୍ଯ୍ୟକୁମାର ଯାଦବ ଶେଷ ଥର ପାଇଁ ଚଳିତ ବର୍ଷ ଆରମ୍ଭରେ ରଣଜୀ ଟ୍ରଫି ସେମିଫାଇନାଲରେ ବିଦର୍ଭ ବିପକ୍ଷରେ ମୁମ୍ବାଇ ପାଇଁ ଖେଳିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପିକଅପ୍ ଧକ୍କାରେ ଚାହା କେବିନ୍ ସହ ୨ ବାଇକ୍ ଚୁରମାର, ଠାକୁର ପୂଜା କରୁଥିବା ବେଳେ…

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଚିକିଟି ମୁଖ୍ୟରାସ୍ତାର ଦେଓଖାଳି ଛକରେ ସଡ଼କ ଦୁର୍ଘଟଣା । ସକାଳ ପ୍ରାୟ ସାଢ଼େ ୬ ଟାରେ...

ସୁସ୍ଥ ପରିବେଶ ଗଠନ ପାଇଁ ସଚେତନତା, ନୂଆ କମିଟି ଚୟନ….

ରାୟଗଡ଼ା,୨୧।୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ବ୍ଲକ ହାଲୁଆ ଗ୍ରାମ ନିକଟସ୍ଥ ସେବା ସମାଜ ଗୃହ ଠାରେ ପ୍ରେସ କ୍ଲବର ବନ୍ଧୁ ମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି...

ମନର ଧାରଣା ନା ସତରେ ଦ୍ରୁତ ବେଗରେ ବାଇକ୍‌ ଚଳାଇଲେ ଅଧିକ ଇନ୍ଧନ ଖର୍ଚ୍ଚ ହୁଏ? ମନରେ ଦ୍ୱନ୍ଦ୍ୱ ଥିଲେ କରନ୍ତୁ ଦୂର…

ନୂଆଦିଲ୍ଲୀ,୨୧।୧: ପ୍ରତ୍ୟେକ ବାଇକ୍‌ ଆରୋହୀଙ୍କ ମନରେ ସାଧାରଣ ପ୍ରଶ୍ନ ଆସେ ଯେ ବାସ୍ତବରେ କ’ଣ ଦ୍ରୁତ ବେଗରେ ଗାଡ଼ି ଚଳାଇଲେ ଅଧିକ ପେଟ୍ରୋଲ ଖର୍ଚ୍ଚ ହୁଏ...

ଭାରତର ୭ ବଡ଼ ବ୍ୟବସାୟୀ ଟ୍ରମ୍ପଙ୍କ ସହ କରିବେ ଡିନର୍‌, ଶକ୍ତି ପ୍ରଦର୍ଶନ କରିବ ଭାରତ

ନୂଆଦିଲ୍ଲୀ,୨୧।୧: ଡାଭୋସରେ ଚାଲିଥିବା ବିଶ୍ୱ ଅର୍ଥନୈତିକ ଫୋରମ (WEF) ସମୟରେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଅନେକ ବଡ଼ ଭାରତୀୟ ବ୍ୟବସାୟୀଙ୍କୁ ଭେଟିବେ। NDTV ଅନୁଯାୟୀ,...

ଇତିହାସ ରଚିଲା ‘ଭେରୋନିକା’: ବିଶ୍ୱର ପ୍ରଥମ ଗାଈ ଭାବେ କଲା ଏପରି କାରନାମା

ପଶୁ ଜଗତର ବୁଦ୍ଧିମତାକୁ ନେଇ ଏକ ଆଶ୍ଚର୍ଯ୍ୟଜନକ ତଥ୍ୟ ସାମ୍ନାକୁ ଆସିଛି। ଅଷ୍ଟ୍ରିଆର ‘ଭେରୋନିକା’ ନାମକ ଏକ ଗାଈ ନିଜର ଚତୁରତା ପାଇଁ ଏବେ ସାରା...

୧୮ରୁ ୫୫ ବର୍ଷୀୟ ଏହି ମହିଳାମାନଙ୍କୁ ସରକାର ଦେବେ ୫୦୦୦ ଟଙ୍କା, ଯୋଜନାର ଲାଭ କିପରି ନେବେ ଜାଣି ରଖନ୍ତୁ…

ନୂଆଦିଲ୍ଲୀ,୨୧।୧: ଭାରତ ସରକାର ଦେଶର ନାଗରିକଙ୍କ ପାଇଁ ଅନେକ କଲ୍ୟାଣକାରୀ ଯୋଜନା ଚଳାଇଛନ୍ତି। ଏହି ଯୋଜନାଗୁଡ଼ିକ ମଧ୍ୟରୁ ଏକ ଗୁରୁତ୍ୱପୂର୍ଣ୍ଣ ଯୋଜନା ହେଉଛି ପ୍ରଧାନମନ୍ତ୍ରୀ ମାତୃ...

ବରଗଡ଼ରେ ପୁଣି କଫ ସିରପ କାରବାର: ୭୬ ହଜାରରୁ ଅଧିକ ଟଙ୍କା ଜବତ ସହ…

ବରଗଡ଼,୨୧ା୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ପୋଲସ ବୁଧବାର ୫୦୫୦ବୋତଲ କଫ୍‌ ସିରପ୍‌ ଜବତ କରିଛି। ଏଥିରେ ସମ୍ପୃକ୍ତ ୬ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଥିବାବେଳେ...

BCBକୁ ଆଉ ଗୋଟିଏ ଦିନ ସମୟ ଦେଇଛି ICC, ଯଦି ବାଂଲାଦେଶ ଟି-୨୦ ବିଶ୍ୱକପ ପାଇଁ ଭାରତ ନ ଆସେ ତେବେ…

ନୂଆଦିଲ୍ଲୀ,୨୧।୧: ୨୦୨୬ ଟି୨୦ ବିଶ୍ୱକପ ପାଇଁ ବାଂଲାଦେଶ ଦଳ ଭାରତ ଯାତ୍ରା କରିବ କି ନାହିଁ ସେ ବିଷୟରେ ଏପର୍ଯ୍ୟନ୍ତ କୌଣସି ଆନୁଷ୍ଠାନିକ ନିଷ୍ପତ୍ତି ହୋଇନାହିଁ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri