ବଲାଙ୍ଗୀରରେ ଗୋଷ୍ଠୀ ସଂଘର୍ଷ: ସହରରେ ବିଗିଡିଲାଣି ଆଇନ ଶୃଙ୍ଖଳା

ବଲାଙ୍ଗୀର,୨୧।୧୧: ବଲାଙ୍ଗୀର ସହର ଭିତରେ ଗୋଷ୍ଠୀ ସଂଘର୍ଷ। ଜଣେ ଯୁବକ ହେଲେ ଗୁରୁତର। ବଲାଙ୍ଗୀର ଆନନ୍ଦନଗର ପଡ଼ାରେ ଦୁଇଟି ଗ୍ରୁପରେ ପ୍ରାୟ ଦଶ ଜଣ ଯୁବକ ମାଡ଼ ପିଟ ହେଇଥିଲେ। ଦୁଇ ଗୋଷ୍ଠୀ ଭିତରୁ ଭାସ୍କର ପରିଛା ନାମକ ଜଣେ ଯୁବକଙ୍କୁ ଏକ ଧାରୁଆ ଅସ୍ତ୍ରରେ ଆକ୍ରମଣ କରାଯାଇଥିଲା l ଯୁବକ ଜଣକ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଟାଉନ ପୋଲିସ ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲକୁ ଆଣି ଭର୍ତ୍ତି କରିଥିଲା। ତାଙ୍କ ଅବସ୍ଥା ଗୁରୁତର ହେବାରୁ ଡାକ୍ତର ବୁର୍ଲାକୁ ରେଫର କରିଥିବା ଜଣାଯାଇଛି l ପୋଲିସ ଘଟଣାର ତଦନ୍ତ କରୁଛି।
ବଲାଙ୍ଗୀର ସହରରେ ଦିନକୁ ଦିନ ଆଇନ ଶୃଙ୍ଖଳା ବିଗିଡିବାରେ ଲଗିଛି। ପୋଲିସ ପକ୍ଷରୁ କୌଣସି କଡ଼ାକଡ଼ି ପଦକ୍ଷେପ ନିଆଯାଉନାହିଁ l ଅନ୍ୟପଟେ ସହରରେ ନିଶା କାରବାର ବଢ଼ିବାରେ ଲାଗିଛି ଏପରିକି ଗ୍ରାମାଞ୍ଚଳରେ ମଧ୍ୟ ନିଶା କାରବାର ଚେର ଲମ୍ବିବାର ଲାଗିଛି। ହେଲେ ପୋଲିସ ପକ୍ଷରୁ ଅପରାଧୀମାନଙ୍କୁ କାବୁ କରିବା ପାଇଁ କୌଣସି ଆଖି ଦୃଶିଆ କାର୍ଯ୍ୟାନୁଷ୍ଠନ ଗ୍ରହଣ କରାଯାଉ ନ ଥିବା ବୁଦ୍ଧିଜୀବୀ ମହଲରେ ଏବେ ଆଲୋଚନା ହେଉଛି l

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା ଜୋରଦାର: ଦାରିଙ୍ଗବାଡିରେ ପୋଲିସ ଛାଉଣି

ଦାରିଙ୍ଗବାଡି,୨୧।୧(ଅରୁଣ ସାହୁ):ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି ସହରକୁ ଟ୍ରାଫିକ ମୁକ୍ତ ଓ ସୌନ୍ଦର୍ଯ୍ୟକରଣ କରିବାକୁ ଜିଲା ପ୍ରଶାସନର ନିର୍ଦ୍ଦେଶ କ୍ରମେ ବୁଧବାର ସ୍ଥାନୀୟ ପ୍ରଶାସନ ପକ୍ଷରୁ...

ବାଂଲାଦେଶକୁ ନେଇ ଭାରତ ସରକାରଙ୍କ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୧।୧: ବାଂଲାଦେଶର ବର୍ତ୍ତମାନର ସୁରକ୍ଷା ପରିସ୍ଥିତିକୁ ଦୃଷ୍ଟିରେ ରଖି, ଭାରତ ମଙ୍ଗଳବାର (ଜାନୁଆରୀ ୨୦, ୨୦୨୬) ସେଠାରେ ନିଯୁକ୍ତ ଭାରତୀୟ ଅଧିକାରୀଙ୍କ ପରିବାରକୁ ଫେରାଇ ନେବାକୁ...

ମୋଦି କ୍ୟାବିନେଟର ଦୁଇଟି ବଡ଼ ନିଷ୍ପତ୍ତି, ଅଟଳ ପେନସନ ପାଣ୍ଠିକୁ ମଞ୍ଜୁରୀ, ଦ୍ୱିତୀୟ ପ୍ରମୁଖ ନିଷ୍ପତ୍ତି ବିଷୟରେ ଜାଣନ୍ତୁ

ନୂଆଦିଲ୍ଲୀ,୨୧।୧: ମୋଦି କ୍ୟାବିନେଟ ବୁଧବାର (୨୧ ଜାନୁଆରୀ) ଦିନ ଭାରତୀୟ କ୍ଷୁଦ୍ର ଶିଳ୍ପ ବିକାଶ ବ୍ୟାଙ୍କକୁ ଇକ୍ୱିଟି ସହାୟତା ମଞ୍ଜୁର କରିଛନ୍ତି। ଏହା ଅଟଳ ପେନସନ...

ମନ୍ତ୍ରୀଙ୍କ ବଡ଼ ଘୋଷଣା: ହଟିବ ଡିଜେଲ ଚାଳିତ ଆମ୍‌ ବସ

ଭୁବନେଶ୍ୱର,୨୧।୧: ଗୃହ ନିର୍ମାଣ ଏବଂ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର ବୁଧବାର ଏକ ବଡ଼ ଘୋଷଣା କରିଛନ୍ତି। ଡିଜେଲ ଚାଳିତ ‘ଆମ୍‌ ବସ୍‌’...

ହ୍ବାଟ୍ସ ଆପ୍‌ରେ ନ୍ୟୁଡ୍‌ ଭିଡିଓ କଲ୍‌ କରି କରୁଥିଲେ ବ୍ଲାକମେଲ୍‌: ଜଣାପଡ଼ିବା ପରେ ଘଟିଲା…

କଟକ,୨୧ା୧(କାର୍ତ୍ତିକ ସାହୁ):ଜଣେ ୭୨ ବର୍ଷୀୟ ବରିଷ୍ଠ ନାଗରିକଙ୍କୁ ପ୍ରଥମେ ହ୍ବାଟ୍ସ ଆପ୍‌ରେ ନ୍ୟୁଡ୍‌ ଭିଡିଓ କଲେ। ପରେ ଉକ୍ତ ଭିଡିଓ କଲିଂର ରେକର୍ଡିଂ କରି ତାହା...

ଆଗେଇବ ରେଳ ଓଭରବ୍ରିଜ୍‌ ନିର୍ମାଣ କାର୍ଯ୍ୟ

ଭୁବନେଶ୍ୱର,୨୧ା୧: ରାଜ୍ୟର ରାସ୍ତା ସଂଯୋଗକୁ ମଜଭୁତ କରିବାରେ ରେଲଓ୍ବେ ଓଭରବ୍ରିଜ୍‌ (ଆର୍‌ଓବି) ଗୁରୁତ୍ୱପୂର୍ଣ୍ଣ ଭୂମିକା ନିଭାଇଥାଏ। ରେଲଓ୍ବେ ଲେଭଲକ୍ରସିଂକୁ ଆର୍‌ଓବିରେ ପରିବର୍ତ୍ତନ କରିବା ଦ୍ୱାରା ଯାନ...

ଭାରତୀୟ ବାୟୁସେନାର ଟ୍ରେନି ବିମାନ ଦୁର୍ଘଟଣାଗ୍ରସ୍ତ

ପ୍ରୟାଗରାଜ,୨୧।୧: ଜାନୁଆରୀ ୨୧, ୨୦୨୬ ରେ, ପ୍ରୟାଗରାଜରେ ଏକ ସେନା ତାଲିମ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ବିମାନଟି ହଠାତ ଖସି ପଡ଼ି ସହର ମଧ୍ୟଭାଗରେ ଥିବା...

ପଞ୍ଚାୟତିରାଜ ମନ୍ତ୍ରୀଙ୍କ ବଡ଼ ସୂଚନା: ୨୦୨୭ ସୁଦ୍ଧା ୧୫୦ ଜନସଂଖ୍ୟା ଥିବା ଗାଁକୁ ହେବ…

ଭୁବନେଶ୍ୱର,୨୧ା୧: ୨୦୨୭ ସୁଦ୍ଧା ରାଜ୍ୟର ୧୫୦ ଜନସଂଖ୍ୟା ଥିବା ଗାଁକୁ ରାସ୍ତା ହେବ। ଏନେଇ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାଏକ ସୂଚନା ଦେଇଛନ୍ତି। ଆସନ୍ତା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri